ଦୈନିକ ରାଶିଫଳ: ୧୬ ଜୁନ୍ ୨୦୨୦, ମା’ ମଙ୍ଗଳାଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆକସ୍ମିକ ଧନଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଜୁନ୍ ମାସ ୧୬ ତାରିଖ, ମଙ୍ଗଳବାର, ମିଥୁନ ମାସ ୨ ଦିନ, ଆଷାଢମାସ, କୃଷ୍ଣପକ୍ଷ, ମଳ ଦଶମୀ ତିଥି, ପ୍ରାତଃ ୫ଟା ୪୧ମିନିଟ୍ ଗତେ ଏକାଦଶୀ ତିଥି, ଅଶ୍ଵିନୀ ନକ୍ଷତ୍ର, ମେଷ ରାଶିରେ ଚନ୍ଦ୍ର। ମକର ରାଶିର ଘାତବାର। ମେଷ ରାଶିର ଘାତଚନ୍ଦ୍ର। ଶିମ୍ବ, ଆମିଷ ନ ଖାଇଲେ ଭଲ। ଶୁଭସମୟ ପ୍ରାତଃ ୫ଟା ୧୨ମିନିଟ୍ ରୁ ୬ଟା ୫୦ମିନିଟ୍, ସକାଳ ୯ଟା ୩୬ମିନିଟ୍ ରୁ ୧୨ଟା ୧୨ମିନିଟ୍, ଦିବା ୪ଟା ୪୫ମିନିଟ୍ ରୁ ୫ଟା ୨୯ମିନିଟ୍, ସନ୍ଧ୍ୟା ୬ଟା ୨୪ମିନିଟ୍ ରୁ ୭ଟା ୫ମିନିଟ୍, ରାତ୍ର ୯ଟା ୬ମିନିଟ୍ ରୁ ୯ଟା ୫୮ମିନିଟ୍। ପର୍ବଦିନ ଶେଷ ରଜ ଓ ଭୁଦାହ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ସରକାରୀ କର୍ମଚାରୀମାନେ ନୂତନ ଯୋଜନାକୁ କ୍ରିୟାନ୍ୱିତ କରି କର୍ମକ୍ଷେତ୍ରରେ ସଫଳତା ଲାଭ କରିବେ । ଅବିବାହିତ ଯୁବକ ଯୁବତୀମାନଙ୍କର ବିିଭିନ୍ନ ସ୍ଥାନରୁ ପ୍ରସ୍ତାବ ମାନ ଆସିବ ।  ପାଠ ପଢ଼ାରେ ମନଯୋଗ ଦେବେ । ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେଲେ ମଧ୍ୟ ଆପଣ କ୍ଷତି ସହି ପାରନ୍ତି। ବ୍ୟବସାୟୀ ମାନଙ୍କର ସମସ୍ୟା ବୃଦ୍ଧି ସହିତ ବ୍ୟୟ ବୃଦ୍ଧି ହେବ। ରାଜନୀତିରେ ଲୋକପ୍ରିୟତା ହାସଲ କରିବେ। ପରିବାରରେ କାହାର ସ୍ଵାସ୍ଥ୍ୟସମସ୍ୟା ନେଇ ମାନସିକ ଚିନ୍ତା ବୃଦ୍ଧି ପାଇବ। ସ୍ୱାସ୍ଥ୍ୟ ପ୍ରତି ଧ୍ୟାନଦେଇ କାର୍ଯ୍ୟ କରନ୍ତୁ। ହସ ଖୁଶିର ପରିବେଶ ଫିକା ପଡିଯାଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ବୃଷ:-

ଶାରିରୀକ ସୁସ୍ଥତା ଦେଖା ଦେବ। ଘରୋଇ ସଂସ୍ଥାର କର୍ମକ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ । ଛାତ୍ର ଛାତ୍ରୀମାନେ ଉଚ୍ଚ ଶିକ୍ଷାପାଇଁ ସାହାଯ୍ୟ ସହଯୋଗ ପାଇବେ। ପ୍ରିୟଜନମାନଙ୍କୁ ଆର୍ଥିକ ଓ ଭାବନାତ୍ମକ ସାହାଯ୍ୟ କରି ସମ୍ମାନିତ ହେବେ । ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ। ବ୍ୟବସାୟୀମାନେ କଠିନ ପରିଶ୍ରମ ଫଳରେ ସାମାନ୍ୟ ଲାଭବାନ୍ ହେବେ । କର୍ମଜୀବିମାନେ ନାନା ପ୍ରକାର ସଂଘର୍ଷ ମଧ୍ୟରେ ଗତି କରିବେ । ଗୃହୋପକରଣ କ୍ରୟ କରିବା ପାଇଁ ମନ ବଲେଇବେ ଅଯଥା ଧାଁଦୌଡ ଯୋଗୁ ଧନ, ସମୟ ଓ ଶକ୍ତିର ଅପଚୟ ହେବ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-

