ଦୈନିକ ରାଶିଫଳ: 16 ଅଗଷ୍ଟ 2022, ମା’ ମଙ୍ଗଳାଙ୍କ କୃପାରୁ ଏହି 4ଟି ରାଶିଙ୍କୁ ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ମସିହା, ଅଗଷ୍ଟମାସ ୧୬ତାରିଖ, ମଙ୍ଗଳବାର, କର୍କଟମାସ ୩୧ଦିନ, ଭାଦ୍ରବମାସ, କୃଷ୍ଣପକ୍ଷ, ପଞ୍ଚମୀତିଥି, ରେବତୀ ନକ୍ଷତ୍ର, ମୀନ ରାଶିରେ ଚନ୍ଦ୍ର । ଶୂଳ ଯୋଗ । କୌଳବ କରଣ ସକାଳ ୮ଟା ୩୩ମିନିଟ୍ ପରେ ତୈତିଳ କରଣ । ମକର ରାଶିର ଘାତବାର । ଧନୁ ରାଶିର ଘାତଚନ୍ଦ୍ର । ବେଲ, ପଣସ ନ ଖାଇଲେ ଭଲ ରାତି ୮ଟା ୧୭ମିନିଟ୍ ପରେ ନିମ୍ବ ବା ପିତା ଦ୍ରବ୍ୟ ନ ଖାଇଲେ ଭଲ । ଯୋଗିନୀ- ଦକ୍ଷିଣେ ରାତି ୮ଟା ୧୭ମିନିଟ୍ ପରେ ପଶ୍ଚିମେ ଯାତ୍ରା ନିଷେଧ । ଶ୍ରାଦ୍ଧତର୍ପଣ- ପଞ୍ଚମୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଅଶୁଭସମୟ- ପ୍ରାତଃ ୭ଟା ୫ମିନିଟ୍ ରୁ ୮ଟା ୪୦ମିନିଟ୍, ଦିବା ୧ଟା ୨୫ମିନିଟ୍ ରୁ ୩ଟା ୧ମିନିଟ୍, ରାତ୍ରି ୭ଟା ୩୬ମିନିଟ୍ ରୁ ୯ଟା ୧ମିନିଟ୍ । ଶୁଭସମୟ- ସକାଳ ୮ଟା ୪୧ମିନିଟ୍ ରୁ ୧୦ଟା ୩୩ମିନିଟ୍, ଦିବା ୧ଟା ୭ମିନିଟ୍ ରୁ ଦିବା ୧ଟା ୨୪ମିନିଟ୍, ଦିବା ୪ଟା ୩୬ମିନିଟ୍ ରୁ ୫ଟା ୧୯ମିନିଟ୍, ସନ୍ଧ୍ୟା ୬ଟା ୧୨ମିନିଟ୍ ରୁ ୬ଟା ୫୫ମିନିଟ୍, ରାତ୍ର ୯ଟା ୧୩ମିନିଟ୍ ରୁ ୧୧ଟା ୨୭ମିନିଟ୍, ରାତ୍ର ୧ଟା ୪୫ମିନିଟ୍ ରୁ ରାତ୍ର ୩ଟା ୧୪ମିନିଟ୍ । ପର୍ବଦିନ- ମାସାନ୍ତ, ରେଖା ପଞ୍ଚମୀ ।

