ଦୈନିକ ରାଶିଫଳ: 16 ଜୁନ 2021, ଶ୍ରୀ ଗଣେଶଙ୍କ କୃପାରୁ ଆଜି ଏହି ରାଶି ବ୍ୟକ୍ତିଙ୍କୁ ମିଳିବ ଆକସ୍ମିକ ଧନଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ଜୁନମାସ ୧୬ ତାରିଖ, ବୁଧବାର, ମିଥୁନମାସ ୨ ଦିନ, ଜ୍ୟେଷ୍ଠମାସ, ଶୁକ୍ଳପକ୍ଷ, ଷଷ୍ଠୀତିଥି, ମଘାନକ୍ଷତ୍ର, ସିଂହ ରାଶିରେ ଚନ୍ଦ୍ର । କର୍କଟ ରାଶିର ଘାତବାର । କର୍କଟ, ମକର ରାଶିର ଘାତଚନ୍ଦ୍ର । ନିମ୍ବ ଓ ପିତା ଦ୍ରବ୍ୟ ନ ଖାଇଲେ ଭଲ । ଶୁଭସମୟ- ସକାଳ ୭ଟା ୫୦ମିନିଟ୍ ରୁ ୮ଟା ୨୮ମିନିଟ୍, ଦିବା ୧୦ଟା ୯ମିନିଟ୍ ରୁ ୧୧ଟା ୨୦ମିନିଟ୍, ଦିବା ୨ଟା ୧ମିନିଟ୍ ରୁ ୫ଟା ୨୯ମିନିଟ୍, ସନ୍ଧ୍ୟା ୬ଟା ୨୪ମିନିଟ୍ ରୁ ରାତ୍ର ୯ଟା ୫୮ମିନିଟ୍, ରାତ୍ର ୧୨ଟା ୧୦ମିନିଟ୍ ରୁ ୧ଟା ୩୪ମିନିଟ୍ । ପର୍ବଦିନ- ରଜ ଶେଷ ଓ ଭୂଦାହ, ଶୀତଳ ଷଷ୍ଠୀ, ଆରଣ୍ୟକ ଷଷ୍ଠୀ ବା ସ୍କନ୍ଦଷଷ୍ଠୀ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ ଓ ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ଆରମ୍ଭ କରିଥିବା କାର୍ଯ୍ୟ ଶେଷ କରିପାରିବେ । ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ସହିତ ସମ୍ପର୍କ ସୃଷ୍ଟି ହୋଇ ବୌଦ୍ଧିକ କ୍ଷମତାରେ ବୃଦ୍ଧି ହେବ । ପାରିବାରିକ କ୍ଷେତ୍ରକୁ ସରସ ସୁନ୍ଦର କରିବା ପାଇଁ ପ୍ରଯତ୍ନ କରି ପ୍ରଶଂସିତ ହେବେ । ଜନ ସେବାରେ ନିଜକୁ ନିୟୋଜିତ କରିବେ । ବିଦ୍ୟାକ୍ଷେତ୍ରରେ ମନଯୋଗ ଦେଇ ସଫଳ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବୃଷ:-

ସାମୟିକ ଚିନ୍ତା ଦୂରହେବ । ପ୍ରେମ ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ । କୌଣସି ମିତ୍ରଙ୍କ ଉପଦେଶ କାମରେ ଲାଗିବା ସହ ପ୍ରିୟଜନଙ୍କ ସହ ମିଳନ ହେବ । ମନକଥା ମନରେ ରଖି ବନ୍ଧୁଙ୍କ ସହ ମିଶିଲେ ଭଲ ହେବ । ପରିବାରରେ ପ୍ରକୃତିସ୍ଥ ହୋଇ ହିସାବରେ ଚଳିଲେ ଦୁର୍ଗତିରୁ ସୁରକ୍ଷିତ ରହି ହେବ । ନିଜ ଲୋକ ମନମୋଟିଆ ହେବେ । କର୍ମକ୍ଷେତ୍ରରେ ଅସନ୍ତୋଷ ଓ ସହକର୍ମୀଙ୍କ ସହ ବିବାଦ ଦେଖା ଦେଇ ପାରେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ମିଥୁନ:-

