ଦୈନିକ ରାଶିଫଳ: 16 ମାର୍ଚ୍ଚ 2023, ଗୁରୁବାର, ମା’ ଲକ୍ଷ୍ମୀଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୩ ମସିହା, ମାର୍ଚ୍ଚମାସ ୧୬ ତାରିଖ, ଗୁରୁବାର, ମୀନମାସ ୨ ଦିନ, ଚୈତ୍ରମାସ, କୃଷ୍ଣପକ୍ଷ, ନବମୀତିଥି ଦିବା ୪ଟା ୩୯ମିନିଟ ପରେ ଦଶମୀ ତିଥି, ମୂଳା ନକ୍ଷତ୍ର ସକାଳ ୬ଟା ୨୩ ମିନିଟ ପରେ ପୂର୍ବାଷାଢା ନକ୍ଷତ୍ର, ଧନୁରାଶିରେ ଚନ୍ଦ୍ର । ବ୍ୟତିପାତ ଯୋଗ ଦିବା ୧୦ଟା ୬ ମିନିଟ ପରେ ବରୀୟାନ ଯୋଗ । ଗର କରଣ ଦିବା ୪ଟା ୩୯ମିନିଟ୍ ପରେ ବଣିଜ କରଣ । ତୁଳା ଓ କୁମ୍ଭ ରାଶିର ଘାତବାର । ତୁଳା ଓ କୁମ୍ଭ ରାଶିର ଘାତଚନ୍ଦ୍ର । ନିଷିଦ୍ଧ ଖାଦ୍ୟ- ଲାଉ ନ ଖାଇଲେ ଭଲ ଦିବା ୪ଟା ୩୯ମିନିଟ ପରେ କଲମଶାଗ ନ ଖାଇଲେ ଭଲ । ଯୋଗିନୀ- ପୂର୍ବେ ଦିବା ୪ଟା ୩୯ମିନିଟ୍ ପରେ ଉତ୍ତରେ ଯାତ୍ରା ନିଷେଧ । ଶ୍ରାଦ୍ଧ ତର୍ପଣ- ନବମୀର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ଦିବା ୨ଟା ୫୪ମିନିଟ୍ ରୁ ୪ଟା ୨୩ମିନିଟ୍, ଦିବା ୪ଟା ୨୩ମିନିଟ୍ ରୁ ୫ଟା ୫୨ ମିନିଟ, ରାତ୍ରି ୧୧ଟା ୫୫ମିନିଟ୍ ରୁ ୧ଟା ୨୫ମିନିଟ୍ । ଶୁଭସମୟ- ପ୍ରାତଃ ୫ଟା ୫୮ମିନିଟ୍ ରୁ ୭ଟା ୩୩ମିନିଟ୍, ଦିବା ୧୦ଟା ୪୪ମିନିଟ୍ ରୁ ୧ଟା ୭ମିନିଟ୍, ରାତ୍ର ୨ଟା ୪୪ମିନିଟ୍ ରୁ ରାତ୍ର ୩ଟା ୩୨ମିନିଟ୍ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-ସନ୍ତାନର ଶୁଭ ଖବର ଶୁଣି ଖୁସି ହେବେ । ବ୍ୟବସାୟ ସମ୍ବନ୍ଧୀୟ ସମସ୍ୟାରେ ଉତ୍ସାହିତ ହେବେ । ପାରିବାରିକ ଦ୍ୱାୟିତ୍ୱ ବୃଦ୍ଧି ହେବା ଫଳରେ ମନ ଅଶାନ୍ତ ରହିବ । ଉନ୍ନତିମୂଳକ ପଦକ୍ଷେପ ନେଇ ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ପାଇବେ । ଶାରିରୀକ ଅସୁସ୍ଥତା ଦୂରହେବ । ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯାଇ ପାରେ । ସାମାଜିକ ସ୍ତରରେ ଦୃଢ଼ ପଦକ୍ଷେପ ନେଇ କାର୍ଯ୍ୟ ହାସଲ କରିବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ବୃଷ:-ସାମାଜିକ ସ୍ତରରେ ଦୃଢ଼ ପଦକ୍ଷେପ ନେଇ କାର୍ଯ୍ୟ ହାସଲ କରିବେ । ବ୍ୟବସାୟ କ୍ଷେତ୍ରରେ ମାନସିକ ସ୍ଥିତି ଭଲ ରହିବ । କେତେକ ମୁଲ୍ୟବାନ ଆସବାବ ପତ୍ର କ୍ରୟ କରିବେ । ଭିନ୍ନ ରାସ୍ତାରେ ଆୟବୃଦ୍ଧିର ଯୋଜନା ଚାଲୁ ରଖି ପାରନ୍ତି । ଅଧା-ଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ । ବାଦବିବାଦ, ପ୍ରତିଯୋଗୀତା ପରୀକ୍ଷାରେ ସଫଳହେବେ । ଉଚ୍ଚ ଶିକ୍ଷା ହାସିଲ କରିବା ପାଇଁ ପ୍ରୟାସରତ ରହିବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମିଥୁନ:-ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରି ପାରନ୍ତି । ସରକାରୀ ସାହାଯ୍ୟ ଲାଭ କରିବାର ସୁଯୋଗ ପାଇପାରନ୍ତି । କର୍ମକ୍ଷେତ୍ରରେ ପ୍ରତ୍ୟେକ ମୁଖରୁ ପ୍ରଶଂସାବାଣୀ ଶୁଣିବେ । ବ୍ୟବସାୟୀ ମାନଙ୍କର ଲୋକ ସମ୍ପର୍କ ବୃଦ୍ଧି ହୋଇ କାରବାର ବଢିବ । ସ୍ଵାସ୍ଥ୍ୟରେ ସୁଧାର ଆସିବା ସହ ଅର୍ଥସଙ୍କଟରୁ ମୁକ୍ତି ମିଳିବ । ବନ୍ଧୁ ମିତ୍ରଙ୍କର ସହଯୋଗ ଓ ପ୍ରେରଣା ପାଇ ଉଚିତପନ୍ଥା ଗ୍ରହଣ କରିବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

