ଦୈନିକ ରାଶିଫଳ: 16 ଫେବୃୟାରୀ 2021, ମା ମଙ୍ଗଳାଙ୍କ କୃପାରୁ ଏହି ସବୁ ରାଶିଙ୍କୁ ମିଳିବ ଆକସ୍ମିକ ଧନଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ଫେବୃୟାରୀ ମାସ ୧୬ତାରିଖ, ମଙ୍ଗଳବାର, କୁମ୍ଭମାସ ୫ ଦିନ, ମାଘମାସ, ଶୁକ୍ଳପକ୍ଷ, ପଞ୍ଚମୀତିଥି, ରେବତୀ ନକ୍ଷତ୍ର, ମୀନରାଶିରେ ଚନ୍ଦ୍ର। ମକର ରାଶିର ଘାତବାର। ଧନୁ ରାଶିର ଘାତଚନ୍ଦ୍ର। ବେଲ, ପଣସ ନ ଖାଇଲେ ଭଲ। ଶୁଭସମୟ- ସକାଳ ୯ଟା ୧୦ମିନିଟ୍ ରୁ ୧୦ଟା ୫୧ମିନିଟ୍, ଦିବା ୧ଟା ୧୦ମିନିଟ୍ ରୁ ୧ଟା ୨୫ମିନିଟ୍, ଦିବା ୪ଟା ୧୮ମିନିଟ୍ ରୁ ୪ଟା ୫୬ମିନିଟ୍, ସନ୍ଧ୍ୟା ୫ଟା ୪୩ମିନିଟ୍ ରୁ ୬ଟା ୩୨ମିନିଟ୍, ରାତ୍ର ୯ଟା ୫ମିନିଟ୍ ରୁ ୧୧ଟା ୩୪ମିନିଟ୍। ପର୍ବଦିନ- ବସନ୍ତ ପଞ୍ଚମୀ, ଶ୍ରୀପଞ୍ଚମୀ, ସରସ୍ଵତୀ ପୂଜା, ଶ୍ରୀମନ୍ଦିରରେ ରଥ କାଠ ଅନୁକୂଳ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ପାରିବାରିକ ଅଶାନ୍ତି ଦୂରେଇ ଯାଇ ପରିବାରରେ ସୁସ୍ଥ ବାତାବରଣ ଜାରିରହିବ। କର୍ମ କ୍ଷେତ୍ରରେ ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ବ୍ୟବସାୟରେ ଦୂରଯାତ୍ରାର ସୁଯୋଗ ପାଇବେ ଓ ଆଶାତୀତ ଲାଭମିଳିବ। ଆୟ ଉପାର୍ଜନରେ ବାଧାନାହିଁ। ଋଣ ପରିଶୋଧ କରିବା ସହ ଋଣ ପ୍ରାପ୍ତିର ସୁଯୋଗ ପାଇବେ। ଅନ୍ୟମାନଙ୍କ କାନ୍ଧରେ ବନ୍ଧୁକରଖି ଖେଳ ଖେଳିବେ। ପ୍ରତିକାର- ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

ବୃଷ:-

ସଙ୍ଗୀତବିଭାଗ, ସମାଚାର ପତ୍ର ବିଭାଗରେ କର୍ମରତ ଥିଲେ ବିଶେଷ ଲାଭବାନ୍ ହେବେ। ପ୍ରଶାସନିକ ସ୍ତରରେ ପରିଚାଳନା ଦାୟିତ୍ୱ ବୃଦ୍ଧି ପାଇବ। ଚାକିରୀରେ ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ଅବ୍ୟାହତ ରହିବ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ୟାରେ ଉତ୍ସାହିତ ହେବେ ଓ ପ୍ରସାର ପ୍ରଚାର ଫଳରେ ଅତ୍ୟଧିକ ଲାଭହେବ। ଶୁଭ ସମାଚାର ଶୁଣି ଆନନ୍ଦିତ ହେବେ। ସମସ୍ତ ଦୁଃଶ୍ଚିନ୍ତା ଦୂର ହେବ। ଚାଲୁଥିବା କାର୍ଯ୍ୟରେ ବାଧା ଉପୁଜିବ ନାହିଁ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-

