ଦୈନିକ ରାଶିଫଳ: ୧୬ ଡିସେମ୍ବର ୨୦୧୮, ସୂର୍ଯ୍ୟ ଦେବ କରିଲେ ରାଶି ପରିବର୍ତ୍ତନ, ଏହି ସବୁ ରାଶିର ଖୋଲିବ ଭାଗ୍ୟ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୧୬ ଡିସେମ୍ବର ୨୦୧୮

ମେଷ:-

ଯୁବକ ଯୁବତୀମାନଙ୍କର ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ। ସାମାଜିକ କ୍ଷେତ୍ରରେ ସୁଖ ସମୃଦ୍ଧି ବୃଦ୍ଧି ଓ ପ୍ରଶଂସିତ ହେବେ। ରାଜନୀତି କ୍ଷେତ୍ରରେ ଜନସେବାରେ ନିଜକୁ ନିୟୋଜିତ କରିବେ। ତରବାରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡକୁ ନଜର ଦେଇ କର୍ମ କରିବା ଉଚିତ୍। ହାତକୁ ନେଇଥିବା କାର୍ଯ୍ୟଟି କଠିନ ପରିଶ୍ରମ କରିବାକୁ ପଡିବ। ବ୍ୟବସାୟରେ ଯେତେ ପରିଶ୍ରମ କରିବେ ସେତେ ଲାଭ ବାନ୍ ହେବେ। ମହିଳାମାନଙ୍କର କେତେକ କର୍ମରେ ବାଧା ସୃଷ୍ଟି ହେଲେ ମଧ୍ୟ ସଫଳ ହେବେ। ପ୍ରତିକାର-ପିତାମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

କଳକାରଖାନା ବା ଯନ୍ତ୍ରପାତି ବ୍ୟବସାୟରେ ପ୍ରବଳ ଲାଭ ହେବ। ପରିବହନ ଓ ପାର୍ଟନରସିପ ବ୍ୟବଶାୟରେ ଲାଭ ଅପରି ବର୍ତିତ ରହିବ। ପାରିବାରିକ ପତିଆରା ଭଲ ରହିବ। ମହିଳାମାନେ ଉତ୍ତମ ବୁଝାମୁଣାରେ ଗତିକରି ଅଦୃତି ଓ ଶ୍ରଦ୍ଧାର ଅଧିକାରିଣୀ ହେବେ। ପ୍ରେମିକ ପ୍ରେମିକା ମାନଙ୍କର ସୁଖ ଶାନ୍ତି ଓ ସାମଞ୍ଜସ୍ୟ ବାତାବରଣ ରହିବ। ଯୁବକ ଯୁବତୀମାନେ ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହ ଓ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ପ୍ରତିକାର-ଗାଈକୁ କିଛି ଖାଦ୍ୟ ଖୁଆନ୍ତୁ।

ମିଥୁନ:-

ରପ୍ତାନି ବାଣିଜ୍ୟରୁ ଯଥେଷ୍ଟ ଲାଭ ମିଳିବ। ରାଜନୀତି କ୍ଷେତ୍ରରେ ବାଧା ବନ୍ଧନ ନମାନି  ଆଗେଇ ଯିବାର ସୁଯୋଗ ପାଇବେ। ପ୍ରତିଦ୍ବନ୍ଦିତାରେ ବିଜୟୀ ହୋଇ ପଦ ପଦବୀରେ ଅଧିଷ୍ଠିତ ହେବେ। ସତ୍ୟବାଦୀ, ଶାନ୍ତିପ୍ରିୟ, ଧୈର୍ଯ୍ୟଶିଳ, ଭଦ୍ର ବ୍ୟକ୍ତିଭାବେ ପ୍ରଶଂସା ପାଇବେ। ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ। ସାମାଜିକ ପତିଆରା ଅମଳିନ ରହିବ। ପ୍ରତିକାର- ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ।

କର୍କଟ:

ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ। ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ। ଅନେକ ଶୁଭ କର୍ମର ସୁଯୋଗ ପାଇବେ। ସାହିତ୍ୟଚର୍ଚ୍ଚା, ସଭାସମିତିରେ ସଫଳତା ମିଳିବ। ଦୂରଯାତ୍ରାରେ ସଫଳ ହେବେ। ଆୟ ଉପାର୍ଜନରେ ବାଧା ନାହିଁ। କଳକାରଖାନା ଓ ଶିଳ୍ପ ପ୍ରଭୃତିର ମାଲିକମାନେ ଏବଂ କଣ୍ଟ୍ରାକ୍ଟରମାନେ ଆନନ୍ଦିତହେବେ। ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା, ଶତୃବଧା ଦୂର ହୋଇ ଲୋକ ସମ୍ପର୍କ ବୃଦ୍ଧି ହେବା ସହ ଭଲ କାମ କରି ପ୍ରଶଂସିତ ହେବେ। ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ ।

