ଦୈନିକ ରାଶିଫଳ: 16 ନଭେମ୍ବର ୨୦୨୦, ମହାଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ନଭେମ୍ବର ମାସ ୧୬ତାରିଖ, ସୋମବାର, ବିଛାମାସ ୧ଦିନ, କାର୍ତ୍ତିକମାସ, ଶୁକ୍ଳପକ୍ଷ, ପ୍ରତିପଦାତିଥି, ପ୍ରାତଃ ୭ଟା ୬ମିନିଟ୍ ଗତେ ଦ୍ଵିତୀୟାତିଥି କ୍ଷୟ, ଅନୁରାଧାନକ୍ଷତ୍ର, ବିଛାରାଶିରେ ଚନ୍ଦ୍ର। ମିଥୁନ ରାଶିର ଘାତବାର। ପାଣିକଖାରୁ ନ ଖାଇଲେ ଭଲ, ପ୍ରାତଃ ୭ଟା ୬ମିନିଟ୍ ଗତେ ବୋଇତିକଖାରୁ ନ ଖାଇଲେ ଭଲ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଶୁଭସମୟ- ପ୍ରାତଃ ୬ଟା ୧ମିନିଟ୍ ରୁ ୭ଟା ୨୧ମିନିଟ୍, ଦିବା ୮ଟା ୫୭ମିନିଟ୍ ରୁ ୧୧ଟା ୮ମିନିଟ୍, ରାତ୍ର ୭ଟା ୩୯ମିନିଟ୍ ରୁ ୯ଟା ୫୩ମିନିଟ୍। ପର୍ବଦିନ- ବିଛା ସଂକ୍ରାନ୍ତି, ଯମ ଦ୍ଵିତୀୟା, ଭାତୃ ଦ୍ଵିତୀୟା, ତୁଳା ରାଶିକୁ ଶୁକ୍ର ଚଳନ।

ମେଷ:-

ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ଭାଗୀଦାର ବ୍ୟବସାୟରେ ଆର୍ଥିକସ୍ଥିତି ଆବଶ୍ୟକଠାରୁ ଅଧିକ ବିସ୍ତାରିତ ହେବ। ପରିବାରରେ ମାନ ମନାନ୍ତର ଦୂର ହେବ। କର୍ମକ୍ଷେତ୍ରରେ ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ ଓ ଉଚ୍ଚ ସମ୍ମାନ ପାଇବେ। ଶତୃମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ। ବ୍ୟବସାୟୀକ ସଫଳତା ଆତ୍ମସନ୍ତୋଷ ବଢେଇବ। ଯେତେ ଜଟିଳ ସମସ୍ୟା ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ବାଦବିବାଦ, ମାଲିମୋକଦ୍ଦମା, ପରୀକ୍ଷା, ପ୍ରତିଯୋଗିତାରେ ସଫଳତା ମିଳିବ। କୋର୍ଟ କଚେରୀ ସମ୍ବନ୍ଧିୟ ସମସ୍ୟା ଦେଖା ଦେଇପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବୃଷ:-

ସରକାରୀ କାମରେ ସଫଳତା ପାଇବେ। ନୂଆ ନିଯୁକ୍ତି ପାଇବାର ସମ୍ଭାବନା ଅଛି। ଯାନ, ବାହନ, ଜାଗା, ଜମି, ଗୃହପୋକରଣ ଆଦି କ୍ରୟ କରିବା ପାଇଁ ଋଣ କରିଲେ ଋଣ ମିଳିଯିବ। କାର୍ଯ୍ୟକ୍ଷେତ୍ରରେ ମାନସିକ ଶାନ୍ତି ମିଳିବ। ଯାତ୍ରାଫଳରେ ଉତ୍ସାହିତ ହେବେ। ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ବିଦ୍ୟାରେ ଉନ୍ନତି କରିବେ। ଉଚ୍ଚଶିକ୍ଷା ପ୍ରଚେଷ୍ଟାରେ ସାଫଲ୍ୟ ପ୍ରାପ୍ତି ହେବ। ଜନ କଲ୍ୟାଣ କାର୍ଯ୍ୟ ଇଛା ଅନୁସାରେ ସମ୍ପନ୍ନ କରିବେ। ଅଫିସରେ କରିଥିବା କାମର ଶୁଭ ସୂଚନା ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-

