ଦୈନିକ ରାଶିଫଳ: 16 ମାର୍ଚ୍ଚ 2021, ମା ମଙ୍ଗଳାଙ୍କ କୃପାରୁ ଆଜି ଏହି ରାଶି ବ୍ୟକ୍ତିଙ୍କୁ ମିଳିବ କୀଚ ଇବଦ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ମାର୍ଚ୍ଚମାସ ୧୬ତାରିଖ, ମଙ୍ଗଳବାର, ମୀନମାସ ୩ଦିନ, ଫାଲଗୁନମାସ, ଶୁକ୍ଳପକ୍ଷ, ତୃତୀୟାତିଥି, ଅଶ୍ଵିନୀ ନକ୍ଷତ୍ର, ମେଷରାଶିରେ ଚନ୍ଦ୍ର । ମକର ରାଶିର ଘାତବାର । ମେଷରାଶିର ଘାତଚନ୍ଦ୍ର । ପୋଟଳ ନ ଖାଇଲେ ଭଲ, ରାତି ୮ଟା ୫୯ମିନିଟ୍ ପରେ ମୂଳା ନ ଖାଇଲେ ଭଲ । ଶୁଭସମୟ- ସକାଳ ୮ଟା ୫୭ମିନିଟ୍ ରୁ ୧୦ଟା ୪୨ମିନିଟ୍, ଦିବା ୧ଟା ୭ମିନିଟ୍ ରୁ ୧ଟା ୨୩ମିନିଟ୍, ଦିବା ୪ଟା ୨୪ମିନିଟ୍ ରୁ ୫ଟା ୫ମିନିଟ୍, ସନ୍ଧ୍ୟା ୫ଟା ୫୪ମିନିଟ୍ ରୁ ୬ଟା ୪୦ମିନିଟ୍, ରାତ୍ର ୯ଟା ୭ମିନିଟ୍ ରୁ ୧୧ଟା ୩୦ମିନିଟ୍ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ଆନୁଷ୍ଠାନିକ କ୍ଷେତ୍ରରେ ବ୍ୟସ୍ତତା ଭିତରେ କାର୍ଯ୍ୟ ସାଧନ କରିବେ । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ସ୍ୱାସ୍ଥ୍ୟରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେଇ ପାରେ । ସଂଘର୍ଷ ଦ୍ୱାରା ସଫଳତା ମିଳିବ । ବ୍ୟବସାୟ କ୍ଷେତ୍ରରେ ନିଜ ଲୋକ ମନମୋଟିଆ ହେବେ ଓ ମାନସିକ ଚିନ୍ତା ବୃଦ୍ଧି ହେବ । ପରୋକ୍ଷ ଶତୃତା ଯୋଗୁ ବିଚଳିତ ହେବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ବୃଷ:-

ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ । ଆଇନ ଅଦାଲତ କ୍ଷେତ୍ରରେ ବିଜୟୀ ହୋଇ ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚା ରହିବ । ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଆଗ୍ରହ ବଢିବ । ବ୍ୟବସାୟ କ୍ଷେତ୍ରରେ ନିଜ ଲୋକ ମନମୋଟିଆ ହେବେ ଓ ମାନସିକ ଚିନ୍ତା ବୃଦ୍ଧି ହେବ । ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ମିଥୁନ:-

କର୍ମ କ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ସାମାନ୍ୟ ଲାଭ ପାଇବେ । ଆର୍ଥିକଦିଗରୁ ସୁବିଧା ହେବାଦ୍ଵାରା ପୈତୃକସମ୍ପତ୍ତି ନେଇ ପାରିବାରିକ ଦ୍ୱନ୍ଦର ସମାଧାନ ହୋଇପାରେ । ରାଜନୀତି କ୍ଷେତ୍ରରେ ବ୍ୟସ୍ତତା ଭିତରେ କାର୍ଯ୍ୟ ସାଧନ କରିବେ । ବନ୍ଧୁମିତ୍ରଙ୍କ ସହ ହସଖୁସିର ବାତାବରଣ ସୃଷ୍ଟି ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କର୍କଟ:-

ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ । ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । ନୂଆ ନୂଆ ବ୍ୟବସାୟିକ ସଂପର୍କସ୍ଥାପନ ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ । କର୍ମକ୍ଷେତ୍ରରେ ଉନ୍ନତିମୂଳକ ପଦକ୍ଷେପ ନେଲେ ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ । ରାଜନୀତି କ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ । ପ୍ରତିକାର- ଧଳାବସ୍ତ୍ର ପରିଧାନ କରନ୍ତୁ ।

ସିଂହ:-

ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ । ମାନସିକ ସ୍ଥିରତା ଦେଖାଦେବ ଓ ବ୍ୟବସାୟରେ ଧନଲାଭ କରିବାର ସୁଯୋଗ ପାଇବେ । ଶତୃମାନେ ମିତ୍ରଭାବ ଆଚରଣ କରିବେ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ସମ୍ମାନର ସହିତ ଦିନଚର୍ଯ୍ୟା କରି ସୁଖରେ ଚଳିବାରେ ବାଧା ଉପୁଜିବ ନାହିଁ । ପ୍ରତିକାର:- ଷଣ୍ଢକୁ କିଛି ଖାଇବାକୁ ଦିଅନ୍ତୁ ।