ବରିଷ୍ଠ ଅଧିକାରୀଙ୍କ ସହ ଦୂର ଯାତ୍ରା କରିବାକୁ ପଡ଼ିପାରେ। ପ୍ରତିଯୋଗିତା ପରୀକ୍ଷାରେ ଆନନ୍ଦିତ ହେବେ। ବ୍ୟବସାୟକ୍ଷେତ୍ରରେ କଠିନ ପରିଶ୍ରମ କରି ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆଣିବେ। ହାତ ପାହାନ୍ତାରେ ଥିବା ସୁଯୋଗ ଆପେ ଆପେ ଆସିଯିବ। ନୂତନ କର୍ମପାଇଁ ଯୋଗାଯୋଗ କରିଥିବା କ୍ଷେତ୍ରରୁ ଡାକରା ପାଇ ଯାତ୍ରା କରିବାକୁ ବାଧ୍ୟ ହେବେ। ଅଧ୍ୟୟନ ଅଧ୍ୟାପନା ତଥା ସାମାଜିକ କ୍ଷେତ୍ରରେ ପ୍ରତିଷ୍ଠା ବଢିବ। ପ୍ରତିକାର- ନିମ୍ବକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

କର୍କଟ:-

ସନ୍ତାନର ଶୁଭ ଖବର ଶୁଣି ଖୁସି ହେବେ। କଠିନ ପରିଶ୍ରମ କରି କାର୍ଯ୍ୟ କଲେ ଉପରିସ୍ଥ କର୍ମଚାରୀମାନଙ୍କ ପ୍ରିୟଭାଜନ ହେବେ। ଶତ୍ରୁ ବିରୋଧିମାନେ କ୍ଷତି କରିବାକୁ ଚେଷ୍ଟା କରି ବିଫଳ ହେବେ। ନିଜର କାର୍ଯ୍ୟ ପୂରଣ କରିବା ପାଇଁ ବାହାର ଲୋକଙ୍କ ସହଯୋଗ ମିଳିବ। ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ଧର୍ମାନୁଷ୍ଠାନରେ ଯୋଗ ଦେଇ ସମ୍ମାନ ପାଇବେ। ରାଜନୀତି କ୍ଷେତ୍ରରେ ସ୍ଥିତି ସୁଧୁରିଯିବା ଫଳରେ ଅତ୍ୟନ୍ତ ଶୁଭଫଳ ପ୍ରାପ୍ତି ହେବ। ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

ସିଂହ:-

ସେବା ସମ୍ବନ୍ଧିୟ କାର୍ଯ୍ୟରେ ପ୍ରଶଂସିତ ହେବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। କର୍ମକ୍ଷେତ୍ରରେ ପୁରୁଣା ସମସ୍ୟାର ସମାଧାନ ହୋଇଯିବ। ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ଓ ଆତ୍ମବିଶ୍ୱାସ ବୃଦ୍ଧିପାଇବ। କଳା ସଙ୍ଗୀତରେ ସୁନାମ ଅର୍ଜନ କରିବେ। ପାରିବାରିକ ସମସ୍ୟା ସହଜ ସରଳରେ ସମାଧାନ ହୋଇଯିବା ଫଳରେ ମନ ଶାନ୍ତି ହେବ। ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହୋଇ ହସଖୁସିରେ ସମୟ ବିତାଇବେ। ପ୍ରତିକାର:- କଦଳୀଗଛ ମୂଳରେ ଗୁଡ଼ଟିକେ ଥୋଇ ଦିଅନ୍ତୁ।

କନ୍ୟା:-

ଅଟକି ଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ। ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ। ଗଚ୍ଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ। ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। ପତିପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଆଗ୍ରହ ବଢିବ। ପ୍ରତିକାର- ତୁଲସୀ ମୂଳ ମାଟି ଧାରଣ କରନ୍ତୁ।

ତୁଳା:-

ଶତୃମାନେ ମିତ୍ରଭାବ ଆଚରଣ କରିବେ। ବିନାପରିଶ୍ରମରେ ଧନପ୍ରାପ୍ତି ହେବ। ଅନ୍ୟର ଉପକାର କରି ପ୍ରଶଂସିତ ହେବେ। ଧର୍ମକାର୍ଯ୍ୟରେ ମତି ରହିବ। କର୍ମକ୍ଷେତ୍ରରେ କଠିନ ପରିଶ୍ରମ କରି ସାମାଜିକସ୍ଥିତି, ମାନସମ୍ମାନ ପ୍ରସିଦ୍ଧି ବୃଦ୍ଧି ପାଇବ। ଜାଗା, ଜମି ଓ ଅନ୍ୟ ବ୍ୟବସାୟକ୍ଷେତ୍ରରେ ଅନେକଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହେବ। ଭାଇ, ବନ୍ଧୁ, ମିତ୍ର ଓ ସହକର୍ମୀ ମାନଙ୍କ ସହିତ ମତଭେଦ ସମାପ୍ତହେବ। ଆର୍ଥିକ ଦିଗରୁ ସୁବିଧା ଓ ସ୍ୱାସ୍ଥ୍ୟରେ ଉନ୍ନତି ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:-

