ଦୈନିକ ରାଶିଫଳ: ୧୬ ଫ୍ରେବୃୟାରୀ ୨୦୨୦, ସୂର୍ଯ୍ୟଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଫେବୃଆରୀ ମାସ ୧୬ତାରିଖ, ରବିବାର, କୁମ୍ଭ ମାସ ୪ ଦିନ, ଫାଲଗୁନ ମାସ, କୃଷ୍ଣପକ୍ଷ, ଅଷ୍ଟମୀ ତିଥି, ଅନୁରାଧା ନକ୍ଷତ୍ର, ବିଛା ରାଶିରେ ଚନ୍ଦ୍ର। ମେଷ ରାଶିର ଘାତବାର । ନଡ଼ିଆ ନ ଖାଇଲେ ଭଲ । ଶୁଭସମୟ- ପ୍ରାତଃ ୬ଟା ୨୦ ରୁ ୧୦ଟା ୬ମି, ଦିବା ୧ଟା ୨୭ ରୁ ୧ଟା ୫୩ମି, ସନ୍ଧ୍ୟା ୬ଟା ୩୩ ରୁ ରାତି ୯ଟା ୨ମି ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ।ଲେଖାପଢ଼ାରୁ, ସଭାସମିତିରୁ, ବନ୍ଧୁମିଳନରୁ ଶୁଭଫଳ ପାଇବେ। ଧୀରସ୍ଥିର ଭାବରେ ପାରିବାରିକ ସମସ୍ୟା ସୁଧାରି ନେବା ଉଚିତ୍। ରାଜନୀତିରେ ସ୍ଵାର୍ଥରକ୍ଷା କରିବାରେ ସମୟ ବିତିବ। ଅତ୍ୟଧିକ ପରିଶ୍ରମ ଓ ଅନିଦ୍ରା ଜନିତ ରୋଗପ୍ରତି ସାବଧାନ  ରହିବା ଉଚିତ୍। କୌଣସି ଆନୁଷ୍ଠାନିକ, ମାଙ୍ଗଳିକ ଓ ସାଙ୍ଗଠନିକ କାର୍ଯ୍ୟରେ ଯୋଗ ଦେବେ। ପ୍ରତିକାର ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ। ଘାତ

ବୃଷ:-

ଆର୍ଥିକସ୍ଥିତିରେ ଉନ୍ନତି ହେବ। ଆନୁଷ୍ଠାନିକ କାମରେ ଠିକ୍ ପରାମର୍ଶ ଦେଇ ଆଦର, ସମ୍ମାନ ଓ ପ୍ରଶଂସା ମିଳିବ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ। ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ।  ଦୂରଯାତ୍ରାର ସୁଯୋଗ ପାଇ ସଫଳତା ଅର୍ଜନ କରିବେ। ଋଣ ଭରଣାରେ ସହଜ ହେବ। ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ। ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ। ପ୍ରତିଦ୍ଵନ୍ଦିତାରେ ଉନ୍ନତମାନର ଫଳପାଇବେ। ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ। ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ।  

ମିଥୁନ:- 

ଶୁଭ ସମାଚାର ପାଇ ଖୁସି ହେବେ। ଆର୍ଥିକସ୍ଥିତି ସୁଧାରିବା ଦ୍ୱାରା ବହୁ ପରିମାଣରେ ଅଭିବୃଦ୍ଧିର ହାର ବଢ଼ିଯିବ।ନୂତନ କର୍ମ ଓ ବ୍ୟବସାୟ ପାଇଁ ଚେଷ୍ଟିତ ହେବେ। ନୂତନ ଗୃହସୁଖ ମିଳିବ। ମନୋରଞ୍ଜନ କରିବା ପାଇଁ ସମୟ ମିଳିବ। ନୂଆ ଯୋଜନା ଅନୁସାରେ କାର୍ଯ୍ୟ କରିବେ। ଅଟକି ଥିବା ଧନପ୍ରାପ୍ତ ହେବ। ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ। ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ। ରାଜନୀତିରେ ବିବେକ ବୁଦ୍ଧି ଖଟେଇ ଉଚିତ୍ମାର୍ଗରେ ଗତିକରିବାର କ୍ଷମତା ଜନ୍ମହେବ। ବିଦ୍ୟା, ଖେଳରେ ଉନ୍ନତି ହେବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:- 

ବ୍ୟବସାୟରେ ସମସ୍ୟା ସମାଧାନ କରି ଆୟର ମାର୍ଗ ପ୍ରଶସ୍ତ କରିବେ। ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ। ବନ୍ଧୁମାନଙ୍କ ସହଯୋଗ ଫଳରେ ପରିବାରରେ ଆନନ୍ଦ ଲହରୀ ଖେଳିଯିବ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ-ପ୍ରସଙ୍ଗରେ ଅଧିକ ଘନିଷ୍ଠତା ହେବ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ରାଜନୀତି କ୍ଷେତ୍ରରେ ମାନ ସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ଆଲୋଚନା କ୍ଷେତ୍ରରେ ଠିକ୍ ନିସ୍ପତି ନେବେ। ଆର୍ଥିକ ସଙ୍କଟ ଦୂର ହେବ। ଭାଗିଦାରୀଙ୍କ ପାଇଁ କ୍ଷତିରୁ ବଞ୍ଚିଯିବେ। ପ୍ରତିକାର:- ଅଶ୍ୱସ୍ଥବୃକ୍ଷ ମୂଳରେ ଗୁଡପଣା ଢାଳନ୍ତୁ।

