ସାପ୍ତାହିକ ରାଶିଫଳ: ନଭେମ୍ବର 16 ତାରିଖ ରୁ ନଭେମ୍ବର 22 ତାରିଖ, ଏହି ସପ୍ତାହଟି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:- ଏ ସପ୍ତାହରେ ପ୍ରିୟଜନମାନଙ୍କୁ ଆର୍ଥିକ ସାହାଯ୍ୟ କରିବେ। କ୍ରୀଡ଼ା, କଳା, ସାହିତ୍ୟ, ପ୍ରକାଶନ, କୃଷି ଓ ପ୍ରଶାସନିକ ସ୍ତରରେ ଉଚ୍ଚ ସମ୍ମାନ ପାଇବେ। ନିଜ ଗୃହ ସମସ୍ୟା ସଜାଡିବାର ସୁବିଧା ପାଇବେ। ବ୍ୟବସାୟ କ୍ଷେତ୍ରରେ ବାଧା ଉପୁଜି ପାରେ। ଆର୍ଥିକ ସ୍ଥିତିରେ ବାଧା ହେବା ସହ ଶତୃ ବୃଦ୍ଧି ହେବେ। ସରକାରୀ କର୍ମଚାରୀମାନେ କାର୍ଯ୍ୟ କ୍ଷେତ୍ରରେ ସଫଳତା ଲାଭ କରିବା ସହ ପଦୋନ୍ନତି ପାଇବେ। କୃଷି କ୍ଷେତ୍ରରେ ସଫଳତା ଦେଖାଦେବ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ସାମାଜିକ ପ୍ରତିଷ୍ଠା. ମାନ-ସମ୍ମାନ ବୃଦ୍ଧି ହେବ। ପ୍ରେମିକ ପ୍ରେମିକାମାନେ ପ୍ରେମ ସମ୍ବନ୍ଧୀୟ କ୍ଷେତ୍ରରେ ସଫଳ ହେବେ। ଶିକ୍ଷାକ୍ଷେତ୍ରରେ ହସ ଖୁସିରେ ସମୟ କଟିବା ସହ ଉଚ୍ଚ ଶିକ୍ଷା ଲାଭ କରିବାର ସୁଯୋଗ ପାଇବେ। ବକେୟା ଅର୍ଥ କିଛି ମିଳିବ। ନୂତନ କର୍ମ ନିଯୁକ୍ତି ପାଇବେ। ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ। ବିଦେଶ ଯାତ୍ରା କରି ଲାଭବାନ ହେବେ। ଆର୍ଥିକସ୍ଥିତି ହଠାତ୍ ବଦଳି ଯିବା ଫଳରେ ଖୁସି ହେବେ। ପ୍ରତିକାର:- କାହାରିଠାରୁ ମାଗଣା କୌଣସି ଦ୍ରବ୍ୟ ଗ୍ରହଣ କରିବେ ନାହିଁ।

ବୃଷ:- ଏ ସପ୍ତାହରେ ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ। ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ। କାରବାର ଓ କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ। ସାଧାରଣ ଲୋକ ସମ୍ପର୍କକୁ ଅତିକ୍ରମ କରିବା ଲକ୍ଷ୍ୟରେ ଭୋଗମାର୍ଗୀ ହୋଇ ନିଜକୁ ପ୍ରତିଷ୍ଠିତ କରିପାରିବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ। ପାରିବାରିକ ଅଶାନ୍ତି ଦୂରେଇ ଯାଇ ପରିବାରରେ ସୁସ୍ଥ ବାତାବରଣ ଜାରିରହିବ। ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ। ବ୍ୟବସାୟରେ ଦୂରଯାତ୍ରାର ସୁଯୋଗ ପାଇବେ ଓ ଆଶାତୀତ ଲାଭମିଳିବ। ଆୟ ଉପାର୍ଜନରେ ବାଧାନାହିଁ। ୧୮/୧୯ତାରିଖରେ ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସମ୍ପର୍କର ମଧୁର ସ୍ୱାଦରୁ ବଞ୍ଚିତ ହୋଇପାରନ୍ତି। ଅସନ୍ତୋଷ, ଭ୍ରମଣକାଳରେ କ୍ଲେଶ, ସହକର୍ମୀଙ୍କ ସହ ବିବାଦ ଦେଖାଦେଇ ପାରେ। ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ।

