ଦୈନିକ ରାଶିଫଳ: ୧୬ ଜୁଲାଇ ୨୦୧୮

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୧୬ ଜୁଲାଇ ୨୦୧୮

ମେଷ:-

ରାଜନୀତି କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ବ୍ୟବସାୟ କ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ। କର୍ମକ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ମହିଳାମାନଙ୍କର ନୂତନ ଲୋକଙ୍କସହ ବନ୍ଧୁତ୍ୱ ସ୍ଥାପନ ହେବ। ଛାତ୍ର-ଛାତ୍ରୀମାନେ ସାକ୍ଷାତକାର ପାଇଁ ଦୂରଯାତ୍ରା କରିବେ। ପ୍ରତିକାର ଗାଈକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ବ୍ୟବସାୟରେ ଉନ୍ନତି ହେବ। କର୍ମଚାରୀମାନେ କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ। ଉଚ୍ଚ ଶିକ୍ଷା ଲାଭ କରିବେ ଓ ସାକ୍ଷାତକାର ପାଇଁ ଦୂରଯାତ୍ରା କରିବେ। ନୂତନ ଲୋକଙ୍କସହ ବନ୍ଧୁତ୍ୱ ସ୍ଥାପନ ହେବ। ଆର୍ଥିକ ଉନ୍ନତି ହେବା ସହ ଶତୃ ପରାଜିତ ହେବେ। ନୂତନ କର୍ମ ନିଯୁକ୍ତିର ସୁଯୋଗ ପାଇବେ। ସରକାରୀ କାମରେ ସଫଳତା ମିଳିବ। ସ୍ୱାସ୍ଥ୍ୟ ଭଲ ରହିବ। ପ୍ରତିକାର ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ।

<< ଓଡିଆ କ୍ୟାଲେଣ୍ଡର ୨୦୧୮ >>> | <<< Janma Patrika>>>

ମିଥୁନ:

କର୍ମଚାରୀମାନଙ୍କର ଉପରିସ୍ଥ ଅଧିକାରୀମାନଙ୍କ ସହିତ ସୁ ସମ୍ପର୍କ ସ୍ଥାପନ ହେବ। ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ। ଅବିବାହିତ ଯୁବକ ଓ ଯୁବତୀମାନଙ୍କର ବିବାହ ସମ୍ବନ୍ଧ ସ୍ଥିର। ଛାତ୍ର-ଛାତ୍ରୀମାନେ ପରୀକ୍ଷା ପ୍ରତିଯୋଗିତାରେ ସଫଳ ହେବେ। ପାରିବାରିକ ମାମଲା ବହୁତ ଆନନ୍ଦ ଦାୟକ ରହିବ। ମାନସିକ ଶାନ୍ତି ମିଳିବ। ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ। ପ୍ରତିକାର ଆରାଧ୍ୟାଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

କର୍କଟ:-

ନୂତନ ଦ୍ରବ୍ୟ କ୍ରୟ କରିବେ। ମହିଳାମାନେ ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ। ଶତୃମାନେ ଦୂରେଇ ଜିବେ। କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି। ସରକାରୀ କ୍ଷେତ୍ରରେ ସଫଳତା ମିଳିବ। ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ। ନୂତନ କର୍ମପ୍ରାପ୍ତି ପାଇଁ ଚେଷ୍ଟା କରିବେ। ପ୍ରତିକାର ଗାଈକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-

ଅଫିସରେ କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ। ଜୀବନରେ ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ। ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ଧୈର୍ଯ୍ୟ ସାହସ ଦ୍ଵାରା ହୋଇପାରୁ ନଥିବା କାମକୁ କରି ଦେଖାଇବେ। ପ୍ରତିକାରନିଶାଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ।