ମାନସିକ, ବୌଦ୍ଧିକ, ଭାବନାତ୍ମକ ରୂପରେ ଅଧିକ ସକ୍ଷମ ହୋଇ କ୍ଷମତା ଓ ଶକ୍ତି ବଳରେ ସମୟ ବିତାଇବେ।ଶାରିରୀକ ସୁସ୍ଥତା ଦେଖା ଦେବା ସହ ଯେ କୌଣସି କାମରେ ହାତ ଦେଲେ, ସେଥିରେ ସଫଳତା ପାଇବେ। ଅବିବାହିତ ଯୁବକ ଯୁବତୀମାନଙ୍କର ପ୍ରସ୍ତାବ ମାନ ଆସି ସମାଧାନ ହୋଇ ଯିବ। ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ । କର୍ମଜୀବିମାନେ କର୍ତ୍ତବ୍ୟ ସାଧନକୁ ମାନ୍ୟତା ଦେଇ ପ୍ରଶଂସିତ ହେବେ । ଋଣ ପରିଶୋଧରେ ସଫଳତା ମିଳିବ। ଛାତ୍ର ଛାତ୍ରୀମାନେ ବିଦ୍ୟା କ୍ଷେତ୍ରରେ ସଫଳତା ଲାଭ କରିବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-

ସାମାଜିକ କ୍ଷେତ୍ରରେ ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ। ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇ ଦୈନିକ କାର୍ଯ୍ୟଗତି ଉତ୍ସାହପୂର୍ଣ୍ଣ ହେବ। କର୍ମ କ୍ଷେତ୍ରରେ ଉଚ୍ଚଅଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତିର ସୁଯୋଗ ହାତଛଡା ହେବନାହିଁ। ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାରେ ବୃଦ୍ଧି ହେବ। ସାମ୍ବାଦିକ ମାନେ ନିଜ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ। ବ୍ୟବସାୟୀମାନେ ବ୍ୟବସାୟରେ ଅଧିକ ଲାଭବାନ୍ ହେବେ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଫାଇଦା ପାଇ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। କୃଷିଜୀବି ମାନେ ହସଖୁସିରେ ସମୟ ବିତାଇବେ । ପ୍ରତିକାରମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ସିଂହ:-

ଜନହିତକର କାର୍ଯ୍ୟ କରି ପ୍ରଶଂସା ପାଇବେ। ବ୍ୟବସାୟୀମାନେ କାରବାରବୃଦ୍ଧି ଫଳରେ ବିଶେଷ ଲାଭବାନ୍ ହେବେ। କର୍ମକ୍ଷେତ୍ରରେ କର୍ତ୍ତବ୍ୟ ନିଷ୍ଠା ରକ୍ଷାକରି ସାଧୁ ଓ ସଚ୍ଚୋଟ ଭାବେ ଦାୟିତ୍ୱ ତୁଲାଇବାରୁ ଉପରିସ୍ଥଙ୍କ ଶ୍ରଦ୍ଧା ବା କୃପାଭାଜନ ହେବେ। ରାଜନୀତିରେ ଲୋକସମ୍ପର୍କକୁ ଆଧାର କରି ଆଗେଇବେ । ବାଦବିବାଦ, ମାଲିମୋକଦ୍ଦମାରେ କୃତକାର୍ଯ୍ୟ ହେବେ।  କୃଷିଜୀବିମାନେ ପରିଶ୍ରମର ମୂଲ୍ୟ ପାଇବେ। ପରିବାରର ସମ୍ପର୍କୀୟଙ୍କ କୌଣସି ଘଟଣା ଯୋଗୁଁ ବ୍ୟତିବ୍ୟସ୍ତ ହୋଇଯିବେ। ଅତ୍ୟଧିକ କାର୍ଯ୍ୟ ଚାପ ଯୋଗୁ କଠିନ ପରିଶ୍ରମ କରି ଶାରିରୀକ ଓ ମାନସିକ କଷ୍ଟ ଭୋଗି ପାରନ୍ତି। ପ୍ରତିକାର ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

