ଦୈନିକ ରାଶିଫଳ: ୧୬ ଜୁଲାଇ ୨୦୧୯, ମା ମଙ୍ଗଳାଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କର ଆକସ୍ମିକ ଧନ ପ୍ରାପ୍ତିର ଯୋଗ ଅଛି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ମାଲିମକଦ୍ଦମାର ସମାଧାନ ହେବ। ବିଦେଶ ଯାତ୍ରାରେ ଯଶ ଲାଭ ଓ ନୂତନ ବାହନଆଦି ପ୍ରାପ୍ତି ହେବାର ଯୋଗ ଅଛି। କର୍ମକ୍ଷେତ୍ରରେ ଉନ୍ନତି ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ। ପ୍ରେମିକାମାନଙ୍କର ପ୍ରେମ-ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ। ବ୍ୟବସାୟରେ ଉନ୍ନତିହେବା ସହ ଲାଭବାନ ହେବେ। ରାଜନୈତିକ କ୍ଷେତ୍ରରେ ଶତ୍ରୁମାନେ ମିତ୍ରବତ କାର୍ଯ୍ୟ କରିବେ। ଯେକୌଣସି ନୂତନକାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ଭବିଷ୍ୟତ ପାଇଁ ଅତ୍ୟନ୍ତ ଶୁଭ। ପ୍ରତିକାର– ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ। ଉଚ୍ଚପଦସ୍ଥ ଅଫିସରମାନେ ସନ୍ତୋଷ ହେବେ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ସାମାନ୍ୟ ଲାଭ ପାଇବେ। ଗୃହରେ ଧର୍ମକାର୍ଯ୍ୟ ଓ ଧର୍ମାନୁଷ୍ଠାନରେ ଯୋଗଦାନ କରିପାରନ୍ତି।  ରାଜନୈତିକ କ୍ଷେତ୍ରରେ ଦଦୁଲ୍ୟମାନ ପରିସ୍ଥିତି ସୃଷ୍ଟିହେବ। କୌଣସି ଶୁଭ କାର୍ଯ୍ୟ କରିବା ଅନୁଚିତ। ବାଦ ବିବାଦଠାରୁ ଦୂରେଇ ରହିବା ଉଚିତ। ସମୟକୁ ହାତ ଛଡ଼ା ନ କରିବା ଉଚିତ୍। ମହିଳାମାନେ ପାରିଶ୍ରମିକ ତୁଳନାରେ ଅଧିକ ଶ୍ରମ କରିବେ। ସନ୍ତାନମାନଙ୍କର ଉନ୍ନତି, କେତେକ କାର୍ଯ୍ୟରେ ଶୁଭଫଳ ପ୍ରାପ୍ତି ହେବ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-

ବ୍ୟବସାୟ ବାଣିଜ୍ୟ ମାମଲାରେ ଦୂରସ୍ଥାନ ଯିବାକୁ ପଡିବ ଓ ଲାଭ ହେବ। ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ବ୍ୟବସାୟରେ ଭାଗିଦାରୀ ମାନଙ୍କଠାରୁ ସାହାଯ୍ୟ ପାଇବେ। ଋଣ ଭରଣାରେ ସହଜ ହେବ। କର୍ମ କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ। ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ-ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ। ନିବେଶ କରିଲେ ଲକ୍ଷ୍ମୀଙ୍କ କୃପା ଫଳରେ ଧନ ପ୍ରାପ୍ତ ହେବ। ମହିଳାମାନେ ପିଲାମାନଙ୍କ ପ୍ରତି ସତର୍କ ରହି ଆନନ୍ଦିତ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।  

କର୍କଟ:-

ଚିତ୍ତପ୍ରସନ୍ନ ସହ କାର୍ଯ୍ୟ ସିଦ୍ଧି ହେବ। ଉଚ୍ଚ ଆଶାରେ ଆଗେଇବେ। କର୍ମକ୍ଷେତ୍ରରେ ଶ୍ରମ ସାର୍ଥକ ହେବ। ନୂତନ କାର୍ଯ୍ୟ ଆରମ୍ଭ, ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, କ୍ଷମା ଗୁଣରେ ଯଶ ପ୍ରାପ୍ତି, ସୁସମ୍ବାଦ ଶୁଣିବେ। ବ୍ୟବସାୟରେ ଆୟ ବଢିବା ସହ ଆର୍ଥିକ ସମସ୍ୟା ଦୂର ହେବ। ବୁଝି ବିଚାରି କାର୍ଯ୍ୟ କଲେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ। ଧନଧାନ୍ୟ, ଗୋ-ସଂପଦ, ଭୂମି, ବସ୍ତ୍ରଭୂଷଣ, ବାହାନାଦି ପ୍ରାପ୍ତି ହବାର ଯୋଗ ଅଛି। ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ। ରାଜନୀତିରେ ପରୋପକାର ସମାଜସେବା କାର୍ଯ୍ୟରେ କୃତକାର୍ଯ୍ୟ ହେବେ। ପ୍ରତିକାର-ମାଦକଦ୍ରବ୍ୟ ସେବନ କରନ୍ତୁ ନାହିଁ।