ସିଂହ:-

ଶୁଭ ସମାଚାର ପାଇ ମନ ଖୁସି ହେବ। ବିଦ୍ୟା ଓ ଖେଳରେ ଉନ୍ନତି ହେବ। ଦାମ୍ପତ୍ୟଜୀବନ ସୁଖମୟ ହେବ। ପରିଶ୍ରମ ଦ୍ୱାରା ଲାଭ ପାଇବେ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। ପ୍ରେମିକ ପ୍ରେମିକାମାନେ ଦୂରଯାତ୍ରାକରି ଲାଭ ପାଇବେ ଓ ଅଭିଷ୍ଟ ପ୍ରାପ୍ତି ହେବ। ସହକର୍ମୀ ଓ ଅଧସ୍ତନ କର୍ମଚାରୀଙ୍କ ସହ ମନୋରଞ୍ଜନ କରିବାର ସମୟ ପାଇବେ। ଆଶା କରିଥିବା କାର୍ଯ୍ୟଟି ପୂରଣ ହେବ। ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ଦୂରେଇଯିବ। ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ବିଜୟୀ ହେବେ। ପ୍ରତିକାର ଅସହାୟକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-

ସାମାଜିକ ଉତ୍ସବରେ ଭାଗ ନେବେ। ଅପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇବ ଓ ନିଃସଙ୍ଗତା ବୋଧର ପୀଡା ମଧ୍ୟ ଦୂରେଇ ଯିବ। ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ। ଶତୃ ପରାଜିତ ହେବେ।  ସ୍ୱାସ୍ଥ୍ୟ ଠିକ୍ ରହିବ। ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ। ପରିଶ୍ରମଦ୍ୱାରା ବ୍ୟବସାୟରେ ଅଚଳାବସ୍ଥା ସୁଧୁରିଯିବ। ପଟ୍ଟ ପରିବର୍ତ୍ତନ ଘଟି ଅଶାନ୍ତି ଓ ବିଶୃଙ୍ଖଳାରୁ ମୁକ୍ତ ହେବେ। ଜନ ସେବାରେ ପ୍ରଶଂସା ମିଳିବ। ଦୂରଯାତ୍ରାରେ ସୁଖମିଳିବ। ଜାଗା, ଜମି, ଗୃହ ବାହାନ ଆଦି କ୍ରୟ ଓ ବିକ୍ରୟ କରି ପାରନ୍ତି। ପ୍ରତିକାର ଗୋମାତାକୁ ଖାଇବାକୁ ଦେବେ।

ତୁଳା:-

ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ପାରିବାରିକ ଜୀବନ ଆନନ୍ଦମୟ ହେବ। ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ବିଜୟୀ ହେବେ। ରାଜନୀତି କ୍ଷେତ୍ରରେ ଜନ ସେବାରେ ପ୍ରଶଂସା ମିଳିବ। ଦୂରଯାତ୍ରାକରି ଲାଭ ପାଇବେ ଓ ଅଭିଷ୍ଟ ପ୍ରାପ୍ତି ହେବ। ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ। ଖେଳ ଓ ବିଦ୍ୟାକ୍ଷେତ୍ରରେ ଆଦୃତ ହେବେ। ପ୍ରେମ-ପ୍ରସଙ୍ଗରେ ଅନ୍ୟର ଉପକାର କରି ନିଜେ କ୍ଷତିରେ ପଡିବେ।  ଆର୍ଥିକ ଦିଗରୁ ଉନ୍ନତି ହେଲେ ମଧ୍ୟ ବ୍ୟୟ ଭାର ବୃଦ୍ଧି ହେବ। ସତର୍କତା ଅବଲମ୍ବନ ନକଲେ କୌଣସି ଭୁଲ୍ କାମରେ ଫଶିଯିବେ। ପ୍ରତିକାର ମାଦକଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ।

ବିଚ୍ଛା:-

ଶୁଭକାର୍ଯ୍ୟ ପାଇଁ ଇଚ୍ଛାକରି ଗୁରୁଜନମାନଙ୍କ ଠାରୁ ଆର୍ଶିବାଦ ପାଇବେ। ପ୍ରେମିକ ପ୍ରେମିକାମାନେ ଆମୋଦ ପ୍ରମୋଦର ସୁଯୋଗ ପାଇବେ। ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ। ବିବେକ ବୁଦ୍ଧି ଖଟେଇ ଉଚିତ୍ମାର୍ଗରେ ଗତିକରିବାର କ୍ଷମତା ଜନ୍ମହେବ। ରାଜନୀତି କ୍ଷେତ୍ରରେ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବା ଫଳରେ ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ। ବ୍ୟବସାୟରେ ସହଯୋଗୀମାନେ ଉନ୍ନତିପାଇଁ ଚେଷ୍ଟା କରିବା ଫଳରେ ପ୍ରସାର ପ୍ରଚାର କରି ଲାଭ ବାନ୍ ହେବେ। ଆର୍ଥିକସ୍ଥିତି ପୂର୍ବପରି ରହିବ। ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:- 

