ଦୈନିକ ରାଶିଫଳ: ୧୬ ଜୁନ୍ ୨୦୧୯, ସୂର୍ଯ୍ୟଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କ ପାରିବାରିକ କଳହ ସମାପ୍ତ ହେବ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ଦୂରେଇଯିବା ଫଳରେ ପାରିବାରିକ ଜୀବନ ଆନନ୍ଦମୟ ହେବ। ସହକର୍ମୀ ଓ ଅଧସ୍ତନ କର୍ମଚାରୀଙ୍କ ସହ ସମ୍ପର୍କ ଭଲ ରହିବ। ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ବିଜୟୀ ହେବେ। ରାଜନୀତି କ୍ଷେତ୍ରରେ ଜନ ସେବାରେ ପ୍ରଶଂସା ମିଳିବ। ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ। ଖେଳ, କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଆଦୃତ ହେବେ। ଶତୃ ଓ ବିରୋଧୀମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ। ପ୍ରତିକାର- ଗୋମାତାକୁ ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଯେକୌଣସି ପ୍ରତିଯୋଗୀତାକୁ ସ୍ଵୀକାର କରିବା ପାଇଁ ପ୍ରସ୍ତୁତ ରହିବେ। କାରବାରରେ ସ୍ଥିତି ଠିକ୍ ରହିବ। ମହିଳାଙ୍କ ମାନସିକସ୍ଥିତି ଭଲ ରହିବ। ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ମାଲିମକଦ୍ଦମାର ଅପୋଷ ସମାଧାନ ହେବ। ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ। ଭୋଗ ବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ଗୃହ ସୁଖମିଳିବ। ବାଦବିବାଦ, ପ୍ରତିଯୋଗିତାପରୀକ୍ଷା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତହେବେ। ପ୍ରେମିକ ପ୍ରେମିକାମାନଙ୍କର ବସ୍ତ୍ରଆଭୂଷଣ ଆଦି ଲାଭହେବ। ପ୍ରତିକାର- ହନୁମାନ ମନ୍ଦିରରେ ବୁନ୍ଦିଲଡୁ ଭୋଗ କରି ବାଣ୍ଟନ୍ତୁ।

ମିଥୁନ:-

ବ୍ୟକ୍ତିଗତ ଓ ସାର୍ବଜନୀନ ସମ୍ପର୍କରେ ବିକଶିତ ହେବ। ଗୃହରେ ଧର୍ମକାର୍ଯ୍ୟ ଓ ଧର୍ମାନୁଷ୍ଠାନରେ ଯୋଗଦାନ କରି ପ୍ରଶଂସା ପାଇବେ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା  ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ପ୍ରେମ କ୍ଷେତ୍ରରେ ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ। ଆମୋଦ-ପ୍ରମୋଦ, କ୍ରିଡା, ମନୋରଞ୍ଜନ, ନୃତ୍ୟ ଗୀତ, କଳା ସଙ୍ଗୀତ, ଭୋଜିଭାତ, ମଉଜ ମଜିଲିସ୍ ରେ ଆନନ୍ଦିତ ହେବେ। ଶତୃ ଓ ବିରୋଧୀମାନଙ୍କ ମୁଣ୍ଡ ତଳକୁ ହେବ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ଅଧିକ ଘନିଷ୍ଠତା ହେବ। ପ୍ରତିକାର- ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ।

କର୍କଟ:-

ନିକଟସ୍ଥ ବ୍ୟକ୍ତି ସାହାଯ୍ୟ କରିବା ଦ୍ଵାରା ବ୍ୟବସାୟରେ ସଫଳତା ମିଳିବ ଓ ବ୍ୟବସାୟ ବଢାଇବାରେ ସମର୍ଥ ହେବେ। ଆରମ୍ଭ କରିଥିବା କାର୍ଯ୍ୟ ଶେଷ କରି ପାରିବେ। ଘରୋଇ କର୍ମଚାରୀ ଓ ଶ୍ରମିକମାନେ ବେସୀ ଉପକୃତ ହେବେ। ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଧନସମ୍ପଦ, ବସ୍ତ୍ରଆଭୂଷଣ ଆଦି ଲାଭହେବ। ତଳ ମହଲରୁ ଆଶାତୀତ ଲାଭ ପାଇବେ। ଉପରିସ୍ଥଙ୍କୁ ଆପଣାର କରି କୃପାଭାଜନ ହେବେ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ। ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପ୍ରତିକାର- ଭୋକିଲା ଲୋକକୁ ନିରାଶ କରିବେ ନାହିଁ।