କନ୍ୟା:-

ବ୍ୟବସାୟ କ୍ଷେତ୍ରରେ ଯେତେ ଅଧିକ ପରିଶ୍ରମ କରିବ ସେତେ ଅଧିକ ଲାଭ ହେବ। ସରକାରୀ କର୍ମ କ୍ଷେତ୍ରରେ ଅଶାନ୍ତି ଭୋଗିବେ ଓ କାର୍ଯ୍ୟ କ୍ଷେତ୍ରରେ ପରିବର୍ତ୍ତନ ହେବ। ପାରିବାରିକ ଅଶାନ୍ତି ସୃଷ୍ଟି ହେବ। ମହିଳାମାନେ ଆଗାମୀ ଯୋଜନା ପାଇଁ ପ୍ରସ୍ତୁତ ହେବେ। ଛାତ୍ର-ଛାତ୍ରୀମାନଙ୍କର ପରିଶ୍ରମ ଓ ମେହନତର ପରିଣାମ ମିଳିବ। ପ୍ରତିକାର କୁକୁରକୁ ଖାଇବାକୁ ଦିଅନ୍ତୁ।

ତୁଳା:-

ପାରିବାରିକ କ୍ଷେତ୍ରରେ ମାନସିକ ଶାନ୍ତି ମିଳିବ। ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ। ପଡିରହି୍ଥିବା କାର୍ଯ୍ୟକୁ ପୂର୍ଣ୍ଣକରିବାର ଦୃଢ଼ତା ଆସିବ। ନୂତନ କର୍ମନିଯୁକ୍ତି, ନୂତନ ବ୍ୟବସାୟରମ୍ଭ, ଯାନ, ବାହନ, ଜାଗା, ଜମି, ଗୃହପୋକରଣ ଆଦି କ୍ରୟ କରିବା ପାଇଁ ଋଣ କରିବେ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ପ୍ରତିକାର ଚଣାଡାଲି ଓ ଗୁଡ ମନ୍ଦିରରେ ଦାନ କରନ୍ତୁ।

ବିଛା:-

କାରବାରରେ ସୁଧାର ଆସିବ। ଟଙ୍କାର ଆବଶ୍ୟକତା ପୂରଣ ହେବ। ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ। ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ। ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ସାମାଜିକ ପତିଆରା ଅମଳିନ ରହିବ। ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ନୂତନ କାର୍ଯ୍ୟରମ୍ଭ କରିପାରିବେ। ପ୍ରତିକାର ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ଧନୁ:-

ରାଜନୀତିରେ ଉନ୍ନତି ହେବ। ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ। କିଏ ଚାହିଁଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ। ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। ଆଧ୍ୟାତ୍ମିକ କ୍ଷେତ୍ରରେ ଉନ୍ନତି ହେବ। ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବ ଓ ମନ ଖୁସି ରହିବ। ପ୍ରତିକାରମାଗଣାରେ କୌଣସି ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ।

ମକର:-

ଅଫିସରେ କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ବିପଦରେ ପକାଇବ ନିଜର କାମକୁ ପଛରେ ପକାଇ ଅନ୍ୟଦ୍ଵାରା ପ୍ରଭାବିତ ହୋଇ କୌଣସି ଭୁଲ୍ କାମ କରିବେ। କୌଣସି କାମ ପ୍ରତି ମନ ଲାଗିବ ନାହିଁ। ପ୍ରତିକାର : ଶିବ ଦର୍ଶନ କରି ପାଦୁକ ସେବନ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy

Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988

କୁମ୍ଭ:-

ବ୍ୟବସାୟ କ୍ଷେତ୍ରରେ ମାନସିକ ଶାନ୍ତି ମିଳିବ। କୌଣସି ନୂତନ ପ୍ରଭାବଶାଳି ବ୍ୟକ୍ତିଙ୍କ ସହିତ ଭେଟ ହେବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ସୁଖ ସମୃଦ୍ଧି ବୃଦ୍ଧି ହେବ। ପାରିବାରିକ ଏବଂ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର:- ଅସହାୟ ମାନଙ୍କୁ ସାହାଯ୍ୟ କରନ୍ତୁ।

ମୀନ:-

କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ। ବ୍ୟବସାୟରେ ଉନ୍ନତି ହେବାଫଳରେ ଖୁସି ରହିବେ। କୌଣସି ମହତ୍ତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ। ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ। ସେୟାର ବଜାର ଓ ପୁଞ୍ଜି ନିବେଶ କରିଲେ ବହୁତ ଧନ ପ୍ରାପ୍ତ ହେବ। ରାଜନୀତି ମାମଲାରେ ସଫଳତା ମିଳିବ। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!