ଦୈନିକ ରାଶିଫଳ: 16 ଜୁଲାଇ 2022, ଶନିଦେବଙ୍କ କୃପାରୁ ଏହି 3ଟି ରାଶିଙ୍କୁ ମିଳିବ କିଛି ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ମସିହା, ଜୁଲାଇମାସ ୧୬ତାରିଖ, ଶନିବାର, ମିଥୁନମାସ ୩୨ଦିନ, ଶ୍ରାବଣମାସ, କୃଷ୍ଣପକ୍ଷ, ତୃତୀୟାତିଥି, ଧନିଷ୍ଠା ନକ୍ଷତ୍ର, କୁମ୍ଭରାଶିରେ ଚନ୍ଦ୍ର । ଆୟୁଷ୍ମାନ ଯୋଗ । ବିଷ୍ଟି କରଣ ଦିବା ୧ଟା ୨୭ମିନିଟ୍ ପରେ ବବ କରଣ । ବୃଷ, ସିଂହ, କନ୍ୟା ରାଶିର ଘାତବାର । ମିଥୁନ, ମୀନ ରାଶିର ଘାତଚନ୍ଦ୍ର । ପୋଟଳ ନ ଖାଇଲେ ଭଲ ଦିବା ୧ଟା ୨୭ମିନିଟ୍ ପରେ ମୂଳା ନ ଖାଇଲେ ଭଲ । ଯୋଗିନୀ- ଆଗ୍ନେୟେ ଦିବା ୧ଟା ୨୭ମିନିଟ୍ ପରେ ନୈଋତେ ଯାତ୍ରା ନିଷେଧ । ଶ୍ରାଦ୍ଧତର୍ପଣ- ତୃତୀୟାର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ଏବଂ ଚତୁର୍ଥୀର ପାର୍ବଣ ଶ୍ରାଦ୍ଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଅଶୁଭସମୟ-ପ୍ରାତଃ ୫ଟା ୨୦ମିନିଟ୍ ରୁ ୬ଟା ୫୮ମିନିଟ୍, ଦିବା ୧ଟା ୩୦ମିନିଟ୍ ରୁ ୩ଟା ୮ମିନିଟ୍, ଦିବା ୪ଟା ୪୬ମିନିଟ୍ ରୁ ସନ୍ଧ୍ୟା ୭ଟା ୪୭ମିନିଟ୍, ରାତ୍ର ୩ଟା ୫୮ମିନିଟ୍ ରୁ ୫ଟା ୨୦ମିନିଟ୍ । ଶୁଭସମୟ- ଦିବା ୧୦ଟା ୧୫ମିନିଟ୍ ରୁ ୧ଟା ୧୦ମିନିଟ୍, ରାତ୍ର ୮ଟା ୩୭ମିନିଟ୍ ରୁ ୧୦ଟା ୪୭ମିନିଟ୍, ରାତ୍ର ୧୨ଟା ୧୫ମିନିଟ୍ ରୁ ୧ଟା ୪୧ମିନିଟ୍, ରାତ୍ର ୨ଟା ୨୬ମିନିଟ୍ ରୁ ୩ଟା ୫୨ମିନିଟ୍ । ପର୍ବଦିନ- ମାସାନ୍ତ, ରାତି ୧୨ଟା ୯ମିନିଟ୍ ରେ ବୁଧ କର୍କଟ ରାଶିକୁ ଚଳିବେ ।

