ଦୈନିକ ରାଶିଫଳ: 16 ଜୁନ 2022, ମା’ ଲକ୍ଷ୍ମୀଙ୍କ କୃପାରୁ ଏହି 3ଟି ରାଶିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ ମସିହା, ଜୁନମାସ ୧୬ତାରିଖ, ଗୁରୁବାର, ମିଥୁନମାସ ୨ଦିନ, ଆଷାଢମାସ କୃଷ୍ଣପକ୍ଷ, ଦ୍ଵିତୀୟାତିଥି ଦିବା ୯ଟା ୪୫ମିନିଟ୍ ପରେ ତୃତୀୟା ତିଥି, ପୂର୍ବାଷାଢା ନକ୍ଷତ୍ର ଦିବା ୧୨ଟା ୩୭ମିନିଟ୍ ପରେ ଉତ୍ତରାଷାଢା ନକ୍ଷତ୍ର, ଧନୁ ରାଶିରେ ଚନ୍ଦ୍ର । ବ୍ରହ୍ମ ଯୋଗ । ଗର କରଣ ଦିବା ୯ଟା ୪୫ମିନିଟ୍ ପରେ ବାଣିଜ୍ୟ କରଣ । ତୁଳା, କୁମ୍ଭ ରାଶିର ଘାତବାର । ତୁଳା, କୁମ୍ଭ ରାଶିର ଘାତଚନ୍ଦ୍ର । ବୋଇତିକଖାରୁ ନ ଖାଇଲେ ଭଲ, ଦିବା ୯ଟା ୪୫ମିନିଟ୍ ପରେ ପୋଟଳ ନ ଖାଇଲେ ଭଲ । ଯୋଗିନୀ- ଉତ୍ତରେ ଦିବା ୯ଟା ୪୫ମିନିଟ୍ ପରେ ଆଗ୍ନେୟେ ଯାତ୍ରା ନିଷେଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଶ୍ରାଦ୍ଧତର୍ପଣ-ତୃତୀୟାର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ଦିବା ୩ଟା ୫ମିନିଟ୍ ରୁ ସନ୍ଧ୍ୟା ୬ଟା ୨୩ମିନିଟ୍, ରାତ୍ରି ୧୧ଟା ୪୭ମିନିଟ୍ ରୁ ରାତ୍ରି ୧ଟା ୮ମିନିଟ୍ । ଶୁଭସମୟ- ପ୍ରାତଃ ୫ଟା ୧୨ମିନିଟ୍ ରୁ ୬ଟା ୩ମିନିଟ୍, ଦିବା ୯ଟା ୩୬ମିନିଟ୍ ରୁ ୧୧ଟା ୧୯ମିନିଟ୍, ସନ୍ଧ୍ୟା ୭ଟା ୭ମିନିଟ୍ ରୁ ୯ଟା ୧୫ମିନିଟ୍, ରାତ୍ର ୧ଟା ୯ମିନିଟ୍ ରୁ ୨ଟା ୧୭ମିନିଟ୍, ରାତ୍ର ୩ଟା ୪୬ମିନିଟ୍ ରୁ ୫ଟା ୧୦ମିନିଟ୍ । ପର୍ବଦିନ- ଶେଷରଜ, ଭୂଦାହ ।

