ଦୈନିକ ରାଶିଫଳ: ୧୬ ମଇ ୨୦୨୦, ଶନି ଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ କର୍ମ କ୍ଷେତ୍ରରୁ କିଛି ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ମଇମାସ ୧୬ତାରିଖ, ଶନିବାର, ବୃଷମାସ ୩ଦିନ, ଜ୍ୟେଷ୍ଠମାସ, କୃଷ୍ଣପକ୍ଷ, ନବମୀତିଥି, ଶତଭିଷାନକ୍ଷତ୍ର, କୁମ୍ଭ ରାଶିରେ ଚନ୍ଦ୍ର। ବୃଷ, ସିଂହ, କନ୍ୟା ରାଶିର ଘାତବାର। ମିଥୁନ, ମୀନ ରାଶିର ଘାତଚନ୍ଦ୍ର। ଲାଉ ଓ କଳମଶାଗ ନ ଖାଇଲେ ଭଲ।ଶୁଭସମୟ ଦିବା ୧୦ଟା ୬ମିନିଟ୍ ରୁ ୧୨ଟା ୯ମିନିଟ୍, ଦିବା୨ଟା ୫୮ମିନିଟ୍ ରୁ ୩ଟା ୩୬ମିନିଟ୍, ସନ୍ଧ୍ୟା ୭ଟା ୩୫ମିନିଟ୍ ରୁ ରାତ୍ର ୭ଟା ୪୦ମିନିଟ୍। ପର୍ବଦିନ ଉତ୍କଳେ ଭଉଁରୀ

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ଲାଭ ହେବ। ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ସେବାକାରୀ ମାନଙ୍କ ସହଯୋଗରେ ଜନସେବା ଦ୍ଵାରା ସମ୍ମାନଜନକ ସ୍ଥିତି ପରିଲକ୍ଷିତ ହେବ। ପରିବାର ମଧ୍ୟରେ ମୁଖ୍ୟତା ଲାଭକରି ବୁଦ୍ଧି ବିବେକ ଖେଳାଇ ପ୍ରତିକୂଳ ସ୍ରୋତକୁ ଅନୁକୂଳ ଦିଗରେ ମୁହାଁଇ ଦେବାକୁ ସାମର୍ଥ୍ୟ ଯୁଟିବ। ରାଜନୈତିକ କ୍ଷେତ୍ରରେ ସାମାଜିକ ସ୍ଥିତି ଓ ମାନସମ୍ମ।ନ ବଜାୟ ରହିବ। ଅଟକିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ। ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବୃଷ:-

ଅନେକ କ୍ଷେତ୍ରରେ ପୂର୍ବ ଯୋଜନା ସଫଳ ହେବା ସହ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ରୋଜଗାର ସମସ୍ୟା ସୁଧୁରି ଯାଇ ଧନ ଲାଭ ହେବାରୁ ମନ ଖୁସି ରହିବ। ବ୍ୟବସାୟରେ ସାହାଯ୍ୟ ସହଯୋଗ ମିଳିବ। ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ। ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ। ରାଜନୈତିକ କ୍ଷେତ୍ରରେ ପ୍ରତିଷ୍ଠିତ ହେବାପାଇଁ କରିଥିବା ଯୋଜନା ସଫଳ ହୋଇ ପାରିବ। ବନ୍ଧୁ, ମିତ୍ର ମାନଙ୍କ ଦ୍ଵାରା ଲାଭବାନ ହେବେ। ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭବାନ୍ ହେବେ। ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-

