ଦୈନିକ ରାଶିଫଳ: ୧୬ ନଭେମ୍ବର ୨୦୧୮। ଆଜି ଏହି ୩ଟି ରାଶିର ରହିବ ଭଲ ସମୟ, ହେବ ସବୁ ସମସ୍ୟାର ସମାଧାନ…

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୧୬ ନଭେମ୍ବର ୨୦୧୮। ଆଜି ଏହି ୩ଟି ରାଶିର ରହିବ ଭଲ ସମୟ, ହେବ ସବୁ ସମସ୍ୟାର ସମାଧାନ…

ମେଷ-

ସମ୍ମାନର ସହିତ ଦିନଚର୍ଯ୍ୟା କରି ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ। ବ୍ୟବସାୟରେ ଆଶା ମୁତାବକ ଲାଭ ପାଇବେ। ଶାରିରୀକ ଅସୁସ୍ଥତା ଦୂରହେବ। କର୍ମ କ୍ଷେତ୍ରରେ ଉପରିସ୍ଥ  କର୍ମଚାରୀଙ୍କ ଠାରୁ ପ୍ରଶଂସା ପାଇବେ। ମହିଳାମାନେ ଗୁରୁ ଗୁରୁଜନମାନଙ୍କର ସହଯୋଗ ପାଇବେ। ନୂତନ କର୍ମ ନିଯୁକ୍ତିର ସୁଯୋଗ ପାଇବେ। ଅବିବାହିତ ଯୁବକ ଓ ଯୁବତୀ ମାନଙ୍କର ବିବାହ ଧାର୍ଯ୍ୟ ହେବ। ଉଚ୍ଚବିଦ୍ୟା ଅଧ୍ୟୟନ ପାଇଁ ବାହ୍ୟ ଦେଶକୁ ଯାତ୍ରା କରି ପାରିବେ। ପ୍ରତିକାର-ପିତା ମାତାଙ୍କ ଆଜ୍ଞା ପାଳନ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ-

ବ୍ୟବସାୟ କ୍ଷେତ୍ରରେ ପୁରୁଣା ସମସ୍ୟା ସମାଧାନ ହୋଇ ଆର୍ଥୀକ ଉନ୍ନତି ଘଟିବ। ନୂତନ ବ୍ୟବସାୟ ଆରମ୍ଭ କଲେ ଆଶାତୀତ ଲାଭ ହେବ। ନୂତନ କର୍ମ ନିଯୁକ୍ତିର ସୂଚନା ପାଇବେ। ପିତା ମାତାଙ୍କ ଠାରୁ ସହଯୋଗ ମିଳିବ। ପରିବାର ଓ ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ। ଛାତ୍ର-ଛାତ୍ରୀମାନେ ଉଚ୍ଚଶିକ୍ଷା କ୍ଷେତ୍ରରେ ସଫଳ ହେବେ। କର୍ମଜୀବିମାନଙ୍କର ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ରାଜନେତାମାନେ ସ୍ଥଳବିଶେଷରେ ବ୍ୟୟ ସଂକୋଚନ ନ କଲେ ଆପଣା ଲୋକଙ୍କ ବିରକ୍ତି ଭାଜନ ହେବେ। ପ୍ରତିକାର : ଷଣ୍ଢକୁ କିଛି ଖୁଆନ୍ତୁ।

ମିଥୁନ-

ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଓ ପ୍ରଶଂସା ପାଇବେ। ସୁଖ ସମ୍ପଦ ପ୍ରାପ୍ତି ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ। ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ। ବ୍ୟବସାୟ ଓ କର୍ମ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ। ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ଚାକିରି କ୍ଷେତ୍ରରେ ଉନ୍ନତି କରିପାରିବେ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଆପଣଙ୍କର ଭୂଷଣହେବ। ପ୍ରବାସରେ  ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।

