ଦୈନିକ ରାଶିଫଳ: 16 ଜୁଲାଇ 2021, ମା ସନ୍ତୋଷୀଙ୍କ କୃପାରୁ ଆଜି ଏହି ରାଶିଙ୍କୁ ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ଜୁଲାଇ ମାସ ୧୬ ତାରିଖ, ଶୁକ୍ରବାର, କର୍କଟ ମାସ ୧ ଦିନ, ଆଷାଢ ମାସ, ଶୁକ୍ଳପକ୍ଷ, ଷଷ୍ଠୀ ତିଥି, ସକାଳ ୬ଟା ୬ମିନିଟ୍ ଗତେ କ୍ଷୟ ସପ୍ତମୀ ତିଥି, ହସ୍ତା ନକ୍ଷତ୍ର, କନ୍ୟା ରାଶିରେ ଚନ୍ଦ୍ର । ପରିଘ ଯୋଗ, ତୈତିଳ କରଣ, ସକାଳ ୬ଟା ୬ମିନିଟ୍ ଗତେ ଗର କରଣ । ବିଛା, ଧନୁ, ମୀନ ରାଶିର ଘାତବାର । ବୃଷ ରାଶିର ଘାତଚନ୍ଦ୍ର । ସକାଳ ୬ଟା ୬ମିନିଟ୍ ପରେ ତାଳ ନ ଖାଇଲେ ଭଲ । ଯୋଗିନୀ- ପଶ୍ଚିମେ ସକାଳ ୬ଟା ୬ମିନିଟ୍ ପରେ ବାୟବ୍ୟେ ଯାତ୍ରା ନିଷେଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଶ୍ରାଦ୍ଧ ତର୍ପଣ- ସପ୍ତମୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭବେଳା- ଦିବା ୧୦ଟା ୧୪ମିନିଟ୍ ରୁ ଦିବା ୧୧ଟା ୫୨ମିନିଟ୍ । ସକାଳ ୮ଟା ୩୬ମିନିଟ୍ ରୁ ଦିବା ୧୦ଟା ୧୪ମିନିଟ୍ । ରାତ୍ରି ୯ଟା ୮ମିନିଟ୍ ରୁ ରାତି ୧୦ଟା ୩୦ମିନିଟ୍ । ଶୁଦ୍ଧଶୁଭସମୟ- ପ୍ରାତଃ ୫ଟା ୨୧ମିନିଟ୍ ରୁ ୬ଟା ୧୧ମିନିଟ୍, ସକାଳ ୭ଟା ୫ମିନିଟ୍ ରୁ ୮ଟା ୩୫ମିନିଟ୍, ଦିବା ୧୨ଟା ୧୯ମିନିଟ୍ ରୁ ୨ଟା ୫୪ମିନିଟ୍, ଦିବା ୪ଟା ୪୧ମିନିଟ୍ ରୁ ସନ୍ଧ୍ୟା ୬ଟା ୨୪ମିନିଟ୍, ରାତ୍ର ୭ଟା ୫୩ମିନିଟ୍ ରୁ ରାତ୍ର ୯ଟା ୭ମିନିଟ୍ । ପର୍ବଦିନ- ହେରା ପଞ୍ଚମୀ, କର୍କଟ ସଂକ୍ରାନ୍ତି, ଦକ୍ଷିଣାୟନ ବନ୍ଦାପନା ।

ମେଷ:-

ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ । ଆର୍ଥିକ କ୍ଷେତ୍ରରେ ଉନ୍ନତି ଦେଖାଦେବ । ଋଣ ପରିଶୋଧ କରିବା ସହ ଋଣ ପ୍ରାପ୍ତିର ସୁଯୋଗ ପାଇବେ । ଶତୃମାନେ ଅପଦସ୍ତ ହେବେ । ଶିକ୍ଷା କ୍ଷେତ୍ରରେ ସଫଳ ହେବେ । ନୂତନ କର୍ମ ସଂସ୍ଥାରେ ନିଯୁକ୍ତି ପାଇବାର ଯୋଗ ରହିଛି । ବନ୍ଧୁ ବାନ୍ଧବଙ୍କଠାରୁ ପୂର୍ଣ୍ଣ ସହଯୋଗ ପାଇ ଭାଇ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବା ଫଳରେ ପାରିବାରିକ ଜୀବନରେ ଶାନ୍ତି ଅନୁଭବ କରିବେ । ପ୍ରତିକାର- ନାଲି ରୁମାଲ ଟିଏ ପାଖରେ ରଖନ୍ତୁ ।