ସମାଜ ସେବାରେ ସ୍ଵନାମ ଅର୍ଜନ କରି ପାରିବେ। ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ପାରିବାରିକ କ୍ଷେତ୍ରରେ ସ୍ୱାର୍ଥ ପ୍ରବୃତ୍ତିର ଶୀକାର ହୋଇ ବନ୍ଧୁମିତ୍ରଙ୍କ ସହ ହସଖୁସିର ବାତାବରଣ ସୃଷ୍ଟି ହେବ। ବ୍ୟବସାୟୀମାନେ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ। ରାଜନୀତିରେ ପ୍ରଗତିର ପାଦକୁ ନିମ୍ନବର୍ଗୀୟ ଲୋକେ ଭିଡି ଧରିବେ। ଏହି ପରିପ୍ରେକ୍ଷୀରେ ଭାବମୂର୍ତ୍ତି ରକ୍ଷା କରି ଚାଲିବା କଠିନ ହୋଇ ପଡିବ। କଠିନ ପରିଶ୍ରମ ହେତୁ ଶାରିରୀକ ଓ ମାନସିକ କଷ୍ଟ ଭୋଗି ପାରନ୍ତି। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-

ଶିଳ୍ପ ବାଣିଜ୍ୟ ଓ ବ୍ୟବସାୟରେ ନିଜର ଯୋଜନା ମୁତାବକ କାମ କରିବେ ଓ ଆଶାତୀତ ଲାଭ ଫଳରେ ଉତ୍ସାହିତ ହେବେ। କର୍ମଚାରୀ ମାନଙ୍କୁ ଭରସା କଲେ କୌଣସି ପ୍ରକାର ଅସୁବିଧା ହେବନାହିଁ। ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ। ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ରାଜନୈତିକ କ୍ଷେତ୍ରରେ ସମସ୍ୟା ସୁଧାରି ନେବା ଫଳରେ ଆର୍ଥିକ ସମସ୍ୟା ସମାଧାନ ହୋଇ ଯିବ। ଅତି ସହଜରେ ବାକିଥିବା ଅର୍ଥ ପାଇବେ। ଉଚ୍ଚଶିକ୍ଷା କ୍ଷେତ୍ରକୁ ମୁହଁ।ଇ ପାରିବେ। ପରିବାରର ସମ୍ପର୍କୀୟଙ୍କ କୌଣସି ଘଟଣା ଯୋଗୁଁ ବ୍ୟତିବ୍ୟସ୍ତ ହୋଇଯିବେ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ସିଂହ:-

ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ନୂଆଲକ୍ଷ ପୂରଣ କରିବା ପାଇଁ ସମୟ ନିର୍ଦ୍ଧାରିତ କରିବେ। ନୂତନ ବନ୍ଧୁ ମିତ୍ରଙ୍କ ମିଳନ ହେବ। ପ୍ରେମ ପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ। ଅଧା ଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ। ନିଜର ଚତୁରତା ଓ ବିବେକ ହେତୁ ସମସ୍ତ ବିପରୀତ ପରିସ୍ଥିତିର ସାମ୍ନା କରି ପାରିବେ। ଅଧ୍ୟୟନ, ଅଧ୍ୟାପନ କାର୍ଯ୍ୟରେ ବ୍ୟସ୍ତ ରହି ବିଦ୍ୟାରେ ଉନ୍ନତି ହେବାରୁ ମନ ଖୁସି ରହିବ। ସମାଜ ସେବାରେ ପ୍ରଶଂସିତ ହେବେ। ରାଜନୀତିରେ ସ୍ଵନାମ ଅର୍ଜନ କରି ପାରିବେ। ଉନ୍ନତିମୂଳକ ପଦକ୍ଷେପ ନେବା ଫଳରେ ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ। ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-

ଉନ୍ନତିମୂଳକ ପଦକ୍ଷେପ ନେଲେ ଯଶମାନ ପ୍ରତିଷ୍ଠା ମିଳିବ। ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ। ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ। ବ୍ୟବସାୟ କ୍ଷେତ୍ରରେ ଅର୍ଥକୁ ଭଗବାନ ଜ୍ଞାନ କରି ବିବାଦମାନ ପରିସ୍ଥିତିର ବି ସମ୍ମୁଖୀନ ହେବାକୁ ପଡିପାରେ। ପରିଶ୍ରମ ଓ ମେହନତର ପରିଣାମ ମିଳିବ କିନ୍ତୁ ଆୟ ବ୍ୟୟରେ ତାଳମେଳ ରହିବ ନାହିଁ। ଦୂରେଇ ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତ୍ତୀ ହେବେ। କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ। ରାଜନୀତିରେ ଅତୀତର କୌଣସି ବିବାଦୀୟ ଘଟଣା ଜଟିଳ ଆଡକୁ ଗତି କରି ପାରେ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-

ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ଆନ୍ତରିକ ଉତ୍ସାହ ବୃଦ୍ଧିହେବା ଫଳରେ ବ୍ୟବସାୟକ୍ଷେତ୍ରର ସମସ୍ୟାକୁ ସମାଧାନ କରି ମାନସମ୍ମାନ ପାଇବେ। ପରିବାରର ମାମଲା ଘରୋଇ ସମସ୍ୟାର ସମାଧାନ ହେବ। ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଅଳ୍ପ ପ୍ରୟାସରେ ପୂରଣ ହୋଇପାରେ। ଲୁହା, କାଠ, କୋଇଲା, କଳକବ୍ଜା, ବ୍ୟବସାୟରୁ, କଣ୍ଟ୍ରାକ୍ଟରୀରୁ ଯଥେଷ୍ଟ ଲାଭ ଉଠାଇବେ। ରାଜନୀତିରେ ବାକ୍ୟ ସଂଯମତା ରଖିଲେ ଉଚ୍ଚପ୍ରଶଂସିତ ହେବେ। ଆୟ ଊତ୍ତମ ସ୍ଥଳେ କେତେକ ବାଧା ପ୍ରତିବନ୍ଧକ ଦେଖାଦେଇ ପାରେ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ବିଚ୍ଛା:-

କାର୍ଯ୍ୟ କ୍ଷେତ୍ରରେ ପଦୋନ୍ନତିର ସଙ୍କେତ ପାଇବା ସହ ସୁଖଶାନ୍ତି ବୃଦ୍ଧି ହେବ। ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ସ୍ଥଗିତଥିବା କର୍ମଟି ପୂରଣ ହେବାପାଇଁ ଆର୍ଥିକ ସଙ୍କଟ ଦୂରେଇ ଯାଇ ପାରେ। ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍। ପରିବାରଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ। ସ୍ୱାର୍ଥ ପ୍ରବୃତ୍ତିର ଶୀକାର ହୋଇ ସମ୍ପର୍କର ମଧୁର ସ୍ୱାଦ ଅନୁଭବ କରିବେ। ଯେଉଁ ଜିନିଷ ପାଇବା ପାଇଁ ଚିନ୍ତା କରୁଥିଲେ ତାହା ନିଶ୍ଚିତ ଭାବେ ପାଇବେ।ଛାତ୍ରଛାତ୍ରୀମାନେ ଉଚ୍ଚଶିକ୍ଷା ଲାଭ ପାଇଁ ପ୍ରସ୍ତୁତ ହେବେ। ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-

ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇ ଦୈନିକ କାର୍ଯ୍ୟଗତି ଉତ୍ସାହପୂର୍ଣ୍ଣ ହେବ। ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରି ପ୍ରଶଂସିତ ହେବେ। କର୍ମକ୍ଷେତ୍ରରେ ଜବରଦସ୍ତି ନ୍ୟାୟମିଳିବା ଫଳରେ ପଦୋନ୍ନତିର ସୂଚନା ପାଇ ମନ ଆନନ୍ଦ ହେବ। ବ୍ୟବସାୟିକ କ୍ଷେତ୍ରରେ ଆୟରସ୍ରୋତ ଖୋଲିଯିବା ସହ ଧନମାନ ଦିଗରୁ ସୁରକ୍ଷିତ ରହିବେ ଓ ମାନସିକଶାନ୍ତି ମିଳିବ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭ ପାଇବେ। ଛାତ୍ରଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସା ପାଇବେ। ସାମ୍ବାଦିକ ମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-

