ଦୈନିକ ରାଶିଫଳ: ୧୬ ଡିସେମ୍ବର ୨୦୧୯, ମହାଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କର ଶାରୀରିକ ଓ ମାନସିକ ଶାନ୍ତି ଦେଖାଦେବ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ପରିବାରରେ ଓ କୁଟୁମ୍ବରେ ମାଙ୍ଗଳିକ କାର୍ଯ୍ୟର ଦାୟିତ୍ୱ ନେଇ ଧାଁ ଦଉଡ଼ କରିବା ଫଳରେ ପ୍ରଶଂସା ପାଇବେ। ଶିକ୍ଷା କ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ। ଶତୃ ପରାଜିତ ହେବେ। ବାକିଥିବା ଅର୍ଥପ୍ରାପ୍ତି ହେବ। ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ମିଳିବ। ସନ୍ତାନ ପକ୍ଷର ଚିନ୍ତା ଦୂର ହେଇଯିବ। ଦୈନଦିନ କର୍ମପ୍ରତି ଉତ୍ସାହ ବୃଦ୍ଧି ପାଇବ। ବ୍ୟବସାୟରେ ଭାଗୀଦାରମାନଙ୍କ ସହ ମତାନ୍ତର ମେଣ୍ଟିଯିବ। କ୍ରୋଧ ନିୟନ୍ତ୍ରଣ ନ ରଖିଲେ ଅନେକ କ୍ଷତି ହେବ। ସ୍ୱାସ୍ଥ୍ୟ ଠିକ୍ ରହି ନ ପାରେ। ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ। କର୍ମ କ୍ଷେତ୍ରରେ ଉଚ୍ଚାଧିକାରୀ ଓ ସହକର୍ମୀଙ୍କ ସହ ବାଦ ବିବାଦ ମେଣ୍ଟି ଯିବ। ବନ୍ଧୁ ମିତ୍ର ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବେ। ପରିବାରର କେତେକ ସମସ୍ୟା ସମାଧାନ ନେଇ ମାନସିକ ଶାନ୍ତି ଅନୁଭବ କରିବେ। ଛାତ୍ରଛାତ୍ରୀମାନେ ପରୀକ୍ଷା ପ୍ରତିଯୋଗିତାରେ ସଫଳ ହୋଇ ଉଚ୍ଚ ଶିକ୍ଷାପାଇଁ ସୁଯୋଗ ପାଇବେ। ଅଚାନକ ଧନ ପ୍ରାପ୍ତି ହେବ ଓ ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେସ କରିବେ। ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବ। ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-

ଆର୍ଥିକସ୍ଥିତିରେ ସୁଧାର ଆସିବ। ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତିର ସୂଚନା ପାଇବେ। ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ ନକରିବା ଉଚିତ୍। କର୍ତ୍ତବ୍ୟନିଷ୍ଠ, ଉଦ୍ୟମୀ, ଦକ୍ଷ, ଜନପ୍ରିୟ, ସିଦ୍ଧହସ୍ତା ବ୍ୟକ୍ତିରୁପେ ପ୍ରଶଂସା ପାଇବେ। ସ୍ୱାସ୍ଥ୍ୟ ଭଲ ରହିବ। ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ। ସାଧୁ-ସନ୍ଥ ଓ ଗୁରୁଜନଙ୍କ ଶୁଭାଶୀର୍ବାଦ ପ୍ରାପ୍ତ ହେବ। କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ଅଧିକ ଘନିଷ୍ଠତା ହେବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-

କର୍ମକ୍ଷେତ୍ରଟି ସୁଦୃଢ ହେବ। ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। ମହିଳାମାନେ ହସ ଖୁସିରେ ଚଳିବେ। ରାଜନୀତିରେ ସମାଲୋଚିତ ହେଲେମଧ୍ୟ ଭାବମୂର୍ତ୍ତି ଅକ୍ଷୁର୍ଣ୍ଣ ରହିବ। ଭୋଗ ବିଳାସକୁ ତୁଚ୍ଛମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ। ବ୍ୟବସାୟ ବଢାଇବାରେ ସମର୍ଥ ହେବେ ସତର୍କ ରହିଲେ ଆର୍ଥିକ ଭରସାମ୍ୟ ରକ୍ଷାକରୀ ପାରିବେ ଓ ଶାନ୍ତିର ନିଃଶ୍ଵାସ ମାରି ପାରିବେ। କର୍ମଚାରୀ ଓ ଶ୍ରମିକମାନେ ବେସୀ ଉପକୃତ ହେବେ। ତଳ ମହଲରୁ ଆଶାତୀତ ଲାଭ ପାଇବେ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-

