ଦୈନିକ ରାଶିଫଳ: ୧୬ ମାର୍ଚ୍ଚ ୨୦୧୯, ଶନିଦେବଙ୍କ କୃପାରୁ ଆଜି ଏହି ସବୁ ରାଶିର ଭାଗ୍ୟରେ ହେବ ପରିବର୍ତ୍ତନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୧୬ ମାର୍ଚ୍ଚ ୨୦୧୯

ମେଷ:-

ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ନୂତନ ବ୍ୟବସାୟ ଆରମ୍ଭ, ଶିଳ୍ପ ପ୍ରତିଷ୍ଠା ବା ଯୋଜନା ସାଫଲ୍ୟ ଦାୟକ ହେବ। ଯେ କୌଣସି ପରୀକ୍ଷା ବା ସାକ୍ଷାତ୍କାରର ପରିଣାମ ଆପଣଙ୍କ ସପକ୍ଷରେ ରହିବ। ଘର ପରିବାରରେ କୌଣସି ଖୁସି ପ୍ରସଙ୍ଗ ଆସିବା ଫଳରେ ମନ ପ୍ରଫୁଲ୍ଲିତ ରହିବ। ଚାକିରୀରେ ପ୍ରମୋଶନ ମିଳିବାର ଯୋଜନା ପ୍ରସ୍ତୁତହେବ। ବେମାର, ବୃଦ୍ଧଜନ ଓ ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ। ଦୂରଯାତ୍ରା କରିବା ଦ୍ଵାରା ବହୁତ ଲାଭ ମିଳିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଆଧ୍ୟାତ୍ମିକ ବା ଧାର୍ମିକ କ୍ଷେତ୍ରରେ ବ୍ୟସ୍ତ ରହିବେ। ବିଦ୍ୟାର୍ଥୀଙ୍କ ପାଇଁ ସମୟ ଉପଯୁକ୍ତ ଯୋଗେ ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ। ମିତ୍ରଙ୍କ ସାହାଯ୍ୟ ଦ୍ଵାରା ନୂଆ ଲକ୍ଷକୁ ନିର୍ଦ୍ଦାରିତ କରିପାରିବେ ଓ ଧନ ଲାଭ ହେବ। ସ୍ୱାସ୍ଥ୍ୟରେ ସୁଧାର ଆସିବ। ପ୍ରେମ-ପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ। ପାରିବାରିକ କ୍ଷେତ୍ରରେ ଭୋଗବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ସ୍ଵାସ୍ଥ୍ୟକର ପରିବେଶ ଓ ସମ୍ମାନଜନକ ଘଟଣା ଘଟିବ। ବ୍ୟବସାୟ କ୍ଷେତ୍ରରେ ଲାଭବାନ ହେବେ। ବିପରୀତ ଲିଙ୍ଗୀଙ୍କ ସହଯୋଗ ଦ୍ଵାରା ମନ ଲଗାଇ କାର୍ଯ୍ୟ କରି ଆଗକୁ ବଢିବେ। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।

ମିଥୁନ:-

ପରିବାରରେ ସମ୍ବନ୍ଧରେ ପ୍ରଗାଢତା ଆସିବ ଓ ଶାନ୍ତି ମିଳିବ। ସୁନ୍ଦର ଗୃହ, ଗାଡି, ବାଡି ବଗିଚାର ଯୋଜନା କରିବେ। କର୍ମ କ୍ଷେତ୍ରରେ ପ୍ରତିଷ୍ଠା ଓ ଖ୍ୟାତି ମିଳିବ। ଆର୍ଥିକସ୍ଥିତିକୁ ସୁଧାରିପାରିବେ କିନ୍ତୁ ଅହଂକାରକୁ ତ୍ୟାଗ କରିବାକୁ ହେବ। ସ୍ଵାସ୍ଥ୍ୟରେ ପରିବର୍ତ୍ତନ ଅନୁଭବ କରିବେ। ବ୍ୟାପାର ବାଣିଜ୍ୟ ଓ କାମ-କାର୍ଯ୍ୟର ସ୍ଥିତି ସନ୍ତୋଷ ଜନକ ହେବ। ପ୍ରପର୍ଟୀ ସମ୍ବନ୍ଧିୟ ମାମଲା ସତୃଙ୍କ ମଧ୍ୟସ୍ଥତା ଦ୍ଵାରା ଦୂର ହେବ। ଆବଶ୍ୟକୀୟ ନୂତନ ବସ୍ତୁ କ୍ରୟ କରିପାରିବେ। ରାଜନୀତିରେ ହିତୈଷିମାନେ ଅଧିକ ନିବିଡ ହେବା ସାଙ୍ଗକୁ ମର୍ଯ୍ୟଦାଜନକ ପରିସ୍ଥିତି ସୃଷ୍ଟି କରିବେ। ପ୍ରତିକାର- ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