ବୃଷ:-

ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ । ଛାତ୍ରଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ବ୍ୟବସାୟରେ ସଫଳତା, ଆର୍ଥିକ ଉନ୍ନତି ହେବା ସହ ମାନ ସମ୍ମାନ ବୃଦ୍ଧି ହେବ । କର୍ମକ୍ଷେତ୍ରରେ ଉନ୍ନତି କରିବା ସହ ଉପରିସ୍ଥ ଅଧିକାରୀଙ୍କର କୃପା ଲାଭ କରିବେ । ନିଜର କ୍ରୋଧ ଉପରେ ନିୟନ୍ତ୍ରଣ ନ ରଖିଲେ ପ୍ରତି କ୍ଷେତ୍ରରେ ବିଫଳ ହେବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମିଥୁନ:-

କଠିନ ପରିଶ୍ରମ କରି କାର୍ଯ୍ୟ କଲେ ଉପରିସ୍ଥ କର୍ମଚାରୀମାନଙ୍କ ପ୍ରିୟଭାଜନ ହେବେ । କର୍ମକ୍ଷେତ୍ରରେ ଉତ୍ସାହିତ ହେବେ । ପ୍ରତିଦ୍ୱନ୍ଦିତାରେ ସଫଳ, ବିଦ୍ୟାକ୍ଷେତ୍ରରେ ଶୁଭଯୋଗ ପାଇବେ । ପୈତୃକ ସମ୍ପତ୍ତିକୁ ନେଇ ପରିବାରରେ ଶାନ୍ତି ଦେଖା ଦେବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ବ୍ୟବସାୟିକ ସଫଳତା ମିଳିବ ଓ କୃଷି ବାଣିଜ୍ୟରେ ଆୟ ଆଶାତୀତ ହେବ । ବନ୍ଧୁ ବାନ୍ଧବଙ୍କ ସହ ମନୋମାଳିନ୍ୟ ହେବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

କର୍କଟ:-

ଧନ ଲାଭର ମାର୍ଗ ଖୋଲିଯିବ । ବିଦେଶ ଯାତ୍ରାରେ ସଫଳ ହେବେ । ବ୍ୟବସାୟ ଶୁଭାରମ୍ଭ କରିବାର ସୁଯୋଗ ପାଇବେ । ଆଇନ ଅଦାଲତ ତଥା ଲେଖାପଢାରୁ ଶୁଭଫଳ ମିଳିବ । ବ୍ୟବସାୟବୃଦ୍ଧି ଆର୍ଥିକ ଉନ୍ନତିରେ ସଫଳତା ଓ ମାନ ସମ୍ମାନ ବୃଦ୍ଧି ହେବ । ଛାତ୍ରଛାତ୍ରୀମାନଙ୍କ ଅଧ୍ୟୟନ କ୍ଷେତ୍ରରେ ସୁନାମ ଅର୍ଜନ କରିବେ ଓ ପରୀକ୍ଷାରେ ଉଚ୍ଚ ଶ୍ରେଣୀ ମିଳିବ । କୌଣସି କାର୍ଯ୍ୟକ୍ରମରେ ସମ୍ମାନିତ ହେବେ । ଯାନ ବାହାନ ପ୍ରାପ୍ତି ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ସିଂହ:-

କର୍ମକ୍ଷେତ୍ରରେ ସୁନାମ ଅର୍ଜନ କରିବେ ଓ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ । ବ୍ୟବସାୟରେ ଉନ୍ନତି କରି ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ । ଗଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ । ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ । ବ୍ୟକ୍ତିତ୍ଵ ଓ ପ୍ରତିଭା ବଳରେ ଲୋକପ୍ରିୟତା ଅର୍ଜ୍ଜନ, ଧନସମ୍ପଦରେ ଅଭିବୃଦ୍ଧି ତଥା ବୈଷୟିକ ପ୍ରାଚୁର୍ଜ୍ୟପ୍ରାପ୍ତି ହେବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

