ସାପ୍ତାହିକ ରାଶିଫଳ: ୧୬ ମାର୍ଚ୍ଚ ରୁ ୨୨ ମାର୍ଚ୍ଚ, ଏହି ସପ୍ତାହରେ ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ବ୍ୟବସାୟରେ ପ୍ରବଳ ଉନ୍ନତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ। ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ ଓ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ସାମାଜିକ ପତିଆରା ଅମଳିନ ରହିବ ଓ ଆୟ ଉପାର୍ଜନ ବୃଦ୍ଧି ହେବ। ଅଟକି ଯାଇଥିବା ଧନ, ଉଧାର ଦେଇଥିବା ଟଙ୍କା, ଋଣ କରିଥିବା ଅର୍ଥ ସହଜରେ ହସ୍ତଗତ ହେବ। ବିଦେଶ ଯାତ୍ରା ଫଳରେ ବିଶେଷ ଲାଭବାନ ହେବେ। ରାଜନୀତି କ୍ଷେତ୍ରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। କର୍ମକ୍ଷେତ୍ରରେ କିଛି ନୂଆସୁଯୋଗ ଆସିବ। ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳା ଦେଖାଦେବ ଓ ଦାମ୍ପତ୍ୟ ଜୀବନରେ ଶାନ୍ତି ପାଇବେ। ବନ୍ଧୁଙ୍କୁ ଦେଇଥିବା ପ୍ରତିଶୃତି ରକ୍ଷାକରି ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ ଓ ଆୟ ବୃଦ୍ଧି ହେବ। ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ। କର୍ମକ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ଦେଇ ପ୍ରଶଂସିତ ହେବେ। ସାଙ୍ଗସାଥିମାନେ ସାହାଯ୍ୟ କରିବେ। ଖାଦ୍ୟପେୟର ଅନିୟମିତତା ସ୍ଵାସ୍ଥ୍ୟହାନିର କାରଣ ହେବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଆର୍ଥିକ ସମସ୍ୟା ନିଶ୍ଚିତ ରୂପେ ସମାଧାନ ହୋଇଯିବ। ଧନ, ଧାନ୍ୟ, ଐଶ୍ଚର୍ଯ୍ୟ, ମାନସମ୍ମାନ ତଥା ପରାକ୍ରମର ବୃଦ୍ଧି ହେବ। ବ୍ୟବସାୟୀ ହୋଇଥିଲେ ବ୍ୟବସାୟ କ୍ଷେତ୍ରକୁ ସୁସଜ୍ଜିତ କରି ପ୍ରଚୁର ଲାଭବାନ ହେବେ। ନୂଆ ନୂଆ ବ୍ୟବସାୟିକ ସଂପର୍କସ୍ଥାପନ ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ। ଅଟକି ଯାଇଥିବା ଧନ, ଉଧାର ଦେଇଥିବା ଟଙ୍କା, ଋଣ କରିଥିବା ଅର୍ଥ ସହଜରେ ହସ୍ତଗତ ହେବ। ଭୂମିକ୍ରୟ, ବାହନକ୍ରୟ, ଗୃହନିର୍ମାଣ କରିବାରେ ଖର୍ଚ୍ଚ କରିବାକୁ ପଡ଼ିବ। ବିଦ୍ୟାର୍ଥୀବର୍ଗ ଅତ୍ୟନ୍ତ ସଫଳତା ସହ ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣ ହେବେ। ବିଦେଶ ଯାତ୍ରା ଫଳରେ ବିଶେଷ ଲାଭବାନ ହେବେ। ସମାଜ କଲ୍ୟାଣ, ଧର୍ମାନୁଷ୍ଠାନରେ, ମଠ, ମନ୍ଦିରମାନଙ୍କରେ ଯୋଗଦାନ କରି ପ୍ରଶଂସିତ ହେବେ। ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ବହୁ ସୁବିଧା ସୁଯୋଗ ପାଇବେ। ଏହାକୁ ସତ୍ ଉପଯୋଗ କରିବାକୁ ଆପ୍ରାଣ ଚେଷ୍ଟା କରିବା ଉଚିତ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-

