ଦୈନିକ ରାଶିଫଳ: ୧୬ ଜୁଲାଇ ୨୦୨୦, ମା ଲକ୍ଷ୍ମୀଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଜୁଲାଇ ମାସ ୧୬ ତାରିଖ, ଗୁରୁବାର, କର୍କଟ ମାସ ୧ ଦିନ, ଶ୍ରାବଣମାସ, କୃଷ୍ଣପକ୍ଷ, ଏକାଦଶୀ ତିଥି, କୃତ୍ତିକା ନକ୍ଷତ୍ର, ବୃଷ ରାଶିରେ ଚନ୍ଦ୍ର। ତୁଳା, କୁମ୍ଭ ରାଶିର ଘାତବାର। ବିଛା ରାଶିର ଘାତଚନ୍ଦ୍ର। ଶିମ୍ବ, ଆମିଷ ନ ଖାଇଲେ ଭଲ। ଶୁଭସମୟ- ପ୍ରାତଃ ୫ଟା ୨୧ମିନିଟ୍ ରୁ ୭ଟା ୪ମିନିଟ୍, ଦିବା ୧୦ଟା ୩୫ମିନିଟ୍ ରୁ ୧ଟା ୧୦ମିନିଟ୍। ପର୍ବଦିନ- ସର୍ବସମ୍ମତ କାମିକା ଏକାଦଶୀ ଉପବାସ, କର୍କଟ ସଂକ୍ରାନ୍ତି। 

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ। ମାନସିକ ଅଶାନ୍ତି ଦୂର ହେବ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର କରି ପାରିବେ। ଛାତ୍ର ଛାତ୍ରୀମାନଙ୍କର ବିଦ୍ୟାରେ ଉନ୍ନତି ଘଟିବ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ। ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି କରିବେ। ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ। ପ୍ରତିକାର- ଗୋମାତାକୁ ଖାଇବାକୁ ଦିଅନ୍ତୁ। 

ବୃଷ:-

ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ। ନୂଆ ବେପାରୀଙ୍କସହ ସମ୍ପର୍କ ଯୋଗୁଁ ନୂତନ ବ୍ୟବସାୟର ଯୋଜନା କରିବେ। ଦାମ୍ପତ୍ୟ ଜୀବନରେ ମଧୂରତା ସୃଷ୍ଟିହେବ। ଆତ୍ମୀୟଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। ସୁଖ ସମୃଦ୍ଧି ବୃଦ୍ଧିହେବ। ଅଚାନକ ଧନପ୍ରାପ୍ତି, ବ୍ୟବସାୟିକ ଅନୁବନ୍ଧ, ବେପାର ବିସ୍ତାର, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ ଏବଂ ସ୍ୱର୍ଣ୍ଣ ଅଳଙ୍କାର କ୍ରୟ କରି ପାରନ୍ତି। ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତିହେବ। ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସିହେବେ। ମିତ୍ରଙ୍କ ସାହାଯ୍ୟ ଦ୍ଵାରା କାର୍ଯ୍ୟ ହାସଲ କରିବେ।ଉଦାସୀନତା ଓ ନକରାତ୍ମକ ପ୍ରବୃତ୍ତିକୁ ଛାଡିବା ପାଇଁ ପ୍ରୟାସ କରିବେ। ପ୍ରତିକାର- ମାଆ ବାପାଙ୍କୁ ପ୍ରଣାମ କରନ୍ତୁ। 

ମିଥୁନ:-

ବ୍ୟବସାୟରେ ମନମୁତାବକ ଲାଭ ପାଇ, ଭବିଷ୍ୟତ ଯୋଜନାରେ ନିବେଶ କରି ପାରନ୍ତି। କର୍ମକ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ସହିତ ସମ୍ପର୍କ ସୁଦୃଢ ହେବ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ। ଧାର୍ମିକ କାର୍ଯ୍ୟରେ ଯୋଗ ଦେଇ ଖର୍ଚ୍ଚାନ୍ତ ହେବେ। ଛାତ୍ର ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ। ରାଜନୀତି କ୍ଷେତ୍ରରେ କଥା ବାର୍ତ୍ତାରେ ନିୟନ୍ତ୍ରଣ ରହିଲେ ବିପଦର ସମ୍ମୁଖୀନ ହେବେ ନାହିଁ। ଆଚାର ଓ ବ୍ୟବହାରରେ ଶାନ୍ତ ହୋଇ କାର୍ଯ୍ୟ କରି ନିଅନ୍ତୁ।  ପ୍ରତିକାର:- ପିମ୍ପୁଡ଼ି ଗାତପାଖରେ ଗୁଡ଼ ରଖନ୍ତୁ। 