ସିଂହ:-

ଭୋଗ ବିଳାସକୁ ତୁଚ୍ଛ ମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ। ପରିବାରରେ ମାନ ମନାନ୍ତର ଦୂର ହେବ। ବିଦେଶ ଯାତ୍ରାରେ ଲାଭବାନ ହେବେ। ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଉନ୍ନତିହେବ। କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ। ଆଧ୍ୟାତ୍ମିକ, ଧାର୍ମିକ ଓ ସାମାଜିକ କାର୍ଯ୍ୟ ସଂସ୍ଥାରେ ସାମିଲ ହେବେ। ଉତ୍ତମ ରୋଜଗାର ହେବ। ରାଜନୈତିକ କ୍ଷେତ୍ରରେ ଯଶ, ମାନ ବୃଦ୍ଧି ହେବ। ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। କର୍ମକ୍ଷେତ୍ରରେ ପଦୋନ୍ନତି ପାଇ ପାରନ୍ତି।ମହିଳାମାନେ କଠିନ ପରିଶ୍ରମ କରି ପ୍ରଶଂସା ପାଇବେ। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।  

କନ୍ୟା:-

ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଧନସମ୍ପଦ, ବସ୍ତ୍ରଆଭୂଷଣ ଆଦି ଲାଭହେବ। ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ମାଲିମକଦ୍ଦମାର ସମାଧାନ ହେବ। ବ୍ୟବସାୟରେ କଠିନ ପରିଶ୍ରମ କରିବାକୁ ପଡିବ। ରାଜନୈତିକ କ୍ଷେତ୍ରରେ ଯଶ, ମାନ ପ୍ରତିଷ୍ଠା ବୃଦ୍ଧି ହେବ। ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। ବିଦେଶ ଯାତ୍ରା, ସୁଖ ଶାନ୍ତି, ଯଶ ଲାଭ, ନୂତନ ବାହନଆଦି ପ୍ରାପ୍ତି ଯୋଗ ଅଛି। ସରକାରୀ କର୍ମକ୍ଷେତ୍ରରେ ଉନ୍ନତିର ସୁଯୋଗ ପାଇବେ। ପରିବାର ବା ଘର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-

ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ରାଜନୀତିରେ ସ୍ୱାର୍ଥରକ୍ଷା କରିବାରେ ସମର୍ଥ ହେବେ। ମହିଳାମାନେ କଠିନ ପରିଶ୍ରମ କରି ପ୍ରଶଂସା ପାଇବେ। ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ। ଶ୍ରମିକ ଓ କର୍ମଚାରୀମାନେ ଉପରିସ୍ଥଙ୍କୁ ଆପଣାର କରି କୃପା ଭାଜନ ହେବେ। ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:-

ବ୍ୟବସାୟୀମାନଙ୍କର କାରବାର ବଢ଼ିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ। ଶ୍ରମିକ ଓ କର୍ମଚାରୀମାନେ ଦୂର ଓ ନିକଟ କାର୍ଯ୍ୟରେ ତିଷ୍ଠି ରହି ପାରିବେ। ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ୱଳତର କରିବାରେ ସାମର୍ଥ୍ୟ ବଢ଼ିବ। ଶୁଭ ସମ୍ବାଦପାଇ ଖୁସିହେବେ। ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ ଓ ପରୀକ୍ଷା ପରିଣାମ ଅନୁକୂଳ ହେବ। ମହିଳାମାନେ ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ। ପ୍ରତିକାର:- ମାଦକ ଦ୍ରବ୍ୟ ବ୍ୟବହାର କରନ୍ତୁ ନାହିଁ।