<<Vastu>>> | <<< Jataka Bichara >>> 

କର୍କଟ-

ଶତୃମାନେ ପରାଜିତ ହେବେ। ନୂତନ କର୍ମ ପ୍ରାପ୍ତିର ସୁଯୋଗ ପାଇବେ। ମାନସିକ ଅଶାନ୍ତି ଦୂରେଇଯିବ। ଦାମ୍ପତ୍ୟ ସୁଖରେ ସୁଖୀ ହେବେ। ପ୍ରେମିକ-ପ୍ରେମିକାମାନେ ଗୁପ୍ତ ପ୍ରେମରେ ବିଫଳ ହୋଇ ବିବାହ ସମ୍ବନ୍ଧ ସ୍ଥିର ହେବ। ପରୀକ୍ଷାରେ ସଫଳ ହେବେ। କର୍ମକ୍ଷେତ୍ରରେ ଅତ୍ୟଧିକ କାର୍ଯ୍ୟଚାପ ଯୋଗୁ ଚିନ୍ତିତ ରହିବେ। ପାରିବାରିକ କ୍ଷେତ୍ରରେ ଗୋଟିଏ ପାଖରେ ଶ୍ଣେହ ଶ୍ରଦ୍ଧାର ସ୍ରୋତ ଛୁଟୁଥିଲାବେଳେ ଅନ୍ୟ ପାଖରେ ଉପେକ୍ଷା ଓ ଅଶାନ୍ତିର ନିଆଁ କୁହୁଳିବ। ଅଭାବ ଅନାଟନ ପାଇଁ ବ୍ୟୟ ସଂକୋଚନ ହେବ। ପ୍ରତିକାର-ଅସହାୟକୁ ନିରାଶ କରିବେ ନାହିଁ।

ସିଂହ-

ବ୍ୟବସାୟର ପ୍ରସାର ଫଳରେ ଆଶାତୀତ ଲାଭ ପାଇବେ। ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧିହେବ। ବାଦ-ବିବାଦ, ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ରାଜନୀତିରେ ପ୍ରଶଂସିତ ହେବେ। ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ଆର୍ଥିକ ସ୍ଥିତି ସୁଧୁରିଯିବ। ବକେୟା ଅର୍ଥ ପ୍ରାପ୍ତି ହେବ ଏବଂ ନୂତନ କାର୍ଯ୍ୟ କରିବାର ସୁଯୋଗ ପାଇବେ। କର୍ମରେ ପଦୋନ୍ନତି ହେବାର ସୂଚନା ପାଇବେ। ମହିଳାମାନେ ବ୍ରତ, ଉପାସନାରେ ବ୍ରତୀ ହେବେ। ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

କନ୍ୟା-

ବ୍ୟବସାୟରେ ଉନ୍ନତି ହେବ। ପରୀକ୍ଷା ପ୍ରତୀଯୋଗିତାରେ ସଫଳ ହେବେ। ଦାମ୍ପତ୍ୟ ସୁଖ ବୃଦ୍ଧିହେବ। ଋଣ ଭାରରୁ ମୁକ୍ତି ପାଇବେ। ରାଜନେତା ମାନଙ୍କର ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ମାଲିମୋକଦ୍ଦମା ଓ ସାକ୍ଷାତକାରରେ ସଫଳ ହେବେ। କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ନୂତନ କର୍ମପ୍ରାପ୍ତିର ସୁଯୋଗ ମିଳିବ। ଦୂରଯାତ୍ରା କରି ପରିଶ୍ରମର ଉଚିତ୍ ମୂଲ୍ୟ ପାଇବେ। ପ୍ରତିକାର :  ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

ତୁଳା-

ଭାଗୀଦାର ବ୍ୟବସାୟରେ ଆର୍ଥିକସ୍ଥିତି ଆବଶ୍ୟକଠାରୁ ଅଧିକ ବିସ୍ତାରିତ ହେବ। କର୍ମକ୍ଷେତ୍ରରେ ଉପରିସ୍ଥ ଅଧିକାରୀମାନଙ୍କ ସହିତ ସୁ ସମ୍ପର୍କ ସ୍ଥାପନ ହେବ ଓ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ମହିଳାମାନଙ୍କର ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ। ନୂତନ କର୍ମପ୍ରାପ୍ତି ହେବ। ବିବାହ ସମ୍ବନ୍ଧ ସ୍ଥିର ହେବ। ପରୀକ୍ଷା ପ୍ରତିଯୋଗିତାରେ ସଫଳ ହେବେ। ପାରିବାରିକ କ୍ଷେତ୍ରରେ ବାଦ ବିବାଦ ମେଣ୍ଟି ଯିବା ଫଳରେ ଆତ୍ମସନ୍ତୋଷ ଆଣିଦେବ। ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ।

ବିଛା-

ବ୍ୟବସାୟରେ ଉନ୍ନତି ହେବ। ସ୍ୱାସ୍ଥ୍ୟ ଭଲ ରହିବ।  କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ। ବିଭିନ୍ନ ବିଭାଗୀୟ ପରୀକ୍ଷା ଦେବାର ସୁଯୋଗ ପାଇବେ। ଶିକ୍ଷାକ୍ଷେତ୍ରରେ ହସ ଖୁସିରେ ସମୟ କଟିବ ଓ ଉଚ୍ଚ ଶିକ୍ଷା ଲାଭ କରିବାର ସୁଯୋଗ ପାଇବେ। ପାରିବାରିକ କ୍ଷେତ୍ରରେ ମାନସିକ ଶାନ୍ତି ମିଳିବ। ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ। ରାଜନୀତିରେ କୃତକାର୍ଯ୍ୟ ହେବେ। ମହିଳାମାନେ ଅଧିକ ଭାଗ୍ୟବାଦିନୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। ପ୍ରତିକାର: ରୁଟି ଓ ମିଠା ଭୋକିଲା ଲୋକଙ୍କୁ ଖୁଆନ୍ତୁ।

