ସ୍ଵାସ୍ଥ୍ୟରେ ଉନ୍ନତି ହେବ। ଆଜି କେମିତି ରହିବ ଆପଣଙ୍କ ଦିନ : ୧୬ ଜାନୁୟାରୀ ୨୦୧୮

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୧୬ ଜାନୁୟାରୀ ୨୦୧୮

ମେଷ:-

ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ ଏବଂ ବୁଦ୍ଧିଜୀବୀ ମାନଙ୍କ ସାନ୍ନିଧ୍ୟରେ ଆସିବେ। ଅଫିସ୍ ପରିସ୍ଥିତି ଯେତେ ଜଟିଳ ଥିଲେମଧ୍ୟ ସମାଧାନ କରି ପ୍ରଶଂସିତ ହେବେ। ପାରିବାରିକସ୍ତର ହସ ଖୁସିରେ କଟିବ। ପ୍ରତିକାର-ଉପହାର ସ୍ୱରୂପ ଲାଲରଙ୍ଗର ବସ୍ତ୍ର ଓ ଲାଲରଙ୍ଗର ବସ୍ତୁ ଗ୍ରହଣ କରନ୍ତୁ ନାହିଁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ମନଭିତରେ ରାଗରେ ଜଳୁଥିଲେ ମଧ୍ୟ କିଛି କାହାକୁ କହିବାକୁ ସାହସ ହେବ ନାହିଁ। ଛୋଟ ଛୋଟ କାମକୁ ବୁଝିବିଚାରି ନକଲେ ଦ୍ଵନ୍ଦରେ ପଡିବେ। କୌଣସି ଆବଶ୍ୟକୀୟ ଜିନିଷ କିଣିବା ପାଇଁ ଧାର କରଜ କରିବାକୁ ବାଧ୍ୟ ହେବେ। ପ୍ରତିକାର- ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ।

ମିଥୁନ:-

କିଛି ନୂତନ କର୍ମ ଆରମ୍ଭ କରି ନିକଟ ସମ୍ପର୍କୀୟଙ୍କଠାରୁ ପ୍ରଶଂସିତ ହେବେ। ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ। ପାରିବାରିକ ପରିସ୍ଥିତି ଯୋଗୁ କର୍ମକ୍ଷେତ୍ରରେ ଚିନ୍ତା କରିଥିବା କାମ ଗୁଡିକ ଠିକ୍ ଭାବେ ସଂପୂର୍ଣ୍ଣ ହେବ।

କର୍କଟ:-

କେତେକ କ୍ଷେତ୍ରରେ ସୁବିଧା ଓ ସମ୍ମାନ ପାଇବେ। ଦୀର୍ଘ ସମୟରୁ ପ୍ରତୀକ୍ଷା କରିଥିବା ଖବର ପାଇ ଖୁସି ହେବେ। ପୈତୃକ ସମ୍ପତ୍ତିକୁ ନେଇ ବାଦ-ବିବାଦ ଲାଗି ରହିଥିଲେ ଆଜି ତାହାର ସମାଧାନ କରିପାରିବେ। ମହିଳା ମାନଙ୍କର ପାରିବାରିକ ଜଞ୍ଜାଳ ବୃଦ୍ଧି ପାଇବ। ପ୍ରତିକାର- ଘରୁ ବହାରରିବା ସମୟରେ ମୁହଁ ମିଠା କରି ବାହାରନ୍ତୁ।

ସିଂହ:-

ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟ ସହଯୋଗ କରିବେ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ପରିବାରରେ ଆର୍ଥିକ ସମସ୍ୟା ସମାଧାନ ହୋଇଯିବ। ବ୍ୟବସାୟ ପାଇଁ ଦୂରଯାତ୍ରା କରି ମନ ଖୁସି ରହିବ। ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିବ। ପ୍ରତିକାର- ଚଣାଡାଲି ଓ ଗୁଡ ହଳଦିଆ କପଡାରେ ବାନ୍ଧି ମନ୍ଦିରରେ ଦାନ କରନ୍ତୁ।

କନ୍ୟା:-

କୌଶଳ ପ୍ରୟୋଗ କରି ସମସ୍ତ ପ୍ରକାର ଅଭିଳାଷ ପୂରଣ କରିବାକୁ ଚେଷ୍ଟା କରିବେ। କୌଣସି ଗୁରୁତ୍ୱପୂର୍ଣ୍ଣ ନିସ୍ପତି ନେବା ପୂର୍ବରୁ ପରିବାରସହ ଆଲୋଚନା କରିବା ଉଚିତ୍ ନଚେତ୍ କ୍ଷତିରେ ପଡିବେ। ଶତୃମାନେ ଦୂରେଇ ଯିବେ। ଅପେକ୍ଷା କରିଥିବା କାମର ଶୁଭସୂଚନା ମିଳିବ। ପ୍ରତିକାର- ଭିକାରୀକୁ ନିରାଶ କରିବେ ନାହିଁ।

