ଦୈନିକ ରାଶିଫଳ: 16 ମଇ 2022, ମହାଦେବଙ୍କ କୃପାରୁ ଏହି 5ଟି ରାଶିଙ୍କୁ ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ ମସିହା, ମଇମାସ ୧୬ତାରିଖ, ସୋମବାର, ବୃଷମାସ ୨ଦିନ, ବୈଶାଖମାସ ଶୁକ୍ଳପକ୍ଷ, ପୂର୍ଣ୍ଣିମା ତିଥି ସକାଳ ୯ଟା ୪୪ମିନିଟ୍ ଗତେ ପ୍ରତିପଦତିଥି, ବିଶାଖା ନକ୍ଷତ୍ର ଦିବା ୧ଟା ୧୭ମିନିଟ୍ ଗତେ ଅନୁରାଧା ନକ୍ଷତ୍ର, ତୁଳା ରାଶିରେ ଚନ୍ଦ୍ର ସକାଳ ୭ଟା ୫୩ମିନିଟ୍ ପରେ ବିଛା ରାଶିରେ ଚନ୍ଦ୍ର । ବରୀୟାନ ଯୋଗ ସକାଳ ୬ଟା ୧୬ମିନିଟ୍ ପରେ ପରିଘ ଯୋଗ । ବବ କରଣ ଦିବା ୯ଟା ୪୪ମିନିଟ୍ ପରେ ବାଳବ କରଣ । ମିଥୁନ ରାଶିର ଘାତବାର । ଆମିଷ ନ ଖାଇଲେ ଭଲ, ଦିବା ୯ଟା ୪୪ମିନିଟ୍ ପରେ ପାଣିକଖାରୁ ନ ଖାଇଲେ ଭଲ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଯୋଗିନୀ- ବାୟବ୍ୟେ ସକାଳ ୯ଟା ୪୪ମିନିଟ୍ ପରେ ପୂର୍ବେ ଯାତ୍ରା ନିଷେଧ । ଶ୍ରାଦ୍ଧତର୍ପଣ- ପ୍ରତିପଦର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ପ୍ରାତଃ ୬ଟା ୫୩ମିନିଟ୍ ରୁ ୮ଟା ୩୦ମିନିଟ୍, ଦିବା ୨ଟା ୫୬ମିନିଟ୍ ରୁ ୪ଟା ୩୨ମିନିଟ୍, ରାତ୍ରି ୧୦ଟା ୧୯ମିନିଟ୍ ରୁ ୧୧ଟା ୪୩ମିନିଟ୍ । ଶୁଭସମୟ- ପ୍ରାତଃ ୫ଟା ୧୮ମିନିଟ୍ ରୁ ୬ଟା ୫୨ମିନିଟ୍, ଦିବା ୧୦ଟା ୨୭ମିନିଟ୍ ରୁ ଦିବା ୧୨ଟା ୫୯ମିନିଟ୍, ଦିବା ୪ଟା ୩୩ମିନିଟ୍ ରୁ ୫ଟା ୧୬ମିନିଟ୍, ସନ୍ଧ୍ୟା ୬ଟା ୫୪ମିନିଟ୍ ରୁ ରାତ୍ର ୯ଟା ୬ମିନିଟ୍, ରାତ୍ର ୧୧ଟା ୪୪ମିନିଟ୍ ରୁ ରାତ୍ର ୨ଟା ୧୭ମିନିଟ୍ । ପର୍ବଦିନ- ଶ୍ରୀମନ୍ଦିରରେ ନୀଳାଦ୍ରି ମହୋତ୍ସବ, ରବୀନ୍ଦ୍ରନାଥ ଠାକୁର ଜୟନ୍ତୀ ।