ଧନୁ-

ଗୁରୁଜନ ଓ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ ଓ ଉଚ୍ଚ ଶିକ୍ଷାର ସୁଯୋଗ ପାଇବେ।  ବ୍ୟବସାୟ ବୃଦ୍ଧି ହେବ। ସ୍ୱଳ୍ପ ଲାଭ ଦ୍ୱାରା ଆର୍ଥିକ ଉନ୍ନତି ହେବ। କର୍ମ କ୍ଷେତ୍ରରେ ଉନ୍ନତି କରିବେ। ନୂତନ କର୍ମଆଶାୟୀ ଯୁବକ ଯୁବତୀମାନଙ୍କର ଆଶା ପୂରଣ ହେବ। ପାରିବାରିକ ଜୀବନରେ ଶାନ୍ତି ଆସିବ। ମାଲିମୋକଦ୍ଦମାରେ ବିଜୟ ଲାଭ କରିବେ। ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ। ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ମକର-

ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ମିଳିବ। ସହକର୍ମୀମାନଙ୍କ ସହ ବାଦବିବାଦର ଅବସାନ ଘଟିବ। ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ। ବ୍ୟବସାୟ ବାଣିଜ୍ୟ ଓ ପରିବହନକ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ ଓ ଦୂରଯାତ୍ରାର ସୁଯୋଗ ପାଇବେ। ମହିଳାମାନେ ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ। ଧାର୍ମିକ କାର୍ଯ୍ୟରେ ଦୂର ସ୍ଥାନକୁ ଯାତ୍ରା କରିବେ। ପ୍ରତିକାର:  ନିଶାଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ।

କୁମ୍ଭ-

ନୂତନ କାର୍ଯ୍ୟରେ ହାତ ଦେଲେ ସଫଳ ହେବେ। ସୁଖ ସମୃଦ୍ଧି ବୃଦ୍ଧି ପାଇବ। ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ। ନୂତନକର୍ମ ପ୍ରାପ୍ତିରେ ସଫଳ ହେବେ। ପାରିବାରିକ ଜୀବନ ସୁଖମୟ ହେବ। ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ। ଜମି, ଜମା, ଘରବାଡ଼ି ନେଇ ଅଦାଲତର ଦ୍ୱାରସ୍ଥ ହୋଇ ପାରନ୍ତି। ପରୀକ୍ଷା, ପ୍ରତି ଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ। ଦାମ୍ପତ୍ୟ କଳହ ପାରିବାରିକ ସ୍ତରରେ ସ୍ଵାର୍ଥ ପ୍ରବୃତ୍ତିର ଅଧୀନ ହୋଇ ସମ୍ପର୍କର ମଧୁର ସ୍ଵାଦ ଅନୁଭବ କରିବେ। ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷା ହେବ। ପ୍ରତିକାର:  ରୁଟି ଓ ଗୁଡ ଗାଈକୁ ଖାଇବାକୁ ଦିଅନ୍ତୁ।

ମୀନ-

କର୍ମକ୍ଷେତ୍ରରେ ଉତ୍ତମ ରୋଜଗାର ହେବ। ନୂତନ କର୍ମ ନିଯୁକ୍ତି ପାଇବେ। ବ୍ୟବସାୟ କ୍ଷେତ୍ରରୁ  ଆର୍ଥିକ ବୃଦ୍ଧି ସହ ବକେୟା ଅର୍ଥ ପ୍ରାପ୍ତି ହେବ। ପିତା-ମାତାଙ୍କ ସହ ସମ୍ପର୍କ ଭଲ ରହିବ। ମହିଳାମାନେ ଧାର୍ମିକ କାର୍ଯ୍ୟରେ ଯୋଗ ଦେବେ। ରାଜନେତାମାନେ ଦୂର ସ୍ଥାନକୁ ଯାତ୍ରା କରିବେ ଓ  ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ଆୟ ତୁଳନାରେ ବ୍ୟୟ ଅଧିକ ହେବ। ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ବ୍ୟବସାୟରେ  ଉଧାର ଦେଇ ଫେରି ପାଇବା ସହଜ ହେବ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ପ୍ରତିକାର : କୁକୁରକୁ ଖାଇବାକୁ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!