କନ୍ୟା:-

ଚାକିରୀଜୀବିମାନେ କାର୍ଯ୍ୟଦକ୍ଷତା ପ୍ରଦର୍ଶନ କରି, ତଳୁ ଉପର ସ୍ତରଯାଏ ଆଦର୍ଶ ସ୍ଥାନ ଗ୍ରହଣ କରିବେ । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ । ଆନୁଷ୍ଠାନିକ କ୍ଷେତ୍ରରେ ବ୍ୟସ୍ତତା ଭିତରେ କାର୍ଯ୍ୟ ସାଧନ କରିବେ । ସ୍ୱାସ୍ଥ୍ୟରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେଇ ପାରେ । ନିର୍ମାଣାଧୀନ କାମ ଅଟକି ରହିଯିବା ଯୋଗୁ ସାମାନ୍ୟ ଚିନ୍ତିତ ରହିବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ତୁଳା:-

ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ଉପରିସ୍ଥଙ୍କ ଶ୍ରଦ୍ଧାଭାଜନ ହୋଇ ଉଚ୍ଚମନ୍ୟତାର ଅଧିକାରୀ ହେବେ । ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ କୃତକାର୍ଯ୍ୟ ହେବେ । ନିବେଶ କରିଲେ ଲକ୍ଷ୍ମୀଙ୍କ କୃପା ଫଳରେ ଧନର ଆଗମନ ହୋଇପାରେ । ପ୍ରୟାସରେ ସୁଖଦ ପରିଣାମ ଅବଶ୍ୟ ଆସିବ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ବିଚ୍ଛା:-

ଗୃହବାହନ ପ୍ରାପ୍ତି ପରିଜନ ଓ ସାଧୁଜନପ୍ରିୟ ହେବେ । ବିଦେଶ ଯାତ୍ରାରେ ଲାଭବାନ ହେବେ । ରାଜନୀତି କ୍ଷେତ୍ରରେ ଉପରିସ୍ଥଙ୍କ ଶ୍ରଦ୍ଧା ଅତୁଟ ରଖି ସ୍ଥାନ ଓ ସ୍ଥିତି ସୁଦୃଢ ରଖି ପାରିବେ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ । ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ବାଦବିବାଦ, ମାଲିମକଦ୍ଦମା, ପ୍ରତିଯୋଗିତାପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ । ପ୍ରତିକାର- ତୁଲସୀ ମୂଳ ମାଟି ଧାରଣ କରନ୍ତୁ ।

ଧନୁ:-

ଶୁଭ ସମ୍ବାଦପାଇ ଖୁସିହେବେ । ପୈତୃକ ସମ୍ପତ୍ତିପାଇଁ ପାରିବାରିକ ଦ୍ଵନ୍ଦର ସମାଧାନ ହେବ । ବିଦେଶ ଯାତ୍ରାରେ ଯଶଲାଭ, ପରିବାରରେ ମାନ ମନାନ୍ତର ଦୂର ହେବ । ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଉନ୍ନତିହେବ । ମାନସିକ ଏକାଗ୍ରତା ରଖି ପାରିବେ । ନୂତନ ଗୃହ ନିର୍ମାଣ କରିବାର ଯୋଜନା ପ୍ରସ୍ତୁତ କରିପାରନ୍ତି । ବୃତ୍ତିଗତ ଦୃଷ୍ଟିରୁ ସ୍ଵାଭିମାନ ସୁରକ୍ଷିତ ରହିବା ଫଳରେ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ରାଜନୀତିରେ ସମ୍ମାନର ସହିତ କୃତକାର୍ଯ୍ୟ ହେବେ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ମକର:-

ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଯଶସ୍ୱୀ ହେବେ । ଭାଇ ଭଉଣୀମାନଙ୍କ ସହ ମନୋମାଳିନ୍ୟ ସୃଷ୍ଟିହୋଇ ପାରିବାରିକ କ୍ଷେତ୍ରରେ ଅଶାନ୍ତି ଦେଖାଦେଇ ପାରେ । ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡିବ । ସ୍ୱାସ୍ଥ୍ୟ ହାନୀ ହେବା ସହ ଆୟ ଅପେକ୍ଷା ବ୍ୟୟ ବୃଦ୍ଧିପାଇବ । ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ଭାବି ଚିନ୍ତି କାର୍ଯ୍ୟ ନ କଲେ ଠକାମିରେ ପଡିବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କୁମ୍ଭ:-

ବ୍ୟବସାୟୀମାନଙ୍କର କାରବାର ବୃଦ୍ଧି ହେବ । ଉପରିସ୍ଥଙ୍କ ଶ୍ରଦ୍ଧା ଅତୁଟ ରଖି କର୍ତ୍ତବ୍ୟ ପରାୟଣ ପ୍ରଦର୍ଶନ କରି ନିଜର ପାରିଲା ପଣିଆ ଜାହିର କରିବେ । ରାଜନୀତିରେ କୋଲସମ୍ପର୍କ ବୃଦ୍ଧି ଓ ନିଜର ମାନ ସମ୍ମାନ ପଦ ମର୍ଯ୍ୟାଦା ବୃଦ୍ଧି ହେବ । ଚାକିରୀଜୀବିମାନେ କାର୍ଯ୍ୟ ଦକ୍ଷତା ପ୍ରଦର୍ଶନ କରି, ତଳୁ ଉପର ଯାଏ ଆଦର୍ଶ ସ୍ଥାନ ଗ୍ରହଣ କରିବେ । ବିଦେଶ ଯାତ୍ରାରେ ଲାଭବାନ ହେବେ । ପାରିବାରରେ ହସଖୁସିର ବାତାବରଣ ସୃଷ୍ଟି ହେବ । ପ୍ରତିକାର- ନିମ୍ବକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।

ମୀନ:-

ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ । ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ଦୀର୍ଘ ସମୟରୁ ପ୍ରତୀକ୍ଷା କରିଥିବା ଖବର ପାଇ ଖୁସି ହେବେ । କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ । ବାଦବିବାଦ, ପ୍ରତିଯୋଗୀତା ପରୀକ୍ଷା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!