ଦୈନିକ ରାଶିଫଳ: ୧୬ ଜାନୁୟାରୀ ୨୦୧୯, ଶ୍ରୀ ଗଣେଶଙ୍କ କୃପାରୁ ଆପଣଙ୍କ ସମସ୍ତ ଇଚ୍ଛା ହେବ ପୂର୍ଣ୍ଣ, ଓ ସମସ୍ୟା ହେବ ଦୂର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୧୬ ଜାନୁୟାରୀ ୨୦୧୯

ମେଷ:–

କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। କର୍ମକ୍ଷେତ୍ରରେ ପରିସ୍ଥିତି ଭଲ ରହିବ। ବିଭିନ୍ନ ପ୍ରକାର ସମସ୍ୟା ଦୂର ହୋଇ ଶାନ୍ତି ମିଳିବ। ଭୋଗ ବିଳାସକୁ ତୁଚ୍ଛ ମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବା ଉଚିତ୍। ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ରାଜନୀତିରେ ସ୍ୱାର୍ଥରକ୍ଷା କରିବାରେ ସମୟ ବିତିବ। ସହକର୍ମୀ କେହି ଇର୍ଷାତୁର ହେଲେବି କ୍ଷତିକାରୀ ହେବେ ନାହିଁ। କୋର୍ଟ କଚେରୀ ଧନ୍ଦା ମଧ୍ୟରେ ଆସ୍ୱସ୍ତି ବଢ଼ିବ ଓ ସମୟ ଗଡ଼ିଚାଲିବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:–

ଖୋଜୁଥିବା ଜିନିଷ ସୁବିଧାରେ ପାଇବେ। କର୍ମକ୍ଷେତ୍ରରେ ସହକର୍ମୀ କିମ୍ବା ପ୍ରିୟଜନମାନଙ୍କୁ ପ୍ରିୟକଥା କହି ସମସ୍ୟାକୁ ସୁଧାରି ନେବେ। ବ୍ୟବସାୟରେ ଲାଭ ହେବାରୁ ମନ ଖୁସି ରହିବ। ନୂତନ ଗୃହ କିମ୍ବା ଯାନବାହନ କିଣିବା ପାଇଁ ମନ ବଳେଇବେ। ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣାତାକୁ ମୁଖ୍ୟକରି ଚଳିବା ହିତକର ହେବ। ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାରେ ବୃଦ୍ଧି ହେବ। ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। ଋଣ ଭରଣାରେ ସହଜ ହେବ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ। ପ୍ରତିକାର- ଗାଈକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:–

କର୍ମକ୍ଷେତ୍ରରେ ସାଫଲ୍ୟ, ଉଚ୍ଚସମ୍ମାନ ଓ ପଦବୀ ଲାଭ ହେବ।  କର୍ମ ସଂସ୍ଥାନ, ଶିଳ୍ପ ପ୍ରତିଷ୍ଠା ବା ଯୋଜନା ସାଫଲ୍ୟଦାୟକ ହେବ। ଲୁଗାପଟା ଓ ସୌଖୀନ ଦ୍ରବ୍ୟର ବ୍ୟବସାୟୀମାନେ ଦ୍ବିଗୁଣ ଲାଭ କରିବେ। କର୍ମ କ୍ଷେତ୍ରରେ ପ୍ରତ୍ୟେକ ମୁଖରୁ ପ୍ରଶଂସାବାଣୀ ଶୁଣିବେ। ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ। ପୂର୍ବ ଶତୃମାନେ ପଛଘୁଞ୍ଚା ଦେବେ। କ୍ଷମତା ଶକ୍ତି ବଳରେ ନିଜର ସମୟ ବିତାଇବେ। ଦୂରଯାତ୍ରାର ସୁଯୋଗ ପାଇବେ। କଳାତ୍ମକ ଦିଗରୁ ପ୍ରଶଂସିତ ହେବେ। ମହିଳାମାନେ ସଭାସମିତିରେ ସମ୍ମାନିତା ହେବେ ଓ ଗୃହୋପକରଣ କ୍ରୟ କରିବେ। ପ୍ରତିକାର- ଅସହାୟକୁ ନିରାଶ କରିବେ ନାହିଁ।

କର୍କଟ:–

ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ସଫଳତା ମିଳିବ। କର୍ମର୍କ୍ଷେତ୍ରରେ ସହକର୍ମୀମାନେ ସହଯୋଗ କରବେ। ବ୍ୟବସାୟ ବଢ଼ାଇବାରେ ସମର୍ଥ ହେବେ ଓ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ। ଶ୍ରମିକମାନେ ତଳ ମହଲରୁ ଆଶାତୀତ ଲାଭ ପାଇବେ ଓ ବେଶି ଉପକୃତ ହେବେ। ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳିୟାନ ହେବେ। ବିଦ୍ୟା ଓ ଖେଳରେ ପ୍ରଶଂସିତ ହେବେ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ମହିଳାମାନଙ୍କର ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