ମେଷ:-ପୈତୃକ ସମ୍ପତ୍ତିକୁ ନେଇ ବାଦବିବାଦ ଲାଗି ରହିଥିଲେ ତାହାର ସମାଧାନ କରି ପାରିବେ । ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ । ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ସଫଳ ହେବେ । ବୁଦ୍ଧି ବିବେକ ଖେଳାଇ ପ୍ରତିକୂଳ ସ୍ରୋତକୁ ଅନୁକୂଳ ଦିଗରେ ମୁହାଁଇ ଦେବାକୁ ମଧ୍ୟ ସାମର୍ଥ୍ୟ ଯୁଟିବ । ଚେଷ୍ଟା କଲେ କାହାକୁ ଦେଇଥିବା ଧନ ମିଳିଯିବ । ରାଜନୀତିରେ ଅଧସ୍ତନଙ୍କ ଈର୍ଷା ଓ ଅସହିଷ୍ଣୁତାର ଶିକାର ହୋଇ ପାରନ୍ତି । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ବୃଷ:-ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ । କୋର୍ଟ କଚେରୀ ମାମଲାର ଶୁଣାଣି ସପକ୍ଷରେ ଯିବ । କଳେବଳେ କୌଶଳରେ ଅର୍ଥ ସଂଗ୍ରହ କରି ମଉଜ ମଜଲିସ୍ କରିବା ପାଇଁ ସମୟ ପାଇବେ । ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ । ପ୍ରମୋଶନ ସୂଚନାପାଇ ଖୁସି ହେବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ସାକ୍ଷାତ୍କାରରେ ସଫଳହେବେ । ବ୍ୟବସାୟରେ ଆଶାତୀତ ଲାଭ ମିଳିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମିଥୁନ:- ସହକର୍ମୀଙ୍କସହ ବିବାଦ ମେଣ୍ଟିଯିବ, ପରିବାରରେ ସୁସ୍ଥ ବାତାବରଣ ଜାରିରହିବ । ଆୟବୃଦ୍ଧି, କର୍ମ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ । ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । କାର୍ଯ୍ୟ କ୍ଷେତ୍ରରେ ପଦୋନ୍ନତିର ସଙ୍କେତ ପାଇବେ ଓ ସୁଖ-ଶାନ୍ତି ବୃଦ୍ଧି ହେବ । ପରିବାରଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ । ରାଜନୀତି କ୍ଷେତ୍ରରେ ମନ ଅସନ୍ତୋଷ, ଭ୍ରମଣକାଳରେ କ୍ଲେଶ, ଆର୍ଥିକ ସଙ୍କଟ ଭୋଗିବାକୁ ପଡିପାରେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କର୍କଟ:-ଶତୃବାଧା ଦୂରେଇ ଯିବ । ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ । ମାନ, ସମ୍ମାନ, ଯଶ, ପ୍ରତିଷ୍ଠା, ପ୍ରତିପତ୍ତି ଓ ସୁଖ ସମ୍ପଦ ପ୍ରାପ୍ତିହେବ । କର୍ମକ୍ଷେତ୍ରରେ ସ୍ଥାନାନ୍ତର ଓ ମତାନ୍ତର ଭୟ ଦୂରେଇ ଯିବା ଫଳରେ କୌଶଳ ପ୍ରୟୋଗ କରି ସମସ୍ତ ପ୍ରକାର ଅଭିଳାଷ ପୂରଣ କରିବାକୁ ଚେଷ୍ଟା କରିବେ । ନିଜ ଚେଷ୍ଟାରେ ବାକିଥିବା ଅର୍ଥ ପାଇବେ । କୌଣସି ଗୁରୁତ୍ୱପୂର୍ଣ୍ଣ ନିସ୍ପତି ନେଲେ ଶତୃମାନେ ଦୂରେଇ ଯିବେ । ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ ।

ସିଂହ:-ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ । ଗୃହପାଳିତ ପଶୁ ଓ ଯାନବାହାନ ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ । କର୍ମକ୍ଷେତ୍ରରେ ପଦୋନ୍ନତିର ସଙ୍କେତ ପାଇବେ । ପ୍ରତିଦ୍ଵନ୍ଦିତାରେ ସଫଳ, ବିଦ୍ୟାକ୍ଷେତ୍ରରେ ଶୁଭଯୋଗ, ସନ୍ତାନମାନେ ଶ୍ରେଷ୍ଠସ୍ଥାନ ଲାଭ କରିବେ । ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ । କାରବାର ଓ କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

