ଦୈନିକ ରାଶିଫଳ: 16 ଏପ୍ରିଲ 2023, ରବିବାର, ସୂର୍ଯ୍ୟଦେବଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି। ସରକାରୀ କ୍ଷେତ୍ରରେ ସଫଳତା ମିଳିବ। ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ। ରାଜନୀତି କ୍ଷେତ୍ରରେ ସଂଘର୍ଷ ମଧ୍ୟ ଦେଇ ସମୟ ବିତାଇ ପାରନ୍ତି। ପାରିବାରିକ କ୍ଷେତ୍ରରେ ନୈରାଶ୍ୟ, ଅର୍ଥାଭାବ ଦେଖାଦେଇ ପାରେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ସନ୍ତାନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ। ଆର୍ଥିକ ଉନ୍ନତି ସହ ନୂତନ ଯୋଜନାରେ ସଫଳତା ମିଳିବ। କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ। ନୂତନ ଦ୍ରବ୍ୟ କ୍ରୟବିକ୍ରୟ କରି ପାରିବେ। ସମସ୍ତଚେଷ୍ଟା ସତ୍ତ୍ୱେ ନିଜର ଲକ୍ଷ୍ୟ ହାସଲ ସହଜରେ ପୂର୍ଣ୍ଣ ହେବ। ବ୍ୟବସାୟରେ ନାନାପ୍ରକାର ସୁବିଧା ସୁଯୋଗ ମିଳିବ। ଦୂରଯାତ୍ରାର ସୁଯୋଗ ପାଇବେ। ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ମିଥୁନ:-ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇପାରେ। ହାତ ପାହାନ୍ତାରେ ଥିବା ସୁଯୋଗ ହରାଇ ପାରନ୍ତି। ପାରିବାରିକ ସମସ୍ୟା ଚିନ୍ତାର କାରଣ ହୋଇପାରେ। ନିଜର ସିଦ୍ଧାନ୍ତରେ ଅଟଳ ରହିବା ଫଳରେ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ। ଯାନବାହାନ ବ୍ୟବସାୟରେ ତଥା ଭ୍ରମଣ ସଙ୍କ୍ରାନ୍ତିୟ ବ୍ୟବସାୟରେ କ୍ଷତି ସହି ବାକୁ ପଡି ପାରେ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-ରାଜନୀତିରେ ଲୋକସମ୍ପର୍କକୁ ଆଧାରକରି କର୍ତ୍ତବ୍ୟ ନିଷ୍ଠା ରକ୍ଷାକରି ସାଧୁ ଓ ସଚ୍ଚୋଟ ଭାବେ ଦାୟିତ୍ୱ ତୁଲାଇବେ। ବାଦବିବାଦ, ପ୍ରତିଯୋଗିତାପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ସହକର୍ମୀ କେହି ଇର୍ଷାତୁର ହେଲେବି କ୍ଷତିକାରୀ ହେବେ ନାହିଁ। ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ। ଭୋଗ ବିଳାସକୁ ତୁଚ୍ଛ ମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ସିଂହ:-ଶତୃନାଶ, ଧନପ୍ରାପ୍ତି ଓ ଉଚ୍ଚ ସମ୍ମାନ ପାଇବେ। ପ୍ରତ୍ୟେକ ମୁଖରୁ ପ୍ରଶଂସାବାଣୀ ଶୁଣିବେ ଓ ପଦସ୍ଥ ବ୍ୟକ୍ତିଙ୍କର ଆସ୍ଥାଭାଜନ ହେବେ। ଆର୍ଥିକ ସ୍ଥିତି ସ୍ଵଛଳ ରହିବା ଫଳରେ ବ୍ୟବସାୟର ପରିବର୍ତ୍ତନ କରିବାର ଇଚ୍ଛା ହେବ। ପାରିବାରିକ ଜୀବନ ସୁଖ ସନ୍ତୋଷରେ କଟିବ, ମୂଲ୍ୟବାନ ପଦାର୍ଥ କ୍ରୟ କରି ପାରନ୍ତି। ସେବାସମ୍ବନ୍ଧିତ କ୍ଷେତ୍ରରେ ଉଚ୍ଚ ଭୂମିକା ଗ୍ରହଣକରି ଭଦ୍ର ବ୍ୟକ୍ତିଭାବେ ପ୍ରଶଂସା ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-ସ୍ୱାସ୍ଥ୍ୟରେ ଉନ୍ନତି ପରିଲିକ୍ଷିତ ହେବା ସହ ମାନସିକଶାନ୍ତି ମିଳିବ। ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ଦୂରେଇଯିବ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ପ୍ରବାସ ଯାତ୍ରାରେ ଲାଭବାନ ହେବେ। ଆୟର ସ୍ରୋତ ବୃଦ୍ଧି ହେବ। ଆର୍ଥିକ ଦିଗରୁ ଉନ୍ନତି ହେବା ଫଳରେ ନୂତନପନ୍ଥା ଅନୁସରଣ କରିବେ। କିଛି ନୂଆ ନିଯୁକ୍ତି ପାଇବାର ଯୋଗ ଅଛି। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