କନ୍ୟା:-

ବ୍ୟବସାୟୀମାନେ କାରବାର ଯେତିକି ହେଲେ ବି ତହିଁରେ ସଂସ୍ଥା ଚଳାଇ ଗୁଜୁରାଣ ମେଣ୍ଟାଇ ପାରିବେ। କର୍ମକ୍ଷେତ୍ରରେ କର୍ତ୍ତବ୍ୟ ପରାୟଣ ପ୍ରଦର୍ଶନ କରି ଉପରିସ୍ଥଙ୍କ ଶ୍ରଦ୍ଧାର ପାତ୍ର ହେବେ। ରାଜନୀତିରେ ସମାଲୋଚିତ ହେଲେ ମଧ୍ୟ ଭାବମୂର୍ତ୍ତି ଅକ୍ଷୁର୍ଣ୍ଣ ରହିବ। କୃଷିଜୀବିମାନଙ୍କର ଲୋକ ସମ୍ପର୍କରେ ଉନ୍ନତି ହୋଇ ଉତ୍ସାହିତ ହେବେ। କୋର୍ଟ କଚେରୀ ମାମଲାରେ ଜିଦରୁ ନିବୃତ ହେବା ଶ୍ରେୟସ୍କର ହେବ। ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ଲଜିତ ହେବେ। ଈର୍ଷାପରାୟଣ ବ୍ୟକ୍ତିମାନେ କଟୁ ବଚନ ଶୁଣେଇ ପାରନ୍ତି। ଆବଶ୍ୟକତା ପୂରଣ ଦିଗରେ ବହୁତ ଖର୍ଚ୍ଚାନ୍ତ ହେବେ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ତୁଳା:-

କର୍ମକ୍ଷେତ୍ରରେ କାର୍ଯ୍ୟ ଦକ୍ଷତା ପ୍ରଦର୍ଶନ କରି ତଳୁ ଉପର ସ୍ତରଯାଏ ଆଦର୍ଶ ସ୍ଥାନ ଗ୍ରହଣ କରିବେ। ବ୍ୟବସାୟୀମାନେ କଠିନ ପରିଶ୍ରମ କରି ଆଶାନୁରୂପ ଲାଭବାନ ହେବେ। କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ। ବନ୍ଧୁ ମିତ୍ର ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବେ। ଅଚାନକ ଧନ ପ୍ରାପ୍ତି ହେବ। ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ।  ରାଜନୀତିରେ ଲୋକ ସମ୍ପର୍କ ବୃଦ୍ଧି ହେବା ଫଳରେ ନିଜର ମାନସମ୍ମାନ ପଦମର୍ଯ୍ୟାଦା ବୃଦ୍ଧି ପାଇବ। କୃଷିଜୀବିମାନେ ବକେୟା ପ୍ରାପ୍ୟ ହାତକୁ ଆଣିବାରେ ସଫଳ ହେବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:-

ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ। ବ୍ୟବସାୟରେ ଉନ୍ନତି ହେବା ସହ ଋଣ ପରିଶୋଧ କରିବାର ସୁଯୋଗ ପାଇବେ। କର୍ମ ଯୋଗକୁ ଅଧିକ ମହତ୍ତ୍ୱ ଦେଇ ତଳୁ ଉପର ସ୍ତର ଯାଏଁ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ। କର୍ମଚାରୀ ଓ ଶ୍ରମିକମାନେ ଉପର ମହଲରୁ ଆଶାତୀତ ଉପକୃତ ହେବେ । ପାରିବାରିକ କ୍ଷେତ୍ରରେ ଦ୍ୱନ୍ଦ ସମାଧାନ କରି ପ୍ରଶଂସା ଲାଭ କରିବେ। ରାଜନୀତି କ୍ଷେତ୍ରରେ ସ୍ଥାନ ସ୍ଥିତି ଅଟଳ ରଖିବା ଫଳରେ ମାନ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। କୃଷିଜୀବିମାନେ ଉତ୍ସାହିତ ହୋଇ ସଂଘର୍ଷରତ ହେବେ। ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-

ସନ୍ତାନ ପକ୍ଷର ଚିନ୍ତା ଦୂର ହୋଇଯିବ। କର୍ମକ୍ଷେତ୍ରରେ କର୍ମାନୁଯାୟୀ ଅପେକ୍ଷାକୃତ ଫଳପ୍ରାପ୍ତି ହେତୁ ସୁସ୍ଥ ବାତାବାରଣ ପାଇବେ। ଶ୍ରମିକ ଓ କର୍ମଚାରୀମାନେ ଉପରିସ୍ଥଙ୍କୁ ଆପଣାର କରି କୃପା ଭାଜନ ହେବେ। ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିସ୍କାର କରିବେ। ପରିବାରର କେତେକ ସମସ୍ୟା ନେଇ, ମାନସିକ ପୀଡା ଅନୁଭବ କରିବେ। ରାଜନୀତି କ୍ଷେତ୍ରରେ ସୁ ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ୱଳ କରିବେ। କୃଷିଜୀବିମାନଙ୍କର କ୍ଷୟକ୍ଷତି ଘଟିବାର ଆଶଙ୍କା ନାହିଁ। ଟଙ୍କ। ପଇସା ପ୍ରତି ଅତ୍ୟନ୍ତ ସତର୍କ ରହିବାକୁ ପଡିବ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ମକର:-