କନ୍ୟା:-

ଶାରିରୀକ ସୁସ୍ଥତା ଦେଖା ଦେବ । କର୍ମ କ୍ଷେତ୍ରରେ ସଫଳତା ଲାଭ ହେବ । ବ୍ୟବସାୟରେ କର୍ତ୍ତୁତ୍ଵ ଜାରି ରଖି ଶ୍ରମିକ ଓ କର୍ମଚାରୀଙ୍କୁ ପ୍ରଭାବିତ କରିବା ଫଳରେ, ପ୍ରଗତିର ବେଗ ତ୍ଵରାନ୍ୱିତ ହେବ । ଆର୍ଥିକ ଉନ୍ନତି ମାନସିକ ଶାନ୍ତି, ଯେ କୌଣସି କାମରେ ହାତ ଦେଲେ, ସେଥିରେ ସଫଳତା ପାଇବେ । ଛାତ୍ରଛାତ୍ରୀମାନେ ପ୍ରତିଯୋଗିତା ମୂଳକ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ ଓ ଉଚ୍ଚଶିକ୍ଷା ପ୍ରଚେଷ୍ଟାରେ ସାଫଲ୍ୟ ପ୍ରାପ୍ତି ହେବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ତୁଳା:-

କୌଣସି ଜଟିଳ ସମସ୍ୟାର ସମାଧାନ ହେବ । ଯୁବକ-ଯୁବତୀ ମାନଙ୍କର ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ । ବାଦବିବାଦ, ମାଲିମୋକଦ୍ଦମା ଓ କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ । ଦୂରଯାତ୍ରାରେ ବିବାଦମୁକ୍ତ ନିରୁପଦ୍ରବ ଜୀବନଚର୍ଯ୍ୟା ମଧ୍ୟେ ସମୟ ବିତିବ । ଛାତ୍ର ଛାତ୍ରୀମାନେ ଉଚ୍ଚ ଶିକ୍ଷାର ସଫଳତା ଲାଭ କରିବେ । ରାଜନୀତି କ୍ଷେତ୍ରରେ କେତେକ କ୍ଷେତ୍ରରେ ଭଲ କାମ କରି ବଦ୍ନାମ ହେବେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ବିଚ୍ଛା:-

ଶାରିରୀକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ବ୍ୟବସାୟିକ ଗତିବିଧି ଉତ୍ତମ ଭାବରେ ଚାଲିବା ଯୋଗେ ଲାଭବାନ୍ ହେବେ । କୌଣସି ନୂତନ ବ୍ୟକ୍ତିଙ୍କୁ ଭରସା କରି କାର୍ଯ୍ୟ କଲେ ବିଶେଷ ଲାଭ ପାଇବେ । ରାଜନୀତିରେ ପୂର୍ଣ୍ଣ ସଫଳତା ପ୍ରାପ୍ତି ହେବ । ନୂତନ ଯୋଜନାରେ ସଫଳତା ମିଳିବ । ବ୍ୟୟ ଅପେକ୍ଷା ଆୟ ଅଧିକ ହେବ । ପ୍ରେମିକ ପ୍ରେମିକମାନେ ପ୍ରେମ ସମ୍ପନ୍ଧୀୟ କ୍ଷେତ୍ରରେ ସଫଳ ହେବେ । ଶିକ୍ଷା କ୍ଷେତ୍ରରେ ଉନ୍ନତି କରିବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ଧନୁ:-

ଅର୍ଥାଗମ ଦିଗ ଖୋଲା ରହିବ । ପ୍ରତ୍ୟେକ ସମସ୍ୟାକୁ ଗମ୍ଭୀରତା ସହ ଚିନ୍ତା କରି ସମାଧାନ କରିବେ । ଉଚ୍ଚ ଶିକ୍ଷାର ସୁଯୋଗ ପାଇ ଅଧ୍ୟୟନ ପାଇଁ ତତ୍ପର ହେବେ । କର୍ମ କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ । ବ୍ୟବସାୟରେ ଆର୍ଥିକ ଉନ୍ନତି ଓ ଲାଭ ପ୍ରାପ୍ତି ହେବ । ପାରିବାରିକ ଜୀବନରେ ଅଶାନ୍ତି ଦୂରେଇ ଯିବ ଓ ଦାମ୍ପତ୍ୟ ଜୀବନ ସୁଖମୟ ହେବ । ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦ ମେଣ୍ଟିଯିବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ମକର:-