ପୁଞ୍ଜିଲଗାଣ, ଉଦ୍ୟୋଗ, ଧନ ଆଦାନପ୍ରଦାନରେ ଲାଭବାନ୍ ହେବେ। ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ବିଜୟୀ ହେବେ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ଦୂରଯାତ୍ରାରେ ସଫଳତା ପ୍ରାପ୍ତି ହେବ। ବ୍ୟବସାୟରେ ପ୍ରତିଦ୍ଵନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ ହେବ। ରାଜନୈତିକ କ୍ଷେତ୍ରରେ ସ୍ଥିରତା ଦେଖାଦେବ ଓ ଆଶା ମୁତାବକ ଫଳ ପାଇବେ। ବାଦବିବାଦ, ମାଲିମୋକଦ୍ଦମା ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ଦାମ୍ପତ୍ୟ କଳହ ଓ ଭୟ ଆଶଙ୍କା ଦୂରେଇ ଯିବ। ବକେୟା ଅର୍ଥ କିଛି ମିଳିବ। ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-

କର୍ମକ୍ଷେତ୍ରରେ ପଦୋନ୍ନତି ସହ ପଦସ୍ଥ ବ୍ୟକ୍ତିଙ୍କର ଆସ୍ଥାଭାଜନ ହେବେ। ନୂତନ ଯାନକ୍ରୟ, ଗୃହନିର୍ମାଣ ଆଦି କରି ପାରିବେ। ସ୍ଥଗିତ ଥିବା କର୍ମଟି ସହଜ ସରଳରେ ପୂର୍ଣ୍ଣହେବ। ଯାନବାହାନ ବ୍ୟବସାୟରେ ତଥା ଭ୍ରମଣ ସଙ୍କ୍ରାନ୍ତିୟ ବ୍ୟବସାୟ ରେ ଲାଭବାନ ହେବେ। ମାଲିମୋକଦ୍ଦମାରେ ସଫଳତା ମିଳିବ। ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ। ଲୁଗାପଟା ଓ ସୌଖୀନ ଦ୍ରବ୍ୟର ବ୍ୟବସାୟୀମାନେ ଦ୍ବିଗୁଣ ଲାଭ କରିବେ। ପୂର୍ବ ଶତୃମାନେ ପଛଘୁଞ୍ଚା ଦେବେ। ଯାତ୍ରାଫଳରେ ଉତ୍ସାହିତ ହେବେ ଓ ପ୍ରତ୍ୟେକ ମୁଖରୁ ପ୍ରଶଂସାବାଣୀ ଶୁଣିବେ। ପ୍ରତିକାରମାଦକଦ୍ରବ୍ୟ ସେବନ କରନ୍ତୁ ନାହିଁ।

ତୁଳା:-

କର୍ମକ୍ଷେତ୍ରରେ ସାଫଲ୍ୟ, ଉଚ୍ଚସମ୍ମାନ ଓ ପଦପଦବୀ ଲାଭ ହେବ। ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ।  ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ପ୍ରବାସ ଯାତ୍ରାରେ ଲାଭବାନ ହେବେ। ନିର୍ମାଣ ମୂଳକ ଯୋଜନାରେ ଆଗେଇବେ। ଗୃହୋପକରଣ କ୍ରୟ କରିବେ। ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ। ମହିଳାମାନେ ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହେବେ। ପିଲାମାନଙ୍କ ପ୍ରତି ସତର୍କ ରହି ଆନନ୍ଦିତ ହେବେ ଓ ସାମାଜିକ ପ୍ରତିଷ୍ଠା. ମାନ-ସମ୍ମାନ ବୃଦ୍ଧି ହେବ। ଛାତ୍ରଛାତ୍ରୀମାନେ ଶିକ୍ଷାକ୍ଷେତ୍ରରେ ଆଗ୍ରହୀ ହେବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:-

ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ପୂରଣ କରିବାକୁ ଚେଷ୍ଟା କରିବେ। ଅତି ନିକଟର ବନ୍ଧୁବାନ୍ଧବଙ୍କସହ ଅତି ପ୍ରିୟତା ସୃଷ୍ଟିହେବ। ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ। ଆର୍ଥିକ ସ୍ଥିତି ସ୍ଵଛଳ ରହିବ। ବ୍ୟବହାର କୁଶଳତାକୁ ଆଧାରକରୀ ନିମ୍ନବର୍ଗର ସହାୟତା ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ। ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ। କର୍ମ କ୍ଷେତ୍ରରେ ସହଯୋଗୀ ମାନଙ୍କ ଯୋଗୁଁ ଶାନ୍ତି ପାଇବେ। ପ୍ରତିକାର ମୁହଁ ମିଠାକରି ଘରୁ ବାହାରନ୍ତୁ।   