ଏ ସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ନୂତନ ବାହନଆଦି କ୍ରୟ କରି ପାରନ୍ତି। କର୍ମକ୍ଷେତ୍ରରେ ମାନସିକ ଅଶାନ୍ତି ଦୂର ହୋଇ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଓ ସାମାଜିକ ପ୍ରତିଷ୍ଠା ଓ ମାନସମ୍ମାନ ବୃଦ୍ଧି ହେବ। ବ୍ୟବସାୟରେ ଅତ୍ୟଧିକ ଲାଭବାନ ହୋଇ ଆର୍ଥିକ ସ୍ଥିତି ସୁଦୃଢ ହେବ। ଶତ୍ରୁମାନେ ମିତ୍ରତା କାର୍ଯ୍ୟ କରିବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ରାଜନୈତିକକ୍ଷେତ୍ରରରେ ସ୍ଥିତି ସୁଦୃଢ ହେବ। ଧାତୁ ପଦାର୍ଥ କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀମାନେ ଅତ୍ୟଧିକ ଲାଭବାନ ହେବେ। ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ।  ସରକାରୀ କର୍ମଚାରୀଙ୍କର କାର୍ଯ୍ୟ କ୍ଷେତ୍ରରେ ଶତ୍ରୁମାନେ ପରାଜିତ ହେବେ। ଛାତ୍ରଛାତ୍ରୀମାନଙ୍କର ସୁଖ୍ୟାତି ଲାଭ ହେବ ଓ ମାନସିକ ଅଶାନ୍ତି ଦୂର ହୋଇ ସୁଖ ଶାନ୍ତିରେ ଦିନ କଟିବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ସମାଜ ସେବାରେ ସ୍ଵନାମ ଅର୍ଜନ କରି ପାରିବେ। ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିର ରାସ୍ତା ପରିଷ୍କାର ହୋଇଯିବ। କର୍ମକ୍ଷେତ୍ରରେ ପରସ୍ପରକୁ ସାହାଯ୍ୟ ସହଯୋଗକରି ଗଠନମୂଳକ ଦିଗପ୍ରତି ଆଗ୍ରହୀ ହେବେ ଓ ଉତ୍ତମ ରୋଜଗାର କରି ପାରିବେ। ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ ପାଇଁ ଦୂରସ୍ଥାନକୁ ଯାତ୍ରା କରି ପାରନ୍ତି। ଦାମ୍ପତ୍ୟ ଜୀବନରେ ବିଶେଷ ସୁଖ ପ୍ରାପ୍ତି ହେବ। ସେନା ନାୟକ ବା ପୁଲିସ ହାକିମ, ଅଥବା ପ୍ରଶାସକ ମାନଙ୍କର ଉନ୍ନତି ହେବ। ଛାତ୍ର ଛାତ୍ରୀମାନେ ପ୍ରତ୍ୟୁତ୍ମନ ମତିତା କାରଣରୁ ଖୁସି ଗପ ଓ ମଉଜ ମଜଲିସ୍ କରିବେ। ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ। ନୂତନ ଗୃହନିର୍ମାଣ ପାଇଁ ପ୍ରସ୍ତୁତି କରି ପାରନ୍ତି। ଦୂରବନ୍ଧୁ ଖୁବ୍ ସାହାଯ୍ୟ କରିବେ। ଆତ୍ମବିଶ୍ଵାସ ଦ୍ଵାରା ଅନ୍ୟ ଉପରେ ପ୍ରାଧାନ୍ୟ ବିସ୍ତାର କରି ପାରିବେ। ଅକସ୍ମାତ ଭୂମିଲାଭ ଯୋଗ ମଧ୍ୟ ଘଟିବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ପରିବହନ ବ୍ୟବସାୟରେ ସମସ୍ୟା ସମାଧାନ ହେବ। ମାନସିକ ସୁସ୍ଥତା ଅନୁଭବ କରିବେ ଓ ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ ଏବଂ ସୁଖ ସମୃଦ୍ଧି ବୃଦ୍ଧି ହେବା ସହ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଶତ୍ରୁ ମାନଙ୍କ ଉପରେ ନଜର ନରଖିଲେ କ୍ଷତିରେ ପଡିବେ। ବ୍ୟବସାୟରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବା ଫଳରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ଶାରିରୀକ ଅସୁସ୍ଥତା ଦୂରହେବ। ଗୃହପାଳିତ ପଶୁ ଓ ଯାନବାହାନ ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ।  