୨୦୨୩ମସିହା, ଜାନୁୟାରୀ ମାସ ୧୬ତାରିଖ, ସୋମବାର, ମକରମାସ ୩ଦିନ, ମାଘମାସ, କୃଷ୍ଣପକ୍ଷ, ନବମୀତିଥି ସନ୍ଧ୍ୟା ୭ଟା ୨୦ମିନିଟ୍ ପରେ ଦଶମୀତିଥି, ସ୍ଵାତୀନକ୍ଷତ୍ର ସନ୍ଧ୍ୟା ୭ଟା ୨୨ମିନିଟ୍ ପରେ ବିଶାଖା ନକ୍ଷତ୍ର, ତୁଳାରାଶିରେ ଚନ୍ଦ୍ର । ଧୃତିଯୋଗ ଦିବା ୧୦ଟା ୩୧ମିନିଟ୍ ପରେ ଶୂଳଯୋଗ । ତୈତିଳ କରଣ ପ୍ରାତଃ ୭ଟା ୩୯ମିନିଟ୍ ପରେ ଗର କରଣ । ମିଥୁନ ରାଶିର ଘାତ ବାର । ନିଷେଧଖାଦ୍ୟ-ଲାଉ ନ ଖାଇଲେ ଭଲ ସନ୍ଧ୍ୟା ୭ଟା ୨୦ମିନିଟ୍ ପରେ କଳମଶାଗ ନ ଖାଇଲେ ଭଲ । ଯୋଗିନୀ- ପୂର୍ବେ ସନ୍ଧ୍ୟା ୭ଟା ୨୦ମିନିଟ୍ ପରେ ଉତ୍ତରେ ଯାତ୍ରା ନିଷେଧ । ଶ୍ରାଦ୍ଧତର୍ପଣ- ନବମୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ସକାଳ ୭ଟା ୫୦ମିନିଟ୍ ରୁ ୯ଟା ୧୨ମିନିଟ୍, ଦିବା ୨ଟା ୪୦ମିନିଟ୍ ରୁ ୪ଟା ୨ମିନିଟ୍, ରାତ୍ରି ୧୦ଟା ୧୮ମିନିଟ୍ ରୁ ୧୧ଟା ୫୬ମିନିଟ୍ । ଶୁଭସମୟ- ପ୍ରାତଃ ୬ଟା ୨୭ମିନିଟ୍ ରୁ ୭ଟା ୫୦ମିନିଟ୍, ଦିବା ୧୦ଟା ୫୦ମିନିଟ୍ ରୁ ୧ଟା ୧ମିନିଟ୍, ଦିବା ୪ଟା ୨ ମିନିଟ ରୁ ୪ଟା ୪୦ ମିନିଟ, ସନ୍ଧ୍ୟା ୬ଟା ୧୬ମିନିଟ୍ ରୁ ୮ଟା ୫୩ମିନିଟ୍, ରାତ୍ର ୧୧ଟା ୫୬ମିନିଟ୍ ରୁ ୨ଟା ୫୯ମିନିଟ୍ ।
ମେଷ:-ଆର୍ଥିକସ୍ଥିତି ସୁଧୁରି ଯିବା ଫଳରେ ଯଶ ପ୍ରତିଷ୍ଠା ମିଳିବ । ଜମି ଜମା ସଙ୍କ୍ରାନ୍ତିୟ ପଟ୍ଟା, ଦସ୍ତାବେଜ ଏବଂ ଅନୁବନ୍ଧନ ଆଦିରେ ସଫଳତା ମିଳିବ । ନୂଆ ନିଯୁକ୍ତି ପାଇବାର ସମ୍ଭାବନା ଅଛି । ରାଜନୀତି କ୍ଷେତ୍ରରେ ସଫଳତା ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବା ସହ କୀର୍ତ୍ତୀ ଓ ମାନ-ପ୍ରତିଷ୍ଠାରେ ବୃଦ୍ଧି ହେବ । ଉଚ୍ଚଶିକ୍ଷା ପ୍ରଚେଷ୍ଟାରେ ସାଫଲ୍ୟ ପ୍ରାପ୍ତି ହେବ । ପାରିବାରିକ ସୁଖ-ଶାନ୍ତି ବୃଦ୍ଧି ହେବ । ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ ।
ବୃଷ:-ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍ । କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି । ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ । ଶତୃମାନେ ଦୂରେଇ ଯିବେ ଓ ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ । ସରକାରୀ କ୍ଷେତ୍ରରେ ସଫଳତା ମିଳିବା ଫଳରେ ମାନସିକ ଶାନ୍ତି ପାଇବେ । ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ ।
ମିଥୁନ:-ଯେତେ ଜଟିଳ ସମସ୍ୟା ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ଖାଇବା ପିଇବାରେ ଅବହେଳା କରିବାରୁ ସ୍ଵାସ୍ଥ୍ୟ ଖରାପ ହୋଇପାରେ । ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ । ଗୃହୋପକରଣ କ୍ରୟ କରିବେ । ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
କର୍କଟ:-ସମ୍ପତ୍ତି ସମ୍ବନ୍ଧୀୟ ମାମଲାରେ ଲଢିପାରନ୍ତି । କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବାଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ । ରାଜନୀତି କ୍ଷେତ୍ରରେ ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରୀ ହୋଇ ପାରିବେ । କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ । କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଆଗ୍ରହ ବଢିବ । ବ୍ୟବସାୟରେ ନିଜର ଯୋଜନାମୁତାବକ କାମ କରିବେ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।
ସିଂହ:-ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ଭଲ ରହିବ । ଜୀବନରେ ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ । ପାରିବାରିକ ମାମଲା ବହୁତ ଶାନ୍ତି ପୂର୍ଣ୍ଣ ରହିବ । ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଆଜି ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ । ସମସ୍ତ ନିର୍ଣ୍ଣୟ ଓ ଫଇସଲା ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ । ରାଜନୀତି କ୍ଷେତ୍ରରେ ପରିଶ୍ରମ ଓ ମେହନତର ପରିଣାମ ମିଳିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