କର୍କଟ:-

କର୍ମକ୍ଷେତ୍ରରେ ଉଚ୍ଚଅଧିକାରୀଙ୍କ ସହ ସୁ ସମ୍ପର୍କ ଫଳରେ ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି। ନୂଆ ନୂଆ ବ୍ୟବସାୟିକ ସଂପର୍କ ସ୍ଥାପନ ହେବ ଓ ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ। ଗୃହାରମ୍ଭ, ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ। ଆଇନ ଅଦାଲତ କ୍ଷେତ୍ରରେ ବିଜୟୀ ହେବେ। ବିଦ୍ୟାକ୍ଷେତ୍ରରେ ପ୍ରତିଭାର ବିକାଶ ହେବ। ବହୁତ ଦିନରୁ ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ। ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବା ଯୋଗେ ଚିନ୍ତା କରିଥିବା କାମ ଗୁଡିକ ଠିକ୍ ଭାବେ ସଂପୂର୍ଣ୍ଣ ହେବ। ଶତୃମାନଙ୍କ ଠାରୁ ଉପସମ ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-

ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ। ସହକର୍ମୀମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ। ବ୍ୟବସାୟରେ ଆକସ୍ମିକ ଧନ ପ୍ରାପ୍ତି ହେବା ଫଳରେ ପ୍ରେରଣା ପାଇ ଅଚଳାବସ୍ଥା ସୁଧୁରି ଯିବ। ନିଜର ଲୋକମାନେ ସାହାଯ୍ୟ ସହଯୋଗ କରିବେ। ପରିବାର ସମସ୍ୟାର ସମାଧାନ କରି ପ୍ରଶଂସିତ ହେବେ। ରାଜନୀତିରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ। ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ମିଳିବ। ଅର୍ଥ ସମ୍ପର୍କୀୟ କଥାହେବା ପାଇଁ ସମୟ ପ୍ରାୟତଃ ଅନୁକୂଳ ରହିବ। ନିବେଶ କରିଲେ ଲକ୍ଷ୍ମୀଙ୍କ କୃପା ଫଳରେ ଧନ ପ୍ରାପ୍ତ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-

ଶୁଭ ସଂବାଦ ପାଇ ଖୁସି ହେବେ। ମନୋବିଜ୍ଞାନ ସମ୍ବନ୍ଧରେ ବିଶେଷ ରୁଚି ରହିବ। କର୍ମକ୍ଷେତ୍ରରେ ଉଚ୍ଚାଧିକାରୀଙ୍କ ସହଯୋଗରେ ଉନ୍ନତି ହେବ। ସାମାଜିକ କାର୍ଯ୍ୟରେ ସଫଳ ସିଦ୍ଧ ହେବେ। କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ।ବିଦ୍ୟାର୍ଥୀମାନେ ନିଜ ଲକ୍ଷ୍ୟରେ ସଫଳତା ପାଇବେ। ସମାନ ବିଚାରଧାରା ଲୋକଙ୍କ ଦରକାର ଅନୁଭବ ହେବ। ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। ନିର୍ମାଣାଧୀନ କାମ ଅଟକି ରହିଯିବା ଯୋଗୁ ସାମାନ୍ୟ ଚିନ୍ତିତ ରହିବେ। ସମ୍ପର୍କୀୟ ମାନଙ୍କ ସହ ପରୋକ୍ଷ ଶତୃତା ଯୋଗୁ ବିଚଳିତ ହେବେ। ରାଜନୀତି କ୍ଷେତ୍ରରେ ପ୍ରଶଂସିତ ହେବେ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ। 

ତୁଳା:-

ବ୍ୟବସାୟୀ ମାନେ କର୍ମଚାରୀ ମାନଙ୍କୁ ଭରସା କଲେ କୌଣସି ପ୍ରକାର ଅସୁବିଧା ହେବନାହିଁ। ଚିନ୍ତା କରୁଥିବା କାର୍ଯ୍ୟ ପୂରଣ ହେବା ଫଳରେ ଆନନ୍ଦିତ ହେବେ। କର୍ମକ୍ଷେତ୍ରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ରାଜନୀତି କ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତି ହେବ। ପାଖ ପଡୋଶୀମାନେ କଟୁବଚନ ଶୁଣେଇବେ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ୍। ଟଙ୍କ। ପଇସା ପ୍ରତି ଅତ୍ୟନ୍ତ ସତର୍କ ରହିବାକୁ ପଡିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ। 

ବିଚ୍ଛା:-

ସାହିତ୍ୟ ଓ କଳାକ୍ଷେତ୍ରରେ ସମ୍ମାନ ପାଇବେ। ମନୋବିଜ୍ଞାନ ସମ୍ବନ୍ଧରେ ବିଶେଷ ରୁଚି ରହିବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂଆ ଯୋଜନା ଉପରେ କାର୍ଯ୍ୟ କରିବେ। ମାଲିମୋକଦ୍ଦମାରେ ଶୁଭଫଳ ମିଳିବ। ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ। ମନୋକାମନା ପୂରଣ ହେବା ସହ ଆତ୍ମ ବିଶ୍ୱାସ ବୃଦ୍ଧି ହୋଇ ଲାଭର ମାର୍ଗ ପ୍ରଶସ୍ଥ ହେବ। ସାମ୍ବାଦିକତାରୁ ଲାଭ ଓ ଶୁଭ ସମାଚାର ମିଳିବ।  ନୁତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେମାପି ଚାଖଣ୍ଡେ ଚାଲିବା ଉଚ୍ଚିତ୍। ଆୟକୁ ଚାହିଁ ବ୍ୟୟର ଅଟକଳ ନ କଲେ ଲୋକହସା ହେବେ। ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଉଚିତ୍। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।  