ପରିବାରଜନଙ୍କ ଉନ୍ନତିରେ ଆନନ୍ଦିତହେବେ। ଆର୍ଥିକ ସମସ୍ୟା ନିଶ୍ଚିତ ରୂପେ ସମାଧାନ ହୋଇଯିବ। ବ୍ୟବସାୟ କ୍ଷେତ୍ରକୁ ସୁସଜ୍ଜିତ କରି ପ୍ରଚୁର ଲାଭବାନ ହେବେ। ନୂଆ ନୂଆ ବ୍ୟବସାୟିକ ସଂପର୍କସ୍ଥାପନ ହେବ। ରାଜନୈତିକ କ୍ଷେତ୍ରରେ ଲୋକ ସମର୍ଥନ, ଦଳ ସମର୍ଥନ ବଢିବା ସହ ମୁଖ୍ୟନେତାଙ୍କର ପ୍ରିୟପାତ୍ର ହେବେ। ବିଦ୍ୟାର୍ଥୀବର୍ଗ ଅତ୍ୟନ୍ତ ସଫଳତା ସହ ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣ ହେବେ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-

ଏ ସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ। ରାଜନୀତିରେ ସହକର୍ମୀମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ଲୋକପ୍ରିୟତା ହାସଲ କରି ନୂତନ ଯୋଜନାକୁ କ୍ରିୟାନ୍ୱିତ କରିବେ ଓ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ଶୁଭ ସମାଚାର ମିଳିବ ଓ ନିଜଲୋକ ସାହାଯ୍ୟ କରିବେ। ସ୍ୱାସ୍ଥ୍ୟ ପ୍ରତି ଧ୍ୟାନଦେଇ କାର୍ଯ୍ୟ କରନ୍ତୁ ନତୁବା ଦୂରଯାତ୍ରା କରି ନିଜକୁ ଅସୁସ୍ଥ ମନେକରିବେ। ନୂତନ କର୍ମନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷାରେ ଓ ସାକ୍ଷାତକାରରେ ଉତ୍ତିର୍ଣ୍ଣ ହେବେ। ସରକାରୀ କର୍ମଚାରୀ ମାନେ କର୍ମକ୍ଷେତ୍ରରେ ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ। ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ଓ ଅନୁଭବି ହେବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ତୁଳା:-  

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ। ବ୍ୟବସାୟରେ ଭଲ ଲାଭ ହେବ। ସରକାରୀ କର୍ମଚାରୀଙ୍କ ପାଇଁ ଭଲ ସମୟ। ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହଯୋଗୀ ମାନେ ସହଯୋଗ କରିବେ।  ମାନସିକ ଦୁଃଶ୍ଚିନ୍ତା ଦୂର ହେବ। ଧାତୁ ପଦାର୍ଥ କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀମାନେ ଲାଭବାନ ହେବେ। ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ। କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ। ମାନସିକ ଅଶାନ୍ତି ଦୂର ହେବ। ରାଜନୀତି କ୍ଷେତ୍ରରେ ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧିହେବ। କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ। ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ପାରିବାରିକ ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ବିଚ୍ଛା:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ। ବ୍ୟାଙ୍କ, ବୀମା, ନିବେଶ ପରି ଆର୍ଥିକ ଗତିବିଧିରେ ବ୍ୟସ୍ତ ରହିବେ। ବ୍ୟବସାୟ କ୍ଷେତ୍ରରେ ଆୟ ବୃଦ୍ଧି ହେବା ଫଳରେ କ୍ଳାନ୍ତି ଓ ଅବସନ୍ନତା ଜନିତ ଆଳସ୍ୟଭାବ ଦୂରେଇ ଯାଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। ସାଙ୍ଗସାଥିମାନେ ସାହାଯ୍ୟ କରିବେ ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ମାଲିମୋକଦ୍ଦମାରେ ନିଜ ପକ୍ଷ ସବଳ ରହିବ। ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। କର୍ମକ୍ଷେତ୍ରରେ ବୃତ୍ତିଗତ ଦୃଷ୍ଟିରୁ ପରିଶ୍ରମ ବୃଦ୍ଧି ପାଇବା ଫଳରେ ସୁଖ ଶାନ୍ତି ବର୍ଦ୍ଧିତ ହେବ ଓ ସୁରକ୍ଷିତ ରହିବେ। ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ। ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ପାରିବାରିକ ଏବଂ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାରପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

ଧନୁ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ। କର୍ମକ୍ଷେତ୍ରରେ ପ୍ରଶଂସା ପାଇବା ଫଳରେ ଦେହମନ ଭଲ ରହିବ ଓ କର୍ମଚାରୀ ମାନେ କର୍ମକ୍ଷେତ୍ରରେ ପଦୋନ୍ନତି ପାଇ ସଫଳତା ଲାଭ କରିବେ। ବାଦବିବାଦ, କ୍ରିଡା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ। ବନ୍ଧୁ ମିତ୍ରମାନେ ସାହାଯ୍ୟ କରିବେ। ମାଲିମୋକଦ୍ଦମାରେ ସଫଳ ହୋଇ ବରିଷ୍ଠ କର୍ମୀଙ୍କ ପ୍ରିୟ ପାତ୍ର ହେବେ। ବିଦେଶ ଯାତ୍ରାରେ ସଫଳ ହେବେ। ପୂର୍ବ ଶତ୍ରୁମାନେ ପଛଘୁଞ୍ଚା ଦେବେ। ଶତୃ, ରୋଗ, ଋଣରୁ ମୁକ୍ତି ହେବେ। ଯେ କୌଣସି କାମରେ ହାତ ଦେଲେ, ସେଥିରେ ସଫଳତା ପାଇବେ। ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢ଼ୀଭୂତ ହେବ। ଚିକିତ୍ସକ, ରସାୟନଜ୍ଞ, ଔଷଧନିର୍ମାଣ ଓ ବିକ୍ରୟ କରୁଥିବା ବ୍ୟକ୍ତିମାନେ ବିଶେଷ ଲାଭାନ୍ୱିତ ହେବେ। ଦୂରଯାତ୍ରା କରି ଆର୍ଥିକସ୍ଥିତି ସୁଧାରିବାକୁ ଚେଷ୍ଟା କରିବେ। ଶିକ୍ଷାକ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ବିଚାର ବିଭାଗ ରାୟ ସପକ୍ଷରେ ଯିବ। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।