ସିଂହ:-

ଉଚ୍ଚ ସମ୍ଭାବନାର ଆଶାଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ପାରିବାରିକ କ୍ଷେତ୍ରରେ ଆଲୁଅ ଅନ୍ଧାରର ଲୁଚକାଳି ଖେଳର ଅବସାନ ହେବ। ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବ ଓ ସାହାଯ୍ୟ ସହଯୋଗ ମିଳିବ। ସହକର୍ମୀମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁଁ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ। ଆକସ୍ମିକ ଧନ ପ୍ରାପ୍ତି ହେବ। ରାଜନୈତିକ କ୍ଷେତ୍ରରେ ଯଶ, ମାନ ପ୍ରତିଷ୍ଠାବୃଦ୍ଧି ହେବ। ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ କରିବା ପାଇଁ ଅଯଥା ଭ୍ରମଣ କରିବା ଫଳରେ ଦେହ ଅସୁସ୍ଥି ରହିବ। ଭାବି ଚିନ୍ତି କାର୍ଯ୍ୟ ନ କଲେ ଠକାମିରେ ପଡିବେ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

କନ୍ୟା:-

ନୂତନ ଦ୍ରବ୍ୟ କ୍ରୟ କରିବେ। ଶତୃମାନେ ଦୂରେଇ ଯିବେ। କମିଶନ କାର୍ଯ୍ୟରେ ବିଶେଷ ଲାଭ ହେବାର ସମ୍ଭାବନା ଅଛି। ବ୍ୟବସାୟୀମାନେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ। ପାରିବାରିକ ସୁଖ-ଶାନ୍ତି ବୃଦ୍ଧି ହେବ। ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ। ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ ଓ ମାନସିକ ଶାନ୍ତି ମିଳିବ। ମହିଳାମାନେ ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ। ଆମୋଦ-ପ୍ରମୋଦ, କ୍ରିଡା, ମନୋରଞ୍ଜନ, ନୃତ୍ୟ ଗୀତ, କଳା ସଙ୍ଗୀତ, ଭୋଜିଭାତରେ ଉତ୍ସାହିତହେବେ। ପ୍ରତିକାର- ପିତାମାତାଙ୍କୁ ପ୍ରଣାମ କରନ୍ତୁ।

ତୁଳା:-

ପ୍ରେମିକ ଓ ପ୍ରେମିକାମାନେ ଭୋଗ ବିଳାସକୁ ତୁଚ୍ଛ ମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ। ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ରାଜନୀତିରେ ସ୍ୱାର୍ଥରକ୍ଷା କରିବାରେ ସମୟ ବିତିବ ଓ କଠିନ ପରିଶ୍ରମ କରିବେ। ଆମୋଦ-ପ୍ରମୋଦ, କ୍ରିଡା, ମନୋରଞ୍ଜନ, ନୃତ୍ୟ ଗୀତ, କଳା ସଙ୍ଗୀତ, ଭୋଜିଭାତ, ମଉଜ ମଜିଲିସ୍ ରେ ଆଗ୍ରହ ବଢିବ। ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତାପରୀକ୍ଷା ଓ ସାକ୍ଷାତକାରରେ ଉଚ୍ଚ ପ୍ରଶଂସିତ ହେବେ। ପ୍ରତିକାର- ପିତାମାତାଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:-

ବ୍ୟବସାୟମାନେ ଅଧିକ ଲାଭ କରିବେ। ରାଜନୀତିରେ ଲୋକସମ୍ପର୍କକୁ ଆଧାରକରି କର୍ତ୍ତବ୍ୟ ନିଷ୍ଠା ରକ୍ଷାକରି ସାଧୁ ଓ ସଚ୍ଚୋଟ  ଭାବେ ଦାୟିତ୍ୱ ତୁଲାଇବେ ଏବଂ ଉପରିସ୍ଥଙ୍କ ଶ୍ରଦ୍ଧା ବା କୃପାଭାଜନ ହେବେ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ। ଆମୋଦ-ପ୍ରମୋଦ, କ୍ରିଡା, ମନୋରଞ୍ଜନ, ନୃତ୍ୟଗୀତ, କଳାସଙ୍ଗୀତ, ଭୋଜିଭାତ, ମଉଜ ମଜିଲିସ୍, ଆଡମ୍ବରରେ ଆନନ୍ଦିତ ହେବେ। ପ୍ରେମିକ ଓ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ। ପ୍ରତିକାର-ଜଗନ୍ନାଥଙ୍କ ପାଖରେ ଭୋଗ ଲଗେଇ ବାଣ୍ଟି ଦିଅନ୍ତୁ।