ଆତ୍ମବିଶ୍ଵାସ ବୃଦ୍ଧି ପାଇବ। ବ୍ୟବସାୟରେ ଉନ୍ନତି କରିବେ। ବନ୍ଧୁଙ୍କ ଆଗମନ ହେବ। ଛାତ୍ରଛାତ୍ରୀମାନଙ୍କ ଅଧ୍ୟୟନ କ୍ଷେତ୍ରରେ ସୁନାମ ଅର୍ଜନ କରିବା ସହ ପରୀକ୍ଷାରେ ଉଚ୍ଚ ଶ୍ରେଣୀ ମିଳିବ। କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧିହେବ। ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। କର୍ମକ୍ଷେତ୍ରରେ କର୍ତ୍ତୁତ୍ଵ ଜାରି ରଖି ଶ୍ରମିକ ଓ କର୍ମଚାରୀଙ୍କୁ ପ୍ରଭାବିତ କରିବା ଫଳରେ, ପ୍ରଗତିର ବେଗ ତ୍ଵରାନ୍ୱିତ ହେବ। ଆବଶ୍ୟକସ୍ଥଳେ ସହଯୋଗ ମଧ୍ୟ ପାଇବେ। ବାକ୍ୟ ସଂଯମତା ନରଖିଲେ ମାଲିମୋକଦ୍ଦମାର ଭୟ ରହିବ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

କର୍କଟ:-

ସନ୍ତାନର ଉଚ୍ଚଶିକ୍ଷା ପାଇଁ ଦୂର ଯାତ୍ରା କରିବାକୁ ପଡ଼ିବ। ସୁବିଧା ବାଦକୁ ଆପଣେଇ ନେଇ ମନ ବିକାର ଦୂରହେବ। ଛାତ୍ରଛାତ୍ରୀମାନଙ୍କର ସହପାଠୀମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ। ଯେତେ ଜଟିଳ ସମସ୍ୟା ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ଘରୋଇ ସମସ୍ୟାର ସମାଧାନ ହୋଇ ପାରିବାରିକ ସୁଖ ସମ୍ପନ୍ନତା ଲାଭ ହେବ। ଆୟ ମଧ୍ୟ ଉତ୍ତମ ରହିବ। ନୂତନକର୍ମ ଆରମ୍ଭ କଲେ ସଫଳ ହେବେ। ଅଟକିଥିବା କାର୍ଯ୍ୟଗୁଡିକ ସହଜରେ ପୂରଣ ହେବ। ସାମାଜିକ ଯାତ୍ରାରେ ବାଧାପ୍ରାପ୍ତ ହୋଇପାରେ। ସ୍ୱାସ୍ଥ୍ୟ ସମସ୍ୟା ଦେଖାଦେଇପାରେ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ସିଂହ:-

ସାମାଜିକ ଭାବମୂର୍ତ୍ତି ସୁରକ୍ଷା ହେବ। ବ୍ୟବସାୟରେ ସାହାଯ୍ୟ ସହଯୋଗ ମିଳିବ। ଅନେକ କ୍ଷେତ୍ରରେ ପୂର୍ବ ଯୋଜନା ସଫଳ ହେବ। ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ରୋଜଗାର ସମସ୍ୟା ସୁଧୁରି ଯିବ। ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ। ପଢିବା, ପଢେଇବାରେ ସଫଳତା ମିଳିବ। ପାରିବାରିକ କ୍ଷେତ୍ରରେ କିଛି ଅସୁବିଧା ଥିଲେ ସମାଧାନ କରି ପାରିବେ। ଆୟର ସ୍ରୋତ ଖୋଲିଯିବ। କେହି କୌଣସି କ୍ଷତି କରି ପାରିବେ ନାହିଁ। ଆଧ୍ୟାତ୍ମିକ କ୍ଷେତ୍ରରେ ଉନ୍ନତି ହେବ।ଅନ୍ୟକୁ ନିଜ ସହ ତୁଳନା କରି ମାନସିକ ଶାନ୍ତି ଅନୁଭବ କରିବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