ସିଂହ:–

ବ୍ୟବସାୟୀମାନଙ୍କର କାରବାର ବଢ଼ିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ। ଶ୍ରମିକ ଓ କର୍ମଚାରୀମାନେ ଦୂର ଓ ନିକଟ କାର୍ଯ୍ୟରେ ତିଷ୍ଠି ରହି ପାରିବେ। ଉପରିସ୍ଥଙ୍କୁ ଆପଣାର କରି କୃପା ଭାଜନ ହେବେ। ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ୱଳତର କରିବାର ସାମର୍ଥ୍ୟ ବଢ଼ିବ। ମହିଳାମାନଙ୍କ ସ୍ୱାସ୍ଥ୍ୟ ସମସ୍ୟା ଦୂର ହେବ। ବିଦ୍ୟାରେ ଉନ୍ନତି ହେବ। ପ୍ରତିକାର- ଅସହାୟକୁ ନିରାଶ କରିବେ ନାହିଁ।

କନ୍ୟା:–

ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶମାନ ବୃଦ୍ଧି  ସହିତ ଉତ୍ତମ ଆୟର ପଥ ପରିସ୍କାର କରିବେ। ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ମହିଳାମାନେ ନୂତନବନ୍ଧୁଙ୍କୁ ପାଇ ଖୁସୀ ଅନୁଭବ କରିବେ। ମନରେ ଅଶାନ୍ତି ଅସନ୍ତୋଷ ଓ ଅର୍ଥାଗମ, ଭୟ ସତ୍ତ୍ୱେ ଜୟ, ନାନା ସମସ୍ୟାର ସମ୍ମୁଖୀନ ହେବେ। କ୍ଷୟକ୍ଷତି ଘଟିବାର ଆଶଙ୍କା ନାହିଁ। ମାଲି ମୋକଦ୍ଦମାରେ ଆଗ୍ରହ ଦେଖା ଦେବ। ରାଜନୀତି କ୍ଷେତ୍ରରେ ଅସ୍ୱସ୍ତି ପାଇବେ। ସ୍ଥାନାନ୍ତରର ସୂଚନା ପାଇ ପାରନ୍ତି। ପ୍ରତିକାର- ଗାଈକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:–

ଉଚ୍ଚାଧିକାରୀ, ସହ କର୍ମୀ,  ଭାଇ ବନ୍ଧୁ ବା କୌଣସି ବିଶିଷ୍ଠ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢ଼େଇ ଦେବ। ବନ୍ଧୁ ମିତ୍ର ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବେ।  ବ୍ୟବସାୟରେ ଭାଗିଦାରମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ। ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ। ସନ୍ତାନ ପକ୍ଷର ଚିନ୍ତା ଦୂର ହେଇଯିବ। ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ। ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

ବିଛା:–

ନୂତନ କାର୍ଯ୍ୟଆରମ୍ଭ କଲେ ଆୟ ବୃଦ୍ଧିପାଇବ। କର୍ମକ୍ଷେତ୍ରରେ ପ୍ରତ୍ୟେକ ପ୍ରତିବନ୍ଧକକୁ ଦୃଢ଼ତାର ସହ ଖଣ୍ଡନ କରିବେ। ମାନସିକ ସ୍ଥିରତା ରହିବ। କୌଣସି ମାଙ୍ଗଳିକ କାର୍ଯ୍ୟ ତଥା ଆନୁଷ୍ଠାନିକ କାର୍ଯ୍ୟରେ ଯୋଗ ଦେବେ। ଆପଣଙ୍କ ନିକଟରୁ ସମ୍ପର୍କୀୟମାନେ ସହାୟତା ପାଇବେ। ସଙ୍ଗୀତ, କଳା, ସାହିତ୍ୟ, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରେ ଉନ୍ନତି କରିବେ। ବହୁତ ଦିନରୁ ଅଟକିଥିବା ବକେୟା ଟଙ୍କା ମିଳିବ। ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ହେଲେ ଆଗେଇ ନବା ଉଚିତ୍। ବ୍ୟବସାୟ ସମ୍ବନ୍ଧିତ ଯାତ୍ରା କରିବାକୁ ପଡ଼ିବ। ପ୍ରତିକାର- ଅସହାୟ ବୃଦ୍ଧଙ୍କୁ ଖାଦ୍ୟ ଦିଅନ୍ତୁ।