ଧନୁ:-

ଘରୋଇ କର୍ମଚାରୀମାନଙ୍କର କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବା ସହ ମାନସିକ ଅଶାନ୍ତି ଦୂର ହେବ। ବ୍ୟବସାୟୀମାନେ ଲାଭବାନ ହେବେ ଓ ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ। ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀହେବେ । ମହିଳାମାନେ ଦୀର୍ଘ ସମୟରୁ ପ୍ରତୀକ୍ଷା କରିଥିବା ଖବର ପାଇ ଖୁସି ହେବେ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ପାଇବ।  ଅଯଥା ଭ୍ରମଣ କରିବା ଫଳରେ ଦେହ ଅସୁସ୍ଥି ରହିବ। ଭାବି ଚିନ୍ତି କାର୍ଯ୍ୟ ନ କଲେ ଠକାମିରେ ପଡିବେ। ରାଜନୀତି କ୍ଷେତ୍ରରେ ଜନ ସେବାରେ ପ୍ରଶଂସା ମିଳିବ। ପ୍ରତିକାର- ଆରାଧ୍ୟାଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

ମକର:-

ବ୍ୟବସାୟୀମାନେ ଧନଲାଭ କରିବାର ସୁଯୋଗ ପାଇବେ। ଶତୃମାନେ ମିତ୍ରଭାବ ଆଚରଣ କରିବେ। ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳହେବେ। ରାଜନୀତି କ୍ଷେତ୍ରରେ ଉନ୍ନତିମୂଳକ ପଦକ୍ଷେପ ନେଇ ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ। ଶାରିରୀକ ଅସୁସ୍ଥତା ଦୂରହେବ। ଗୃହପାଳିତ ପଶୁ ଓ ଯାନବାହାନ  ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ। ନୂତନ କାର୍ଯ୍ୟରମ୍ଭ କରିପାରିବେ। ପରିବାରଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ। ପ୍ରତିକାର-ନିଶାଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ।

କୁମ୍ଭ:-

ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ଆଶାତୀତ ଲାଭ ପାଇବେ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ। ବୁଝାମଣା ଠିକ୍ ରହିବ। ଆୟ ଉପାର୍ଜନ ବୃଦ୍ଧି ହେବ। ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ଅଚାନକ ଧନପ୍ରାପ୍ତି ହେବ। ଦୂରଯାତ୍ରାରେ ସଫଳ ହେବେ। ମନରେ ଅଶାନ୍ତି ଅସନ୍ତୋଷ ଦୂରେଇ ଯିବ। ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ଲାଭବାନ ହେବେ ପାରିବାରିକ କ୍ଷେତ୍ରରେ ସନ୍ତାନର ବିବାହ ପ୍ରସ୍ତାବ ସମାଧାନ ହୋଇଯିବ। ଆମୋଦ-ପ୍ରମୋଦ, କ୍ରିଡା, ମନୋରଞ୍ଜନର ସୁଯୋଗ ପାଇବେ। ପ୍ରତିକାର- ପିତାମାତାଙ୍କୁ ପ୍ରଣାମ କରନ୍ତୁ।

ମୀନ:-

ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ଦୂରେଇଯିବ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ପ୍ରବାସ ଯାତ୍ରାରେ ଲାଭବାନ ହେବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରିବେ। ପୁରାତନ ରୋଗରୁ ଉପଶମ ମିଳିବ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ। ରାଜନୀତି କ୍ଷେତ୍ରରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ। ଆର୍ଥିକସ୍ଥିତି ପୂର୍ବପରି ରହିବ। କୌଣସି ମାଙ୍ଗଳିକ କାର୍ଯ୍ୟ ଆୟୋଜନରେ ଯୋଗ ଦେବେ। ପରିଶ୍ରମ କାର୍ଯ୍ୟ କରି ପ୍ରଶଂସିତ ହେବେ। ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!