ସନ୍ତାନଙ୍କ ପାଇଁ ଶୁଭସମ୍ବାଦ ପାଇବେ । ଶିକ୍ଷା କ୍ଷେତ୍ରରେ ମାନସିକ ଏକାଗ୍ରତା ବଜାୟ ରହିବା ଯୋଗେ ଆନନ୍ଦିତ ହେବେ । ଇଲୋକଟ୍ରୋନିକ୍ସମିଡିଆ ଓ ପ୍ରିଣ୍ଟ ମିଡିଆ ଦ୍ୱାରା ଲୋକସଂପର୍କ ବୃଦ୍ଧିହେବ । କେତେକ କାର୍ଯ୍ୟ ସହଜ ସରଳରେ ସମାଧାନ ହେବ । ରାଜନୀତି କ୍ଷେତ୍ରରେ ମିତ୍ର, ଭାଇ, ବନ୍ଧୁମାନେ ସହଯୋଗ କରିବେ । କର୍ମରେ ମନସନ୍ତୁଷ୍ଟ ରହିବ । ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

କର୍କଟ:-

ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ । ରାଜନୀତି କ୍ଷେତ୍ରରେ ସୁ ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ । ଖର୍ଚ୍ଚବଢ଼ିବା ଯୋଗେ ପରିବାରରେ ଅସନ୍ତୋଷ ଦେଖାଦେଇ ପାରେ । ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିବ । ଛୋଟ ଛୋଟ କାମକୁ ବୁଝିବିଚାରି ନକଲେ ଦ୍ଵନ୍ଦରେ ପଡିବେ । କୌଣସି କାରଣ ବଶତଃ ଦୂର ବା ନିକଟ ଯାତ୍ରାକୁ ନଯିବା ଉଚିତ୍ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ସିଂହ:-

ସାମାଜିକ କ୍ଷେତ୍ରରେ ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ । ସାମ୍ବାଦିକ ମାନେ ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ । ପାରିବାରିକ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ । ବିଦ୍ୟାରେ ଉନ୍ନତି ଫଳରେ ଆତ୍ମସନ୍ତୋଷ ବଢ଼େଇବ । ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବା ଫଳରେ ଉତ୍ତର ଦାୟିତ୍ୱ ବଢ଼ିବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

କନ୍ୟା:-

ସାମ୍ବାଦିକ ମାନେ ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ । ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର କରି ପାରିବେ । ପାରିବାରିକ ଜୀବନରେ ଶାନ୍ତି, ଭାଇ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବ । ଋଣମୁକ୍ତି ହେବାପାଇଁ ଯୋଜନା ପ୍ରସ୍ତୁତ କରି ପାରିବେ । ସମ୍ମାନର ସହିତ ଦିନଚର୍ଯ୍ୟା କରି ସୁଖେଦୁଃଖେ ଚଳିବାରେ ବାଧା ଉପୁଜିବ ନାହିଁ । ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ । ପ୍ରତିକାର:- ଷଣ୍ଢକୁ କିଛି ଖାଇବାକୁ ଦିଅନ୍ତୁ ।

ତୁଳା:-

ଶିକ୍ଷାର୍ଥୀ ମାନେ ଉଚ୍ଚଶିକ୍ଷା ପାଇବାର ସୁଯୋଗ ପାଇବେ । ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇ ଦୈନିକ କାର୍ଯ୍ୟଗତି ଉତ୍ସାହପୂର୍ଣ୍ଣ ହେବ । ମାନସିକ ସ୍ଥିରତା ଦେଖାଦେବ । ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ । ଶୁଭ ଲାଭ ମଧ୍ୟେ ପାରିପାର୍ଶ୍ଵିକ ବାତାବରଣ ପ୍ରତି ସଚେତନତା ବୃଦ୍ଧି ପାଇବ । ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । କର୍ମକ୍ଷେତ୍ରରେ ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ବିଚ୍ଛା:-