କନ୍ୟା:-କାରବାରରେ ସୁଧାର ଆସିବ ଓ ଟଙ୍କାର ଆବଶ୍ୟକତା ପୂରଣ ହେବ । ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ । ଭାବନାର ବଶୀଭୂତ ହୋଇ ଅମିନୀ, ଜାମିନି, ମଧ୍ୟସ୍ଥତା ଠିକ୍ ହେବ ନାହିଁ । ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି । ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭବାନ ହେବେ । ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।
ତୁଳା:-ସରକାରୀ କାମରେ ସଫଳତା ପାଇବେ । ସ୍ଵାସ୍ଥ୍ୟର କିଛି ପରିବର୍ତ୍ତନ ଘଟିବ । ପୁରୁଣା ନିବେଶ ଲାଭ ଦେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ବନ୍ଧୁ ମିତ୍ରଙ୍କ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ । ସ୍ଵାଭିମାନକୁ ବଜାୟ ରଖି କର୍ମୋନ୍ନତି ଭାଗ୍ୟୋନ୍ନତି କରି ପାରିବେ । ବାଦବିବାଦ, ପ୍ରତିଯୋଗୀତା-ପରୀକ୍ଷା, ଓ ମାଲିମୋକଦ୍ଦମାର ସମାଧାନ ହେବ । ପ୍ରତିକାର-ଶ୍ଵେତଚନ୍ଦନରେ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ ।
ବିଚ୍ଛା:-ମାଲିମୋକଦ୍ଦମାରେ ସଫଳତା ମିଳିବ । ପିଲାମାନଙ୍କ ପାଠପଢା ନେଇ ଖୁସି ରହିବେ । ଅତିରିକ୍ତ ଆୟର ଦରକାର ଅନୁଭବ ହେବ । ସୁଯୋଗ ହାତପାହାନ୍ତାରେ ପାଇ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ପରୀକ୍ଷା ପ୍ରତିଯୋଗିତାରେ ବିଜୟୀ ହେବେ । ଧାର୍ମିକ କାର୍ଯ୍ୟପ୍ରତି ମନ ବଳାଇବେ । କର୍ମଚାରୀମାନେ ଦୂର ଓ ନିକଟ କାର୍ଯ୍ୟରେ ତିଷ୍ଠି ରହିପାରିବେ । ପରିସ୍ଥିତି ହାତରେ ନିଜକୁ ସମର୍ପଣ କରିଦେବା ଉତ୍ତମ ହେବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।
ଧନୁ:-ସେୟାର ବଜାରରେ ମୁନାଫା ମିଳିବ । ନୂତନକର୍ମ ପ୍ରାପ୍ତିରେ ସଫଳ ହେବେ । ଯାତ୍ରାଫଳରେ ଉତ୍ସାହିତ ହେବେ । ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ । ଅତି ସହଜରେ ବାକିଥିବା ଅର୍ଥ ପାଇବେ । ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ । ପାରିବାରିକ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ପ୍ରତିକାର- ଅଷ୍ଟଗନ୍ଧ ତିଳକ ଚନ୍ଦନ ଧାରଣ କରନ୍ତୁ ।
ମକର:-ଯାତ୍ରାଫଳରେ ଉତ୍ସାହିତ ହେବେ । ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ । ପ୍ରବାସ ଯାତ୍ରାରେ ଲାଭବାନ ହେବେ । ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ । ନୂତନ କାର୍ଯ୍ୟଆରମ୍ଭ କରିପାରିବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ । ରାଜନୀତିରେ ମିତ୍ରଙ୍କ ସହାୟତା ମିଳିବ ଓ ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ । ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବ । ପ୍ରତିକାର- ନିମ୍ବକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।
କୁମ୍ଭ:-ସାମାଜିକ ପତିଆରା ଅମଳିନ ରହିବ । ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ ଓ ମନ ଖୁସି ରହିବ । ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ । ଅଫିସରେ କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ । ପ୍ରେମୀକ ପ୍ରେମିକାଙ୍କ ଉନ୍ନତି ପାଇଁ ପ୍ରୟାସରତ ହେବେ । ସନ୍ତାନର ଖୁସି ଓ ସୁରକ୍ଷିତ ଅନୁଭବ କରିବେ । ପାରିବାରିକ ସମସ୍ୟା ନିଜର ବୁଦ୍ଧି, ବିବେକ ଖଟାଇ ସମାଧାନ କରିପାରିବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।
ମୀନ:-ବ୍ୟବସାୟରେ ଉନ୍ନତି ହେବାଫଳରେ ଖୁସି ରହିବେ । କୌଣସି ମହତ୍ତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ରାଜନୀତି ମାମଲାରେ ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ସଫଳତା ମିଳିବ । ପାରିବାରିକ କ୍ଷେତ୍ରରେ ଅଧୁରା କାର୍ଯ୍ୟ ପୂରଣ ହେବ । ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ ଓ ନୂତନ ଜ୍ଞାନର ବୃଦ୍ଧି ହେବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।