ଯେକୌଣସି ପ୍ରତିଯୋଗୀତାକୁ ସ୍ଵୀକାର କରିବା ପାଇଁ ପ୍ରସ୍ତୁତ ରହିବେ। କାରବାରରେ ସ୍ଥିତି ଠିକ୍ ରହିବ।  ମାନସିକ ସ୍ଥିତି ଭଲ ରହିବ। ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜାଗାଜମିପାଇଁ ଥିବା ସମସ୍ୟାର ସମାଧାନ ହେବ। ଭୋଗ ବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ଗୃହ ସୁଖମିଳିବ। ରାଜନୀତି କ୍ଷେତ୍ରରେ ସୁ ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ। ବାଦବିବାଦ, ପ୍ରତିଯୋଗିତାପରୀକ୍ଷା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ବସ୍ତ୍ରଆଭୂଷଣ ଲାଭ ହୋଇ ପାରେ। ପ୍ରତିକାର ହନୁମାନ ମନ୍ଦିରରେ ବୁନ୍ଦିଲଡୁ ଭୋଗ କରି ବାଣ୍ଟନ୍ତୁ।

ମକର:-

ଶତୃନାଶ, ଋଣନାଶ ଓ ପୁରାତନ ରୋଗପୀଡ଼ାର ଉପଶମ ହେବ। ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶ ମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିଷ୍କାର କରିବେ। ବନ୍ଧୁବାନ୍ଧବଙ୍କ ଚେଷ୍ଟାରେ ଅତି ସହଜରେ ବାକିଥିବା ଅର୍ଥ ପାଇବେ। ସୁଯୋଗ ହାତପାହାନ୍ତାରେ ପହଞ୍ଚିବ। ଛାତ୍ର ଛତ୍ରୀମାନେ ପରୀକ୍ଷା ପ୍ରତିଯୋଗିତାରେ ବିଜୟୀ ହେବେ। ଦୂରଯାତ୍ରାକରି ବିଶେଷ ଲାଭାନ୍ୱିତ ହେବେ। ଶୁଭ ସମାଚାର ପାଇ ମନ ଖୁସି ହେବ। ବିଶିଷ୍ଟ ବ୍ୟକ୍ତିଙ୍କ ସହ ସଂପର୍କ ଫଳରେ ସମ୍ମାନୀତ ହେବେ। ପ୍ରେମ ପ୍ରସଙ୍ଗରେ ବନ୍ଧୁମାନେ ସହଯୋଗ କରିବେ। ପ୍ରତିକାରଷଣ୍ଢକୁ ଖାଇବାକୁ ଦିଅନ୍ତୁ।

କୁମ୍ଭ:-

ବ୍ୟବସାୟରେ ଅତ୍ୟଧିକ ପରିଶ୍ରମ କରିବା ଫଳରେ ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ରାଜନୈତିକ କ୍ଷେତ୍ରରେ ବ୍ୟକ୍ତିଗତ ଓ ସାର୍ବଜନୀନ ସମ୍ପର୍କରେ ବିକଶିତ ହେବା ସହ ଯଶ, ମାନ ପ୍ରତିଷ୍ଠା ବୃଦ୍ଧି ହେବ। ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ କରି ପାରିବେ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ପ୍ରସଙ୍ଗରେ ସମସ୍ୟା ଦୂର ହୋଇ ସମ୍ମାନୀତ ହେବେ। ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ଦୂରେଇ ଯାଇ ଅଭିଷ୍ଟ ପ୍ରାପ୍ତି ହେବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-

ଧାର୍ମିକ କାର୍ଯ୍ୟପ୍ରତି ମନ ବଳାଇବେ। ଛାତ୍ର ଛତ୍ରୀମାନେ ପରିଶ୍ରମ କରିବା ଫଳରେ ପ୍ରଶଂସା ପାଇବେ। ବାଦବିବାଦ, ପ୍ରତିଦ୍ୱନ୍ଦିତା, ପ୍ରତିଯୋଗିତା ପରୀକ୍ଷାରେ ସଫଳ ହେବେ।  ଆର୍ଥିକସ୍ଥିତି ପୂର୍ବପରି ରହିବ। ପ୍ରେମ ପ୍ରସଙ୍ଗରେ ବିରୋଧୀ ମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରି ପାରିବେ ନାହିଁ। ରାଜନୈତିକ କ୍ଷେତ୍ରରେ ଯଶ ମାନକୁ ଅଧିକ ମହତ୍ତ୍ଵ ଦେଇ ତଳୁ ଉପରସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜନ କରିବେ। ବନ୍ଧୁମାନେ ସହଯୋଗ କରିବେ। ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଚାଲିବା ହିତକର ହେବ। ପ୍ରତିକାର- ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!