ସିଂହ:-

ବ୍ୟବସାୟରେ ସାମାନ୍ୟ ଲାଭ ଓ ବକେୟା ଅର୍ଥ ଆଦାୟ ହେବ। ପାରିବାରିକ କ୍ଷେତ୍ରରେ ସ୍ନେହ  ସଦ୍ଭାବର ଅଭାବ ଦେଖାଦେବ। ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ। ଶତୃମାନେ ମଥାନତ କରିବେ। ବାଦ-ବିବାଦ, କ୍ରିଡା, ପ୍ରତି ଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ବନ୍ଧୁଙ୍କର ମାଙ୍ଗଳିକ କାର୍ଯ୍ୟର ଦାୟିତ୍ୱ ନେଇ ଧାଁ ଦଉଡ଼ କରିବା ଫଳରେ କଷ୍ଟ ସ୍ୱୀକାର କରିବେ। ପରକଥାରେ ପଡି ପରିବାର ଲୋକଙ୍କୁ ଭୁଲ୍ ବୁଝିବେ। କଳେବଳେ କୌଶଳରେ ସମସ୍ତ ପ୍ରକାର ଅଭିଳାଷ ପୂରଣ ହେବ।  ପ୍ରତିକାର-ଭୋକିଲା ଲୋକକୁ ନିରାଶ କରିବେ ନାହିଁ।

କନ୍ୟା:-

ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ ଓ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ। ସାମାଜିକ ପତିଆରା ଅମଳିନ ରହିବ। ଆୟ ଉପାର୍ଜନ ବୃଦ୍ଧି ହେବ। ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହେବ। ଦୂରଯାତ୍ରାରେ ସଫଳ ହେବେ। ଈର୍ଷାପରାୟଣ ବ୍ୟକ୍ତିମାନେ ଦୂରେଇଯିବେ। ସାମାଜିକ ସ୍ତରରେ ସମ୍ମାନଲାଭ କରିବେ। ପରିବହନରେ ବିଶେଷ ଲାଭବାନ ହେବେ। ପ୍ରତିକାର-ପିତାମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

ତୁଳା:-

ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ। ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ। ମହିଳାମାନେ ପିଲାଙ୍କ ସହ ଖୁସିଗପ କରିବାରେ ମଉକା ଜୁଟିବ। ପାରିବାରିକ ସ୍ତରରେ ଭୁଲ ବୁଝାମଣାର ସମାଧାନ ହୋଇ ଉନ୍ନତି ମୂଳକ ପଦକ୍ଷେପ ନେବେ। ଶରୀର ସୁସ୍ଥ ହେବାର ସମ୍ଭାବନା ଅଛି। ରାଜନୀତି କ୍ଷେତ୍ରରେ ସହଯୋଗୀ ମାନଙ୍କ ଯୋଗୁଁ ଶାନ୍ତି ଲାଗିବ। ଆମୋଦ-ପ୍ରମୋଦ, କ୍ରିଡା, ମନୋରଞ୍ଜନ, ନୃତ୍ୟ ଗୀତ, କଳା ସଙ୍ଗୀତ, ଭୋଜିଭାତ, ମଉଜ ମଜିଲିସ୍, ଆଡମ୍ବରରେ ଆଗ୍ରହ ବଢିବ। ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ।

ବିଛା:-

ବାଦ-ବିବାଦ, କ୍ରିଡା, ପ୍ରତି ଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ରାଜନୀତି କ୍ଷେତ୍ରରେ ସହକର୍ମୀ ମାନଙ୍କ ସହ ଶତ୍ରୁତା ମେଣ୍ଟିଯିବ। ଶତୃମାନେ ପରାଜିତ ହେବେ। ଆତ୍ମୀୟ- ସ୍ଵଜନଙ୍କ ପାଇଁ ଭୋଗ ବିଳାସଦ୍ରବ୍ୟ ଓ ଗୃହୋପକାରଣ କ୍ରୟକରିବେ। ପିଲାମାନଙ୍କ କାର୍ଯ୍ୟରେ ଖୁସି ହେବେ। ଅଧାଥିବା କାର୍ଯ୍ୟ ପୂରଣ ହେବ। ତୀର୍ଥାଟନ କଲେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ନିର୍ମାଣ ମୂଳକ ଯୋଜନାରେ ଆଗେଇପାରିବେ। ଶତୃମାନେ ଦୁର୍ବଳ ହେବେ ଏବଂ ଆୟରପନ୍ଥା ସହଜ ହେବ। ପ୍ରତିକାର- ଅସହାୟକୁ ନିରାଶ କରିବେ ନାହିଁ।