ଧନୁ:-

ବ୍ୟବସାୟ କାରବାରର ଗତି ରୀତିରେ ପରିବର୍ତ୍ତନର ଆଶଙ୍କା ନାହିଁ। ନିମ୍ନବର୍ଗ କର୍ମୀଙ୍କ ପ୍ରତି ସତର୍କ ରହି ଚଉଆଖିଆହୋଇ କର୍ତ୍ତବ୍ୟ ପାଳି ଚାଲିଲେ ସାମାଜିକ ପତିଆରା ଅମଳିନ ରହିବ। କର୍ମ କ୍ଷେତ୍ରରେ ବହୁବିଧ ସୁଯୋଗ ଜୁଟିବ ଓ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ଲାଭ ହେବ । ଶିକ୍ଷା କ୍ଷେତ୍ରରେ ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ। ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ ଓ ସୁଖ ସମ୍ପନ୍ନତା ଲାଭ ହେବ । ରାଜନୀତି, ବିଜ୍ଞାନ, ବୈଷୟିକ ବିଦ୍ୟା, ଜ୍ୟୋତିଷ, ଦର୍ଶନ, ଅଧ୍ୟାପକ, ଓକିଲ, ପୋଲିସ, ଚିକିତ୍ସକମାନଙ୍କର ବିଶେଷ ଉନ୍ନତିହେବ। ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ।

ମକର:-

ବ୍ୟବସାୟୀମାନେ କଠିନ ପରିଶ୍ରମର ମୂଲ୍ୟ ଫେରି ପାଇବେ। କର୍ମକ୍ଷେତ୍ରରେ ଅପେକ୍ଷାକୃତ ସୁସ୍ଥ ବାତାବାରଣ ଦେଖାଦେବ। ମହିଳା ମାନଙ୍କର ଚାକିରି କ୍ଷେତ୍ରରେ ଉନ୍ନତି, ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ କ୍ଷାତି ବଢ଼ିବ। କର୍ମାନୁଯାୟୀ ଫଳପ୍ରାପ୍ତି ହେତୁ କର୍ତ୍ତବ୍ୟ ପରାୟଣତା ରକ୍ଷା କରି ପାରିବେ। ରାଜନୀତି କ୍ଷେତ୍ରରେ କୂଟନୀତିର ପ୍ଲାନ୍ ଚଳାଇ ସ୍ଥାନ ଓ ସ୍ଥିତିଅଟଳ ରଖି ପାରିବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଯଶସ୍ୱୀ ହେବେ। କୋର୍ଟ କଚେରୀ ମାମଲାରେ ହାତେମାପି ଚାଖଣ୍ଡେ ଚାଲିବା ବିଧେୟ। ପ୍ରତିକାର- ଗୋମାତାକୁ ଖାଇବାକୁ ଦିଅନ୍ତୁ।

କୁମ୍ଭ:-

ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଉନ୍ନତିହେବ। ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି। ରାଜନୀତି କ୍ଷେତ୍ରରେ ଅସ୍ୱସ୍ତି ଲାଭ କରିବେ। ବିଦେଶଯାତ୍ରାରେ ଯଶଲାଭ, ପରିବାରରେ ମାନ ମନାନ୍ତର ଦୂର ହେବ। ମାନସିକ ଏକାଗ୍ରତା ରଖି ପାରିବେ। ଶୁଭ ସମ୍ବାଦପାଇ ଖୁସିହେବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ମହିଳାମାନଙ୍କର ଚାକିରିରେ ପଦୋନ୍ନତିସହ ଆର୍ଥଲାଭ ହୋଇପାରେ । ବନ୍ଧୁ, ମିତ୍ର ଓ ସହକର୍ମୀ ମାନଙ୍କ ଦ୍ୱାରା ବିଶେଷ ଲାଭବାନ୍ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-

କର୍ମ କ୍ଷେତ୍ରରେ ଶ୍ରମ ସାର୍ଥକ ହେବା ସହ ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, କ୍ଷମା ଗୁଣରେ ଯଶ ପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଆର୍ଥିକ ସଙ୍କଟ ଦୂରେଇ ଯିବ। ବ୍ୟବସାୟୀମାନେ ଅଳ୍ପ ପରିଶ୍ରମ କରି ଅଧିକ  ଲାଭ ପାଇବେ। ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହେବ। ମାଲି ମୋକଦ୍ଦମାର ସମସ୍ୟା ଦୂରହେବ ଓ ଉଚ୍ଚ ଆଶାରେ ଆଗେଇବେ। ରାଜନୀତି କ୍ଷେତ୍ରରେ ଅସ୍ୱସ୍ତି ଲାଭ କରିବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!