ତୁଳା:-ସମସ୍ତ ବାଧାକୁ ସଂଘର୍ଷ କରି ଆଗକୁ ବଢି ପାରିବେ। ଅନେକ ସମସ୍ୟାର ସମାଧାନ ହୋଇ, ପରିବାରରେ ହସଖୁସିରେ ବାତାବରଣ ଖେଳିଯିବ। ନିଜର ଯୋଜନା ମୁତାବକ କାମକରିଲେ କୌଣସିପ୍ରକାର ଅସୁବିଧା ହେବନାହିଁ। ଶାରୀରିକ ଅସୁସ୍ଥତା ଅନୁଭବ କରିବା ସହ ଉଚ୍ଚବର୍ଗଙ୍କ ଠାରୁ ସମାଲୋଚିତ ହୋଇ ପାରନ୍ତି। ଆର୍ଥିକ ସ୍ଥିତି ଦୁର୍ବଳ ହେବ। ବ୍ୟବସାୟରେ ବାଧା ଉପୁଜିବା ସହ ସଂଘର୍ଷ ମଧ୍ୟ ଦେଇ ଗତି କରିବେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ସ୍ୱାସ୍ଥ୍ୟ ଭଲ ରହିବ। ସାମାଜିକ କାର୍ଯ୍ୟରେ ଭାଗନେଇ ଗଠନମୂଳକ କାର୍ଯ୍ୟ ପାଇଁ ପ୍ରସ୍ତୁତି ଆରମ୍ଭ କରିବେ। ବ୍ୟବସାୟରେ ଯଥେଷ୍ଟ ଅଗ୍ରଗତି ଘଟିବ ଓ ଆର୍ଥିକ ଦିଗରେ ଅଭିବୃଦ୍ଧି ହେବ। ନୂଆ ଯୋଜନା ଉପରେ କାର୍ଯ୍ୟ କରିଲେ ସମସ୍ତ ଚେଷ୍ଟା ସଫଳ ହେବ। କେତେକ କର୍ମରେ ସଫଳତା ପ୍ରାପ୍ତି ହେବା ସହ ପରିବାରରେ ଶାନ୍ତିଶୃଙ୍ଖଳା ବୃଦ୍ଧି ହେବ। ଛାତ୍ରଛାତ୍ରୀ ମାନଙ୍କର ଉଦ୍ୟମ ବଳରେ ସିଦ୍ଧିପ୍ରାପ୍ତି ହେବ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ଧନୁ:-ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ବିଦେଶ ଯାତ୍ରାର ସୁଯୋଗ ପାଇବାସହ ସୁଖଶାନ୍ତି, ଯଶଲାଭ, ନୂତନ ବାହନଆଦି ପ୍ରାପ୍ତି ଯୋଗ ଅଛି। ଜୀବନରେ ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରିବେ। ବହୁତ ଦିନରୁ ଚିନ୍ତା କରୁଥିବା କାମ ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ। ସନ୍ତାନର ସୁ-ଖବର ଶୁଣି ଖୁସି ହେବେ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

ମକର:-ମାନସିକସ୍ଥିତି ସୁଦୃଢ ହେବାସହ ନୂତନ ଉଦ୍ୟମରେ ନିଶ୍ଚିତ ସଫଳତା ପ୍ରାପ୍ତିହେବ। ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ପ୍ରତିଷ୍ଠାର ଅଧିକାରୀ ହେବେ। ରାଜନୀତିରେ ସ୍ୱାର୍ଥରକ୍ଷା କରିବାରେ ସମୟ ବିତିବ। ଛାତ୍ରଛାତ୍ରୀମାନେ କଠିନ ପରିଶ୍ରମ କରିବେ। ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ। ଗୃହସ୍ଥ ଜୀବନରେ ଅସୁବିଧା ହୋଇପାରେ, ତେଣୁ ଧ୍ୟାନ ଦେବା ଉଚିତ୍‌। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

କୁମ୍ଭ:-ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବାସହ କର୍ମକ୍ଷେତ୍ରରେ ଉତ୍ସାହ ଉଦ୍ଦୀପନା ବୃଦ୍ଧିହେବ। ବ୍ୟବସାୟରେ ସଫଳତା ହାସଲ କରିବା ସହ ନିଜ ଚେଷ୍ଟାରେ ବାକିଥିବା ଅର୍ଥ ପାଇବେ। ବ୍ୟବସାୟରେ ଉନ୍ନତି ହେବା ସହ ପ୍ରଚୁର ଲାଭମଧ୍ୟ ହେବ। ସ୍ଵାସ୍ଥ୍ୟରେ ଉନ୍ନତି ହେବାରୁ ମନ ଭଲ ରହିବ ଓ ପାରିବାରିକ ଜୀବନ ସୁଖଶାନ୍ତିରେ କଟିବ। ସମ୍ପର୍କୀୟ ବନ୍ଧୁଙ୍କଠାରୁ ସାହାଯ୍ୟ ପାଇ ଆର୍ଥିକ ସମସ୍ୟା ସମାଧାନ ହୋଇଯିବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ମୀନ:-ସାମାଜିକ, ଆଧ୍ୟାତ୍ମିକ ଓ ଧାର୍ମିକକାର୍ଯ୍ୟ ସଂସ୍ଥାରେ ସାମିଲ ହୋଇ ପାରନ୍ତି। ମିଛଆଶା ଉପରେ ନିର୍ଭର ନକରି ନିଜକୁ ନିୟନ୍ତ୍ରଣ କରି ପାରିବେ। ସମାଜ ସେବାରେ ସ୍ଵନାମ ଅର୍ଜନ କରିବେ ଓ ବ୍ୟବସାୟର ସ୍ଥିତି ସନ୍ତୋଷ ଜନକ ହେବ। କ୍ଷମତା ଶକ୍ତି ବଳରେ ନିଜର ସମୟ ବିତାଇବେ। ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ। ଦୂରଯାତ୍ରା କଲେ ହଇରାଣ ହରକତ ହେବାକୁ ପଡିପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!