ଧନୁ:–

ସନ୍ତାନଙ୍କର ଅନେକ ସମସ୍ୟାର ସମାଧାନ ହୋଇ, ପରିବାରରେ ହସ ଖୁସିର ବାତାବରଣ ଖେଳିଯିବ। ଦୂରଯାତ୍ରାରେ ସଫଳତା ମିଳିବ ଓ ଯାତ୍ରା ଫଳରେ ଉତ୍ସାହିତ ହେବେ। ଗୃହୋପକରଣ କ୍ରୟ କରିବେ। ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ବିଦ୍ୟାରେ ଉନ୍ନତି କରିବେ। ବିବେକ ବୁଦ୍ଧି ଖଟେଇ ଉଚିତ୍ମାର୍ଗରେ ଗତିକରିବାର କ୍ଷମତା ଜନ୍ମହେବ। ଆନୁଷ୍ଠାନିକ କାମ ଓ ବନ୍ଧୁମିଳନ ହେତୁମନ ଖୁସୀରହିବ। ଆଇନ, ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

ମକର:–

ପାରିବାରିକ ସମସ୍ୟା ସୁଧୁରି ଯିବ। କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ। ପ୍ରବାସ ଯାତ୍ରାରେ ଲାଭବାନ୍ ହେବେ। ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢ଼ୀଭୂତ ହେବ। ପରିବାର ହିତ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ। ବ୍ୟବସାୟ କ୍ଷେତ୍ରରେ ପ୍ରସାର, ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ଲୋକ ସମ୍ପର୍କ, ସମାଜ ସେବା, ଧାର୍ମିକ ଅନୁଷ୍ଠାନରେ ଲାଭ ପାଇବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରି ପାରନ୍ତି। ଚକ୍ଷୁ ପୀଡ଼ା ସହ ଦୈନିକ କାର୍ଯ୍ୟରେ ବ୍ୟବଧାନ ଉତ୍ପନ୍ନ ହେବ। ପ୍ରତିକାର- ଗୁଡ ରୁଟି ଗାଈକୁ ଖାଇବାକୁ ଦିଅନ୍ତୁ।

କୁମ୍ଭ:–

ପ୍ରତିଦ୍ଵନ୍ଦିତାରେ ସଫଳ, ବିଦ୍ୟାକ୍ଷେତ୍ରରେ ଶୁଭଯୋଗ, ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ। କାର୍ଯ୍ୟ କ୍ଷେତ୍ରରେ ସୁଖ-ଶାନ୍ତି ବୃଦ୍ଧି ହେବ। ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ। ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ। କାରବାର ଓ କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ। ସାଧାରଣ ଲୋକ ସମ୍ପର୍କକୁ ଅତିକ୍ରମ କରିବା ଲକ୍ଷ୍ୟରେ ଭୋଗମାର୍ଗୀ ହୋଇ ନିଜକୁ ପ୍ରତିଷ୍ଠିତ କରିପାରିବେ। କର୍ମକ୍ଷେତ୍ରରେ ସଙ୍କଟ ଜନକ ପରିସ୍ଥିତିର ଅବସାନ ଘଟିବ। ସ୍ୱାସ୍ଥ୍ୟ ଠିକ୍ ରହିବ। ମହିଳାମାନେ ନିଜର ବୁଦ୍ଧି, ବିବେକ ଖଟାଇ ଗୃହ ସମସ୍ୟା ସମାଧାନ କରି ପାରିବେ। ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ମୀନ:–

କ୍ରୀଡ଼ା, କଳା, ସାହିତ୍ୟ, ପ୍ରକାଶନ, ବାଣିଜ୍ୟ, ବ୍ୟବସାୟ, କୃଷି ଓ ପ୍ରଶାସନିକ ସ୍ତରରେ ଉଚ୍ଚ ସମ୍ମାନ ପାଇବେ। ଅଚାନକ ଧନ ପ୍ରାପ୍ତି ହେବ ଓ ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେସ କରିବେ। ଶିକ୍ଷା କ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ। କର୍ମ କ୍ଷେତ୍ରରେ ଉଚ୍ଚାଧିକାରୀ ଓ ସହକର୍ମୀଙ୍କ ସହ ବାଦ ବିବାଦ ମେଣ୍ଟି ଯିବ। ପରିବାରର କେତେକ ସମସ୍ୟା ନେଇ, ମାନସିକ ପୀଡ଼ା ଅନୁଭବ କରିବେ। କୁଟୁମ୍ବରେ ଚିକିତ୍ସାର ଦାୟିତ୍ୱ ନେଇ ଧାଁ ଦଉଡ଼ କରିବା ଫଳରେ କଷ୍ଟ ସ୍ୱୀକାର କରିବେ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ। ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!