ଦୈନିକ ରାଶିଫଳ: ୧୬ ମଇ ୨୦୧୯, ମା ଲକ୍ଷ୍ମୀଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କର ଆକସ୍ମିକ ଧନ ପ୍ରାପ୍ତିର ଯୋଗ ଅଛି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ଦୂରେଇଯିବ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ପ୍ରବାସ ଯାତ୍ରାରେ ଲାଭବାନ ହେବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ। ପୁରାତନରୋଗର ଉପଶମମିଳିବ। ପାରିବାରିକକ୍ଷେତ୍ରରେ ଶାନ୍ତିଶୃଙ୍ଖଳା ଦେଖାଦେବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ। ଉଚ୍ଚାଧିକାରି ଓ ସହକର୍ମୀମାନେ କର୍ମକ୍ଷେତ୍ରରେ ସହଯୋଗ କରିବେ। ମହିଳାମାନେ ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ। ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ :-

ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ସତ୍ତ୍ୱେ ଲାଭ ସୁନିଶ୍ଚିତ ହେବ। କର୍ମକ୍ଷେତ୍ରରେ ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ। ରାଜନୈତିକ କ୍ଷେତ୍ରରେ ବିପଦ ସଙ୍କୁଳ ଦେଖାଦେଇ ଟଳିଯିବ। ବନ୍ଧୁଙ୍କ ଡାକରା ପାଇ ଯାତ୍ରା କରିବାକୁ ବାଧ୍ୟ ହେବେ କିନ୍ତୁ ଯାତ୍ରାରେ ସଫଳତା ଲାଭ ହେବ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ବନ୍ଧୁଙ୍କ ଶୁଭକର୍ମରେ ମଧ୍ୟ ଯୋଗଦେବାକୁ ବାଧ୍ୟ ହେବେ। ମହିଳାମାନଙ୍କର ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ମିଥୁନ:-

ବନ୍ଧୁଙ୍କ ଶୁଭକର୍ମରେ ଯୋଗଦେବାକୁ ପଡି ପାରେ। ପରିବହନ ବାଣିଜ୍ୟ କ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ ଓ ଦୂରଯାତ୍ରାର ସୁଯୋଗ ପାଇବେ। ମହିଳାମାନେ ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ। ବିଦ୍ୟାକ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଓ ପ୍ରଶଂସା ପାଇବେ। ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ସାମାନ୍ୟ ଲାଭ ପାଇବେ। ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ଘଟିପାରେ। ରାଜନୈତିକ କ୍ଷେତ୍ରରେ ପୁରୁଣା ସମସ୍ୟା ସମାଧାନ କରି ବିଜୟୀ ହେବେ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

କର୍କଟ:-

ବାସଗୃହ ଓ ଯାନବାହାନ ନେଇ କେତେ ସମସ୍ୟାର ସମାଧାନ ହେବ। ପାରିବାରିକ ସମ୍ପର୍କରେ ଉନ୍ନତି ହେବ। ସ୍ୱାସ୍ଥ୍ୟ ଦିଗରୁ ମଧ୍ୟମ ଫଳ ପ୍ରାପ୍ତି। ଭ୍ରାତୃ ବିବାଦ ଦୂର ହେବ। ଆର୍ଥିକ ଦିଗରୁ ବେଶ୍ ଅନୁକୂଳ ଥିବାରୁ କିଛି ନୂତନ ପଦାର୍ଥ ସଂଗ୍ରହ ବା ବ୍ୟାଙ୍କ ବାଲାନ୍ସ ବୃଦ୍ଧି ପାଇବ। ମହିଳାମାନେ ଲକ୍ଷ୍ୟ ହାସଲ କରିବାରେ ସମର୍ଥ ହେବେ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ। ଶିକ୍ଷକ, ପ୍ରଶିକ୍ଷକ, ଅଭିନେତା, ନେତା ମାନେ ଲାଭବାନ୍ ହେବେ। ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ। ପ୍ରତିକାର– ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

