ଦୈନିକ ରାଶିଫଳ: 16 ମଇ 2021, ସୂର୍ଯ୍ୟଦେବଙ୍କ କୃପାରୁ ଆଜି ଏହି ରାଶି ବ୍ୟକ୍ତିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ମଇମାସ ୧୬ ତାରିଖ, ରବିବାର, ବୃଷମାସ ୨ ଦିନ, ବୈଶାଖମାସ, ଶୁକ୍ଳପକ୍ଷ, ଚତୁର୍ଥୀତିଥି, ଆର୍ଦ୍ରାନକ୍ଷତ୍ର, ମିଥୁନ ରାଶିରେ ଚନ୍ଦ୍ର । ମେଷ ରାଶିର ଘାତବାର । କନ୍ୟା ରାଶିର ଘାତଚନ୍ଦ୍ର । ମୂଳା ନ ଖାଇଲେ ଭଲ, ଦିବା ୧୦ଟା ୧ ମିନିଟ୍ ପରେ ବେଲ, ପଣସ ନ ଖାଇଲେ ଭଲ । ଶୁଭସମୟ- ପ୍ରାତଃ ୬ଟା ୫୯ମିନିଟ୍ ରୁ ୯ଟା ୩୨ମିନିଟ୍, ଦିବା ୧ଟା ୨୧ମିନିଟ୍ ରୁ ୨ଟା ୪୩ମିନିଟ୍, ଦିବା ୪ଟା ୨୯ମିନିଟ୍ ରୁ ୪ଟା ୩୩ମିନିଟ୍, ସନ୍ଧ୍ୟା ୬ଟା ୧୨ମିନିଟ୍ ରୁ ରାତ୍ର ୭ଟା ୩୯ମିନିଟ୍, ରାତ୍ର ୧୦ଟା ୩୭ମିନିଟ୍ ରୁ ୧୨ଟା ୪୮ମିନିଟ୍ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ଶତୃମାନେ ଦୂରେଇ ଯିବେ । ବାଦବିବାଦ, ପ୍ରତିଯୋଗୀତାପରୀକ୍ଷା, ଖେଳ ଓ ପ୍ରତିଦ୍ୱନ୍ଦିତାରେ ସଫଳ ହେବେ । ଭାଇ ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବେ । ଚେଷ୍ଟା କଲେ କାହାକୁ ଦେଇଥିବା ଧନ ମିଳିଯିବ । ଧାର୍ମିକ କାର୍ଯ୍ୟପ୍ରତି ମନ ବଳାଇବେ । ସତର୍କତା ଅବଲମ୍ବନ ନକଲେ କୌଣସି ଭୁଲ୍ କାମରେ ଫଶିଯିବେ । ଆନୁଷ୍ଠାନିକ କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ । ବିପରୀତ ଲିଙ୍ଗୀଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ବୃଷ:-

ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଉତ୍ତମ ଆୟର ପଥ ପରିଷ୍କାର କରିବେ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଉତ୍ସାହିତ ହେବେ । ଧର୍ମକାର୍ଯ୍ୟପ୍ରତି ମନବଳାଇ ବହୁତ ଶାନ୍ତି ଲଭିବେ । ପରିବାରର ଆବଶ୍ୟକତା ପୂରଣ ଦିଗରେ ଗୁରୁତ୍ଵ ଦେବେ । କେତେକ ସମସ୍ୟା ନେଇ ପ୍ରିୟବନ୍ଧୁ ଆର୍ଥିକ ସହାୟତାର ହାତ ବଢେଇବେ । ଆୟ ଊତ୍ତମ ସ୍ଥଳେ କେତେକ ବାଧା ପ୍ରତିବନ୍ଧକର ସାମ୍ନା କରିବାକୁ ପଡିବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ମିଥୁନ:-

ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । ପରିବାରରେ ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ । ବାଣିଜ୍ୟ କ୍ଷେତ୍ରରେ ଦୁଃସାହସିକ ପଦକ୍ଷେପ ନେଇ ବନ୍ଦ ହୋଇଥିବା ବେପାର ପୁଣି ଚାଲୁ କରି ପାରିବେ । ସ୍ଥଗିତଥିବା କର୍ମଟି ପୂରଣ ହୋଇପାରେ । ରାଜନୀତି କ୍ଷେତ୍ରରେ ପ୍ରଚୁର ଖଟଣି ଖଟି ନିଜର ଭାବ ମୂର୍ତ୍ତିକୁ ବଜାୟ ରଖିବେ । ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ଆନନ୍ଦିତ ହେବେ । ପ୍ରତିକାର- ତିଳକଚନ୍ଦନ ଧାରଣ କରନ୍ତୁ ।

କର୍କଟ:-

ପାରିବାରିକ କ୍ଷେତ୍ରରେ ଆଲୁଅ ଅନ୍ଧାରର ଲୁଚକାଳି ଖେଳର ଅବସାନ ହେବ । ଅସହାୟ ଓ ନୀଚ ଲୋକଙ୍କୁ ସାହାଯ୍ୟ କରିବାକୁ ମନ ବଳାଇବେ । ଲୋକ ସମ୍ପର୍କ ବୃଦ୍ଧି ହେବା ଫଳରେ ନିଃସଙ୍ଗତା ବୋଧର ପୀଡା ମଧ୍ୟ ଦୂରେଇ ଯିବ । ଛାତ୍ର-ଛତ୍ରୀମାନେ ପରିଶ୍ରମ କରିବା ଫଳରେ ପ୍ରଶଂସା ପାଇବେ । କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ । ଆର୍ଥୀକ କ୍ଷେତ୍ରରେ ଆଶାତୀତ ଉନ୍ନତି ହୋଇପାରେ । ପ୍ରତିକାର- ଶ୍ଵେତଚନ୍ଦନରେ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ ।

ସିଂହ:-

ସାମାଜିକ କ୍ଷେତ୍ରରେ ମାନ, ସମ୍ମାନ, ଯଶ, ପ୍ରତିଷ୍ଠା, ପ୍ରତିପତ୍ତି ଓ ସୁଖ ସମ୍ପଦ ପ୍ରାପ୍ତିହେବ । ଶତୃବଧା ଦୂରେଇ ଯିବ ଆୟବୃଦ୍ଧି ହେବ ଓ ଋଣମୁକ୍ତିପାଇଁ ରାସ୍ତା ଦେଖାଦେବ । କୌଣସି କାର୍ଯ୍ୟକ୍ରମରେ ସମ୍ମାନିତ ହେବେ । ଆକସ୍ମିକ ଧନଲାଭ ହେବା ସହ କର୍ତ୍ତବ୍ୟ ଦାଇତ୍ଵ ବଢିଯିବ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ରାଜନୀତି କ୍ଷେତ୍ରରେ ଉନ୍ନତି କରିବା ପାଇଁ ବହୁତ ଭଲ ପାଉଥିବା ଲୋକ ଲୋକମାନେ ସାହାଯ୍ୟ କରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କନ୍ୟା:-

ସଭାସମିତି, ସାହିତ୍ୟ ଓ କଳାରେ ପ୍ରଶଂସିତ ହେବେ । ପରିବାରରେ ସାଧାରଣ ପରିବର୍ତ୍ତନ ଘଟି ଆଶା ଆକାଂକ୍ଷା ପୂର୍ତ୍ତି ଘଟିବ । ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ ଅଧିକ ବ୍ୟୟ ଘଟିବ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ପରିବାରର କେତେକ ସମସ୍ୟା ନେଇ ମାନସିକ ପୀଡା ଅନୁଭବ କରିବେ । ମନକଥା ମନରେ ରଖି ବନ୍ଧୁଙ୍କ ସହ ମିଶିଲେ ଭଲ ହେବ । ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ଉତ୍ତୀର୍ଣ୍ଣ ହେବେ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

ତୁଳା:-

ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ । ପାରିବାରିକ କ୍ଷେତ୍ରରେ ଆଲୁଅ ଅନ୍ଧାରର ଲୁଚକାଳି ଖେଳର ଅବସାନ ହେବ । ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ଉତ୍ତୀର୍ଣ୍ଣ ହେବେ । କେତେକ କ୍ଷେତ୍ରରେ ସୁବିଧା ଓ ସମ୍ମାନ ପାଇବେ । ଦୀର୍ଘ ସମୟରୁ ପ୍ରତୀକ୍ଷା କରିଥିବା ଖବର ପାଇ ଖୁସି ହେବେ । ପୈତୃକ ସମ୍ପତ୍ତିକୁ ନେଇ ବାଦବିବାଦ ଲାଗି ରହିଥିଲେ ଆଜି ତାହାର ଆପୋସ ସମାଧାନ କରିପାରିବେ । ରାଜନୀତିରେ ଫାଇଦା ଉଠାଇବେ । ପ୍ରତିକାର:- ଷଣ୍ଢକୁ କିଛି ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-

