ଆଜି କେମିତି ରହିବ ଆପଣଙ୍କ ଦିନ : ୧୬ ଫେବୃୟାରୀ ୨୦୧୮

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୧୬ ଫେବୃୟାରୀ ୨୦୧୮

ମେଷ:-

ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ। ପାରିବାରିକ ସୁଖ-ଶାନ୍ତି ବୃଦ୍ଧି ହେବ। ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ। ମାନସିକ ଶାନ୍ତି ମିଳିବ। ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ। ବ୍ୟାପାର ଓ କାରବାରରେ ସୁଧାର ଆସିବା ଫଳରେ ମନ ଖୁସିହେବ। ପ୍ରତିକାର:- ରୁଟି ଦୁଇପଟ ଗାଈକୁ ଖାଇବାକୁ ଦେବେ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ବର୍ଚସ୍ଵ ପ୍ରଭାବ ଓ ପରାକ୍ରମ ବଢିବ। ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ। ନିଜର ଯୋଗ୍ୟତା, ଦକ୍ଷତା ଓ କ୍ଷମତାର ସଦୁପୋଯୋଗ କରିବା ଫଳରେ ବହୁତ ଲାଭ ମିଳିବ। ଭବିଷ୍ୟତକୁ ଧ୍ୟାନରେ ରଖି ସନ୍ତୁଳିତ ବଜେଟ ତିଆରି କରିବେ। ପ୍ରତିକାର:-ବୃଦ୍ଧ ବୃଦ୍ଧାଙ୍କୁ ସହାୟତା କରି ଆଶୀର୍ବାଦ ପ୍ରାପ୍ତ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha

For personalized consultation and appointment,
you can connect on WhatApp @ 7008758366
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366

ମିଥୁନ:-

ମାତା-ପିତା ଓ ଗୁରୁଜନଙ୍କ ଆଶୀର୍ବାଦ ପ୍ରାପ୍ତ ହେବ। ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବ। ପିକନିକ୍, ପାର୍ଟି ଆଦିର ପୋଗ୍ରାମ୍ କରିବେ। ଆତ୍ମକେନ୍ଦ୍ରିତ ହୋଇଯିବେ। ଶତୃ ଓ ବିରୋଧୀମାନେ କୌଣସି କ୍ଷତି କରିପାରିବେ ନାହିଁ।  ବିପତ୍ତି କଟିବା ଫଳରେ ସୁଖ ସୌଭାଗ୍ୟ ବୃଦ୍ଧି ହେବ। ପ୍ରତିକାର:-ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

କର୍କଟ:-

ବ୍ୟକ୍ତିଗତ ସୁଖ, ଦୁଃଖ ତଥା ମନର ଭାବ କେହି ଠିକ୍ ଭାବେ ଠଉରେଇ ପାରିବେ  ନାହିଁ। କର୍ମକ୍ଷେତ୍ରରେ ସୁଯୋଗ ହାତଛଡା ହେବାର ନାହିଁ। କର୍ମ ବ୍ୟବସାୟରେ ସ୍ଵାର୍ଥପରତା ଓ  ଆଳସ୍ୟଭାବ ଯୋଗେ କଳଙ୍କିତ ହେବେ। ମହିଳାମାନେ ଇନ୍ଦ୍ରିୟପରାୟଣତା ଓ ବିଷୟବାସନା ଉପରେ ଅଧିକ ଗୁରୁତ୍ଵ ଦେବେ। ପ୍ରତିକାର:-କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

