ସାପ୍ତାହିକ ରାଶିଫଳ: ୧୬ ଡିସେମ୍ବର ରୁ ୨୨ ଡିସେମ୍ବର, ଏହି ସପ୍ତାହରେ ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ କିଛି ବଡ ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦ ମେଣ୍ଟିଯିବ। ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ସୁନାମ ଅର୍ଜନ କରିବେ। ବନ୍ଧୁ ବାନ୍ଧବଙ୍କ ଦ୍ଵାରା କୌଣସି ଜଟିଳ ସମସ୍ୟାର ସମାଧାନ ହେବ। ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବା ସହିତ ଦାମ୍ପତ୍ୟ ଜୀବନ ସୁଖମୟ ହେବ। ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହକର୍ମୀମାନଙ୍କଠାରୁ ସାହାଯ୍ୟ ଓ ସହଯୋଗ ପାଇ ଉତ୍ତମ ରୋଜଗାର କରି ପାରିବେ। ପାରିବାରିକ କ୍ଷେତ୍ରରେ ଭାରସାମ୍ୟ ରକ୍ଷାକରି ନିମ୍ନବର୍ଗଙ୍କ ଯୋଗେ ପରିସ୍ଥିକୁ ନିଜ ତରଫରେ ନେଇ, ସ୍ଵାର୍ଥସିଦ୍ଧିର ପଥକୁ ପ୍ରଶସ୍ତ କରିବେ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ, ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ଦୁଃସାହସିକ ପଦକ୍ଷେପ ନେଇ ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ। ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସୁଖ ସମୃଦ୍ଧି ବୃଦ୍ଧି  ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ବ୍ୟବସାୟରେ ସଫଳତା ଅର୍ଜନ ତଥା ଦୂରଯାତ୍ରାର ସୁଯୋଗ ପାଇବେ। ଆତ୍ମବିଶ୍ୱାସ ବୃଦ୍ଧି ପାଇବ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ। ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ବ୍ୟବସାୟରେ ଉତ୍ତମ ରୋଜଗାର ହେଲେ ମଧ୍ୟ ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ। ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହଯୋଗୀମାନେ ପୂର୍ଣ୍ଣ ସହଯୋଗ କରିବେ। ସରକାରୀ କର୍ମଚାରୀମାନେ ସହକର୍ମୀ ମାନଙ୍କ ସହିତ ସୁସମ୍ପର୍କ ରଖି କେତେକ କ୍ଷେତ୍ରରେ ଭଲ କାମ କରି ପ୍ରଶଂସା ପାଇବେ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଆଗ୍ରହ ବଢିବ। ସାମ୍ବାଦିକମାନେ ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ବାଧ୍ୟ ହେବେ। ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ମିଥୁନ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ମାନସିକ ଶାନ୍ତିସହ ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ। ବନ୍ଧୁମିତ୍ରଙ୍କ ସହ ମନୋରଞ୍ଜନ, ଭ୍ରମଣ ଫଳରେ ହସଖୁସିର ବାତାବରଣ ସୃଷ୍ଟି ହେବ। ନୂତନକର୍ମ ନିଯୁକ୍ତିରେ ସଫଳ ହେବେ। ଛାତ୍ରଛାତ୍ରୀମାନେ ଉଚ୍ଚଶିକ୍ଷା ପାଇଁ ଆଗ୍ରହୀ ହେବେ। ଗୃହପାଳିତ ପଶୁ ଓ ଯାନବାହାନ  ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ। ପାରିବାରିକ କ୍ଷେତ୍ରରେ ଗୋଟିଏ ପାଖରେ ସ୍ନେହ ଶ୍ରଦ୍ଧାର ସ୍ରୋତ ଛୁଟୁଥିଲାବେଳେ ଅନ୍ୟ ପାଖରେ ଉପେକ୍ଷା ଓ ଅଶାନ୍ତିର ବାତାବରଣ ଦେଖାଦେଇ ପାରେ। ଉତ୍ତମ ରୋଜଗାର ହେଲେ ମଧ୍ୟ ଗୃହୋପକରଣ କ୍ରୟ କରିବା ଯୋଗେ କିଛି ବ୍ୟୟ ହେବ। ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ। ଧାର୍ମିକ କାର୍ଯ୍ୟରେ ଯୋଗଦେବା ଫଳରେ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। ବ୍ୟବସାୟରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ। କ୍ରିଡା, ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରିବେ। ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇବେ। ପୈତୃକ ସମ୍ପତ୍ତି ନେଇ ପାରିବାରିକ ଦ୍ଵନ୍ଦର ସମାଧାନ ବାଟ ଫିଟି ଯିବ। ବିଦ୍ୟାର୍ଥି ମାନଙ୍କର ମନଅନୁକୂଳ ଫଳପ୍ରାପ୍ତି ହେବା ଫଳରେ ଚିନ୍ତା ଭାବନା ଦୂର ହୋଇଯିବ। କର୍ମକ୍ଷେତ୍ରରେ ଉଚ୍ଚଧିକାରୀଙ୍କ ସହ ସୁ ସମ୍ପର୍କ ଫଳରେ ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି। ପ୍ରିୟଜନମାନଙ୍କୁ ଆର୍ଥିକ ସାହାଯ୍ୟ କରିବେ। ରାଜନୀତି କ୍ଷେତ୍ରରେ ପଦ ପଦବୀ ଲାଭ ହେବା ସହ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ ଓ ବହୁବିଧ ଲାଭ ମିଳିବ। କ୍ରୀଡ଼ା, କଳା, ସାହିତ୍ୟ, ପ୍ରକାଶନ, ବାଣିଜ୍ୟ, ବ୍ୟବସାୟ, କୃଷି ଓ ପ୍ରଶାସନିକ ସ୍ତରରେ ଉଚ୍ଚ ସମ୍ମାନ ପାଇବେ। ନିଜ ଗୃହ ସମସ୍ୟା ସଜାଡିବାର ସୁବିଧା ପାଇବେ। ସରକାରୀ କର୍ମଚାରୀମାନେ କାର୍ଯ୍ୟ କ୍ଷେତ୍ରରେ ସଫଳତା ଲାଭ କରିବା ସହ ପଦୋନ୍ନତି ପାଇ ପାରନ୍ତି। କୃଷି କ୍ଷେତ୍ରରେ ସଫଳତା ଦେଖାଦେବ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ନୂତନ ବ୍ୟବସାୟ ଆରମ୍ଭ କରିପାରିବେ। ଯଦି ବ୍ୟବସାୟ କରୁଥାନ୍ତି ଅତ୍ୟନ୍ତ ଲାଭାନ୍ନିତ ହୋଇ ସଂପତ୍ତି କ୍ରୟ କରିବେ। ବିଦ୍ୟାର୍ଥୀ ହୋଇଥିଲେ ପ୍ରଶାସନିକ ସେବା ସଂବନ୍ଧିତ ପରୀକ୍ଷା ପାଇଁ ପ୍ରସ୍ତୁତ ହେବା ଉଚିତ କିମ୍ବା ଡାକ୍ତରୀ ପାଠ ପଢ଼ୁଥିଲେ ବିଶେଷ ସଫଳତା ପ୍ରାପ୍ତ ହେବ। ଭାଗ୍ୟର ପ୍ରବଳତା ହେତୁ ସମସ୍ତ କାର୍ଯ୍ୟ ପୂର୍ଣ୍ଣ ହେବ। ସନ୍ତାନ କ୍ଷେତ୍ରରେ ସର୍ବଶ୍ରେଷ୍ଠ ଫଳ ପାଇବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ନୂତନ ଗୃହ, ନୂତନ ଯାନ, ନୂତନ ବ୍ୟବସାୟ, ନୂତନ ଜାଗା ଜମିପ୍ରାପ୍ତି ହେବ। ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରା କରିବେ। ଚାକିରୀ ପାଇଁ ଚେଷ୍ଟା କରୁଥିଲେ ଶିକ୍ଷାକ୍ଷେତ୍ର, ଧର୍ମାନୁଷ୍ଠାନ, ଭୋଜନାଳୟ, ପ୍ରଶାସନ ବିଭାଗ, ଖାଦ୍ୟ ସଂବନ୍ଧୀୟ ବିଭାଗ, ଖାଦ୍ୟ ପ୍ରସ୍ତୁତି କରୁଥିବା କାରଖାନାରେ ଯୋଗାଯୋଗ କରନ୍ତୁ। ରାଜନୀତି କ୍ଷେତ୍ରରେ ଅନୁକୂଳ ହେତୁ ଲୋକ ସମର୍ଥନ ବୃଦ୍ଧି ପାଇବ। କୋର୍ଟ, କଚେରୀ, ମାଲିମକଦ୍ଦମା, ବାଦବିବାଦ କ୍ଷେତ୍ରରେ ଜୟଯୁକ୍ତ ହେବେ। ଗୁରୁ-ଗୁରୁଜନମାନଙ୍କର ଆସ୍ଥାଭାଜନ ହେବେ। ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଆର୍ଥିକ ଦୃଷ୍ଟି କୋଣରୁ ଉନ୍ନତି ହେବ। ସୁଖ-ସୌଭାଗ୍ୟ ବୃଦ୍ଧି ହେବ। ଆୟ ପନ୍ଥା ପାଇଁ ନୂତନ ଧାରା ଅବଲମ୍ବନ କରିବେ।  ସନ୍ତାନମାନଙ୍କର ଶିକ୍ଷା, ଉଚ୍ଚଶିକ୍ଷା, ବିଦେଶ ଯାତ୍ରାର ମନସ୍କାମନା ପୂର୍ଣ୍ଣ ହେବ। ବ୍ୟବସାୟ କ୍ଷେତ୍ରରେ ଭାଗ୍ୟ ଅନୁକୂଳ ହେତୁ ଆଶାତିତ ଲାଭ ମିଳିବ। ସେୟାର, ଲଟେରୀ ଆଦିରେ ଲାଭ ଅଧିକ ମିଳିବ। ନୂତନ ଉଦ୍ୟୋଗରେ ପଇସା ଖଟେଇବେ। ପାରିବାରିକ କ୍ଷେତ୍ରରେ ଶୁଭ ସମାଚାର