ବ୍ୟବସାୟରେ ଲୋକ ସମ୍ପର୍କ ବୃଦ୍ଧି ହେବା ଯୋଗେ ଉନ୍ନତି ସହିତ ପ୍ରଚୁର ଲାଭହେବ । ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ । ବାସସ୍ଥାନ ବା ଯାନବାହାନର ନବୀକରଣ କରିବାପାଇଁ ମନ ବଳେଇବେ । ବିବେକ ବୁଦ୍ଧି ଖଟେଇ ଉଚିତ୍ମାର୍ଗରେ ଗତିକରିବାର କ୍ଷମତା ଜନ୍ମହେବ । ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହୋଇପାରେ । ଶିକ୍ଷା କ୍ଷେତ୍ରରେ ଅମନଯୋଗୀ, ଅଯଥାରେ ଶତୃବୃଦ୍ଧି, ଆର୍ଥିକ କ୍ଷେତ୍ରରେ ବିଫଳତା ଦେଖା ଦେବ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ଧନୁ:-

ସ୍ୱାସ୍ଥ୍ୟ ଅନେକାଂଶରେ ଭଲ ରହିବ । ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଲେ ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ । ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀହେବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ହରାଇଥିବା ଧନ ପ୍ରାପ୍ତି ହେବ । ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ । ପରିବାରରେ ମନୋମାଳିନ୍ୟ ବା ବିହିନ୍ନ ପ୍ରକାର ସମସ୍ୟାଥିଲେ ଚେଷ୍ଟାକଲେ ମେଣ୍ଟିଯିବ । ପ୍ରତିକାର- ହଳଦୀରଙ୍ଗର ବସ୍ତ୍ର ପରିଧାନ କରନ୍ତୁ ।

ମକର:-

ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ । ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ଗଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ । ପ୍ରେମିକ-ପ୍ରେମିକାମାନେ ଗୁପ୍ତ ପ୍ରେମରେ ସଫଳ ହୋଇ ବିବାହ ସମ୍ବନ୍ଧ ସ୍ଥିର ହୋଇପାରେ । ପରୀକ୍ଷା ପ୍ରତିଯୋଗିତା, ଓ ସାକ୍ଷାତ୍କାରରେ ବିଜୟୀହେବେ । ଅଟକିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ । ପ୍ରତିକାର- କଳାରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।

କୁମ୍ଭ:-

ଧର୍ମ କାର୍ଯ୍ୟପ୍ରତି ମନ ବଳାଇ ଅତ୍ୟଧିକ ଅର୍ଥ ବ୍ୟୟ କରି ପାରନ୍ତି । ପାରିବାରିକ ଜୀବନରେ ସୁବିଧା ବାଦକୁ ଆପଣେଇ ନେଇ ସଫଳ ହେବେ । ବ୍ୟବସାୟୀକ କାରବାରର ଗତି ରୀତିରେ ପରିବର୍ତ୍ତନର ଆଶଙ୍କା ନାହିଁ । କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଆଗ୍ରହ ବଢିବ । କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ରାଜନୀତି କ୍ଷେତ୍ରରେ ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ । ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ ।

ମୀନ:-

କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ । ଉଚ୍ଚଶିକ୍ଷା ପାଇବାର ସୁଯୋଗ ମଧ୍ୟ ପାଇପାରିବେ । ଛାତ୍ରଛାତ୍ରୀ ମାନଙ୍କ ଅଧ୍ୟୟନ କ୍ଷେତ୍ରରେ ସୁନାମ ଅର୍ଜନ କରିବେ ଓ ପରୀକ୍ଷାରେ ଉଚ୍ଚ ଶ୍ରେଣୀ ମିଳିବ । ରାଜନୀତି କ୍ଷେତ୍ରରେ ସାଧାରଣ ଲୋକ ସମ୍ପର୍କକୁ ଅତିକ୍ରମ କରିବା ଲକ୍ଷ୍ୟରେ ଭୋଗମାର୍ଗୀ ହୋଇ ନିଜକୁ ପ୍ରତିଷ୍ଠିତ କରିପାରିବେ । ସ୍ଵାସ୍ଥ୍ୟସମସ୍ୟା ନେଇ ମାନସିକ ଦୁଶ୍ଚିନ୍ତା ଦୂର ହେବ । ପ୍ରତିଯୋଗୀତା ମୁଳକ କ୍ଷେତ୍ରକୁ ସାହସର ସହିତ ଲମ୍ଫ ଦେବେ । ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!