ମେଷ:-ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ । ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ । ଆୟ ଅପରିବର୍ତ୍ତିତ ରହିବ । ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ । ବ୍ୟବସାୟୀମାନଙ୍କର କାରବାର ବଢିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ । କର୍ମଚାରୀ ଓ ଶ୍ରମିକମାନେ ବେସୀ ଉପକୃତ ହେବେ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ବୃଷ:-ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତିଶୃଙ୍ଖଳା ବଜାୟ ରଖି ପାରିବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରି ପାରିବେ । ନୂତନ କାର୍ଯ୍ୟଆରମ୍ଭ କରିପାରିବେ । ଅର୍ଥ ଉପାର୍ଜନରେ ଏକନିଷ୍ଠ ହେବେ । ଧନ ପାଇବାର ରାସ୍ତା ଖୋଲିଯିବ । ଋଣମୁକ୍ତି ହେବାପାଇଁ ଯୋଜନା ପ୍ରସ୍ତୁତ କରି ପାରିବେ । ରାଜନୀତିରେ ସମ୍ମାନର ସହିତ କୃତକାର୍ଯ୍ୟ ହେବେ । ପାରିବାରିକ କ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧିହେବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମିଥୁନ:-ବନ୍ଧୁବାନ୍ଧବଙ୍କ ଚେଷ୍ଟାରେ ଅତି ସହଜରେ ବାକିଥିବା ଅର୍ଥ ପାଇବେ । ସୁଯୋଗ ହାତପାହାନ୍ତାରେ ପହଞ୍ଚିବ । ପରୀକ୍ଷା ପ୍ରତିଯୋଗିତାରେ ବିଜୟୀ ହେବେ । ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ । ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବ ନାହିଁ । ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଚାଲିବା ହିତକର । ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାରେ ହ୍ରାସ ହେବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

କର୍କଟ:-ସହକର୍ମୀ ଓ ଅଧସ୍ତନ କର୍ମଚାରୀଙ୍କ ସହ ସମ୍ପର୍କ ଭଲ ରହିବ । ବିଦ୍ୟା କ୍ଷେତ୍ରରେ ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ । ଆର୍ଥିକସ୍ଥିତି ପୂର୍ବପରି ରହିବ । ପରିବାରରେ ଆନନ୍ଦ ଲହରୀ ଖେଳିଯିବ । ମିତ୍ର, ଭାଇ ବନ୍ଧୁମାନେ ସହଯୋଗ କରିବେ । ପରିଶ୍ରମଦ୍ୱାରା କାର୍ଯ୍ୟ ସଫଳ ହେବ । ରାଜନୀତି କ୍ଷେତ୍ରରେ ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ଆଲୋଚନା କ୍ଷେତ୍ରରେ ଠିକ୍ ନିସ୍ପତି ନେବେ । ଦାମ୍ପତ୍ୟଜୀବନ ସୁଖମୟ ହେବ । ପ୍ରତିକାର:- ଅଶ୍ୱସ୍ଥବୃକ୍ଷ ମୂଳରେ ଗୁଡପଣା ଢାଳନ୍ତୁ ।

ସିଂହ:-ସମାଜ କଲ୍ୟାଣ ପାଇଁ ନିଜକୁ ଉତ୍ସର୍ଗୀକୃତ କରିବେ । ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ବାସସ୍ଥାନ ବା ଯାନବାହାନର ନବୀକରଣ କରିବାର ସୁଯୋଗ ପାଇବେ । ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଧନସମ୍ପଦ, ବସ୍ତ୍ରଆଭୂଷଣ ଆଦି ଲାଭହେବ । ଆର୍ଥିକ ସଙ୍କଟ ଦୂର ହେବ । ଅଟକିଥିବା କାର୍ଯ୍ୟ କୌଣସି ଏକ ପ୍ରଭାବଶାଳୀ ବ୍ୟକ୍ତିଙ୍କ ସାହାଯ୍ୟରେ ପୂରଣ ହେବ । କୋର୍ଟ କଚେରୀରେ ସଫଳତା ମିଳିବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