ମିଥୁନ:- ଏ ସପ୍ତାହରେ ବ୍ୟବସାୟରେ ଉନ୍ନତି ଓ ଲାଭ ପ୍ରାପ୍ତି ହେବ। ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବ। ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ସହକର୍ମୀ ମାନଙ୍କର ସହଯୋଗ ପାଇବେ ଏବଂ ଉତ୍ତମ କାର୍ଯ୍ୟ କରି ପ୍ରଶଂସିତ ହେବେ। ନୂତନ କର୍ମ ନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷାରେ ଓ ସାକ୍ଷାତକାରରେ ଉତ୍ତିର୍ଣ୍ଣ ହେବେ। ଆୟଉତ୍ତମ ହେବା ସହ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ଦାମ୍ପତ୍ୟ ସୁଖ ବୃଦ୍ଧି ହେବ। ପାରିବାରିକ କ୍ଷେତ୍ରରେ ସ୍ୱାର୍ଥ ପ୍ରବୃତ୍ତିର ଶୀକାର ହୋଇ ସମ୍ପର୍କର ମଧୁରସ୍ୱାଦପାଇବେ। ଆୟରସ୍ରୋତ ବୃଦ୍ଧିହେବ। କ୍ରୀଡ଼ା, କଳା, ସାହିତ୍ୟ, ପ୍ରକାଶନ, କୃଷି ଓ ପ୍ରଶାସନିକ ସ୍ତରରେ ଉଚ୍ଚ ସମ୍ମାନ ପାଇବେ। ୨୦/୨୧ତାରିଖରେ ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନରେ ବାଧା ଆସିବ। ଧାର୍ମିକ କାର୍ଯ୍ୟରେ ବାଧା, ଶାରିରୀକ ଅସୁସ୍ଥତା ସହ ମାନସିକ ଅଶାନ୍ତି ଦେଖାଦେଇ ପାରେ। ପ୍ରତିକାର:- ଭୋକିଲା ଲୋକଙ୍କୁ ଖାଦ୍ୟ ଦିଅନ୍ତୁ।

କର୍କଟ:- ଏ ସପ୍ତାହରେ ଶରୀର ସୁସ୍ଥ ରହିବ। ଅତ୍ୟଧିକ କଠିନ ପରିଶ୍ରମ କରିବା ଫଳରେ ବ୍ୟବସାୟରେ ଅର୍ଥ ପ୍ରାପ୍ତିର ସୁଯୋଗ ଆସିବ। ସରକାରୀ କର୍ମଚାରୀମାନେ ଗୁପ୍ତଶତୃଙ୍କ ଚକ୍ରାନ୍ତରେ ପଡ଼ିଲେ ମଧ୍ୟ ନିଜର ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ। ପରିବାରରେ ଶାନ୍ତିର ବାତାବରଣ ଦେଖା ଦେବ। ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ। ଶତୃମାନେ ମିତ୍ରଭାବ ଆଚରଣ କରିବେ। ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ। ବାଦବିବାଦ, ପରୀକ୍ଷାପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳହେବେ। ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ। ପରିବାରଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ। ଆର୍ଥିକ ଉନ୍ନତି ଘଟିବ। ନୂତନ ବ୍ୟବସାୟ ଆରମ୍ଭ କଲେ ଲାଭ ହେବ। ଦୂରଯାତ୍ରାର ସୁଯୋଗ ପାଇ ସଫଳତା ଅର୍ଜନ କରିବେ। ଋଣ ଭରଣାରେ ସହଜ ହେବ। ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ। ଆର୍ଥିକ ସଙ୍କଟ ଦୂର ହେବ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ସିଂହ:- ଏ ସପ୍ତାହରେ ଆର୍ଥିକ ଉନ୍ନତି ଓ ଅଚାନକ ଧନ ପ୍ରାପ୍ତି ହେବା ସହ ମାନ ସମ୍ମାନ ବୃଦ୍ଧି ହେବ। ସରକାରୀ କର୍ମକ୍ଷେତ୍ରରେ ଉନ୍ନତି କରିବା ସହ ଉପରିସ୍ଥ ଅଧିକାରୀଙ୍କର କୃପା ଲାଭ କରିବେ। ନୂତନକର୍ମ ସଂସ୍ଥାନ ରେ ନିଯୁକ୍ତି ପାଇବାର ଯୋଗ ରହିଛି। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ପାରିବାରିକ ଜୀବନରେ ଶାନ୍ତି, ଭାଇ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବ। ବନ୍ଧୁବାନ୍ଧବଙ୍କଠାରୁ ପୂର୍ଣ୍ଣ ସହଯୋଗ ପ୍ରାପ୍ତ ହେବ। ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ। ବ୍ୟବସାୟ ଶୁଭାରମ୍ଭ କରିବାର ସୁଯୋଗ ପାଇବେ। ଆଲୋଚନା କ୍ଷେତ୍ରରେ ଠିକ୍ ନିସ୍ପତି ନେବେ। ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ। ଥାନା, ଫାଣ୍ଡି କୋର୍ଟ କଚେରୀ ମାମଲାର ଶୁଣାଣି ସପକ୍ଷରେ ଯିବ। ବହୁତ ଦିନରୁ ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବା ସହ ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