କନ୍ୟା:-ପାରିବାରିକ କ୍ଷେତ୍ରରେ ସ୍ୱାର୍ଥ ପ୍ରବୃତ୍ତିର ଶୀକାର ହୋଇ ସମ୍ପର୍କର ମଧୁର ସ୍ୱାଦ ଅନୁଭବ କରିବେ । ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭ ପାଇବେ । ଜାଗା, ଜମି, ଗୃହପୋକରଣ କ୍ରୟ କରିବେ । ଦୂରଯାତ୍ରାର ସୁଯୋଗ ପାଇବେ । ବାଦବିବାଦ, ମାଲିମୋକଦ୍ଦମା ଓ କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ । କ୍ରିଡା ପ୍ରତିଦ୍ଵନ୍ଦିତା, ପ୍ରତିଯୋଗିତା ପରୀକ୍ଷା, ସାକ୍ଷାତ୍କାରରେ ଉତ୍ତୀର୍ଣ୍ଣ ହୋଇ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ନେଇ ପାରନ୍ତି । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ତୁଳା:-ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ । ନୂତନକର୍ମପ୍ରାପ୍ତିର ସୁଯୋଗ ପାଇବେ । ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମାରେ ବିଜୟୀ ହେବେ । ଋଣମୁକ୍ତିପାଇଁ ରାସ୍ତା ଦେଖାଦେବ । ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ । ଦୀର୍ଘ ସମୟରୁ ପ୍ରତୀକ୍ଷା କରିଥିବା ଖବର ପାଇ ଖୁସି ହେବେ । ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହ ଓ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ବିଚ୍ଛା:-ରାଜନୀତିରେ ସାଧାରଣ ଲୋକ ସମ୍ପର୍କକୁ ଅତିକ୍ରମ କରିବା ଲକ୍ଷ୍ୟରେ ଭୋଗମାର୍ଗୀ ହୋଇ ନିଜକୁ ପ୍ରତିଷ୍ଠିତ କରିପାରିବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳହେବେ । ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ । କାର୍ଯ୍ୟକ୍ଷେତ୍ରରେ ନୂତନ ପଦକ୍ଷେପ ନେବା ଫଳରେ ଆଶାତୀତ ଲାଭ ପାଇବେ । ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ ନିମ୍ନବର୍ଗ ଲୋକଙ୍କ ଠାରୁ ସମ୍ମାନ ପାଇବା ସମ୍ଭବ ହେବ । ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ ।

ଧନୁ:-ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ । ସ୍ଥଗିତଥିବା କର୍ମଟି ପୂରଣ ହେବାପାଇଁ ଆର୍ଥିକ ସଙ୍କଟ ଦୂରେଇ ଯାଇ ପାରେ । ପାରିବାରିକ ଜୀବନ ଆନନ୍ଦମୟ ହେବ । କର୍ମକ୍ଷେତ୍ରରେ ସୁଯୋଗ ହାତଛଡା ହେବାର ନାହିଁ । ରାଜନୀତି ମାମଲାରେ ତରବାରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡକୁ ନଜର ଦେଇ କାମ କରିବା ଉଚିତ୍ । ଯାନବାହାନ ବ୍ୟବସାୟରେ ତଥା ଭ୍ରମଣ ସଙ୍କ୍ରାନ୍ତିୟ ବ୍ୟବସାୟରେ ଲାଭବାନ ହେବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମକର:-ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ । କର୍ମକ୍ଷେତ୍ରରେ ସହକର୍ମୀମାନେ ସାହାଯ୍ୟ ସହଯୋଗ କରିବେ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ସଫଳତା ମିଳିବ । ପାରିବାରିକ ଶାନ୍ତିଶୃଙ୍ଖଳା ବୃଦ୍ଧି ହେବା ସହ ଗଠନମୂଳକ କାର୍ଯ୍ୟ ପାଇଁ ପ୍ରସ୍ତୁତି ଆରମ୍ଭ କରିବେ । ରାଜନୈତିକ କ୍ଷେତ୍ରରେ ପଦବୀ ଲାଭ ଓ ପଦସ୍ଥ ବ୍ୟକ୍ତିଙ୍କର ଆସ୍ଥାଭାଜନ ହେବେ । ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ ।

କୁମ୍ଭ:-ଶିକ୍ଷାଖେତ୍ରରେ ଉଚ୍ଚାକାଂକ୍ଷା ପୁର୍ତ୍ତିର ଫଳ ସ୍ୱରୂପ ନିଜ କ୍ଷେତ୍ରରେ ଅଗ୍ରଣୀ ଭୂମିକା ଗ୍ରହଣ କରି ପାରିବେ । ଉଚ୍ଚାଧିକାରୀ, ସହକର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଠ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢ଼େଇ ଦେବ । ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ହେଲେ ଆଗେଇ ନବା ଉଚିତ୍ । ଅନେକ ସମସ୍ୟାର ସମାଧାନ ହୋଇ, ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ମୀନ:-ସନ୍ତାନର ସୁ ଖବର ଶୁଣି ଖୁସି ହେବେ । ବ୍ୟବସାୟୀମାନେ ନିଜର ପ୍ରତିପତ୍ତି ବିସ୍ତାର କରି ପାରିବେ । ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । କର୍ମକ୍ଷେତ୍ରରେ ଉନ୍ନତି କରିପାରିବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ମାଲି ମକଦ୍ଦମାର ସମାଧାନ ହେବ । ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ । ରାଜନୈତିକ କ୍ଷେତ୍ରରେ ବ୍ୟକ୍ତିଗତ ସୁଖ, ଦୁଃଖ ତଥା ମନର ଭାବ କେହି ଠିକ୍ ଭାବେ ଠଉରେଇ ପାରିବେ ନାହିଁ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!