ମେଷ:-ପ୍ରତ୍ୟେକ କ୍ଷେତ୍ରରେ ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣାତାକୁ ମୁଖ୍ୟ କରି ଚଳିବା ହିତକର ହେବ । ବନ୍ଧୁବାନ୍ଧବଙ୍କ ଠାରୁ ପୂର୍ଣ୍ଣ ସହଯୋଗ ପ୍ରାପ୍ତ ହେବ । ଦାମ୍ପତ୍ୟ ଜୀବନ ସୁଖମୟ ହେବ । ପାରିଶ୍ରମିକ ତୁଳନାରେ ଅଧିକ ଶ୍ରମ କରିବେ । ରାଜନୀତି କ୍ଷେତ୍ରରେ କଠିନ ପରିଶ୍ରମ ହେତୁ ସାମାଜିକ ପତିଆରା ଅମଳିନ ରହିବ । ଭାଇ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବା ଫଳରେ ପାରିବାରିକ ଜୀବନରେ ଶାନ୍ତି ପାଇବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ବୃଷ:-ସାମାଜିକ କଲ୍ୟାଣ ଓ ଜୀବନସ୍ତର ପରିବର୍ତ୍ତନର ଉଦ୍ୟମ କରିବା ଫଳରେ ମାନସମ୍ମାନ ବୃଦ୍ଧିହେବ । ଛାତ୍ର ଛାତ୍ରୀମାନଙ୍କର ନିଜର ଆତ୍ମନିରୀକ୍ଷଣ, ମନୋବୈଜ୍ଞାନିକ ତଥ୍ୟ, ଅନ୍ୱେଷଣ, ଅନ୍ତର୍ଦୃଷ୍ଟି ଏବଂ ଆନ୍ତରିକ ମୂଲ୍ୟାଙ୍କନର ଅନୁଭୂତି ଜାଗ୍ରତହେବ । କ୍ୟାରିଅର କ୍ଷେତ୍ରରେ ପରିବର୍ତ୍ତନ ଆସିବ । ଭୋଗ ବିଳାସକୁ ତୁଚ୍ଛ ମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ । ଆଧ୍ୟାତ୍ମିକ ଓ ଧର୍ମ କାର୍ଯ୍ୟରେ ଲିପ୍ତ ରହିବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମିଥୁନ:-ଶାରିରୀକ ଅସୁସ୍ଥତା ଦୂର ହୋଇ ଶରୀର ସୁସ୍ଥ ରହିବ । କର୍ମସଂଧାନୀ ମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳତା ପାଇବେ । କର୍ମକ୍ଷେତ୍ରରେ ବିବାଦୀୟ ପରିସ୍ଥିତି ସମାଧାନ ହୋଇ ସହକର୍ମୀ ମାନଙ୍କ ଦ୍ୱରା ବହୁ ସୁବିଧା ସୁଯୋଗ ପାଇବେ । ପାରିବାରିକ କ୍ଷେତ୍ରରେ ଭୂଲ ବୁଝାମଣା କଟି ଯାଇ ଶାନ୍ତି ବାତାବରଣ ସୃଷ୍ଟି ହେବ । ନୂତନ ଯୋଜନା ପ୍ରସ୍ତୁତ କରି ବ୍ୟବସାୟର ପ୍ରସାର ପ୍ରଚାର ଫଳରେ ଆଶାତୀତ ଆୟ ବୃଦ୍ଧି ପାଇବ । ପ୍ରତିକାର- ସବୁଜ ରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।

କର୍କଟ:-ଦୂରଯାତ୍ରାର ସୁଯୋଗ ପାଇବେ । ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବା ଫଳରେ ଋଣ ପରିଶୋଧ କରିବା ସହ ଋଣପ୍ରାପ୍ତିର ସୁଯୋଗ ପାଇବେ । ଜମିବାଡ଼ି ନେଇ କେତେକ ସମସ୍ୟା ଉପୁଜି ସମାଧାନ ହୋଇ ପାରେ । ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ । ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତିର ସୂଚନା ପାଇବେ । ଅଚାନକ ଧନ ପ୍ରାପ୍ତି ହେବ ଓ ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେସ କରିବେ । ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ ।

ସିଂହ:-ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ । କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ । ରାଜନୀତି ମାମଲାରେ ତରବରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡକୁ ନଜର ଦେଇ କାମ କରିବା ଉଚିତ୍ । କୌଣସି ନୂତନ ବନ୍ଧୁ ବ୍ୟକ୍ତିଙ୍କ ସହିତ ଭେଟ ହେବ । ପାରିବାରିକ ମାମଲା ବହୁତ ସହଜ ସରଳହେବ । ବୃତ୍ତିଗତ ଦୃଷ୍ଟିରୁ ସ୍ଵାଭିମାନ ସୁରକ୍ଷିତ ରହିବା ଫଳରେ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

କନ୍ୟା:-ସାମାଜିକ ସ୍ତରରେ ପ୍ରଶଂସିତ ହେବେ । ସରକାରୀ କର୍ମଚାରୀଙ୍କ ପାଇଁ ବହୁତ ଭଲ ଓ ଘରୋଇ ସଂସ୍ଥାର କର୍ମକ୍ଷେତ୍ରରେ ସହଯୋଗୀ ମାନେ ସହଯୋଗ କରିବେ । ଆଇନ ଅଦାଲତ ତଥା ଲେଖାପଢାରୁ ଶୁଭଫଳ ମିଳିବ । ଭାଇ, ବନ୍ଧୁ ଓ ମିତ୍ର ମାନଙ୍କ ସହିତ ମତଭେଦ ସମାପ୍ତ ହେବ । ପିଲା ମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ । ବ୍ୟବସାୟ ବାଣିଜ୍ୟ କିମ୍ବା ଯୌଥ ପରିବାର ସମ୍ପର୍କୀୟ କୌଣସି ଘଟଣା ଯୋଗୁ ବିଶେଷ ବ୍ୟସ୍ତ ରହିବେ । ପ୍ରତିକାର- ସବୁଜ ରଙ୍ଗର ସବୁଜ ରୁମାଲ ଟିଏ ପାଖରେ ରଖନ୍ତୁ ।