<<< ଓଡିଆ କ୍ୟାଲେଣ୍ଡର ୨୦୧୮ >>> | <<< ଜାତକ ବିଚାର>>>

ସିଂହ:-

ଆୟକୁ ବଢାଇବା ପାଇଁ ବହୁତ ପ୍ରୟାସ କରିବେ, ଶୁଭ ପରିଣାମ ମଧ୍ୟ ସାମ୍ନାକୁ ଆସିବ। ଯୁକ୍ତି-ତର୍କରେ ଦକ୍ଷତା ସହ ବ୍ୟବହାରିକ ବିଜ୍ଞାନ ଓ ଦର୍ଶନର ଗଭୀରତା ଭିତରକୁ ଟାଣିହୋଇ ଯିବେ। ମହିଳାମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି  ବେଶ୍ ଆନନ୍ଦ ଅନୁଭବ କରିବେ। ପ୍ରତିକାର:-ଆରାଧ୍ୟା ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

କନ୍ୟା:-

ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ। ନୂତନ ବସ୍ତୁ କ୍ରୟ କରିପାରିବେ। ନିଜର କ୍ଷମତା ଓ ଯୋଗ୍ୟତାକୁ ବହୁତ ଉପଯୋଗ କରିବେ। ପତ୍ନୀଙ୍କ ସ୍ୱାସ୍ଥ୍ୟ ଭଲ ରହିବ। ପାରିବାରିକ ଓ ଆର୍ଥିକସ୍ଥିତିରେ ସୁଧାର ଆସିବ। ସାଧୁ-ସନ୍ଥ ଓ ଗୁରୁଜନଙ୍କ ଶୁଭାଶୀର୍ବାଦ ପ୍ରାପ୍ତିହୋଇପାରେ। ପ୍ରତିକାର:-ଗ୍ରାମ୍ୟ ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

ଆହୁରି ପଢନ୍ତୁ: ଦିନଟି ଭଲରେ କଟିବାପାଇଁ କରନ୍ତୁ ଏହି ପାଞ୍ଚୋଟି କାମ।

ତୁଳା:-

କାମ-କାର୍ଯ୍ୟର ଦାୟିତ୍ଵ ବଢିବ। କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ। ଆଧ୍ୟାତ୍ମିକ ଓ ଧର୍ମ କାର୍ଯ୍ୟରେ ଲିପ୍ତ ରହିବେ। ଶୁଭ ବା ମଙ୍ଗଳ କାମ କରିପାରିବେ। ଶତୃ ଓ ବିରୋଧୀମାନେ ପରାସ୍ତ ହେବେ। ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ହେବ। ହେବ। ପ୍ରତିକାର:-ସୋରିଷତେଲରେ ପରଟା କରି କୁକୁରକୁ ଖାଇବାକୁ ଦିଅନ୍ତୁ।

ବିଛା:-

ବ୍ୟବସାୟୀମାନେ ଧୈର୍ଯ୍ୟଧରୀ ପରିଶ୍ରମ ନ କଲେ ବ୍ୟବସାୟକୁ ରକ୍ଷା କରିବା କଷ୍ଟକର ହେବ । କର୍ମକ୍ଷେତ୍ରରେ  ବିବାଦୀୟ ସ୍ଥିତି ଦେଖାଦେଲେ ମଧ୍ୟ ନିଜର ପ୍ରତିପତ୍ତି ବିସ୍ତାର କରି ପାରିବେ। ଶତ୍ରୁଙ୍କ ସହିତ ସଂଘର୍ଷ କରି ସମାଧାନର ରାସ୍ତା ପ୍ରସ୍ତୁତ କରିବେ । ପ୍ରତିକାର:-ପଙ୍ଗୁ ଭିକାରୀଙ୍କୁ ଖାଦ୍ୟ ଦିଅନ୍ତୁ। 

