ଦୈନିକ ରାଶିଫଳ: ୧୬ ଅଗଷ୍ଟ ୨୦୨୦, ସୂର୍ଯ୍ୟଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆକସ୍ମିକ ଧନ ଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଅଗଷ୍ଟ ମାସ ୧୬ ତାରିଖ, ରବିବାର, ସିଂହ ମାସ ୧ ଦିନ, ଭାଦ୍ରବମାସ, କୃଷ୍ଣପକ୍ଷ, ଦ୍ଵାଦଶୀତିଥି, ଆର୍ଦ୍ରାନକ୍ଷତ୍ର, ପ୍ରାତଃ ୭ଟା ୨ମିନିଟ୍ ଗତେ ପୁନର୍ବସୁ ନକ୍ଷତ୍ର, ମିଥୁନ ରାଶିରେ ଚନ୍ଦ୍ର। ମେଷ ରାଶିର ଘାତବାର। କନ୍ୟା ରାଶିର ଘାତଚନ୍ଦ୍ର। ପୋଇ, ମସୁରଡାଲି ନ ଖାଇଲେ ଭଲ। ଶୁଭସମୟ- ପ୍ରାତଃ ୫ଟା ୩୧ମିନିଟ୍ ରୁ ୯ଟା ୪୩ମିନିଟ୍, ଦିବା ୧ଟା ୨୬ମିନିଟ୍ ରୁ ୧ଟା ୫୬ମିନିଟ୍, ସନ୍ଧ୍ୟା ୬ଟା ୫୭ମିନିଟ୍ ରୁ ରାତ୍ର ୯ଟା ୧୧ମିନିଟ୍। ପର୍ବଦିନ- ସିଂହ ସଂକ୍ରାନ୍ତି, ଖୁଦୁରୁକୁଣୀ ଓଷା ୨ୟ ପାଳି।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ଉଚ୍ଚଅଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ। ଆର୍ଥିକ ଦିଗରୁ ସୁବିଧା ଜନକ ପରିସ୍ଥିତି ଦେଖାଦେବା ଫଳରେ ଉଚ୍ଚଆଶା ସଫଳ ହେବ। ବ୍ୟବସାୟରେ ଉନ୍ନତି ଫଳରେ ଅଶାତୀତ ଲାଭବାନ୍ ହେବେ। ବିରୋଧିମାନେ ଦୂରେଇଯିବେ। ଗୃହସମସ୍ୟା ସମାଧାନ ହୋଇ ଅଟକିଥିବା କାର୍ଯ୍ୟ ପୂରଣ ହେବ। ପରିବାରରେ ଖୁସିର ବାତାବରଣ ସୃଷ୍ଟି ହେବ। ବିଦ୍ୟାକ୍ଷେତ୍ରରେ ମନଯୋଗ ଦେଇ ସଫଳ ହେବେ। ନୂଆ ସମସ୍ୟାର ସମ୍ମୁଖୀନ ହେଲେ ମଧ୍ୟ ନିଜର ବୁଦ୍ଧି, ବିବେକ ଖଟାଇ ସମାଧାନ କରିପାରିବେ। ବନ୍ଧୁବାନ୍ଧବଙ୍କ ନିକଟରେ ଓ ଗୁରୁଗୁରୁଜନ ପାଖରେ ଆଦୃତ ହେବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବୃଷ:-

କର୍ମକ୍ଷେତ୍ର ସୁଦୃଢ଼ ହେବ ଓ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ। ବ୍ୟବସାୟୀ ମାନେ ବହୁତ ଦିନର ବାକିପଡିଥିବା ଅର୍ଥ ପାଇ ସମସ୍ୟାକୁ ସୁଧାରି ନେବେ ଓ ଆଶାତୀତ ଲାଭ ପାଇବେ। ପରିବାରରେ ବିବେକ ବୁଦ୍ଧି ଖଟେଇ ଉଚିତ୍ମାର୍ଗରେ ଗତି କରିବାର କ୍ଷମତା ଜନ୍ମହେବ।  ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ। ରାଜନୀତିରେ ପରିଶ୍ରମ କଲେ ଚେଷ୍ଟା ସାର୍ଥକ ହେବ ଓ ଆଶା ପୂରଣ ହେବ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବା ଫଳରେ ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ କ୍ଷାତି ବଢ଼ିବ। ଭାବନାର ବଶୀଭୂତ ହୋଇ ଅମିନୀ, ଜାମିନି, ମଧ୍ୟସ୍ଥତା ଠିକ୍ ହେବ ନାହିଁ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ମିଥୁନ:-