କର୍କଟ:-ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ । ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ । ଶତୃମାନେ ପରାଜିତ ହେବେ ଓ ପାରିବାରିକ ସୁଖଶାନ୍ତି ବୃଦ୍ଧି ହେବ । ପିଲାମାନଙ୍କ ଗବେଷଣା କ୍ଷେତ୍ର ପ୍ରାୟତଃ ପ୍ରଶସ୍ତ ରହିବ । ବ୍ୟାପାର ଓ କାରବାରରେ ସୁଧାର ଆସିବା ଫଳରେ ମନ ଖୁସିହେବ । ଉଚ୍ଚ ସମ୍ଭବନାର ଆଶା ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ସିଂହ:-ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ପ୍ରଶଂସା ପାଇବେ । ପିଲାମାନଙ୍କ ପାଠପଢା ନେଇ ବହୁ ଦିଗରୁ ମନୋବଳ ଓ ସାମର୍ଥ୍ୟ ବୃଦ୍ଧି ପାଇବ । ନୂଆ ଜ୍ଞାନର ବୃଦ୍ଧି ହେବ ଓ ସୁଖ ସମ୍ପଦ ପ୍ରାପ୍ତି ହେବ । ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ । ଇନ୍ଦ୍ରିୟପରାୟଣତା ଓ ବିଷୟବାସନା ଉପରେ ଅଧିକ ଗୁରୁତ୍ଵ ଦେବେ । ପରିବହନ ବ୍ୟବସାୟ କ୍ଷେତ୍ରରୁ ଲାଭବାନ ହେବେ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

କନ୍ୟା:-ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ସ୍ଵାସ୍ଥ୍ୟକର ପରିବେଶ ଓ ସମ୍ମାନଜନକ ଘଟଣା ଘଟିପାରେ । ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ । ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ । କଥାବାର୍ତ୍ତାରେ ଚତୁରତା ହେତୁ ବିଗିଡିଥିବା କର୍ମଟିକୁ ସଜାଡି ପାରିବେ । ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ । ଆୟକୁ ବଢାଇବା ପାଇଁ ବହୁତ ପ୍ରୟାସ କରିବେ, ଶୁଭ ପରିଣାମ ମଧ୍ୟ ସାମ୍ନାକୁ ଆସିବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ତୁଳା:-ନ୍ୟାୟମାର୍ଗ ଓ ମିଷ୍ଟ ବଚନ କୁ ନିଜର ଭୂଷଣଭାବି କର୍ମ କରିଲେ ଲାଭବାନ ହେବେ । ବାଣିଜ୍ୟ, ବ୍ୟବସାୟ, କଳା, ସାହିତ୍ୟ ଓ ସଭାସମିତିରେ ସଫଳତା ହାସଲ କରିବେ । ପଡାପଡୋଶୀ ବନ୍ଧୁ ମିତ୍ରଙ୍କ ବ୍ୟବହାରରେ ଖୁସିହେବେ ଓ ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ । ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରନ୍ତୁ ନାହିଁ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-ଶୁଭ ସମ୍ବାଦ ପାଇ ମାନସିକ ଦୁଶ୍ଚିନ୍ତା ଦୂର ହେବ । ଜନସେବାରେ ନିଜକୁ ନିୟୋଜିତ କରିବେ ଓ ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ । ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ । ପ୍ରେମୀକ ପ୍ରେମିକାଙ୍କ ଉନ୍ନତି ପାଇଁ ପ୍ରୟାସରତ ହେବେ । ଧର୍ମ-କର୍ମରେ ରୁଚି ବୃଦ୍ଧି ହେବ । ସ୍ୱାସ୍ଥ୍ୟ କିମ୍ବା ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । ନୂତନ ବନ୍ଧୁ ମିତ୍ରଙ୍କ ମିଳନ ହେବ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ଧନୁ:- ନିଜର ଯୋଗ୍ୟତା, ଦକ୍ଷତା ଓ କ୍ଷମତାର ସଦୁପୋଯୋଗ କରିବା ଫଳରେ ବହୁତ ଲାଭ ମିଳିବ । ସୁଖ ସମୃଦ୍ଧି ବୃଦ୍ଧିହେବା ସହ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ଶତୃ ଓ ବିରୋଧୀମାନେ ଦୂରେଇ ଯିବା ଫଳରେ ଅନେକ ଶୁଭ କର୍ମର ସୁଯୋଗ ପାଇବେ । ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ସହକର୍ମୀଙ୍କ ସହ ବାଦବିବାଦର ସମାଧାନ ହୋଇ ଶାନ୍ତି ଉପୁଜିବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ମକର:-ମାନସିକସ୍ଥିତି ଭଲ ରହିବା ସହ ଶରୀର ସୁସ୍ଥ ରହିବ । ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ । ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବ । ସୁସ୍ଥ ମାନସିକତା ରକ୍ଷାକରି ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ । ଆନୁଷ୍ଠାନିକ କାମରେ ଠିକ୍ ପରାମର୍ଶ ଦେଇ ପ୍ରଶଂସା ମିଳିବ । ଆର୍ଥିକ ସଙ୍କଟ ଦୂର ହୋଇ କୌଣସି କାମ ଅଟକିବ ନାହିଁ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

କୁମ୍ଭ:-ଶୋଷିତ ଓ ନିର୍ଯାତିତଙ୍କ ବିଡମ୍ବନାକୁ ମୁଣ୍ଡେଇ ଦୃଢ ମନୋବଳରେ ଆଗେଇ ପାରିବେ । କର୍ମକ୍ଷେତ୍ରରେ ସହକର୍ମୀ ଓ ଅଧସ୍ତନ କର୍ମଚାରୀଙ୍କ ସହ ସମ୍ପର୍କ ଭଲ ରହିବା ଫଳରେ ଯେତିକି ପାଇବା କଥା ସେତିକି ହିଁ ପାଇବେ । ପରିବାର ଭିତରେ ଜଗିରଖି ନଚଳିଲେ କଳହ ସୃଷ୍ଟି ହେବାର ସମ୍ଭାବନା । ପିଲାମାନଙ୍କ କାର୍ଯ୍ୟ ପ୍ରତି ଦୃଷ୍ଟି ରଖିବା ଉଚିତ୍ । ସବୁଦିଗରୁ ସତର୍କତା ଅବଲମ୍ବନ କରିବା ଉଚିତ୍ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମୀନ:-ସଭାସମିତି, ସାହିତ୍ୟ ଓ କଳାକ୍ଷେତ୍ରରେ ସମ୍ମାନ ପାଇବେ । ରାଜନୈତିକ କ୍ଷେତ୍ରରେ କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ । ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ । ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ । ମାନସିକ କ୍ଷମତା ଓ ଶାରୀରିକ କାର୍ଯ୍ୟ ଦକ୍ଷତାରେ ବୃଦ୍ଧି ହେବ । ବାଣିଜ୍ୟ ବ୍ୟାପାର ମାମଲାରେ ଦୂରସ୍ଥାନକୁ ଯିବାକୁ ପଡିପାରେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!