ଶତୃ, ରୋଗ, ଋଣରୁ ମୁକ୍ତି ହେବେ । ଆର୍ଥିକ ସ୍ଥିତି ଭଲ ରହିବ । କର୍ମଚାରୀମାନେ କର୍ମ କ୍ଷେତ୍ରରେ ସହକର୍ମୀ ମାନଙ୍କ ଦ୍ଵାରା ବହୁ ସୁବିଧା ପାଇବେ । ଛାତ୍ର ଛତ୍ରୀମାନେ କଠିନ ପରିଶ୍ରମ କରିବା ସହିତ ପଢ଼ା ପଢ଼ିରେ ମନଯୋଗ ଦେବେ । ରାଜନୀତି କ୍ଷେତ୍ରରେ ସାଧାରଣ ଲୋକ ସମ୍ପର୍କକୁ ଅତିକ୍ରମ କରି ପ୍ରତିଯୋଗୀତା ମୁଳକ କ୍ଷେତ୍ରକୁ ସାହସର ସହିତ ଲମ୍ଫ ଦେବେ । ପରିବାରରେ ସାଧାରଣ ପରିବର୍ତ୍ତନ ଘଟି ଆଶା ଆକାଂକ୍ଷା ପୂର୍ତ୍ତି ଘଟିବ । ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

କୁମ୍ଭ:-

ସମାଜ କଲ୍ୟାଣ ପାଇଁ ନିଜକୁ ଉତ୍ସର୍ଗୀକୃତ କରିବେ । ପରିଜନଙ୍କ ସମ୍ବନ୍ଧିତ ଶୁଭ ସମାଚାର ପାଇବେ । ପାରିବାରିକ ସମସ୍ୟା ସମାଧାନ ହୋଇଯିବ । ଛାତ୍ର-ଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ସଫଳତା ପାଇବେ । ପ୍ରେମ ପ୍ରସଙ୍ଗରେ ଭୁଲ୍ ବୁଝାମଣାର ନିରାକରଣ ହେବ । ଭାଗୀଦାର ବା ମିତ୍ରଙ୍କ ସହିତ ଲାଗିଥିବା ବିବାଦ ଦୂର ହେବ । ବୁଝି ବିଚାରି କାର୍ଯ୍ୟ ନକଲେ ଅନେକ କ୍ଷେତ୍ରରେ ଲଜ୍ଜା ଅପମାନ ସହ୍ୟ କରିବାକୁ ପଡ଼ିବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମୀନ:-

ସବୁଦିଗରୁ ଶୁଭ ସମାଚାର ପାଇ ଖୁସି ହେବେ । ଅଟକିଥିବା କାର୍ଯ୍ୟ କୌଣସି ଏକ ପ୍ରଭାବଶାଳୀ ବ୍ୟକ୍ତିଙ୍କ ସାହାଯ୍ୟରେ ପୂରଣ ହେବ । ଶତୃ ଓ ବିରୋଧୀମାନେ କିଛି କ୍ଷତି କରି ପାରିବେ ନାହିଁ । ଭାଗୀଦାରି ବ୍ୟବସାୟରେ ଲାଭବାନ୍ ହେବେ । ଗଠନମୂଳକ କାର୍ଯ୍ୟପ୍ରତି ଆଗ୍ରହ ବଢ଼ିବ । ଦାମ୍ପତ୍ୟସୁଖ ବୃଦ୍ଧି ହେବ । ବ୍ୟବସାୟ ପ୍ରସାର ଫଳରେ ବିଶେଷ ଲାଭବାନ୍ ହେବେ । ଜାଣିଶୁଣି ଭୁଲ୍ ଲୋକର ପରାମର୍ଶରେ ଭୁଲ୍ ବାଟରେ ଯିବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!