ସାମ୍ବାଦିକ ମାନେ ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ। କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ବ୍ୟବସାୟ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଛାତ୍ରଛାତ୍ରୀମାନେ ମିତ୍ରଙ୍କ ସାହାଯ୍ୟ ଦ୍ଵାରା କାର୍ଯ୍ୟ ହାସଲ କରିବେ। ପୁରାତନ ରୋଗରୁ ଉପସମ ପାଇ ଶରୀର ସୁସ୍ଥ ରହିବ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। ରାଜନୀତିରେ କୃତକାର୍ଯ୍ୟ ହେବେ। ପରିଶ୍ରମ ଦ୍ୱାରା କାର୍ଯ୍ୟ ସଫଳ ହେବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-

ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ସାମ୍ବାଦିକ ମାନେ ନିଜ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ। ସାମାଜିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ଆର୍ଥିକ ସମସ୍ୟା ନିଶ୍ଚିତ ରୂପେ ସମାଧାନ ହୋଇଯିବ। କର୍ମ କ୍ଷେତ୍ରରେ ଉଚ୍ଚଅଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ଉଦାସୀନତା ଓ ନକରାତ୍ମକ ପ୍ରବୃତ୍ତିକୁ ଛାଡିବା ପାଇଁ ପ୍ରୟାସ କରିବେ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ସିଂହ:-

ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇ ଦୈନିକ କାର୍ଯ୍ୟଗତି ଉତ୍ସାହପୂର୍ଣ୍ଣ ହେବ। ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ। କର୍ମକ୍ଷେତ୍ରରେ ଦାୟିତ୍ଵ ବଢିବା ସହ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ସଫଳ ହେବେ ଆୟବୃଦ୍ଧି ଯୋଗେ ଆର୍ଥିକ ସଙ୍କଟ ଦୂର ହେବ। ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ ଓ ବହୁବିଧ ଲାଭ ମିଳିବ। ପୈତୃକ ସମ୍ପତ୍ତିକୁ ନେଇ  ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ। ଉଚ୍ଚଶିକ୍ଷା ଅଧ୍ୟୟନ ପାଇଁ ଚେଷ୍ଟା ଜାରି ରଖିଲେ ମୁଣ୍ଡ ଉଚ୍ଚ ରହିବ। ରାଜନୀତି କ୍ଷେତ୍ରରେ ମାନ ସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-

କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। ସନ୍ତାନ ସମ୍ବନ୍ଧିୟ କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇପାରେ। ଆର୍ଥିକସ୍ଥିତିରେ ସୁଧାର ଆସିବ। ସମସ୍ତ କ୍ଷେତ୍ରରେ ସଫଳତା ମିଳିବ। ସମ୍ପତ୍ତି ସମ୍ବନ୍ଧିୟ ମାମଲାରେ ଜୟଯୁକ୍ତ ହେବେ। ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ। ବନ୍ଧୁଙ୍କ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିପାରିବେ। ପରିବାର ଜନଙ୍କ ସମ୍ବନ୍ଧିତ କୌଣସି ଶୁଭ ସମାଚାର ଶୁଣିବେ। ଶତ୍ରୁ ବା ବିରୋଧୀ କିଛି କ୍ଷତି କରିପାରିବେ ନାହିଁ।ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ତୁଳା:-

ଶାରୀରିକ କଷ୍ଟ ଦୂର ହୋଇ ସ୍ଵାସ୍ଥ୍ୟ କ୍ଷେତ୍ରରେ ପରିବର୍ତ୍ତନ ଆସିବା ଯୋଗେ ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବା ଫଳରେ କାର୍ଯ୍ୟରେ ସ୍ଥିରତା ଆସିବ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। ପରିଶ୍ରମ ଦ୍ୱାରା କାର୍ଯ୍ୟ ମଧ୍ୟମ ଧରଣର ହୋଇ ସଫଳତା ମିଳିବ ଓ ଲାଭ ପାଇବେ। ଦାମ୍ପତ୍ୟଜୀବନ ସୁଖମୟ ହେବ। ବ୍ୟବସାୟରେ ପ୍ରସାର ପ୍ରଚାର କରି ଉତ୍ତମ ରୋଜଗାର କରିପାରିବେ। ବିଦ୍ୟାର୍ଥୀଙ୍କର ବିଦ୍ୟାରେ ଉନ୍ନତି ହେବାରୁ ମନ ଖୁସି ରହିବ। ରାଜନୀତି କ୍ଷେତ୍ରରେ ମିତ୍ର ଓ ଭାଇମାନଙ୍କୁ ସାହାଯ୍ୟ କରି ଆର୍ଥିକ ସମସ୍ୟାରେ ଚିନ୍ତିତ ହୋଇ ପାରନ୍ତି। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-

