ଦୈନିକ ରାଶିଫଳ: 16 ଫେବୃୟାରୀ 2023, ମା’ ଲକ୍ଷ୍ମୀଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୩ ମସିହା, ଫେବୃୟାରୀ ମାସ ୧୬ତାରିଖ, ଗୁରୁବାର, କୁମ୍ଭମାସ ୪ଦିନ, ଫାଲଗୁନ ମାସ, କୃଷ୍ଣପକ୍ଷ, ଏକାଦଶୀ ତିଥି, ମୂଳା ନକ୍ଷତ୍ର, ଧନୁ ରାଶିରେ ଚନ୍ଦ୍ର। ହର୍ଷଣ ଯୋଗ ସକାଳ ୭ଟା ୨ମିନିଟ୍ ପରେ ବଜ୍ର ଯୋଗ। ବବ କରଣ ଦିବା ୪ଟା ୧୫ମିନିଟ୍ ପରେ ବାଳବ କରଣ। ତୁଳା, କୁମ୍ଭ ରାଶିର ଘାତବାର। ତୁଳା ଓ କୁମ୍ଭ ରାଶିର ଘାତଚନ୍ଦ୍ର। ନିଷିଦ୍ଧଖାଦ୍ୟ- ଶିମ୍ବ, ଆମିଷ ନ ଖାଇଲେ ଭଲ। ଯୋଗିନୀ- ଆଗ୍ନେୟେ ରାତି ୨ଟା ୪୯ମିନିଟ୍ ପରେ ନୈଋତେ ଯାତ୍ରା ନିଷେଧ। ଶ୍ରାଦ୍ଧ ତର୍ପଣ- ଏକାଦଶୀର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ। ଅଶୁଭସମୟ- ଦିବା ୨ଟା ୫୧ମିନିଟ୍ ରୁ ୪ଟା ୧୭ମିନିଟ୍, ଦିବା ୪ଟା ୧୭ମିନିଟ୍ ରୁ ୫ଟା ୪୨ମିନିଟ୍, ରାତ୍ରି ୧୨ଟା ରୁ ୧ଟା ୩୫ମିନିଟ୍। ଶୁଭସମୟ- ସକାଳ ୬ଟା ୧୯ମିନିଟ୍ ରୁ ୭ଟା ୫୦ମିନିଟ୍, ଦିବା ୧୦ଟା ୫୨ମିନିଟ୍ ରୁ ୧ଟା ୯ମିନିଟ୍, ରାତ୍ର ୨ଟା ୫୬ମିନିଟ୍ ରୁ ୩ଟା ୪୭ମିନିଟ୍।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-ସାଙ୍ଗ ସାଥିଙ୍କ ଠାରୁ ସାହାଯ୍ୟ ପାଇ ବ୍ୟବସାୟରେ ପୁରୁଣା ପ୍ରାପ୍ୟ ଅଦାୟ କରି ପାରିବେ। ଆତ୍ମୀୟ ଲୋକଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। ବ୍ୟବସାୟର ଡାକରା ପାଇ ଯାତ୍ରା କରିବାକୁ ବାଧ୍ୟ ହେବେ। ଆବଶ୍ୟକତା ପୂରଣ ଦିଗରେ କିଛି ଖର୍ଚ୍ଚ କରିବାକୁ ପଡିପାରେ। ପାରିବାରିକ ଜୀବନ ସୁଖରେ କାଟିବେ। ପ୍ରେମପ୍ରସଙ୍ଗ ବା ଗୁପ୍ତ ସମ୍ପର୍କକୁ ବନ୍ଧୁମାନେ ବାହାରକୁ ପ୍ରକାଶ କରିପାରନ୍ତି। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ବୃଷ:-ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବ ନାହିଁ। ଟଙ୍କ। ପଇସା ପ୍ରତି ଅତ୍ୟନ୍ତ ସତର୍କ ରହିବାକୁ ପଡିବ। ଛାତ୍ର ଛାତ୍ରୀମାନେ ପରୀକ୍ଷା, ପ୍ରତି ଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ। ପ୍ରଶାସନ, ପ୍ରକାଶନ, ଅଧ୍ୟୟନ ଓ ଅଧ୍ୟାପନା, ସାହିତ୍ୟ ଚର୍ଚ୍ଚା କ୍ଷେତ୍ରରୁ ଶୁଭଫଳ ମିଳିବ। ରାଜନୀତି କ୍ଷେତ୍ରରେ ସାବଧାନରେ ଚଳିବା ଦରକାର ନତୁବା ପ୍ରତ୍ୟେକ କ୍ଷେତ୍ରରେ ପରିହାସ ମୂଳକ ହେବେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମିଥୁନ:-ଶୁଭ ସମାଚାର ଶୁଣି ଆନନ୍ଦିତ ହେବେ। ଅବିବାହିତ ଯୁବକ ଯୁବତୀ ମାନଙ୍କର ବିବାହ ଧାର୍ଯ୍ୟ ହେବ। କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ। ପାରିବାରିକ ଜୀବନରେ ସ୍ଵାମୀସ୍ତ୍ରୀଙ୍କ ସ୍ୱାସ୍ଥ୍ୟ ଭଲ ରହିବ। ଦାମ୍ପତ୍ୟ ସୁଖରେ ସୁଖୀ ହେବେ। ନୂଆ ନୂଆ ବ୍ୟବସାୟିକ ସଂପର୍କସ୍ଥାପନ ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ। ଆର୍ଥିକ ଟଣାଟଣି ଅବସ୍ଥା ସୁଧୁରି ଯିବ। ବୁଦ୍ଧିବଳରେ ନିଜର କାର୍ଯ୍ୟ ହାସଲ କରିପାରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-ସମସ୍ତ ଦୁଃଶ୍ଚିନ୍ତା ଦୂର ହେବ। ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧିହେବା ସହ ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ। ପ୍ରଚୁର ଧନଲାଭ ହେବା ଫଳରେ ସବୁ କିଛି ସୁନ୍ଦର ହିଁ ସୁନ୍ଦର ଦେଖା ଦେବ। କର୍ମକ୍ଷେତ୍ରରେ ବ୍ୟବସ୍ଥିତତା ହେତୁ ଶାନ୍ତି ଉପୁଜିବ। କ୍ୟାରିୟରର ଭବିଷ୍ୟତକୁ ନେଇ ଯୋଜନା କରିବେ। ଜୀବନସାଥୀଙ୍କ ପରାମର୍ଶରେ ଯଦି କୌଣସି ନିବେଶ କରିବାକୁ ଯୋଜନା କରୁଛନ୍ତି ତେବେ ଆଶାନୁଯାଇ ଫଳ ମିଳିବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ସିଂହ:-ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ। ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ। କର୍ମକ୍ଷେତ୍ରରେ ଭାରସାମ୍ୟ ରକ୍ଷାକରି ନିମ୍ନବର୍ଗଙ୍କ ଯୋଗେ ପରିସ୍ଥିତିକୁ ନିଜ ତରଫରେ ନେଇ ପ୍ରଶଂସା ପାଇବେ। ବ୍ୟବସାୟ କ୍ଷେତ୍ରରେ ଖୁବ ଅଗ୍ରଗତି ଘଟି ଆଶାଜନକ ଫଳପ୍ରାପ୍ତି ହେବ। ପ୍ରେମସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୂରତା ସୃଷ୍ଟି ହେବ। ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

କନ୍ୟା:-କର୍ମକ୍ଷେତ୍ରରେ ପଦୋନ୍ନତିର ସଙ୍କେତ ପାଇବେ। ବନ୍ଧୁମିତ୍ର ମାନଙ୍କର ଓ ବରିଷ୍ଠ କର୍ମୀଙ୍କ ପ୍ରିୟପାତ୍ର ହେବେ। ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ। ବିଚାର ବିଭାଗ ରାୟ ସପକ୍ଷରେ ଯିବ। ଅନେକ ଦିଗରୁ ଧନର ଆଗମନ ହୋଇ ପାରେ। ଟଙ୍କା ଆଦାନ ପ୍ରଦାନ କାରବାରରେ ଉନ୍ନତି କରିପାରିବେ। ସ୍ଥାନାନ୍ତର ହେବାକୁ ଚାହୁଁଥିଲେ, ଆଜି ଚେଷ୍ଟାକଲେ ଉତ୍ତମ ସ୍ଥାନରେ ଅବସ୍ଥାପିତ ହେବେ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

ତୁଳା:-ଆଧ୍ୟାତ୍ମିକ ଭାବଧାରାରେ ଉଦ୍ବୁଦ୍ଧ ହୋଇ ସତ୍ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇ ପାରନ୍ତି। ପ୍ରେମିକ ପ୍ରେମିକା ମାନଙ୍କର ଚିତ୍ତପ୍ରସନ୍ନ ରହିବ ଓ କାର୍ଯ୍ୟ ସିଦ୍ଧି ହେବ। ଛାତ୍ରଛାତ୍ରୀମାନେ ଶିକ୍ଷାକ୍ଷେତ୍ରରେ ଆଗ୍ରହୀ ହେବେ। ବ୍ୟବସାୟରେ ପରିଶ୍ରମ କଲେ ନିଶ୍ଚୟ ଲାଭ ହେବ। ଆର୍ଥିକ କ୍ଷେତ୍ରରେ ଅବନତି ଦେଖାଦେଇ ପାରେ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ସମାଜସେବା, ଲୋକସମ୍ପର୍କ, ଧାର୍ମିକ ଅନୁଷ୍ଠାନରେ ପ୍ରଶଂସା ପାଇବେ। ଆର୍ଥୀକ ଦିଗରୁ ଉନ୍ନତି ଓ ନୂତନ ପଦାର୍ଥ ସଂଗ୍ରହ କରିବେ। ବ୍ୟବସାୟରେ ଲାଭ ପାଇ ମନର ଅଶାନ୍ତି ଦୂରହେବ। ପିଲାମାନଙ୍କ ପ୍ରତି ସତର୍କ ରହି ଆନନ୍ଦିତ ହେବେ। ଆୟ ତୁଳନା ରେ ବ୍ୟୟ ଅଧିକ ହେବ। ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ପାରନ୍ତି। ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ଧନୁ:-ସ୍ୱାସ୍ଥ୍ୟ ଉତ୍ତମ ରହିବା ସହ ବ୍ୟାଙ୍କ ବାଲାନ୍ସ ବୃଦ୍ଧି ପାଇବ। ବିଚାର ବିଭାଗ ରାୟ ସପକ୍ଷରେ ଯିବ। ଉଚ୍ଚଆଶା ପୂରଣ ହୋଇପାରେ। ପରିବାରରେ ସୁଖଶାନ୍ତି ଫେରି ଆସିବ। ପ୍ରେମସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୁରତା ସୃଷ୍ଟି ହେବ। ବିପତ୍ତି କଟିବା ଫଳରେ ସୁଖ ସୌଭାଗ୍ୟ ବୃଦ୍ଧି ହେବ। ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ। ବିଦେଶ ଯାତ୍ରାରେ ସଫଳ ହେବେ। ଅଚାନକ ଭାବରେ କୌଣସି ସୁସମ୍ବାଦ ଶୁଣିବେ। ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ମକର:-ପଶୁ ସମ୍ପଦପ୍ରାପ୍ତିହେବ, ମିଷ୍ଟାନ ଭୋଜନ, ଉଚ୍ଚଆଶା ପୂରଣ ହେବ। ବିଦେଶ ଯାତ୍ରାରେ ସଫଳ ହେବେ। ରାଜନୀତି କ୍ଷେତ୍ରରେ ସ୍ଵାର୍ଥକୁ କେନ୍ଦ୍ରକରି ସବୁଥିରେ ପଶିବାର ସୁଯୋଗ ପାଇବେ। ନିର୍ମାଣଧୀନ ଅଧୁରା କାର୍ଯ୍ୟ ପୂରଣ କରିବାକୁ ଚେଷ୍ଟା କରିବେ। କ୍ଷମତା ଶକ୍ତି ବଳରେ ନିଜର ସମୟ ବିତାଇବେ। ଆଇନ ଅଦାଲତରେ ଜୟଯୁକ୍ତ ହେବେ। ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କୁମ୍ଭ:-ରାଜନୀତି କ୍ଷେତ୍ରରେ କୂଟନୀତିର ପ୍ଲାନ୍ ଚଳାଇ ସ୍ଥାନ ଓ ସ୍ଥିତି ଅଟଳ ରଖି ପାରିବେ। ନୂତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେ ମାପି ଚାଖଣ୍ଡେ ଚାଲିବା ଆବଶ୍ୟକ। ପରିବାରରେ କ୍ରୋଧ ନିୟନ୍ତ୍ରଣ ନ ରଖିଲେ କ୍ଷତି ସହିବେ। ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍। କିଛି କାରଣ ନଥାଇ ବଦନାମ୍ ବା ମିଛ କେଶ୍ ରେ ଫଶିଯିବେ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ସହକର୍ମୀ ମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇ କର୍ମରେ ଉନ୍ନତି ସହିତ ଯଶ, ମାନକୁ ଅଧିକ ମହତ୍ତ୍ୱ ଦେଇ ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ। ସରକାରୀ ସାହାଯ୍ୟ ପାଇବାର ସୁଯୋଗ ହାତ ପାହାନ୍ତାରେ ପହଞ୍ଚିବ। ବିଦେଶ ଯାତ୍ରାରେ ଲାଭବାନ ହେବେ। ପାରିବାରିକ ବ୍ୟବସ୍ଥା ପରି ବର୍ତ୍ତନ ସାଙ୍ଗକୁ ଅର୍ଥସଙ୍କଟରୁ ମୁକ୍ତି ମିଳିବା ସହ କରଜ ଭାରରୁ ମୁକ୍ତି ମିଳିବ। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!