ସାମାଜିକ କ୍ଷେତ୍ରରେ ଆଶା କରୁଥିବା ଖବର ପାଇ ଖୁସୀ ହୋଇ ଯିବେ। ବ୍ୟବସାୟରେ ଭାଗୀଦାରୀମାନଙ୍କ ସହ ମତାନ୍ତର ମନାନ୍ତର ଦୂରେଇ ଯିବ। କାରବାରରେ ଉତ୍ଥାନ ହେବା ଫଳରେ ବ୍ୟବସାୟର ପରିବର୍ତ୍ତନ କରିବାର ଇଚ୍ଛା ଜାଗ୍ରତ ହେବ। ଅତି ନିକଟର ବନ୍ଧୁବାନ୍ଧବଙ୍କ ସହ ଅତି ପ୍ରିୟତା ସୃଷ୍ଟିହେବ। ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ଅଧିକ ଘନିଷ୍ଠତା ହେବ। ରାଜନୀତି କ୍ଷେତ୍ରରେ ଇଛା ନ ଥିଲେ ମଧ୍ୟ କେତେକ କର୍ମ କରିବାକୁ ବାଧ୍ୟ ହେବେ। ପିଲାମାନଙ୍କ ପାଠପଢା ନେଇ ଖୁସି ରହିବେ। ଅତିରିକ୍ତ ଆୟର ଦରକାର ଅନୁଭବ ହେବ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

କୁମ୍ଭ:-

କାର୍ଯ୍ୟ କ୍ଷେତ୍ରରେ ସୁଖ ଶାନ୍ତି ବୃଦ୍ଧି ହେବା ସହ ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ପାଇବେ। ସାମାଜସେବା କାର୍ଯ୍ୟରେ ସଫଳତା ଓ ମାନସମ୍ମାନ ବୃଦ୍ଧି ହେବ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ରାଜନୀତି କ୍ଷେତ୍ରରେ ଭୋଗ ବିଳାସ ସହ ଆନନ୍ଦମୟ ମୁହୂର୍ତ୍ତ କଟିବ। କର୍ମକ୍ଷେତ୍ରରେ ଆରମ୍ଭ କରିଥିବା କାର୍ଯ୍ୟ ଶେଷ କରି ପାରିବେ ଓ ଅନ୍ୟମାନଙ୍କ କଥାକୁ ଠିକ୍ ଭାବେ ବୁଝିପାରିବେ। ଆକସ୍ମିକ ଅର୍ଥଲାଭ ଓ ସୁନାମ ପ୍ରାପ୍ତି ହେବ। ବନ୍ଧୁଙ୍କ ସାହାଯ୍ୟ ପାଇ ଆନୁଷ୍ଠାନିକ କାମ ହାସଲ କରିବା ସହ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ପ୍ରତିକାରମାଦକଦ୍ରବ୍ୟ ସେବନ କରନ୍ତୁ ନାହିଁ।

ମୀନ:-

ସାମ୍ବାଦିକମାନେ ଶୁଭ ସଂବାଦ ପାଇ ଉତ୍ସାହିତ ହେବେ। ଅପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇବ।  ଧର୍ମ କର୍ମ ବା ଇଷ୍ଟ ସାଧନାରେ ରତ ରହି ଆବଦ୍ଧ ଯୋଗରୁ ମୁକୁଳି ପାରିବେ। କର୍ମକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରିବା ଫଳରେ ପ୍ରଶଂସିତ ହେବେ। ରାଜନୀତି କ୍ଷେତ୍ରରେ ନିକଟସ୍ଥ ବ୍ୟକ୍ତି ସାହାଯ୍ୟ କରିବା ଦ୍ଵାରା ସଫଳତା ମିଳିବ। ପରିବାରର ସମ୍ପର୍କୀୟଙ୍କ କୌଣସି ଘଟଣା ଯୋଗୁଁ ବ୍ୟତିବ୍ୟସ୍ତ ହୋଇଯିବେ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ। ଦାମ୍ପତ୍ୟ ସୁଖରେ ଅପ୍ରିତିକର ପରିସ୍ଥିତି ଦେଖାଦେଇ ପାରେ। ଶାରୀରିକ ଅସୁସ୍ଥତା ଅନୁଭବ କରି ପାରନ୍ତି। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!