ଆହୁରି ପଢନ୍ତୁ: ଏହି ପାଞ୍ଚୋଟି ଉପାୟ ଦୂର କରିପାରେ ଘରେ ବା ବ୍ୟବସାୟ କ୍ଷେତ୍ରରେ ଅର୍ଥାଭାବ ।

ଧନୁ:-

ମିତ୍ର ଓ ସହଯୋଗୀଙ୍କ ଦ୍ଵାରା ଆଶାତୀତ ସହଯୋଗ ମିଳିବ। ବ୍ୟବସାୟୀମାନଙ୍କୁ ନୂଆ କାମ ନୂଆ ପ୍ରେରଣା ଦେବ। ଅଟକିଥିବା ବା ଉଧାର ଦେଇଥିବା ଟଙ୍କା ମିଳିଯିବ। ପ୍ରାୟକ୍ଷେତ୍ରରେ ଜୟ-ଜୟକାର ହେବ। ଅଳ୍ପ ପରିଶ୍ରମରେ ବହୁତ ଧନ ଲାଭ ହେବ। ଆମୋଦ-ପ୍ରମୋଦ, କ୍ରିଡା, ଦୂରଯାତ୍ରା ସବୁଥିରେ ସଫଳତା ମିଳିବ। ପ୍ରତିକାର:-ଚଣାଡାଲି ଓ ଗୁଡ ମନ୍ଦିରରେ ଦାନ କରନ୍ତୁ।

ମକର:

ବିଦ୍ୟାଧ୍ୟୟନ ସମ୍ବନ୍ଧୀୟ ଶୁଭ ସମାଚାର ମିଳିବ। ଭାଇମାନଙ୍କ ଠାରୁ ଲାଭ ମିଳିବ। ଗୃହରେ ଶୁଭ କାର୍ଯ୍ୟ ମଧ୍ୟ ହୋଇପାରେ। ଧନ ଲାଭ ସହିତ ଜିମ୍ମେଦାରୀ ବଢିଯିବ। ବାହନ ଆଦି କ୍ରୟ କରିପାରିବେ। ସ୍ଵାସ୍ଥ୍ୟରେ ସୁଧାର ଆସିବ। ପ୍ରତିକାର:-ଗହମ, ଗୁଡ ବାଳକମାନଙ୍କୁ ଦାନ କରିବେ।

Jyotirbid Dr. Pramod Satapathy
Jantra Jyotisha

For personalized consultation and appointment,
you can connect on WhatApp @ 7008758366
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366

କୁମ୍ଭ:-

ଚାକିରି କରିଥିବା ବ୍ୟକ୍ତିମାନେ ବହୁତ ଲାଭ ଉଠାଇପାରିବେ। ପତ୍ନୀ, ସନ୍ତାନ ଓ ପରିବାରରେ ସମୟ ବିତେଇବେ। କୌଣସି ମହିଳାଙ୍କ ସାହାଯ୍ୟ ଦ୍ଵାରା ଉନ୍ନତି କରିବେ। ପାରିବାରିକ ବ୍ୟବସ୍ଥା ପରି ବର୍ତ୍ତନ ସାଙ୍ଗକୁ ଅର୍ଥସଙ୍କଟରୁ ମୁକ୍ତି ମିଳିବ। ପ୍ରତିକାର:-ଭିକାରୀକୁ ନିରାଶ କରିବେ ନାହିଁ।

ମୀନ:

ଅଚାନକ ଭାବରେ ଦୂରଯାତ୍ରା କରିବେ। କୌଣସି ପୋଗ୍ରାମ୍ ବା କାର୍ଯ୍ୟକ୍ରମରେ ସମ୍ମାନିତ ହେବେ। ଚାକିରି କରିଥିବା ବ୍ୟକ୍ତିମାନେ ବହୁତ ଲାଭ ଉଠାଇପାରିବେ। ବ୍ୟବସାୟୀମାନେ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ। ମହିଳାମାନେ କର୍ମ କ୍ଷେତ୍ରରେ ଉନ୍ନତି କରିପାରିବେ। ଆଡମ୍ବରରେ ଆଗ୍ରହ ବଢିବ। ପ୍ରତିକାର:-ହନୁମାନ ମନ୍ଦିରରେ ବୁନ୍ଦିଲଡୁ ଭୋଗକରି ବାଣ୍ଟନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!