ଧନୁ:-

ବ୍ୟବସାୟ କ୍ଷେତ୍ରରେ ପ୍ରଚୁର ପରିମାଣରେ ଆମଦାନୀ ରପ୍ତାନି କରି ଆନନ୍ଦ ଉଲ୍ଲାସରେ ଦିନଟି ବିତାଇବେ। ପାରିବାରିକ କ୍ଷେତ୍ରରେ ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରି ହେବେ। ଧର୍ମାତ୍ମା, ଦେବତା, ସାଧୁସନ୍ଥଙ୍କ ସେବା ଓ ପରୋପକାର କର୍ମରେ ନିଜକୁ ନିଯୋଜିତ କରିବେ। ଯଥେଷ୍ଟ ଆର୍ଥିକ ଉନ୍ନତି ଘଟିବ। ଶତୃମାନେ ଦୁର୍ବଳ ହେବେ ଏବଂ ଆୟରପନ୍ଥା ସହଜ ହେବ। ବନ୍ଧୁ ପରିବାର ଠାରୁ ସୁଖ ମିଳିବ। ଗୃହରେ ମାଙ୍ଗଳିକ କାର୍ଯ୍ୟ ହେବା ପାଇଁ ଆୟୋଜନ କରିବେ। ରାଜନୀତି କାର୍ଯ୍ୟରେ ସଫଳତା ମିଳିବ। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।

ମକର:-

ସ୍ଥଳ ବିଶେଷରେ ଦୂରସ୍ଥାନ ବାସ ଯୋଜନା ମନ ମଧ୍ୟରେ ଉଙ୍କି ମାରିବ। ଧନଲାଭ ହେବାରୁ ଖୁସି ହେବେ। ପରିଶ୍ରମ ଦ୍ଵାରା ବ୍ୟବସାୟ ବଢିବ। ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନହେବ। ସାମାଜିକ ଉତ୍ସବରେ ଯୋଗ ଦେବେ। ନିର୍ମାଣ ମୂଳକ ଯୋଜନାରେ ଆଗେଇପାରିବେ। ପାରିବାରିକସ୍ଥିତି ସନ୍ତୋଷ ଜନକ ହେବ। ରାଜନୀତିରେ ସଫଳତା ମିଳିବ। ପିଲାମାନଙ୍କ କାର୍ଯ୍ୟରେ ଖୁସି ହେବେ। ଅଧାଥିବା କାର୍ଯ୍ୟ ପୂରଣ ହେବ। ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

କୁମ୍ଭ:-

ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ବିଦେଶ ଯାତ୍ରା, ସୁଖ ଶାନ୍ତି, ଯଶ ଲାଭ, ନୂତନ ବାହନଆଦି ପ୍ରାପ୍ତି ହେବ। ବାଦ-ବିବାଦ, କ୍ରିଡା, ପ୍ରତି ଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଆମୋଦ-ପ୍ରମୋଦ, କ୍ରିଡା, ମନୋରଞ୍ଜନ, ନୃତ୍ୟ ଗୀତ, କଳା ସଙ୍ଗୀତ, ଭୋଜିଭାତ, ମଉଜ ମଜିଲିସ୍, ଆଡମ୍ବରରେ ଆଗ୍ରହ ବଢିବ। ମହିଳାମାନେ ଅଧିକ ଭାଗ୍ୟବାଦିନୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। ପାରିବାରିକ ସମସ୍ୟା ଗୁଡ଼ିକୁ ସୁଧାରି ନେବା ଉଚିତ୍। କୌଣସି ଶୁଭ ସମାଚାର ମଧ୍ୟ ଶୁଣିବାକୁ ମିଳିବ। ପ୍ରତିକାର- ଗାଈକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-

ବ୍ୟବସାୟରେ ଭଲ ଲାଭ ପାଇବେ। ଆର୍ଥିକ କ୍ଷେତ୍ରରେ  ଉନ୍ନତି  ହେବ। ଶତୃ ପରାଜିତ ହେବେ। ବାକିଥିବା ଅର୍ଥପ୍ରାପ୍ତି ହେବ। ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ମିଳିବ। ନିଜ ଆତ୍ମୀୟ ଲୋକଙ୍କ ସହ ସାକ୍ଷାତ ହେବ। ଆର୍ଥିକ ଚିନ୍ତା ଦୁରହେବ ଓ ପିତାଙ୍କ ସ୍ୱାସ୍ଥ୍ୟ ରେ ଉନ୍ନତି ଦେଖାଦେବ। ବିରୋଧୀମାନେ ହଇରାଣ ହେବେ। ମହିଳାମାନେ ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହେବେ। ହସଖୁସିରେ ସମୟ ବିତାଇବେ। ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ। ଧାର୍ମିକ କାର୍ଯ୍ୟରେ ମନ ଲାଗିବ ଏବଂ ତୀର୍ଥଯାତ୍ରା ମଧ୍ୟ କରିବାକୁ ପଡିବ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!