କର୍କଟ:-

ଉଚ୍ଚଶିକ୍ଷା କ୍ଷେତ୍ରକୁ ଆଗେଇବା ପାଇଁ ନିଜ ଆଚାର ବ୍ୟବହାରର ପରି ବର୍ତ୍ତନ କରି ଗୁରୁଜନଙ୍କ ସନ୍ତୋଷ ଭାଜନ ହେବେ। ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ରାଜନୀତିରେ ସମସ୍ତ ସଦସ୍ୟ ଆପଣଙ୍କ ପ୍ରତି ସହଯୋଗ, ସହାନୁଭୂତି, ସୁସଂପର୍କ ରଖି ପ୍ରଶଂସା କରିବେ। ମହିଳାମାନେ କଠିନ ପରିଶ୍ରମ କରି ଚଳିବେ ଓ ଶୁଭ ସମାଚାର ପାଇ ଖୁସି ହେବେ। ଲୋକମାନଙ୍କ ସହିତ ମିଳିମିଶି କାମ କରିପାରିବେ। କର୍ମ କ୍ଷେତ୍ରରେ ଲକ୍ଷପ୍ରତି ଯଥାର୍ଥବାଦୀ ହେବେ। ପ୍ରତିକାର- ବୃଦ୍ଧ, ବୃଦ୍ଧାଙ୍କୁ ଭୋଜନ ଦିଅନ୍ତୁ।

ସିଂହ:-

ପରିବାର ଜନଙ୍କ ସମ୍ବନ୍ଧିତ କୌଣସି ଶୁଭ ସମାଚାର ଶୁଣିବେ। ନୂତନ ଗୃହସୁଖ ଓ ଯାନବାହନ ସୁଖ ମିଳିବ। ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ। ନିଜର ରଚନାତ୍ମକ କ୍ଷମତା ଚରମ ହେବ ତଥା ଲୋକଙ୍କୁ ନିଜର କରି ପାରିବେ। ଲୋକମାନଙ୍କ ସହିତ ମିଳିମିଶି କାମ କରିପାରିଲେ ଆର୍ଥିକ ମାମଲା ସୁଧୁରିବ। କୌଣସି ବରିଷ୍ଠ ଅଧିକାରୀ, ସେଲିବ୍ରିଟ୍ ଦ୍ଵାରା ଦେଖାହୋଇ ପାରନ୍ତି। ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାରେ ବୃଦ୍ଧି ହେବ। ଋଣ ଭରଣାରେ ସହଜ ହେବ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ। ଶାରୀରିକ କ୍ଷେତ୍ରରେ ଉନ୍ନତି ହେବ। ପ୍ରତିକାର- ଗାଈକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-

ନିଜର ଚତୁରତା ଓ ବିବେକରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ନେଇପାରିବେ। ମହିଳାମାନେ ସୁଖ ଶାନ୍ତିରେ ଦିନ କଟାଇବେ। ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ମହିଳାମାନେ ସନ୍ତାନ ସୁଖରେ ସୁଖୀ ହେବେ। ରାଜନୀତି କ୍ଷେତ୍ରରେ ମାନ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ଆଲୋଚନା କ୍ଷେତ୍ରରେ ଠିକ୍ ନିସ୍ପତି ନେବେ। ପାରିବାରିକ ଆର୍ଥିକ ସଙ୍କଟ ଦୂର ହେବ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍। ପ୍ରତିକାର-  ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