ମକର:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଶାରିରୀକ ଅସୁସ୍ଥତା ଦୂର ହେବ। ସେୟାରବଜାର, ଜୁଆ, ଲଟେରୀ, ପ୍ଲାଷ୍ଟିକ୍, ଚମଡ଼ା, ଠିକାଦାରୀ, ରାସ୍ତାଗୃହନିର୍ମାଣ, ମଟରପାର୍ଟସ୍, ପେଟ୍ରୋଲିୟମ୍ପଦାର୍ଥ, କୋରିଅର, କୋଇଲା, କୋଳଥ, ଖାଦ୍ୟଦ୍ରବ୍ୟ, ଖାଇବା ତେଲ, ଘିଅ, ଖାଦ୍ୟସାମଗ୍ରୀ, କାଚ, ବିଦ୍ୟୁତ୍ ସାମଗ୍ରୀ, ଧାତୁ, ବସ୍ତ୍ର, ଔଷଧ, ଚଳଚିତ୍ର ଆଦି ବ୍ୟବସାୟ କରୁଥିଲେ ବିଶେଷ ଲାଭବାନ୍ ହେବେ। ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। କର୍ମସଂଧାନୀ ମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳତା ପାଇବେ। ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳତା ମିଳିବ। ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ। ସାମ୍ବାଦିକମାନେ ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ବାଧ୍ୟ ହେବେ। ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ବ୍ୟବସାୟରେ ଉନ୍ନତି ସହ ଆର୍ଥିକ ସ୍ଥିତିରେ ବୃଦ୍ଧି ହେବ। ପ୍ରଶାସନ, ପ୍ରକାଶନ, ଅଧ୍ୟୟନ ଓ ଅଧ୍ୟାପନା, ସାହିତ୍ୟ ଚର୍ଚ୍ଚା କ୍ଷେତ୍ରରୁ ଶୁଭଫଳ ମିଳିବ। ସେୟାରବଜାର, ଜୁଆ, ଲଟେରୀ, ପ୍ଲାଷ୍ଟିକ୍, ଚମଡ଼ା, ଠିକାଦାରୀ, ରାସ୍ତାଗୃହ ନିର୍ମାଣ, ମଟରପାର୍ଟସ୍, ପେଟ୍ରୋଲିୟମ୍ପଦାର୍ଥ, କୋରିଅର, କୋଇଲା, କୋଳଥ, ଖାଦ୍ୟଦ୍ରବ୍ୟ, ଖାଇବାତେଲ, ଘିଅ, ଖାଦ୍ୟସାମଗ୍ରୀ, କାଚ, ବିଦ୍ୟୁତ୍ ସାମଗ୍ରୀ, ଧାତୁ, ବସ୍ତ୍ର, ଔଷଧ, ଚଳଚିତ୍ର ଆଦି ବ୍ୟବସାୟ କରୁଥିଲେ ବିଶେଷ ଲାଭବାନ୍ ହେବେ। ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ସମ୍ମାନ ଲାଭ କରିବେ। କର୍ମସଂଧାନୀ ମାନେ କର୍ମ ନିଯୁକ୍ତିରେ ସଫଳତା ଲାଭ କରିବେ। ପାରିବାରିକ କ୍ଷେତ୍ରରେ ସୁଖ ଶାନ୍ତି ପ୍ରାପ୍ତି ହେବ। ସନ୍ତାନ ମାନେ ଯାନ ବାହନ ଇତ୍ୟାଦି କ୍ରୟ କରିବା ପାଇଁ ଜିଦ୍ ଧରି ପାରନ୍ତି। ସାମାଜିକ ପ୍ରତିଷ୍ଠା ଓ ମାନସମ୍ମାନରେ ବୃଦ୍ଧି ହେବ। ଶରୀର ସୁସ୍ଥ ରହିବ। ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଆମୋଦ ପ୍ରମୋଦ, ମନୋରଞ୍ଜନ, ନୃତ୍ୟଗୀତ, କଳା ସଙ୍ଗୀତ, ଭୋଜିଭାତ, ମଉଜ ମଜିଲିସ୍, ଆଡମ୍ବରରେ ଉତ୍ସାହ ବଢିବ। ଶିକ୍ଷକ, ପ୍ରଶିକ୍ଷକ, ଅଭିନେତା ଓ ଚିକିତ୍ସକ ମାନଙ୍କର କର୍ମକ୍ଷେତ୍ରରେ ପଦୋନ୍ନତି, ବିଭାଗୀୟ ଅଧିକାରୀଙ୍କ ସାନ୍ନିଧ୍ୟଲାଭ, ଇଚ୍ଛିତସ୍ଥାନରେ ସ୍ଥାନାନ୍ତର ସହଜ ସରଳରେ ହୋଇପାରିବ। ମଧୁମେହ, ଚକ୍ଷୁ, ହୃଦୟ, ଯୌନରୋଗରୁ ଉପସମ ମିଳିବ। ଭ୍ରମଣ, ରାଜନୀତି, ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ। ରାଜନୀତି କ୍ଷେତ୍ରରେ ଶୁଭ ସମ୍ବାଦ ପାଇବେ ଓ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!