ଶୁଣି ଖୁସି ହେବେ। ଖଣିଜ ବ୍ୟବସାୟ, ଯାନବାହନ ବ୍ୟବସାୟ, ଯାତାୟତ ବ୍ୟବସାୟ, ବାୟୁଯାନ, ରେଳବିଭାଗର ଟିକେଟ ବିକ୍ରି, ଭୂ-ଜାତ ଦ୍ରବ୍ୟ ବ୍ୟବସାୟ, ସାନିଟାରୀ, ଇଟା, କୋଇଲା, ହାଡୱାର, ମହମବତୀ ଓ ଶ୍ରମିକ ବ୍ୟବସାୟରେ ଅତ୍ୟଧିକ ଲାଭପାଇବେ। ରାଜନୀତି କ୍ଷେତ୍ରରେ ଉଚ୍ଚ ପଦାଧିକାରୀ ହୋଇପାରିବେ। ସମସ୍ତ ପ୍ରକାର ପ୍ରତିଯୋଗିତାରେ ସଫଳ ହେବେ। ମାନସିକ ଶାନ୍ତି ଓ ମନସ୍କାମନା ପୂର୍ଣ୍ଣ ହେବ। ଅଧିନସ୍ଥ କର୍ମଚାରୀଙ୍କ ପ୍ରତି ସତର୍କ ନରହିଲେ ସମସ୍ୟାର ସମ୍ମୁଖୀନ ହେବେ। ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଶାରିରୀକ ଅସୁସ୍ଥତା ଦୂର ହୋଇ ଶରୀର ସୁସ୍ଥ ରହିବ। ପ୍ରେମିକ ପ୍ରେମିକାମାନେ ପ୍ରଶଂସିତ ହେବେ। ଦାମ୍ପତ୍ୟ କଳହର ସମାଧାନ ହୋଇଯିବ। ଠିକାଦାରୀ, ସଡକ, ଗୃହନିର୍ମାଣ ସାମଗ୍ରୀ ବ୍ୟବସାୟ, ପ୍ଳାଷ୍ଟିକ୍ ଚମଡା, ବସ୍ତ୍ର, ଫଳ, ତେଲ, ଲୁହା, ମଟର ପାର୍ଟସ୍, କୋଇଲା, ପେଟ୍ରୋଲିୟମ ପଦାର୍ଥ, ଏଜେନ୍ସି ଆଦି ବ୍ୟବସାୟରେ ଲାଭବାନ ହେବେ। କଳକାରଖାନା, କୋଇଲା ଖଣି, ରେଳବିଭାଗ, ଡାକ ଓ ତାର ବିଭାଗ, ଟ୍ରାନ୍ସପୋର୍ଟ ବିଭାଗରେ କାର୍ଯ୍ୟ କରୁଥିବା ବ୍ୟକ୍ତିମାନେ ଅଧିକ ପରିଶ୍ରମ କରି ପ୍ରଶଂସା ପାଇବେ। ସରକାରୀ କର୍ମଚାରୀମାନଙ୍କର ଉପରିସ୍ଥ ଅଧିକାରୀଙ୍କ ସହିତ ମନାନ୍ତର ମତାନ୍ତର କଟି ଯାଇ ଉନ୍ନତି ହେବା ଫଳରେ ସ୍ଥାନ ପରିବର୍ତ୍ତନ ପାଇଁ ଚେଷ୍ଟା କରିବେ। କର୍ମସଂଧାନୀ ମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳତା ପାଇବେ। ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳତା ମିଳିବ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧିହେବ। ରାଜନୈତିକ କ୍ଷେତ୍ରରେ ଲୋକ ସମର୍ଥନ, ଦଳ ସମର୍ଥନ ବଢିବା ସହ ମୁଖ୍ୟନେତାଙ୍କର ପ୍ରିୟପାତ୍ର ହେବେ। ବ୍ୟବସାୟରେ ଉନ୍ନତୀ ହେବ କିନ୍ତୁ ଶେଷରେ ଖର୍ଚ୍ଚାନ୍ତ ହେବା ଫଳରେ ହିସାବ ପାଇବେ ନାହିଁ। ପ୍ରତିକାର ଚଣାଡାଲି ମନ୍ଦିରରେ ଦାନ କରନ୍ତୁ।