ତୁଳା:-

ଆଧ୍ୟାତ୍ମିକ ଓ ଧର୍ମ କାର୍ଯ୍ୟରେ ଲିପ୍ତ ରହିବେ। ତୀର୍ଥାଟନଯୋଗ ଥିବାରୁ ଯାତ୍ରାକଲେ ଲାଭବାନ ହେବେ। ଶତ୍ରୁ ବା ବିରୋଧୀ କିଛି କ୍ଷତି କରିପାରିବେ ନାହିଁ। ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚ ରହିବ। ଦୂର ଯାତ୍ରାରେ ସଫଳତା ମିଳିବ। ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ। କୌଣସି ଶୁଭକାର୍ଯ୍ୟ କରିବାକୁ ଆୟୋଜନ କରିବେ। ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇଯିବ। ଜୀବନରେ ନୂଆଲକ୍ଷ ପୂରଣ କରିବା ପାଇଁ ସମୟ ନିର୍ଦ୍ଧାରିତ କରିବେ। ପ୍ରେମ-ପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ। ସ୍ଵାର୍ଥରକ୍ଷା କରିବାରେ ସମୟ ବିତିବ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

ବିଚ୍ଛା:-

ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ଦୂରେଇଯିବ। ଆଶା କରିଥିବା କାର୍ଯ୍ୟଟି ଖୁବ୍ ଶୀଘ୍ର ପୂରଣ କରିବାକୁ ତତ୍ପର ହେବେ। ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ। ସହକର୍ମୀ ଓ ଅଧସ୍ତନ କର୍ମଚାରୀଙ୍କ ସହ ସମ୍ପର୍କ ଭଲ ରହିବ। ଆର୍ଥିକ ଦିଗରୁ ଉନ୍ନତି ହେଲେ ମଧ୍ୟ ବ୍ୟୟ ଭାର ବୃଦ୍ଧି ହେବ। ରାଜନୀତି କ୍ଷେତ୍ରରେ ଧୀରସ୍ଥିର ଭାବରେ ସମସ୍ୟା ସୁଧାରୀ ନେବା ଉଚିତ୍। ଇଛା ନ ଥିଲେ ମଧ୍ୟ କେତେକ କର୍ମ କରିବାକୁ ବାଧ୍ୟ ହେବେ। ସ୍ଥାୟି ରୋଗୀମାନେ ଦୂରସ୍ଥାନକୁ  ଯାତ୍ରା କରି ଶାରୀରିକ ଅସୁସ୍ଥତା ଅନୁଭବ କରିବେ। ପ୍ରତିକାର- ଅସହାୟକୁ ନିରାଶ କରନ୍ତୁ ନାହିଁ।

ଧନୁ:-

କିଣା ବିକା ବା କମିଶିନ୍ ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ କରିବେ। ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ ଓ ଅଧା-ଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ। ପାରିବାରିକ ସ୍ଥିତି ସନ୍ତୋଷ ଜନକ ହେବ। ପିଲାମାନଙ୍କ କାର୍ଯ୍ୟରେ ଆନନ୍ଦିତ ହେବେ। ମହିଳାମାନେ ସାମାଜିକ କାର୍ଯ୍ୟରେ ରତ ହେବେ। ସାଧୁ-ସନ୍ଥ ଓ ଗୁରୁଜନଙ୍କ ଶୁଭାଶୀର୍ବାଦ ପ୍ରାପ୍ତ ହେବ। ରାଜନୀତି କ୍ଷେତ୍ରରେ ଶତୃ ଓ ବିରୋଧୀମାନେ ପରାସ୍ତ ହେବେ ଓ ବୁଦ୍ଧିମାତା କାରଣରୁ ସମସ୍ତ କ୍ଷେତ୍ରରେ ସଫଳତା ମିଳିବ। ବିଦ୍ୟା କ୍ଷେତ୍ରରେ ଆଶାମୁତାବକ ଫଳ ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-

ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। କର୍ମକ୍ଷେତ୍ରରେ ସ୍ଥାନାନ୍ତର ଓ ମତାନ୍ତର ଭୟ ଦୂରେଇ ଯିବ। ପରିବାରରେ ଆର୍ଥିକ ସମସ୍ୟା ସମାଧାନ ହୋଇଯିବ। ଦୂରଯାତ୍ରା କରି ମନ ଖୁସି ରହିବ। ନିକଟସ୍ଥ ବ୍ୟକ୍ତି ସାହାଯ୍ୟ କରିବା ଦ୍ଵାରା ବ୍ୟବସାୟରେ ସଫଳତା ମିଳିବ ଓ ବ୍ୟବସାୟ ବଢାଇବାରେ ସମର୍ଥ ହେବେ। ଆରମ୍ଭ କରିଥିବା କାର୍ଯ୍ୟ ଶେଷ କରିପାରିବେ। କର୍ମଚାରୀ ଓ ଶ୍ରମିକମାନେ ବେସୀ ଉପକୃତ ହେବେ। ତଳ ମହଲରୁ ଆଶାତୀତ ଲାଭ ପାଇବେ। ଆର୍ଥିକ ସନ୍ତୁଳନ ସୁରକ୍ଷିତ ହେବା କାରଣରୁ ବିପର୍ଜ୍ୟସ୍ତ ଅର୍ଥନୀତିର ବିପଦରୁ ମୁକ୍ତ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-

ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ଲାଭ ପାଇବେ। ବିଦ୍ୟାରେ ଉନ୍ନତି କରିବେ। ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ। କର୍ମକ୍ଷେତ୍ରରେ ଚିନ୍ତା କରିଥିବା କାମ ଗୁଡିକ ଠିକ୍ ଭାବେ ସଂପୂର୍ଣ୍ଣ ହେବ। କୋର୍ଟ-କଚେରୀ ଧନ୍ଦା ମଧ୍ୟରେ ଆଶ୍ଵସ୍ତି ବଢିବ। ମହିଳାମାନେ ଭୋଗ ବିଳାସକୁ ତୁଚ୍ଛମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ। ମାନସିକ ଦୁଶ୍ଚିନ୍ତା, ଶତୃବଧା ଦୂରେଇ ଯିବ। ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ। ରାଜନୀତି କ୍ଷେତ୍ରରେ ସମ୍ମାନ ପାଇବେ। ସ୍ୱାସ୍ଥ୍ୟ ଠିକ୍ ରହିବ। ପ୍ରତିକାର- ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ।

ମୀନ:-

ନୂତନ ବନ୍ଧୁ ମିତ୍ରଙ୍କ ମିଳନ ହେବ। ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବେ। ବ୍ୟବସାୟୀମାନେ କଠିନ ପରିଶ୍ରମ ଫଳରେ ନୂଆଲକ୍ଷ ନିର୍ଦ୍ଧାରିତ କରି ତାହାର ସଫଳତା ପାଇଁ ପ୍ରଯତ୍ନଶୀଳ ରହିବେ। ବକେୟା ଅର୍ଥ ଆଦାୟ ହେବ। ନିର୍ମାଣ, ଯୋଗାଯୋଗ, ସଭାସମିତି ପାଇଁ ଅଧିକ ସମୟ ଦେବାକୁ ପଡିବ। ବହୁତ ଦିନରୁ ରଖିଥିବା ଧନ ଭିନ୍ନ ବାଟରେ ଖର୍ଚ୍ଚ ହୋଇଯିବ। ସହକର୍ମୀ କେହି ଇର୍ଷାତୁର ହେଲେବି କ୍ଷତିକାରୀ ହେବେ ନାହିଁ। କଳେବଳେ କୌଶଳରେ ଅର୍ଥ ସଂଗ୍ରହ କରି ମଉଜ ମଜଲିସ୍ କରିବା ପାଇଁ ସମୟ ପାଇବେ।  ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!