ସିଂହ:-

ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ। ପାରିବାରିକକ୍ଷେତ୍ରରେ ବୁଝାମଣା ଠିକ୍ ରହିବ। ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ। ସାମାଜିକ ପତିଆରା ଅମଳିନ ରହିବ। ଆୟ ଉପାର୍ଜନ ବୃଦ୍ଧି ହେବ। ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହେବ। ଦୂରଯାତ୍ରାରେ ସଫଳ ହେବେ। ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ। ରାଜନୀତି କ୍ଷେତ୍ରରେ ଶୁଭ ସମ୍ବାଦ ପାଇ ଦୂରଯାତ୍ରାରେ ସଫଳ ହେବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

କନ୍ୟା:-

ଜାଗା, ଜମି, ଗୃହପୋକରଣ କ୍ରୟ କରିବେ। ନୂତନକର୍ମପ୍ରାପ୍ତିର ସୁଯୋଗ ପାଇବେ। ବ୍ୟବସାୟରେ ଆଶାତୀତ ଲାଭ ମିଳିବ। ପରିବାରରେ ସୁସ୍ଥ ବାତାବରଣ ଜାରିରହିବ। ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ। ଦୂରଯାତ୍ରାର ସୁଯୋଗ ପାଇବେ। ଆୟ ଉପାର୍ଜନରେ ବାଧା ନାହିଁ। ପ୍ରମୋଶନ ସୂଚନାପାଇ ଖୁସି ହେବେ। ବାଦ ବିବାଦ, ପରୀକ୍ଷା ପ୍ରତିଯୋଗିତା ସାକ୍ଷାତ୍କାରରେ ସଫଳହେବେ। ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ। ସେୟାର ବଜାରରେ ମୁନାଫା ମିଳିବ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

ତୁଳା:-

କାର୍ଯ୍ୟ କ୍ଷେତ୍ରରେ ସୁଖ-ଶାନ୍ତି ବୃଦ୍ଧି ହେବ ଓ ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ପାଇବେ। ସାମାଜିକ କାର୍ଯ୍ୟରେ ସଫଳତା ଓ ମାନସମ୍ମାନ ବୃଦ୍ଧି ହେବ। ଯାତ୍ରାରେ ଭୋଗ ବିଳାସ ଓ ଆନନ୍ଦମୟ ମୁହୂର୍ତ୍ତ କଟିବ। ବିଦ୍ୟାକ୍ଷେତ୍ରରେ ଶୁଭଯୋଗ ଓ ପ୍ରତିଯୋଗିତା ପରୀକ୍ଷା ରେ ସଫଳ ହେବେ। ଖାଦ୍ୟପେୟ ପ୍ରତି ସଜାଗ ନ ରହିଲେ ସ୍ୱାସ୍ଥ୍ୟ ହାନୀ ହେବ। ମହିଳାମାନେ ପିଲାଙ୍କ ସହ ଖୁସିଗପ କରିବାରେ ମଉକା ଜୁଟିବ। ତୀର୍ଥାଟନ କରି ଯାତ୍ରା କାଳରେ ଯନ୍ତ୍ରଣା ଭୋଗିବେ। ନୂତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେ ମାପି ଚାଖଣ୍ଡେ ଚାଲିବା ଆବଶ୍ୟକ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ବିଚ୍ଛା:-

ପରିବାରର ମାମଲା ଘରୋଇ ସମସ୍ୟାର ସମାଧାନ ହେବ। କର୍ମ କ୍ଷେତ୍ରରେ ସହଯୋଗୀମାନଙ୍କ ଯୋଗୁଁକର୍ମ କ୍ଷେତ୍ରରେ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବେ। କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ଶିକ୍ଷକ, ପ୍ରଶିକ୍ଷକ, ଅଭିନେତା, ନେତା, ରସାୟନଜ୍ଞ ଓ ଡାକ୍ତର ମାନେ ସାମାନ୍ୟ ଲାଭବାନ୍ ହେବେ। ବାଦବିବାଦ ପରୀକ୍ଷା, ପ୍ରତିଯୋଗିତା ଓ ମାଲିମକଦ୍ଦମାର ଅବସାନ ହେବ। ରାଜନୀତି କ୍ଷେତ୍ରରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ। ନିବେଶ ପାଇଁ ସମୟ ଉପଯୁକ୍ତ ଅଟେ। ଅଫିସରେ କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-

ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ। ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ ଓ ସଫଳତା ମିଳିବ। ଭ୍ରମଣ, ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ। ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ। ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ। ଉଚ୍ଚପଦସ୍ଥ କର୍ମକର୍ତ୍ତାମାନଙ୍କର କର୍ମଉପରେ ନଜର ପଡ଼ିପାରେ। କୌଣସି ଶୁଭ ସମାଚାର ମଧ୍ୟ ଶୁଣିବାକୁ ମିଳିବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ମକର :-

ରାଜନୈତିକ କ୍ଷେତ୍ରରେ ଧୈର୍ଯ୍ୟ ସହନ ଶୀଳତା ଯୋଗେ ଯଶ ମିଳିବ ଓ ସାମାଜିକ ପତିଆରା ଅମଳିନ ରହିବ। ଯେକୌଣସି ଯନ୍ତ୍ରଚାଳନା, ଯାନବାହନ ଓ ଜଙ୍ଗଲ ବିପଦ ସଙ୍କୁଳ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ଲାଭବାନ ହୋଇପାରନ୍ତି । ଗୃହରେ ମାଙ୍ଗଳିକ କାର୍ଯ୍ୟ ସମ୍ପାଦନ କରିପାରିବେ। ଆର୍ଥୀକ ଅବସ୍ଥାରେ ପରିବର୍ତ୍ତନ ଆସିବ ଓ ଶାରୀରିକ ସୁସ୍ଥତା ଅନୁଭବ କରିବେ। ରୌପ୍ୟାଦି ଧାତୁଦ୍ରବ୍ୟ, ଔଷଧ, କ୍ଷୀର, ଜଳଜାତ ଦ୍ରବ୍ୟ, ଖାଇବାତେଲ, କାଚଦ୍ରବ୍ୟ, ଅତର, ସେଣ୍ଟ, ଷ୍ଟେସେନାରୀ, ଥଣ୍ଡାପାନୀୟ, ରେଡିମେଡ, କପଡା, ଶାଢୀ, ଲୁଗା, ସଉକୀନ୍ ଦ୍ରବ୍ୟ ବ୍ୟବସାୟରେ ଲାଭବାନ୍ ହେବେ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

କୁମ୍ଭ:-

ଶିକ୍ଷକ ଓ ସହପାଠୀମାନଙ୍କ ମଧ୍ୟରେ ସମନ୍ଵୟ ରହିବ ଓ ବନ୍ଧୁତ୍ଵ ବୃଦ୍ଧି ପାଇବ।  ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ। ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା କରିବାକୁ ପଡ଼ିବ। ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ନିଜର ଯୋଜନାମୁତାବକ କାମ କରିବେ। କର୍ମଚାରୀ ମାନଙ୍କୁ ଭରସା କଲେ କୌଣସି ପ୍ରକାର ଅସୁବିଧା ହେବନାହିଁ। ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ। ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ସବୁ କିଛି ସୁନ୍ଦର ହିଁ ସୁନ୍ଦର ଦେଖା ଦେବ। ବାଦବିବାଦ ପରୀକ୍ଷା, ପ୍ରତିଯୋଗିତା ଓ ମାଲିମକଦ୍ଦମାର ଅବସାନ ହେବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-

ମାନସିକ ଶାନ୍ତି ମିଳିବ। ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ। ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍। ନୂତନ ଦ୍ରବ୍ୟ କ୍ରୟ କରିବେ। ମହିଳାମାନେ ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ-ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ। ଶତୃମାନେ ଦୂରେଇ ଯିବେ। କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି। ସରକାରୀ କ୍ଷେତ୍ରରେ ସଫଳତା ମିଳିବ। ରାଜନୀତି କ୍ଷେତ୍ରରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!