ସାମ୍ବାଦିକ, ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ। ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ। କର୍ମକ୍ଷେତ୍ରରେ ଯୋଗାଯୋଗ କଲେ ଆଶା କରୁଥିବା ସ୍ଥାନକୁ ସ୍ଥାନାନ୍ତରଣ ହୋଇପାରେ। ହୋଇପାରୁ ନଥିବା କାମକୁ ଧୈର୍ଯ୍ୟ ଓ ସାହସ ଦ୍ଵାରା କରି ଦେଖାଇବେ। ବ୍ୟବସାୟୀମାନେ ସାଧୁ ସଚ୍ଚୋଟ ଭାବେ କର୍ମଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ।

ଧନୁ:-

ସହକର୍ମୀ କେହି ଇର୍ଷାତୁର ହେଲେବି କ୍ଷତିକାରୀ ହେବେନାହିଁ। ରାଜନୀତି କ୍ଷେତ୍ରରେ ସ୍ୱାର୍ଥରକ୍ଷା କରିବା ପାଇଁ କଠିନ ପରିଶ୍ରମ କରିବେ। ବ୍ୟବସାୟୀମାନଙ୍କର କାରବାର ବଢ଼ିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ। କର୍ମକ୍ଷେତ୍ରରେ ଉପରିସ୍ଥଙ୍କୁ ଆପଣାର କରି କୃପା ଭାଜନ ହେବେ ଓ ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ମକର:-

ସ୍ୱାସ୍ଥ୍ୟରେ ଉନ୍ନତି ପରିଲିକ୍ଷିତ ହେବ। ପାରିବାରିକ କ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧିହେବ। ଆୟ ଉପାର୍ଜ୍ଜନର ବୃଦ୍ଧି ହେବ। କର୍ମ କ୍ଷେତ୍ରରେ ବିବାଦୀୟ ପରିସ୍ଥିତି ସମାଧାନ ହୋଇ ସହକର୍ମୀ ମାନଙ୍କ ଦ୍ୱରା ବହୁ ସୁବିଧା ସୁଯୋଗ ପାଇବେ। ଭୋଗ ବିଳାସରେ ସମୟ କାଟିବା ପାଇଁ ଆଗ୍ରହୀ ହେବେ ଓ ଆନ୍ତରିକ ମୂଲ୍ୟାଙ୍କନର ଅନୁଭୂତି ଜାଗ୍ରତହେବ। ସାମାଜିକ କଲ୍ୟାଣ ଓ ଜୀବନସ୍ତର ପରିବର୍ତ୍ତନର ଉଦ୍ୟମ କରିବା ଫଳରେ ମାନସମ୍ମାନ ବୃଦ୍ଧିହେବ। ପ୍ରେମପ୍ରସଙ୍ଗରେ ଅଧିକ ଘନିଷ୍ଠତା ହେବ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

କୁମ୍ଭ:-

ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ। ତଳ ମହଲରୁ ଆଶାତୀତ ଲାଭ ପାଇବେ। ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳିୟାନ ହେବେ। ବ୍ୟବସାୟ ବଢ଼ାଇବାରେ ସମର୍ଥ ହେବେ। କର୍ମଚାରୀ ଓ ଶ୍ରମିକମାନେ ବେଶି ଉପକୃତ ହେବେ। ପୁଞ୍ଜିଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ମୀନ:-

ସାମାଜିକ ସ୍ତରରେ ଖ୍ୟାତି ହେବ। କୋର୍ଟ କଚେରୀ ମାମଲାରେ ସଫଳ ହେବେ। ପଦୋନ୍ନତି ସହ ନୂତନକର୍ମପ୍ରାପ୍ତି ହେବ। ଆୟରସ୍ରୋତ ଖୋଲିଯିବ। ପୁରାତନ ରୋଗର ଉପଶମ ହୋଇଯିବ। ପାରିବାରିକ କ୍ଷେତ୍ରରେ ଜବରଦସ୍ତି ଉନ୍ନତି ଓ ନ୍ୟାୟ ମିଳିବ। ନୂତନ ବ୍ୟବସାୟ ଆରମ୍ଭ, ବ୍ୟବସାୟ ବିସ୍ତାର କଲେ ଆଶାତିତ ଲାଭବାନ୍ ହେବେ। ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହୋଇଯିବ। ବନ୍ଧୁମିତ୍ରଙ୍କ ସହ ହସଖୁସିର ବାତାବରଣ ସୃଷ୍ଟି ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!