କନ୍ୟା:-

କର୍ମକ୍ଷେତ୍ରରେ ଜବରଦସ୍ତି ଉନ୍ନତି ଓ ନ୍ୟାୟ ମିଳିବ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରିବେ। ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। କର୍ମକ୍ଷେତ୍ରରେ ନିଜର ପ୍ରାଧାନ୍ୟ ବିସ୍ତାର କରି ସମସ୍ୟାକୁ ସୁଧାରି ନେବେ। ପ୍ରତିଯୋଗିତା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟ ଲାଭ କରିବେ। ସାମାଜିକ ପତିଆରା ଅମଳିନ ରହିବ। ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ। ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶ ମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିଷ୍କାର କରିବେ। ରାଜନୀତି ମାମଲାରେ ସଫଳତା ମିଳିବ। ପ୍ରତିକାର- ତୁଲସୀ ମୂଳ ମାଟି ଧାରଣ କରନ୍ତୁ।

ତୁଳା:-

ସ୍ୱାସ୍ଥ୍ୟରେ ଉନ୍ନତି ପରିଲିକ୍ଷିତ ହେବା ସହ ମାନସିକଶାନ୍ତି ମିଳିବ। ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ଦୂରେଇଯିବ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ପ୍ରବାସ ଯାତ୍ରାରେ ଲାଭବାନ ହେବେ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ। ତୀର୍ଥାଟନ ଯୋଗ ଥିବାରୁ ଅନେକ ପ୍ରକାର ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ। ଶ୍ୱଶୁର ଘର ପକ୍ଷରୁ ଆର୍ଥିକ ସହାୟତା ପାଇବେ। ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ମିଳିବ। କର୍ମକ୍ଷେତ୍ରରେ ଉନ୍ନତି ହେବ। ସନ୍ତାନଙ୍କ ଠାରୁ ମାନସିକ ଚିନ୍ତା ଦେଖାଦେବ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ବିଚ୍ଛା:-

ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ଅଚାନକ ଧନପ୍ରାପ୍ତି ହେବ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ଅତ୍ୟଧିକ ଲାଭ ପାଇବେ। ବୁଝାମଣା ଠିକ୍ ରହିବ। ଆୟ ଉପାର୍ଜନ ବୃଦ୍ଧି ହେବ। ଦୂରଯାତ୍ରାରେ ସଫଳ ହେବେ। ମାନସିକ ବିଷାଦ, ଦାମ୍ପତ୍ୟ କଳହ ଓ ଭୟ ଆଶଙ୍କା ଦୂରେଇ ଯିବ। ବକେୟା ଅର୍ଥ କିଛି ମିଳିବ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ। ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ। ଶତ୍ରୁବାଧା ଦୂରେଇ ଯିବ ଓ ଋଣରୁ ମୁକ୍ତି ପାଇବା ପାଇଁ ସହଯୋଗ ଲୋଡିବେ। ପାରିବାରିକ କ୍ଷେତ୍ରରେ ଶାନ୍ତିଶୃଙ୍ଖଳା ଦେଖାଦେବ। ପ୍ରତିକାର- ଦହି ମିଠା ଖାଇ କରି ଘରୁ ବାହାରନ୍ତୁ।