ତୁଳା:-ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ । ନିଜର କ୍ଷମତା ଓ ଯୋଗ୍ୟତାକୁ ବହୁତ ଉପଯୋଗ କରିବେ । ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ । ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ । ଅନାବଶ୍ୟକ ଖର୍ଚ୍ଚ ଅଧିକରୁ ଅଧିକ ହେବା ଫଳରେ ମାନସିକ ଦୁଃଶ୍ଚିନ୍ତା ବଢ଼ିଯିବ । ଏକୁଟିଆ ବାହନରେ କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ । ପରିବହନରେ ବିଶେଷ ଲାଭବାନ ହେବେ । ଅଫିସରେ ଲାଗି ରହିଥିବା ସମସ୍ୟା ଦୂର ହେବ । କୋର୍ଟ କଚେରୀ ମାମଲାର ଶୁଣାଣି ସପକ୍ଷରେ ଯିବ । ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ । ରାଜନୀତିରେ ସଫଳତା ମିଳିବ । ଛୋଟ ଛୋଟ କାମକୁ ବୁଝିବିଚାରି ନକଲେ ଦ୍ଵନ୍ଦରେ ପଡିବେ । ଭଲ ଭାବରେ ଚିନ୍ତା କରି କାମରେ ଆଗେଇ ଚାଲନ୍ତୁ କୌଣସି ଅସୁବିଧା ହେବ ନାହିଁ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ଧନୁ:-ଶାରିରୀକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ଦୂରଯାତ୍ରାର ସୁଯୋଗ ପାଇ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ । ଆୟ ଉପାର୍ଜନର ବୃଦ୍ଧି ହେବ । କର୍ମକ୍ଷେତ୍ରରେ ଆତ୍ମନିର୍ଭର ଶୀଳ ହେବେ । ବ୍ୟବସାୟରେ ଆଶାତିତ ଲାଭ କରି ଟଙ୍କାର ଆବଶ୍ୟକତା ପୂରଣ କରି ପାରିବେ । ପରିବାରରେ ସୁଖ ଶାନ୍ତିର ବାତାବରଣ ରହିବ । ଛାତ୍ରଛାତ୍ରୀ ମାନଙ୍କର ସହପାଠୀ ମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମକର:-ସ୍ଵାସ୍ଥ୍ୟରେ ଉନ୍ନତି ଦେଖାଦେବ । ନୂତନ ବସ୍ତୁ କ୍ରୟ କରିପାରିବେ ଓ ଗୃହରେ ମାଙ୍ଗଳିକ ଶୁଭକାର୍ଯ୍ୟ ମଧ୍ୟ କରିପାରିବେ । କର୍ମକ୍ଷେତ୍ରରେ ଯେତିକି ପାଇବା କଥା ସେତିକି ହିଁ ପାଇବେ । କଳା, ସାହିତ୍ୟ ଓ ସଭାସମିତିରେ ସଫଳତା ହାସଲ କରିବେ । ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ନିଜ ଚେଷ୍ଟାରେ ବାକିଥିବା ଅର୍ଥ ପାଇବେ । ପ୍ରେମିକ ପ୍ରେମିକା ମାନଙ୍କର ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

କୁମ୍ଭ:-ରାଜକୀୟ ମାମଲାରେ ସମସ୍ୟା ଦୂରହୋଇ ଉଚ୍ଚ ଆଶାରେ ଆଗେଇବେ । ଅଫିସ୍ ପରିସ୍ଥିତି ଯେତେ ଜଟିଳ ଥିଲେ ମଧ୍ୟ ସମାଧାନ କରି ପ୍ରଶଂସିତ ହେବେ । ପାରିବାରିକସ୍ତର ହସ ଖୁସିରେ କଟିବ । ବାଣିଜ୍ୟ କ୍ଷେତ୍ରରେ ଯାହା ଚିନ୍ତା କରିବେ ତାହା ପୂରଣ ହେବ । ରାଜନୀତି ମାମଲାରେ ସଫଳତା ମିଳିବ । ଶାରିରୀକ ଅସୁସ୍ଥତା ସହ ମାନସିକ ଅଶାନ୍ତି ଦେଖାଦେଇ ପାରେ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମୀନ:-ସରକାରୀ କାମରେ ସଫଳତା ମିଳିବ । ନୂଆ କାମ କିଛି ଆରମ୍ଭ କରିଲେ ଲାଭବାନ ହେବେ । ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ଦୂରଯାତ୍ରାର ସୁଯୋଗ ପାଇବେ । ପ୍ରମୋଶନ ସୂଚନାପାଇ ଖୁସି ହେବେ । ସେୟାର ବଜାରରେ ପୁଞ୍ଜି ନିବେଶ କରିଲେ ବହୁତ ଧନ ପ୍ରାପ୍ତ ହେବ । ରାଜନୀତିରେ ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ ଏବଂ ବୁଦ୍ଧିଜୀବୀ ମାନଙ୍କ ସାନ୍ନିଧ୍ୟରେ ଆସିବେ । ସ୍ୱାସ୍ଥ୍ୟ ଭଲ ରହିବ ଓ ବିଦେଶ ଯାତ୍ରାରେ ଲାଭବାନ ହେବେ । ପ୍ରତିକାର-ହଳଦୀରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!