ବିଚ୍ଛା:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଅକସ୍ମାତ ଧନଲାଭ ହେବ। ଶିକ୍ଷା ବିଭାଗ କର୍ମଚାରୀ, ରାଜ୍ୟପାଳ ଭବନ କର୍ମଚାରୀ, ଓକିଲ ସଂଘ, ସାର୍ବଜନିନ ନିର୍ମାଣ ବିଭାଗର କର୍ମଚାରୀ, ଜଳବଣ୍ଟନ ବିଭାଗ କର୍ମଚାରୀ ଚିକିତ୍ସା ବିଭାଗ କର୍ମଚାରୀମାନଙ୍କର କର୍ମକ୍ଷେତ୍ରରେ ଉନ୍ନତି ସହ ଲାଭବାନ୍ ହେବେ। କର୍ମପାଇଁ ଅପେକ୍ଷା କରିଥିବା ଯୁବକ  ଯୁବତୀମାନେ ଉପଯୁକ୍ତ ବିଭାଗରେ କର୍ମ ନିଯୁକ୍ତି ପାଇବେ। ଗୃହପାଳିତ ପଶୁଙ୍କ ଦ୍ୱାରା ବିଶେଷ ଲାଭନ୍ୱିତ ହେବେ। ବ୍ୟାଙ୍କ ଋଣ ଆବଶ୍ୟକ ଥିଲେ ଅତି ସହଜରେ ପାଇପାରିବେ ଏବଂ ପୂର୍ବଋଣ  ସହଜରେ ପରିଶୋଧ କରିପାରିବେ। ନୂତନ ସଂପତ୍ତି କ୍ରୟ ବିକ୍ରୟ କରିବାର ଉପଯୁକ୍ତ ସମୟ। ବାଣିଜ୍ୟ, ବ୍ୟବସାୟ, ନବିନିକରଣ, ଦୋକାନ, ଅଫିସ, ବାସଗୃହ ଆଦି ସାଜସଜ୍ଜା କରିବାପାଇଁ ଉପଯୁକ୍ତ ସମୟ। ବିଦେଶ ଯାତ୍ରାରେ ଉଚ୍ଚଶିକ୍ଷା ପାଇଁ ଓ କର୍ମୋନ୍ନତି ପାଇଁ ସୁଯୋଗ ପାଇବେ। ରାଜନୈତିକ କ୍ଷେତ୍ରରେ ଉଚ୍ଚ ପଦ ପଦବୀରେ ପ୍ରତିଷ୍ଠିତ ହେବେ। ପାରିବାରିକ ଜୀବନ ଶାନ୍ତିପୂର୍ଣ୍ଣ ହେବ। ସ୍ୱାସ୍ଥ୍ୟ ଦିଗରେ ଛାତି, ଗଳା, ମେରୁଦଣ୍ଡ, ମସ୍ତିଷ୍କ ପ୍ରତି ସତର୍କ ଅବଲମ୍ବନ କରିବା ଉଚିତ୍। ପ୍ରତିକାର ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ଧନୁ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଗୃହବାହନ ପ୍ରାପ୍ତି, ମିଷ୍ଟାନ ଭୋଜନ, ଉଚ୍ଚଆଶା ପୂରଣ ହେବ। ବିଦେଶ ଯାତ୍ରାରେ ଲାଭବାନ ହେବେ। କର୍ମକ୍ଷେତ୍ରରେ ଉପରିସ୍ଥଙ୍କୁ ଆପଣାର କରି କୃପା ଭାଜନ ହେବେ ଓ ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ସ୍ଥଳ ବିଶେଷରେ ବିନା ପରିଶ୍ରମରେ ଅଧିକ ଲାଭବାନ ହେବେ। ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ୱଳତର କରିବାର ସାମର୍ଥ୍ୟ ବଢ଼ିବ। କଠିନ ପରିଶ୍ରମର ମୂଲ୍ୟ ଫେରି ପାଇବାକୁ ହକ୍ ହେବେ। ଅପେକ୍ଷାକୃତ ସୁସ୍ଥ ବାତାବାରଣ ପାଇ ସ୍ଥାନ ଓ ସ୍ଥିତି ଅଟଳ ରଖି ପାରିବେ। ପାରିବାରିକ କ୍ଷେତ୍ରରେ ଅସ୍ଥିରତା ଓ ଅଶାନ୍ତି ଦୂରେଇଯିବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ଧର୍ମଦିଗରୁ ଦୂରେଇ ଯାଇ ବୈଷୟିକ-ଆସକ୍ତି ଦ୍ଵାରା ଜଡିତ ହେବେ। ବୁଡ଼ି ଯାଉଥିବା ପଇସା କିମ୍ବା ଆପଣଙ୍କଠାରୁ କେହି ଅର୍ଥ ନେଇ ଦେଉନଥିଲେ କଳେବଳେ କୌଶଳେ ପ୍ରାପ୍ତି ହେବ। ପଡୋଶୀଙ୍କ ସହିତ ମଧୁର ସଂପର୍କ ସ୍ଥାପନ ହେବ। ମହତ୍ ଉଦ୍ଦେଶ୍ୟ ଓ ଉଚ୍ଚ ଆକାଂକ୍ଷା ପୂର୍ଣ୍ଣ ହେବ। ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ପରାକ୍ରମ ପ୍ରତିଷ୍ଠା ମାନ ବୃଦ୍ଧି ହେବ। ବିଶେଷ କରି ବିଦ୍ୟାର୍ଥୀ ମାନଙ୍କ ପାଇଁ ଏହା ଏକ ସୁବର୍ଣ୍ଣ ସୁଯୋଗ। ପ୍ରତିଯୋଗୀ ପରୀକ୍ଷାରେ ପ୍ରଶାସନିକ ସେବାପାଇଁ କରିଥିବା ଶ୍ରମ ଅବଶ୍ୟ ଶୁଭଫଳ ଦେବ। ସରକାରୀ କର୍ମଚାରୀମାନେ ପ୍ରମୋଶନ ପାଇ ଖୁସି ହେବେ ଏବଂ ଧନଲାଭ କରିବାର ସୁଯୋଗ ପାଇବେ। ଏହି ସମୟରେ ବ୍ୟବସାୟୀମାନେ ବ୍ୟବସାୟକୁ ବିସ୍ତାରିତ କରିବାପାଇଁ ସକ୍ଷମ ହେବେ ଏବଂ ସଂପତ୍ତି କ୍ରୟ କରିବାପାଇଁ ଅତ୍ୟନ୍ତ ଶୁଭ ସମୟ। ସନ୍ତାଠାରୁ ସୁଖପ୍ରାପ୍ତି ହେବ। ପୁତ୍ରରତ୍ନ ପ୍ରାପ୍ତି ହେବ। କାର୍ପାସ, ଚିତ୍ରକଳା, ଷ୍ଟେସ୍ନାରୀ, ଚଳଚିତ୍ର, ମିଠାଦ୍ରବ୍ୟ ବା ମିଷ୍ଠାନ୍ନ ଭଣ୍ଡାର, ଚାନ୍ଦି, ଚାଉଳ, ଗହମ, ବସ୍ତ୍ର, ଫଟୋଗ୍ରାଫି, ଶୃଙ୍ଗାର ପ୍ରସାଧନୀ ବ୍ୟବସାୟୀମାନେ ବା ଏହି ସଂସ୍ଥାରେ କାର୍ଯ୍ୟ କରୁଥିବା ବ୍ୟକ୍ତିମାନେ ବିଶେଷ ଲାଭବାନ ହେବେ। ରାଜନିତୀ କ୍ଷେତ୍ରରେ ସଫଳତା ସହ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ତୁଲାଇବେ। ମାଲିମକଦ୍ଦମାରେ ବିଜୟଲାଭ ହେବ। ସମସ୍ତ ସମସ୍ୟା ଅପସରି ଯିବ। ଶତୃମାନେ ତଳମୁହାଁ ହେବେ। ପ୍ରତିକାରପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

କୁମ୍ଭ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଆୟ ପନ୍ଥାର ପରିବର୍ତ୍ତନ ଆସିବ। ବିଦ୍ୟୁତ ବିଭାଗ, ପ୍ରଶାସନ ବିଭାଗ, ଜ୍ୟୋତିଷ, ବିଚାର ବିଭାଗ, ଡାକ ଓ ତାର ବିଭାଗ, ବୈଜ୍ଞାନିକ, ନୃତ୍ୟ ଓ ସଙ୍ଗୀତବିଭାଗ, ସମାଚାର ପତ୍ର ବିଭାଗରେ କର୍ମରତ ଥିଲେ ବିଶେଷ ଲାଭବାନ୍ ହେବେ। ରାଜନୀତି କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ସଫଳ ହେବେ। ଶତୃମାନଙ୍କୁ ମୁକାବିଲା କରିପାରିବେ। ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ଉଚ୍ଚଶିକ୍ଷା ପାଇଁ ବିଦେଶଯାତ୍ରା କରିପାରିବେ। ବଡ଼ ବଡ଼ ଉଦ୍ୟୋଗ କରିବାରେ ସଫଳ ହେବେ। ଆରମ୍ଭ କରିଥିବା କାର୍ଯ୍ୟ ପୂରଣ କରିବେ।ନୂତନ କର୍ମ ନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷାରେ ଓ ସାକ୍ଷାତକାରରେ ଉତ୍ତିର୍ଣ୍ଣ ହେବେ। ପ୍ରିୟଜନମାନଙ୍କୁ ଆର୍ଥିକ ସାହାଯ୍ୟ ଓ  ସହଯୋଗ କରିବେ। ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ। ବ୍ୟବସାୟରେ ଉନ୍ନତି ଓ ଲାଭ ପ୍ରାପ୍ତି ହେବା ସହ ଆର୍ଥିକ ସ୍ଥିତିରେ ବୃଦ୍ଧିହେବ। ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ହେବେ। ପଡୋଶୀ ଏବଂ କୁଟୁମ୍ବଙ୍କ ସହ କଳିତକରାଳ ଥିଲେ ମେଣ୍ଟିଯିବ। ପ୍ରତିକାରଅସହାୟକୁ ନିରାଶ କରିବେ ନାହିଁ।

ମୀନ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଆର୍ଥିକ ସମସ୍ୟା ନିଶ୍ଚିତ ରୂପେ ସମାଧାନ ହୋଇଯିବ। ଧନ, ଧାନ୍ୟ, ଐଶ୍ଚର୍ଯ୍ୟ, ମାନସମ୍ମାନ ତଥା ପରାକ୍ରମର ବୃଦ୍ଧି ହେବ। ବ୍ୟବସାୟୀ ହୋଇଥିଲେ ବ୍ୟବସାୟ କ୍ଷେତ୍ରକୁ ସୁସଜ୍ଜିତ କରି ପ୍ରଚୁର ଲାଭବାନ ହେବେ। ନୂଆ ନୂଆ ବ୍ୟବସାୟିକ ସଂପର୍କସ୍ଥାପନ ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ। ଅଟକି ଯାଇଥିବା ଧନ, ଉଧାର ଦେଇଥିବା ଟଙ୍କା, ଋଣ କରିଥିବା ଅର୍ଥ ସହଜରେ ହସ୍ତଗତ ହେବ। ଭୂମିକ୍ରୟ, ବାହନକ୍ରୟ, ଗୃହନିର୍ମାଣ କରିବାରେ ଖର୍ଚ୍ଚ କରିବାକୁ ପଡ଼ିବ। ବିଦ୍ୟାର୍ଥୀବର୍ଗ ଅତ୍ୟନ୍ତ ସଫଳତା ସହ ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣ ହେବେ। ବିଦେଶ ଯାତ୍ରା ଫଳରେ ବିଶେଷ ଲାଭବାନ ହେବେ। ସମାଜ କଲ୍ୟାଣ, ଧର୍ମାନୁଷ୍ଠାନରେ, ମଠ, ମନ୍ଦିରମାନଙ୍କରେ ଯୋଗଦାନ କରି ପ୍ରଶଂସିତ ହେବେ। ଏହାକୁ ସତ୍ ଉପଯୋଗ କରିବାକୁ ଆପ୍ରାଣ ଚେଷ୍ଟା କରିବା ଉଚିତ। ରାଜନୈତିକ କ୍ଷେତ୍ରରେ ଲୋକ ସମର୍ଥନ କମିଯିବ। ଆତ୍ମୀୟମାନେ ଭିତରେ ଚେର କାଟି ପାରନ୍ତି। ବିଷକୁମ୍ଭ ପୟୋମୁଖ ବ୍ୟକ୍ତିମାନେ ଅନେକ କ୍ଷେତ୍ରରେ ଧରା ପଡିବେ। ପ୍ରତିକାର-ମାଗଣାରେ କୌଣସି ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!