ଧନୁ:-

କର୍ମକ୍ଷେତ୍ରରେ ଶତୃମାନେ ଦୂରେଇ ଯିବା ଫଳରେ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ ଓ ମାନସିକ ଶାନ୍ତି ପାଇବେ।  ବ୍ୟବସାୟରେ ଭାଗୀଦାରୀମାନଙ୍କ ସହ ମତାନ୍ତର ମନାନ୍ତର ଦୂରେଇ ଯିବ। କାରବାରରେ ଉତ୍ଥାନ ହେବା ଫଳରେ ବ୍ୟବସାୟ ବୃଦ୍ଧି କରିବାର ଇଚ୍ଛା ଜାଗ୍ରତ ହେବ। ଶୋଷିତ ଓ ନିର୍ଯାତିତଙ୍କ ବିଡମ୍ବନାକୁ ମୁଣ୍ଡେଇ ଦୃଢ ମନୋବଳରେ ଆଗେଇ ପାରିବେ। ପରିବାର ଭିତରେ ଜଗିରଖି ନଚଳିଲେ କଳହ ସୃଷ୍ଟି ହେବାର ସମ୍ଭାବନା। ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ ଓ ପରୀକ୍ଷା ପରିଣାମ ଅନୁକୂଳ ହେବ। ପ୍ରତିକାର– ଷଣ୍ଢକୁ ଖାଇବାକୁ ଦିଅନ୍ତୁ।   

ମକର:-

ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ ପାଇଁ ଦୂରସ୍ଥାନକୁ ଯାତ୍ରା କରି ପାରନ୍ତି। ଅଟକିଥିବା କାର୍ଯ୍ୟ ପୂରଣ ହେବ। କର୍ମକ୍ଷେତ୍ରଟି ସୁଦୃଢ ହେବ ଓ ଆୟ ବୃଦ୍ଧି ହେବା ଫଳରେ ଆର୍ଥିକ ଉନ୍ନତି ହେବ। ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ। ଦୂରସ୍ଥାନକୁ ଯାତ୍ରା କରିବେ। ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ଗୁରୁଜନଙ୍କ ସହାନୁଭୁତି ଉପଲବ୍ଧ ହେବ ଓ ସନ୍ତାନର ସୁ-ଖବର ଶୁଣି ଖୁସି ହେବେ। ସ୍ଵାସ୍ଥ୍ୟର କିଛି ପରିବର୍ତ୍ତନ ଘଟିବ। ପ୍ରତିକାରମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

କୁମ୍ଭ:-

କର୍ମ କ୍ଷେତ୍ରରେ ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ। ପ୍ରତିଯୋଗୀତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ। କଠିନ କାର୍ଯ୍ୟ ସହଜରେ ସମାଧାନ କରିବେ। ସମସ୍ତ ବାଧାବିଘ୍ନକୁ ଭ୍ରୂକ୍ଷେପ ନକରି ନିଜର ସିଦ୍ଧାନ୍ତରେ ଅଟଳ ରହିବେ। କୋର୍ଟ କଚେରୀ ମାମଲା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ। ବ୍ୟବସାୟ କ୍ଷେତ୍ରରେ ନିଜର ପ୍ରତିଷ୍ଠା ସୁନାମ ବଢିବ। ପାରିବାରିକ ଜୀବନ ସମସ୍ତଙ୍କ ମେଳରେ ରହି ସୁଖ-ସନ୍ତୋଷରେ କଟିବ। ସାମାଜିକ ସ୍ଥିତି ଓ ମାନସମ୍ମ।ନ ବଜାୟ ରହିବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-

ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ। ଆର୍ଥିକ ଦିଗର ଅଭିବୃଦ୍ଧି କାରଣରୁ ଗଠନମୂଳକ ତଥା ସେବାସମ୍ବନ୍ଧିତ କ୍ଷେତ୍ରରେ ଉଚ୍ଚ ଭୂମିକା ଗ୍ରହଣ କରିବେ। ଶତ୍ରୁ ନାଶ ଯୋଗେ ନିରୁପଦ୍ରବ ଜୀବନଚର୍ଯ୍ୟାର ଅଧିକାରୀହେବେ। ସଚ୍ଚୋଟ ଓ ନ୍ୟାୟୀ ବ୍ୟକ୍ତିହିସାବରେ ପ୍ରତେକ କଥାକୁ  ଟିକିନିଖି ପରୀକ୍ଷା ପରେ ହିସାବକୁ ନେବେ। ସ୍ଵାସ୍ଥ୍ୟରେ ଉନ୍ନତି ସହ ଅଧ୍ୟାତ୍ମିକ ତଥା ବୈଷୟିକ ରୁଚି ପୂର୍ତ୍ତି ହେବ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। କୌଣସି ଶିକ୍ଷା ଅନୁଷ୍ଠାନରେ ଯୋଗ ଦେବାର ସୁବିଧା ସୁଯୋଗ ଆସିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!