ସମାଜ ସେବାରେ ସ୍ଵନାମ ଅର୍ଜନ କରି ପାରିବେ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ କର୍ମକ୍ଷେତ୍ରରେ ଉନ୍ନତି କରି ପାରିବେ। ପରିବାରରେ ଆଦର ଯତ୍ନପାଇ ସୁଖଭୋଗ କରିବେ।  ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର କରିବା ସହ ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ଆତ୍ମବିଶ୍ଵାସ ବୃଦ୍ଧି ପାଇବ। କଳେବଳେ କୌଶଳରେ ସମସ୍ତ ପ୍ରକାର ଅଭିଳାଷ ପୂରଣ ହେବ। କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ନିଜ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିବ। ଶିକ୍ଷା କ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତି ଦୂରେଇଯିବା ସହ ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସ ରତ ହେବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-

ବ୍ୟବସାୟୀ ମାନେ ନିଜର ପ୍ରାଧାନ୍ୟ ବିସ୍ତାର କରି ସମସ୍ୟାକୁ ସୁଧାରି ନେବା ସହ ଆର୍ଥିକ ସ୍ଥିତିକୁ ସୁଦୃଢ କରି ପାରିବେ। ଅନ୍ୟକୁ ନିଜ ସହ ତୁଳନା କରି ମାନସିକ ଶାନ୍ତି ଅନୁଭବ କରିବେ। ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ। ଯାହାଦ୍ୱାରା କି ବହୁ ପରିମାଣରେ ଅଭିବୃଦ୍ଧିର ହାର ବଢ଼ିଯିବ। ପୁରାତନ ରୋଗରୁ ଉପସମ ପାଇ ଶରୀର ସୁସ୍ଥ ରହିବ। ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ। ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବା ସହ କର୍ମକ୍ଷେତ୍ରରେ ସୁଯୋଗ ହାତଛଡା ହେବାର ନାହିଁ। ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାରେ ବୃଦ୍ଧି ହୋଇ ପାରେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-

ସରକାରୀ ସାହାଯ୍ୟ ପାଇବା ଫଳରେ ଉତ୍ସାହ ଉଦ୍ଦିପନା ବୃଦ୍ଧି ପାଇବ। ଆୟର ମାର୍ଗ ପ୍ରଶସ୍ତ ହେବା ଫଳରେ ଆର୍ଥିକସ୍ଥିତି ମନ୍ଦ ହେବନାହିଁ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତା ମିଳି ପାରେ। ବ୍ୟବସାୟ ବୃଦ୍ଧି କିମ୍ବା ନୂଆ ଯୋଜନା ଅନୁସାରେ କାର୍ଯ୍ୟ କରିଲେ ଅଟକିଥିବା ଧନପ୍ରାପ୍ତ ହେବ। ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ। ଖାଇବା ପିଇବା ଠିକ୍ ରହିବା ଫଳରେ ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। ରାଜନୀତିରେ ବିବେକ ବୁଦ୍ଧି ଖଟେଇ ଉଚିତ୍ମାର୍ଗରେ ଗତିକରିବାର କ୍ଷମତା ଜନ୍ମ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-

ଅନେକ ସମସ୍ୟାର ସମାଧାନ ହୋଇ ପରିବାରରେ ହସ ଖୁସିର ବାତାବରଣ ଖେଳିଯିବ। ଗୃହୋପକରଣ କ୍ରୟ କରିବେ। ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁ ରୂପେ ହେବ। ବିଦ୍ୟା କ୍ଷେତ୍ରରେ ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ସନ୍ତାନର ସୁ ଖବର ଶୁଣି ଖୁସି ହେବେ। ପ୍ରେମସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୁରତା ସୃଷ୍ଟି ହେବା ଫଳରେ ଉତ୍ସାହିତ ହେବେ। ସୁଯୋଗ ହାତ ପାହାନ୍ତାରେ ପହଞ୍ଚିବ। ସାମାନ୍ୟ କଥାରେ ଅଯଥା ତର୍କ ନକରି ଶାନ୍ତ ରହିବା ଉଚିତ୍। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ମୀନ:-

ଉଚ୍ଚାଧିକାରୀ, ସହକର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଟ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢେଇ ଦେବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍। କର୍ମକ୍ଷେତ୍ରରେ ପରିବର୍ତ୍ତନ ଆସିବ ଓ କର୍ମସମ୍ବନ୍ଧିତ ଯାତ୍ରା କରିବାକୁ ପଡିପାରେ। ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ଆବଶ୍ୟକୀୟ ଦ୍ରବ୍ୟପାଇଁ ଅଧିକ ବ୍ୟୟ ହୋଇ ପାରେ। ରାଜନୀତି କ୍ଷେତ୍ରରେ ଆପଣାଲୋକ ଭାବେ ଗଣତି ହେଉଥିବା ବ୍ୟକ୍ତି ମାନଙ୍କ ଠାରୁ ଆଶ୍ଵାସନା ପାଇବେ। ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!