ମେଷ:-ସ୍ଵାର୍ଥକୁ କେନ୍ଦ୍ରକରି ସବୁଥିରେ ପଶିବାର ସୁଯୋଗ ପାଇବେ । ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯାଇ କର୍ମ କ୍ଷେତ୍ରରେ ଉଚ୍ଚ ଭୂମିକା ଗ୍ରହଣ କରିବେ । ଆର୍ଥିକ ଦିଗର ଅଭିବୃଦ୍ଧି ପାଇଁ ଚେଷ୍ଟିତ ହେବେ । ପ୍ରତିଦ୍ଵନ୍ଦିତାରେ ବିଜୟୀ ହେବେ । ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ । ଗଠନମୂଳକ ତଥା ସେବାସମ୍ବନ୍ଧିତ କାର୍ଯ୍ୟ ଯୋଗେ ସମ୍ମାନ ପାଇବେ । ପରୋପକାର କର୍ମରେ ନିଜକୁ ନିଯୋଜିତ କରିବେ । ଆୟ ଅପେକ୍ଷା ବ୍ୟୟ ବୃଦ୍ଧି ହେବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ବୃଷ:-ସାମାଜିକ ପ୍ରତିଷ୍ଠା ଆତ୍ମ ବିଶ୍ୱାସ ବଢେଇବ । ଆୟ ବୃଦ୍ଧିହେବା ଫଳରେ ପୁରୁଣା ସମସ୍ୟାର ସମାଧାନ ହୋଇଯିବ । ଯେକୌଣସି କାର୍ଯ୍ୟ କରିବେ ଭବିଷ୍ୟତ ପାଇଁ ଉନ୍ନତି ହେବ । କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । କର୍ମ କ୍ଷେତ୍ରରରେ ଉଚ୍ଚ କର୍ମକର୍ତ୍ତାଙ୍କର ସୁଦୃଷ୍ଟି ପ୍ରାପ୍ତି ହେବା ସହ ପଦୋନ୍ନତି, ମାନସମ୍ମାନ ମିଳିବ । ବ୍ୟବସାୟ କ୍ଷେତ୍ରରେ କଠିନ ପରିଶ୍ରମ କରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମିଥୁନ:-ସଚ୍ଚୋଟ ଓ ନ୍ୟାୟୀ ବ୍ୟକ୍ତିହିସାବରେ ସମ୍ମାନ ପାଇବେ । ପୂର୍ବ ଶତୃମାନେ ପଛଘୁଞ୍ଚା ଦେବେ । ରପ୍ତାନି ବାଣିଜ୍ୟରୁ ଯଥେଷ୍ଟ ଲାଭ ମିଳିବ । ଯଥେଷ୍ଟ ଆର୍ଥିକ ଉନ୍ନତି ଘଟିବା ସହ କର୍ମକ୍ଷେତ୍ରରେ ଶୁଭ ଫଳ ପାଇବେ । ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରିହେବେ । ପ୍ରତିଯୋଗିତାରେ ବିଜୟୀ ହେବେ । ପାରିବାରିକସ୍ତର ହସ ଖୁସିରେ କଟିବ । ରାଜନୀତି କ୍ଷେତ୍ରରେ ବାଧା ବନ୍ଧନ ନମାନି ଆଗେଇ ଯିବାର ସୁଯୋଗ ପାଇବେ । ପ୍ରତିକାର- ସବୁଜ ରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।

କର୍କଟ:-ପ୍ରିୟଜନ ଓ ବନ୍ଧୁ ମିତ୍ରଙ୍କ ସମାଗମରେ ସମୟ ବିତିବ । ମାନସିକ ଶାନ୍ତି ମିଳିବ ଓ ଋଣଭାର ଲାଘବ ହେବ । ପାରିବାରିକ କ୍ଷେତ୍ରରେ ସ୍ନେହ ସଦ୍ଭାବ ଦେଖାଦେବ । ପେଶା, ବ୍ୟବସାୟ, ଭାଗୀଦାରି ଓ ବନ୍ଧୁମିତ୍ରଙ୍କ ଦ୍ୱାରା ଲାଭବାନ ହେବେ । ପ୍ରତିଯୋଗୀ ପରୀକ୍ଷା, ବିଭାଗୀୟ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ । ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ । ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ସିଂହ:-ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ । ସାମାଜିକ ଉତ୍ସବରେ ଯୋଗ ଦେଲେ ସଫଳତା ମିଳିବ । ବ୍ୟବସାୟ କ୍ଷେତ୍ରରେ ପୁରୁଣା ଧନଲାଭ ହେବାରୁ ଖୁସି ହେବେ ଓ ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିଲେ କଷ୍ଟ ସହିବାକୁ ପଡିପାରେ । ନିଜ ଆତ୍ମୀୟ ଲୋକଙ୍କ ସହ ସାକ୍ଷାତ ହେବ । ପ୍ରେମପ୍ରସଙ୍ଗରେ ମଧୁରତା ଆସିବ । ମିତ୍ର ବା ଜରୁରୀମନ୍ଦଙ୍କ ସହାୟତା ପାଇଁ ହାତ ବଢାଇବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

କନ୍ୟା:-ମାନସିକ, ବୌଦ୍ଧିକ, ଭାବନାତ୍ମକ ରୂପରେ ଅଧିକ ସକ୍ଷମ ହୋଇ କ୍ଷମତା ଓ ଶକ୍ତି ବଳରେ ସମୟ ବିତାଇବେ । ପାରିବାରିକ ସମସ୍ୟା ସୁଧୁରି ଯିବ । ରାଜନୀତିରେ ସଫଳତା ମିଳିବା ସହ କୃତକାର୍ଯ୍ୟ ହେବେ । ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ । କର୍ମ କ୍ଷେତ୍ରରେ ସାଧାରଣ ବର୍ଗୀୟ ବ୍ୟକ୍ତି ବିଶେଷଙ୍କଠାରୁ ବିଶେଷ ଲାଭବାନ ହେବେ । କୋର୍ଟ କଚେରୀ ମାମଲାରେ ଉନ୍ନତିର ଛକ ଉପରେ ପଦାର୍ପଣ କରିବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ତୁଳା:-ବନ୍ଧୁଙ୍କ ଆର୍ଥିକ ସହାୟତାରେ ଖୁସିହେବେ । ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ । ସୋଶିଆଲ୍‌ ମିଡିଆରେ ନୂଆ ଲୋକମାନଙ୍କ ସହିତ ସମ୍ପର୍କ ବୃଦ୍ଧି ପାଇବ । ବନ୍ଧୁ ମିତ୍ରମାନେ ସହଯୋଗ କରିବେ । ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ବ୍ୟାପାରରେ ଅଟକି ଥିବା ଅର୍ଥ ମିଳିଯିବା ଫଳରେ ସାବଧାନ ରହି ଆର୍ଥିକସ୍ଥିତି ସୁଧାରିବାକୁ ଚେଷ୍ଟା କରିବେ । ପ୍ରେମପ୍ରସଙ୍ଗରେ ସଫଳତା ମିଳିବାର ସମ୍ଭାବନା ଅଛି । ପ୍ରତିକାର- ଶ୍ଵେତଚନ୍ଦନରେ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ ।