ସମାଜ ସେବାରେ ପ୍ରଶଂସିତ ହେବେ । ସନ୍ତାନ ସୁଖ ମିଳିବ । ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ । ସାମ୍ବାଦିକ ମାନେ ନିଜ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ । କର୍ମକ୍ଷେତ୍ରରେ କର୍ତ୍ତବ୍ୟ ନିଷ୍ଠାରୁ ଯଶପ୍ରଶଂସାର ଅଧିକାରି ହେବା ସହ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ । ଗୃହପାଳିତ ପଶୁଙ୍କ ଦ୍ୱାରା ବିଶେଷ ଲାଭନ୍ୱିତ ହେବେ । ଅଧିକ ପରିଶ୍ରମ ତୁଳନାରେ ଅଧିକ ପାରିଶ୍ରମିକ ଆଦାୟର ପ୍ରଚେଷ୍ଟା ଚଳାଇବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ଧନୁ:-

ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନ ହେବ । ଗୃହରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ । ଅୟସ, ଆରାମ, ଆମୋଦ ପ୍ରମୋଦରେ ଆଗ୍ରହ ବଢିବ । ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବେ । ରାଜକୀୟ ମାମଲାରେ ସଫଳତା ମିଳିବ । ବ୍ୟବସାୟ କ୍ଷେତ୍ରରେ ଧନ ଲାଭ ହେବାରୁ ମନ ଖୁସି ରହିବ । କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ରୋଜଗାର ସମସ୍ୟା ସୁଧୁରି ଯିବ । ପ୍ରତିକାର- ମିଶ୍ରିଟିକେ ଖାଇ ଘରୁ ବାହାରନ୍ତୁ ।

ମକର:-

ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ଭୋଗ ବିଳାସକୁ ତୁଚ୍ଛମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେଲେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ । ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ଅଧ୍ୟୟନ ପ୍ରତି ବିତୃଷ୍ଣା ଓ ନିରାଶାଭାବ ଦେଖାଦେଇ ପାରେ । କୌଣସି କାରଣ ବଶତଃ ଦୂର ବା ନିକଟ ଯାତ୍ରାକୁ ନଯିବା ଉଚିତ୍ । ଅର୍ଥ ସଙ୍କଟ ଦେଖାଦେବାରୁ ଅତ୍ୟଧିକ ଚିନ୍ତା କରିବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କୁମ୍ଭ:-

ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହୋଇ ପାରେ । ଆୟ ଉପାର୍ଜନ ବୃଦ୍ଧି ହେବା ଫଳରେ ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇବେ । କର୍ମକ୍ଷେତ୍ରରେ ଶତୃମାନେ ଦୂରେଇ ଯିବା ଫଳରେ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ ଓ ମାନସିକ ଶାନ୍ତି ପାଇବେ । ରାଜନୈତିକ କ୍ଷେତ୍ରରେ ଲୋକ ସମର୍ଥନ, ଦଳ ସମର୍ଥନ ବୃଦ୍ଧି ପାଇବା ସହ ମୁଖ୍ୟନେତାଙ୍କର ପ୍ରିୟ ପାତ୍ର ହେବେ । ଅକସ୍ମାତ ଧନଲାଭ ହେବ । ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ ।

ମୀନ:-

ଶାରୀରିକ ସୁସ୍ଥତା ସହ ମାନସିକ ସ୍ଥିରତା ଦେଖାଦେବ । ଯେକୌଣସି ନୂତନକାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ଭବିଷ୍ୟତ ପାଇଁ ଅତ୍ୟନ୍ତ ଶୁଭ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ପ୍ରବଳ ଲାଭ ପାଇବେ । କୁଳଶ୍ରେଷ୍ଠ ଓ କୀର୍ତ୍ତିଶାଳୀ ଭଳି ଦିବ୍ୟ ଗୁଣ ଗୁଡିକ ବିକାଶ ହେବା ସହ ଆତ୍ମବିଶ୍ଵାସ ଓ ମନବଳ ଦୃଢ ହେବ । ସହକର୍ମୀମାନଙ୍କ ସହ ବାଦବିବାଦର ଅବସାନ ଘଟି ପ୍ରଶଂସିତ ହେବେ । ରାଜନୈତିକ କ୍ଷେତ୍ରରେ ଶତ୍ରୁମାନେ ମିତ୍ରବତ କାର୍ଯ୍ୟ କରିବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!