ଧନୁ:-

ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ନୂତନ ବ୍ୟବସାୟ ଆରମ୍ଭ କଲେ ଆଶାତୀତ ଲାଭ ହେବ। କର୍ମକ୍ଷେତ୍ରରେ ମାନସମ୍ମାନ ବୃଦ୍ଧି ହେବ। ନୂତନ ଗୃହସୁଖ ମିଳିବ। ଯାନବାହନ ସୁଖ ମିଳିବ। ପାରିବାରିକ ପରିସ୍ଥିତି ଠିକ୍ ରହିବ। ପ୍ରଶାସନ କ୍ଷେତ୍ରରେ ଦ୍ଵନ୍ଦ ଦୂରହେବ। କୋର୍ଟକଚେରୀ, ମାଲିମୋକଦ୍ଦମାରେ ବିଜୟୀ ହେବେ। ଶେୟାର ମାର୍କେଟ, ଜୁଆ ଓ ଲଟେରୀ ଖେଳରେ ମନମୁତାବକ ଲାଭବାନ ହେବାର ସମ୍ଭାବନା ଅଛି। କିଛି ନୂତନ କର୍ମ ଆରମ୍ଭ କରି ନିକଟ ସମ୍ପର୍କୀୟଙ୍କ ଠାରୁ ପ୍ରଶଂସିତ ହେବେ। ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧିହେବ। ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁ ରୂପେ ହେବ। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।

ମକର:-

ଶାରିରୀକ ଅସୁସ୍ଥତା ଦୂରହେବ। କର୍ମୋନ୍ନତି, ସନ୍ତାନସୁଖ ପ୍ରାପ୍ତି, ସ୍ୱାସ୍ଥ୍ୟ ଅନେକାଂଶରେ ଭଲ ରହିବ। ବ୍ୟବସାୟରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ। ଦାମ୍ପତ୍ୟ ସୁଖରେ ପ୍ରସନ୍ନତା ଅନୁଭୂତି ହେବ। ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ। ରାଜନେତା ମାନଙ୍କର ସାମାଜିକ ପ୍ରତିଷ୍ଠା ଓ ମାନସମ୍ମାନ ବୃଦ୍ଧି ହେବ। ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ପରୀକ୍ଷା ପ୍ରତିଯୋଗିତାର ଶୁଭ ଖବର ଶୁଣି ଗୃହରେ ଶାନ୍ତ ବାତାବରଣ ଦେଖା ଦେବ। କର୍ମକ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ନେଇ ପ୍ରଶଂସିତ ହେବେ।  ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।  

କୁମ୍ଭ:-

ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେବେ। କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ। ସାଙ୍ଗ ସାଥିମାନେ ସାହାଯ୍ୟ ସହଯୋଗ କରିବେ। ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ। ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ। ବାସଗୃହ ଓ ଯାନବାହନର କେତେକ ସମସ୍ୟା ସମାଧାନ ହୋଇଯିବ। କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ। ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଅର୍ଥ ଲାଭର ସୁଯୋଗ ପାଇବେ। ସାମାଜିକ ସ୍ତରରେ ପ୍ରଶଂସିତ ହେବେ।ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ। ପ୍ରତିକାର- ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ। 

ମୀନ:-

ସମ୍ପର୍କୀୟଙ୍କ ଶୁଭସୂଚନା ଶୁଣି ଖୁସି ହେବେ। ପୁରାତନ ରୋଗ ପୀଡ଼ାରୁ ଉପସମ ପାଇବେ। କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତା ପାଇ ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ହେବ। ସାମ୍ବାଦିକ ତାରୁ ଲାଭ ଓ ଶୁଭ ସମାଚାର ମିଳିବ। ପରିବାରରେ ଅଶାନ୍ତି ଦୂରେଇ ଯାଇ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ମନୋକାମନା ପୂରଣ ହେବ ଓ ଆତ୍ମ ବିଶ୍ୱାସ ବୃଦ୍ଧି ହୋଇ ଲାଭର ମାର୍ଗ ପ୍ରଶସ୍ଥ ହେବ। ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ବନ୍ଧୁମିତ୍ରଙ୍କ ସହ ହସଖୁସିର ବାତାବରଣ ସୃଷ୍ଟି ହେବ। ପ୍ରତିକାର- ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!