ବ୍ୟବସାୟୀ ମାନଙ୍କର କାରବାର ବଢ଼ିବା ସହ ଲୋକ ସମ୍ପର୍କ ବୃଦ୍ଧି ହେବ। କର୍ମକ୍ଷେତ୍ରରେ କର୍ତ୍ତବ୍ୟ ଠିକ୍ ତୁଲେଇବା ଫଳରେ ଯଶ, ମାନ, ପ୍ରତିଷ୍ଠାର ଅଧିକାରୀ ହେବେ। ନିଜର ଆତ୍ମନିରୀକ୍ଷଣ, ମନୋବୈଜ୍ଞାନିକତଥ୍ୟ, ଅନ୍ୱେଷଣ, ଅନ୍ତର୍ଦୃଷ୍ଟି ଏବଂ ଆନ୍ତରିକ ମୂଲ୍ୟାଙ୍କନର ଅନୁଭୂତି ଜାଗ୍ରତହେବ। ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳିୟାନ ହେଲେ ବି ବଡ଼ନେତାଙ୍କୁ ସନ୍ତୁଷ୍ଟ କରିବା କାଠିକର ପାଠ । କୃଷିଜୀବିମାନେ ଅଳ୍ପରେ ସନ୍ତୁଷ୍ଟ ହେବେ। ସ୍ଵାସ୍ଥ୍ୟରେ ଅବନତି ଦେଖାଦେଇ ପାରେ। ଯାନବାହାନ ଓ ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-

ସାମାଜିକ କଲ୍ୟାଣ କାର୍ଯ୍ୟକରି  ଜୀବନସ୍ତର ପରିବର୍ତ୍ତନର ଉଦ୍ୟମ କରି ପାରନ୍ତି। ଅବହେଳିତ ଲୋକଙ୍କ ସହ ମିଳାମିଶା କରି ନୂତନ ଦିଗ୍ଦର୍ଶନ ପାଇବେ। କାର୍ଯ୍ୟ କ୍ଷେତ୍ରରେ ସଫଳତା ଲାଭ କରିବା ସହ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ।  ପାରିବାରିକ ସ୍ଥିତି ସୁଧୁରି ଯିବା ଫଳରେ ସୁଖଶାନ୍ତିରେ ଦିନ କଟାଇବେ। ବ୍ୟବସାୟ କ୍ଷେତ୍ରରେ କୌଣସି ନୂତନ ଯୋଜନା କରିବା ଫଳରେ ଉତ୍ତମ ରୋଜଗାର ହେବା ସହ ନୂତନ ଆୟର ପନ୍ଥା ଖୋଲିଯିବ। କରଜର ମାତ୍ରା ହ୍ରାସ ହେବା ସହ ସ୍ୱାସ୍ଥ୍ୟ ସମସ୍ୟା ଦୂର ହେବ। ଛାତ୍ରଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-

ସହଯୋଗୀଙ୍କର ପୂର୍ଣ୍ଣ ସହଯୋଗ ପାଇ ପଦୋନ୍ନତି ପାଇବାର ସୁଯୋଗ ପାଇ ପାରନ୍ତି। ଭୌତିକ ଓ ଆଧ୍ୟାତ୍ମିକ ମାମଲାରେ ବ୍ୟସ୍ତରହି କ୍ୟାରିଅର କ୍ଷେତ୍ରରେ ପରିବର୍ତ୍ତନ ଆଣିବାରେ ସଫଳ ହେବେ। ବ୍ୟବସାୟରେ ଉତ୍ତମ ରୋଜଗାର ହେବା ସହ ବେଶ୍ ଦୁଇପଇସା ଲାଭ ହେବ। ପାରିବାରିକ ଜୀବନରେ କୌଣସି ବିଶୃଙ୍ଖଳା ଦେଖାଦେବ ନାହିଁ। ଦାମ୍ପତ୍ୟ ସୁଖ ବୃଦ୍ଧି ହେବା ସହ ସାମାଜିକ ପ୍ରତିଷ୍ଠା ଓ ମାନସମ୍ମାନ ବୃଦ୍ଧି ହେବ। ପ୍ରେମିକ ପ୍ରେମିକାମାନେ ପ୍ରେମ ସମ୍ବନ୍ଧୀୟ କ୍ଷେତ୍ରରେ ସଫଳ ହେବେ। ଛାତ୍ର ଛାତ୍ରୀମାନେ ଭୋଗ ବିଳାସରେ ଦିନ କାଟିବା ପାଇଁ ଆଗ୍ରହୀ ହେବେ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!