ଧନୁ:-

ଉଚ୍ଚାଧିକାରୀ, ସହକର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଟ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢେଇଦେବ। ଉଚିତ୍ ପନ୍ଥା ଗ୍ରହଣ କରି ବ୍ୟବସାୟରେ ସଫଳତା ଅର୍ଜନ କରିବେ। ଜମି ଜମା ସଙ୍କ୍ରାନ୍ତିୟ ପଟ୍ଟା, ଦସ୍ତାବେଜ ଏବଂ ଅନୁବନ୍ଧନ ଆଦିରେ ସଫଳତା ମିଳିବ। ପାରିବାରିକ କ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧି ହେବ। କର୍ମ କ୍ଷେତ୍ରରେ ଉଚ୍ଚାଧିକାରୀଙ୍କ ସହଯୋଗରେ ଉନ୍ନତି ହେବ। ଖେଳ, କୁଦ ପ୍ରତିଯୋଗିତାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ। ରାଜନୀତି କ୍ଷେତ୍ରରେ ପରିଶ୍ରମ କରି ପ୍ରତ୍ୟେକ କ୍ଷେତ୍ରରେ ଉଚ୍ଚସ୍ଥିତି ରକ୍ଷା କରି ପାରିବେ। ଧାର୍ମିକ କାର୍ଯ୍ୟରେ ମନ ବଳାଇବେ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ମକର:-

ସାମାଜିକ ପତିଆରା ଅମଳିନ ରହିବ। ଯଶକୀର୍ତ୍ତୀ, ମାନସମ୍ମାନ, ପ୍ରତିଷ୍ଠା ପ୍ରତିପତ୍ତିରେ ବୃଦ୍ଧି ହେବ। ବ୍ୟବସାୟୀମାନେ ଧନଲାଭ କରିବାର ସୁଯୋଗ ପାଇବେ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ। ପରିବାର ଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ। ରାଜନୀତିରେ ସଫଳତା ମିଳିବ। ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ। ନୂତନ କର୍ମ ନିଯୁକ୍ତିର ସୁଯୋଗ ପାଇବେ। ନୂତନ ବ୍ୟବସାୟ ଆରମ୍ଭ କଲେ ଲାଭବାନ ହେବେ। ଉଚ୍ଚଶିକ୍ଷା କ୍ଷେତ୍ରରେ ସଫଳ ହେବେ। ଅବିବାହିତ ଯୁବକ ଯୁବତୀ ମାନଙ୍କର ବିବାହ ଧାର୍ଯ୍ୟ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-

ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବା ସହ ମାନସିକ ଶାନ୍ତି ମିଳିବ। ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍। ନୂତନ ଦ୍ରବ୍ୟ କ୍ରୟ କରିବେ। ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ। ଶତୃମାନେ ଦୂରେଇ ଯିବେ। କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି। ସରକାରୀ କ୍ଷେତ୍ରରେ ସଫଳତା ମିଳିବ। ବକେୟା ଅର୍ଥ କିଛି ମିଳିବ। ଦାମ୍ପତ୍ୟ କଳହର ଅବସାନ ଘଟିବ। ଅବିବାହିତ ଯୁବକ ଯୁବତୀ ମାନଙ୍କର ବିବାହ ଧାର୍ଯ୍ୟ ହେବ। ସମ୍ପତ୍ତି ସମ୍ବନ୍ଧୀୟ ମାମଲାରେ ଲଢିପାରନ୍ତି। ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ମୀନ:-

ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ। ପାରିବାରିକ କ୍ଷେତ୍ରରେ ବାଦବିବାଦ ମେଣ୍ଟି ଯିବା ଫଳରେ ଆତ୍ମ ସନ୍ତୋଷ ଆଣିଦେବ। ସରକାରୀ ଚାପ ପଡିଲେ ମଧ୍ୟ କର୍ମକ୍ଷେତ୍ରରେ ଉନ୍ନତି ଓ ଅଗ୍ରଗତିର ସୁଯୋଗ ପାଇବେ। ମାଲିମୋକଦ୍ଦମା, ପରୀକ୍ଷା, ପ୍ରତିଯୋଗିତାରେ ସଫଳତା ମିଳିବ। କଚେରି ମାମଲାର ଶୁଣାଣି ହେବ, ଯାହାକି ଆପଣଙ୍କ ସପକ୍ଷରେ ଯାଇପାରେ। ବ୍ୟବସାୟ କ୍ଷେତ୍ରରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ। ଆର୍ଥୀକ ଉନ୍ନତିରେ ବାଧା ଓ ଶାରିରୀକ ଅସୁସ୍ଥତା ଦେଖାଦେଇ ପାରେ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!