ତୁଳା:-

ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ। ଶୁଭକାମ କରି ପ୍ରଶଂସିତ ହେବେ। ସାହିତ୍ୟଚର୍ଚ୍ଚା ଓ ସଭାସମିତିରେ ସଫଳତା ମିଳିବ। ପଡା-ପଡୋଶୀ ବନ୍ଧୁ ମିତ୍ରଙ୍କ ବ୍ୟବହାରରେ ମନ ବିଚଳିତ ହୋଇପାରେ। ପ୍ରତିକାର-ସୋରିଷତେଲରେ ପରଟା କୁକୁରକୁ ଖାଇବାକୁ ଦିଅନ୍ତୁ।

ବିଛା:-

ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ। ପରିବହନରେ ବିଶେଷ ଲାଭବାନ ହେବେ। କେତେକ କର୍ମରେ ସଫଳତା ପ୍ରାପ୍ତି ହେବ। ଈର୍ଷାପରାୟଣ ବ୍ୟକ୍ତିମାନେ କଟୁ ବଚନ ଶୁଣେଇବେ। ପରକଥାରେ ପଡି ପରିବାରଲୋକଙ୍କୁ ଭୁଲ୍ ବୁଝନ୍ତୁ ନହିଁ। ପ୍ରତିକାର- ଆରାଧ୍ୟା ଦେବା ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

ଧନୁ:-

ଅଫିସରେ ଲାଗି ରହିଥିବା ଟେନସନ ଦୂର ବେବ। କୋର୍ଟ କଚେରୀ ମାମଲାର ଶୁଣାଣି ସପକ୍ଷରେ ଯିବ। କଳେବଳେ କୌଶଳରେ ଅର୍ଥ ସଂଗ୍ରହ ଅଭିଯାନ କରି ସଫଳତା ପାଇବେ। କାର୍ଯ୍ୟବ୍ୟସ୍ତତା ଯୋଗୁ ଖୁସିଗପ ଓ ମଉଜ ମଜଲିସ୍ କରିବା ପାଇଁ ସମୟ ପାଇବେ ନାହିଁ। ଭୁଲ ବୁଝାମଣା ଯୋଗୁ ପରିବାରରେ ଦ୍ଵନ୍ଦ ଦେଖାଦେବ। ପ୍ରତିକାର:- ଅନ୍ଧ,ବିଧବା ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ।

ମକର:-

ଭଲଭାବରେ ଚିନ୍ତା କରି କାମରେ ଆଗେଇ ଚାଲନ୍ତୁ କୌଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ। ଭାଇ ବନ୍ଧୁମାନେ କର୍ମକ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ। ଭୁଲ ସଂବାଦ କାରଣରୁ ଦ୍ଵନ୍ଦରେ ପଡି ପରିବାର କଥାକୁ ଠିକ୍ ଭାବେ ବୁଝି ପାରିବେ ନାହିଁ। ପ୍ରତିକାର-ତନ୍ଦୁରୁଟି ତିଆରି କରି ଗାଈକୁ ଖାଇବାକୁ ଦେବେ।

କୁମ୍ଭ:-

ମନକଥା ମନରେ ରଖି ବନ୍ଧୁଙ୍କ ସହ ମିଶିଲେ ଭଲ ହେବ। କର୍ମକ୍ଷେତ୍ରରେ ଯେତିକି ପାଇବା କଥା ସେତିକି ହିଁ ପାଇବେ। ବାଣିଜ୍ୟ, ବ୍ୟବସାୟ, କଳା, ସାହିତ୍ୟ ଓ ସଭାସମିତିରେ ସଫଳତା ହାସଲ କରିବେ। ମାନ, ସମ୍ମାନ, ଯଶ, ପ୍ରତିଷ୍ଠା, ପ୍ରତିପତ୍ତି ଓ ସୁଖ ସମ୍ପଦ ପ୍ରାପ୍ତିହେବ।  

ମୀନ:-

ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ। ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ନିଜ ଚେଷ୍ଟାରେ ବାକିଥିବା ଅର୍ଥ ପାଇବେ। ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବେ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ। ପ୍ରତିକାର- ପଙ୍ଗୁ ଭିକାରୀଙ୍କୁ ଖାଦ୍ୟ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!