କନ୍ୟା:-କାରବାର ଓ କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ । ଅଜଣା ବ୍ୟକ୍ତିଙ୍କ ଜରିଆରେ ଶୁଭ ସମାଚାର ମିଳିବ । କୌଣସି ମାଙ୍ଗଳିକ କାର୍ଯ୍ୟ ଆୟୋଜନରେ ଯୋଗ ଦେବେ । ଉଚିତ୍ପନ୍ଥା ଗ୍ରହଣ କରି ହସ ଖୁସିରେ ସମୟ ବିତେଇବେ । ଅଧିକାରୀଙ୍କଠାରୁ ସହଯୋଗ ମିଳିବ । କର୍ମକ୍ଷେତ୍ରରେ ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ଛାତ୍ର ଛାତ୍ରୀ ମାନଙ୍କର ସଂଘର୍ଷ ଦ୍ୱାରା ସଫଳତା ମିଳିବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-ମନୋରଞ୍ଜନ କରିବା ପାଇଁ ସମୟ ମିଳିବ । ଯାତ୍ରାରେ ସମୟ କଟିବ ଓ ଲାଭ ପାଇବେ । ବ୍ୟବସାୟ ବୃଦ୍ଧି କିମ୍ବା ନୂଆ ଯୋଜନା ଅନୁସାରେ କାର୍ଯ୍ୟ କରିବେ । ସ୍ଥଗିତ ଥିବା ଧନପ୍ରାପ୍ତ ହେବ । ନୂତନ କର୍ମ ଓ ବ୍ୟବସାୟ ପାଇଁ ଚେଷ୍ଟିତ ହେବେ । ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ । ବିବେକ ବୁଦ୍ଧି ଖଟେଇ ଉଚିତ୍ମାର୍ଗରେ ଗତିକରିବାର କ୍ଷମତା ଜନ୍ମହେବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ତୁଳା:-ସରକାରୀ କାମରେ ସଫଳତା ମିଳିବ । ପରିଶ୍ରମ ଓ ମେହନତର ପରିଣାମ ମିଳିବ । ବିଦେଶ ଯାତ୍ରା, ସୁଖ ଶାନ୍ତି, ଯଶ ଲାଭ, ନୂତନ ବାହନଆଦି ପ୍ରାପ୍ତି ଯୋଗ ଅଛି । କର୍ମକ୍ଷେତ୍ରରେ ଉନ୍ନତିର ସୁଯୋଗ ପାଇବେ । ସ୍ୱାସ୍ଥ୍ୟ ଭଲ ରହିବ । ବହୁତ ଦିନରୁ ଚିନ୍ତା କରୁଥିବା କାମ ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ । ଋଣ ଭରଣାରେ ସହଜ ହେବ । ଭୋଗ ବିଳାସକୁ ତୁଚ୍ଛ ମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ । ପ୍ରତିକାର- ନିମ୍ବକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।

ଧନୁ:-ନୂତନ ଗୃହସୁଖ ମିଳିବ । ବ୍ୟବସାୟ ପ୍ରସାର ଫଳରେ ବିଶେଷ ଲାଭବାନ୍ ହେବେ । ଅଟକିଥିବା ଧନ ସହଜରେ ହସ୍ତଗତ ହେବା ଫଳରେ ଅଭାବ ଅନାଟନ ଦୂର ହୋଇ ଆର୍ଥିକ ସ୍ଥିତି ସନ୍ତୋଷ ପ୍ରଦ ହେବ । ପିଲାମାନଙ୍କ କାର୍ଯ୍ୟରେ ଉନ୍ନତି ହେବ । ଘରର କେହି ଉନ୍ନତିର ବିଶେଷ ସ୍ତରକୁ ଉଠିଯିବେ । ଅଚାନକ ଯାତ୍ରା ଫଳରେ ବିଶେଷ ଉପକୃତ ହେବେ । ବାଦବିବାଦ, ମାଲିମକଦ୍ଦମା, ପ୍ରତିଯୋଗିତା ପରୀକ୍ଷାରେ ଜୟଯୁକ୍ତ ହେବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ମକର:-ସରକାରୀ କର୍ମଚାରୀ ମାନେ କର୍ମକ୍ଷେତ୍ରରେ ସଫଳତା ଲାଭକରିବେ । ଦେଇଥିବା ଧନ ଫେରି ପାଇବା ଫଳରେ ଆର୍ଥିକ ସ୍ଥିତି ସୁଦୃଢ଼ ହେବ । ବ୍ୟବସାୟରେ କର୍ମଚାରୀ ମାନଙ୍କୁ ଅତିବିଶ୍ୱାସକରି ଭରସା କଲେ କ୍ଷତି ସହିବେ । ସନ୍ତାନଙ୍କର ଉନ୍ନତିରେ ଉତ୍ସାହିତ ହେବେ । କର୍ମ ମୁଖରତା ଯୋଗେ ଶାରୀରିକ ପିଡ଼ା ଭୋଗିବେ । ବିଦ୍ୟାର୍ଥିମାନେ ଉଚ୍ଚଶିକ୍ଷା ପାଇଁ ଚେଷ୍ଟିତ ହେବେ । ଯେ କୌଣସି କାର୍ଯ୍ୟରେ ହାତଦେଲେ ସଫଳ ହେବେ । ପ୍ରତିକାର:- ଆମ୍ବଗଛ ମୂଳରେ ଗୁଡ଼ଟିକେ ଥୋଇ ଦିଅନ୍ତୁ ।