ବିଚ୍ଛା:-ଲୋକଙ୍କ ପ୍ରତି ଉଦାର ଓ ଦୟାଳୁ ପ୍ରବୃତି ଜାଗ୍ରତ ହେବ । ପୂର୍ବରୁ ଆରମ୍ଭ ହୋଇଥିବା କାର୍ଯ୍ୟ କଠିନ ପରିଶ୍ରମ କରି ପୁରଣ କରି ପାରନ୍ତି । କର୍ମକ୍ଷେତ୍ରରେ ନିଜ କର୍ମଯୋଗକୁ ଅଧିକ ମହତ୍ତ୍ୱ ଦେଇ ତଳୁ ଉପର ସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ । ରାଜନୀତି କ୍ଷେତ୍ରରେ ମାନସମ୍ମାନ ପ୍ରତିଷ୍ଠା ପ୍ରତିପତ୍ତି ଅକ୍ଷୁର୍ଣ୍ଣ ରହିବ । କୋର୍ଟକଚେରୀ ମାମଲା ସମାଧାନ ହୋଇଯିବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ଧନୁ:-କର୍ମକ୍ଷେତ୍ରରେ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ । ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ । ପ୍ରିୟଜନ ଓ ପରିବାର ସଦସ୍ୟ ଆପଣଙ୍କ ନିକଟତର ହେବେ । ଉଚ୍ଚଶିକ୍ଷା ଅଧ୍ୟୟନ ପାଇଁ ଚେଷ୍ଟାରେ ସଫଳ ହେବେ । ରାଜନୈତିକ କ୍ଷେତ୍ରରେ ଜଟିଳ ପରିସ୍ଥିତି ଥିଲେ ସରଳ ହେବ । ଯାନଆରୋହଣ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରନ୍ତୁ ନାହିଁ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମକର:-ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ । କର୍ମକ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ । ମାଲିମକଦ୍ଦମା, ପରୀକ୍ଷା ପ୍ରତିଯୋଗିତାରେ ଜୟଯୁକ୍ତ ହେବେ । ଅଫିସ୍ ରେ ଅଟକି ରହିଥିବା କାମଗୁଡ଼ିକ ସୁରୁଖୁରୁରେ ସମ୍ପନ୍ନ ହେବ । ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଅର୍ଥ ଲାଭର ସୁଯୋଗ ପାଇବେ । ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ । ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ ।

କୁମ୍ଭ:-ବ୍ୟବସାୟରେ ଉନ୍ନତି ହେବ । ଅଫିସରେ କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ଯେକୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବ । ଉଚ୍ଚପଦସ୍ଥ ବ୍ୟକ୍ତି ଓ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ନିବିଡ ହେବ । ଶତୃ ଓ ବିରୋଧୀମାନେ ପରାସ୍ତ ହେବେ । ଅନେକ ଶୁଭ କର୍ମର ସୁଯୋଗ ପାଇବେ । ବିଦ୍ୟା କ୍ଷେତ୍ରରେ ମନ ଲାଗିବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ମୀନ:-କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟଶ୍ରୀ ମିଳିବ । ସବୁ କାର୍ଯ୍ୟ ସଠିକ୍‌ ସମୟରେ ପୂରଣ ହେବାରୁ ଆତ୍ମବିଶ୍ୱାସ ବୃଦ୍ଧି ହେବ । ପାରିବାରିକ କ୍ଷେତ୍ରରେ କେତେକ କର୍ମରେ ସଫଳତା ପ୍ରାପ୍ତି ହେବ । ଉଚ୍ଚଶିକ୍ଷା ପାଇଁ ବିଦେଶଯାତ୍ରା କରି ପାରିବେ । ସମସ୍ତ କର୍ମ ବହୁତ ସହଜରେ ହିଁ ସମ୍ପନ୍ନ ହେବ । ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ । ପ୍ରତିକାର- ତିଳକ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!