କୁମ୍ଭ:-ସମସ୍ତ ଚିନ୍ତା ଦୂର ହେବ । ନୂତନକାର୍ଯ୍ୟ ଆରମ୍ଭକରି ଉଦ୍ଵେଶ୍ୟ ପୂର୍ଣ୍ଣ କରି ପାରିବେ । କୌଣସି ଉତ୍ସାହ ବର୍ଦ୍ଧକ ସଂବାଦ ପାଇ ଖୁସି ହୋଇଯିବେ । ମିତ୍ରଙ୍କ ଦ୍ଵାରା ସହାୟତା ମିଳିବା ଫଳରେ ରାଜନୀତିରେ ଉନ୍ନତି ହେବ । ଭାଇ ଭଉଣୀଙ୍କ ସହିତ ସମ୍ପର୍କ ଅଧିକ ଶକ୍ତିଶାଳୀ ହେବ । କାମକାର୍ଯ୍ୟ ଓ ପାରିବାରିକ ଜୀବନରେ ସନ୍ତୁଳନ ବଜାୟ ରଖନ୍ତୁ । କ୍ୟାରିୟର ଜୀବନରେ ନୂଆଲକ୍ଷ ନିର୍ଦ୍ଧାରିତ କରି ଧନ ଲାଭ ହେବାରୁ ମନ ଖୁସି ରହିବ । ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ ।

ମୀନ:-କର୍ମକ୍ଷେତ୍ରରେ ଆପଣଙ୍କର ପ୍ରତିଭାକୁ ପ୍ରୋତ୍ସାହନ ମିଳିପାରେ । ବ୍ୟବସାୟ ସମ୍ବନ୍ଧିତ ଯାତ୍ରା କରିବାକୁ ପଡିବ । ନୂତନପନ୍ଥା ଅନୁସରଣ କରିବେ । ଜୀବନ ସାଥି, ସନ୍ତାନ ଓ ପରିବାରରେ ସମୟ ବିତେଇବେ । କୌଣସି ମହିଳା ବନ୍ଧୁଙ୍କ ସାହାଯ୍ୟ ଦ୍ଵାରା କର୍ମକ୍ଷେତ୍ରରେ ଉନ୍ନତି କରିବେ । ନୂଆ ଲୋଳଙ୍କ ସହିତ ସମ୍ପର୍କ ମଜବୁତ ହେବ । ଇଛାକରି କାମଧନ୍ଦାରେ ମନ ନ ଲାଗିବା ଫଳରେ ବହୁ କଷ୍ଟରେ କାର୍ଯ୍ୟ ପୂରଣ ହେବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!