କନ୍ୟା:- ଏ ସପ୍ତାହରେ ସହଜ ସରଳରେ କର୍ମ ନିଯୁକ୍ତି ପାଇବେ। ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ସହକର୍ମୀ ମାନଙ୍କ ସହଯୋଗ ଓ ଉପରିସ୍ଥ ଅଧିକାରୀଙ୍କ ପ୍ରିୟଭାଜନ ହେବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳହେବେ। ବ୍ୟବସାୟରେ ଆଶାତୀତ ଲାଭ ପାଇବା ଫଳରେ ଉନ୍ନତିମୂଳକ ପଦକ୍ଷେପ ନେଇ ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ। ପୂର୍ବରୁ ଥିବା ପାରିବାରିକ ସମସ୍ୟା ଗୁଡ଼ିକ ଧିରେ ଧିରେ ସମାଧାନ ହୋଇ ପାରିବାରିକ ଜୀବନ ସୁଖମୟ ହେବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ପ୍ରକାଶନବାଣିଜ୍ୟ, କୃଷିଜାତଦ୍ରବ୍ୟ ବ୍ୟବସାୟରେ ଆଶାତୀତ ଲାଭ ପାଇବେ। ପ୍ରଶାସନିକ ସ୍ତରରେ ଉଚ୍ଚ ସମ୍ମାନ ପାଇବେ। ଛାତ୍ର ଛାତ୍ରୀମାନେ କ୍ରୀଡ଼ା, କଳା, ସାହିତ୍ୟ କ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସା ପାଇବେ। ବୃତ୍ତିଗତ ଦୃଷ୍ଟିରୁ ଅତ୍ୟନ୍ତ ଶୁଭ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ତୁଳା:- ଏ ସପ୍ତାହରେ ସାମାଜିକ କଲ୍ୟାଣ ଓ ଜୀବନସ୍ତର ପରିବର୍ତ୍ତନର ଉଦ୍ୟମ କରିବେ। ବ୍ୟବସାୟବୃଦ୍ଧି ଆର୍ଥିକ ଉନ୍ନତିରେ ସଫଳତା ଓ ମାନ ସମ୍ମାନ ବୃଦ୍ଧି ହେବ। କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ବିଦ୍ୟୁତ ବିଭାଗ, ପ୍ରଶାସନ ବିଭାଗ, ଜ୍ୟୋତିଷ, ବିଚାର ବିଭାଗ, ଡାକ ଓ ତାର ବିଭାଗ, ବୈଜ୍ଞାନିକ, ନୃତ୍ୟ ଓ ସଙ୍ଗୀତବିଭାଗ, ସମାଚାର ପତ୍ର ବିଭାଗରେ କର୍ମରତ ଥିଲେ ବିଶେଷ ଲାଭବାନ୍ ହେବେ। ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ। ଦୂର ସ୍ଥାନକୁ ଯାତ୍ରା କରିବେ। ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ। କରଜରମାତ୍ରା ହ୍ରାସ ପାଇବ। ଭୋଗବିଳାସରେ ଦିନ କାଟିବା ପାଇଁ ଆଗ୍ରହୀ ହେବେ। ନିଜର ଆତ୍ମନିରୀକ୍ଷଣ, ମନୋବୈଜ୍ଞାନିକତଥ୍ୟ, ଅନ୍ୱେଷଣ, ଅନ୍ତର୍ଦୃଷ୍ଟି ଏବଂ ଆନ୍ତରିକ ମୂଲ୍ୟାଙ୍କନର ଅନୁଭୂତି ଜାଗ୍ରତ ହେବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ମାନସମ୍ମାନ ବୃଦ୍ଧିହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:- ଏ ସପ୍ତାହରେ ଶିକ୍ଷା କ୍ଷେତ୍ରରେ ସଫଳତା ଅର୍ଜନ କରିବେ। ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭବାନ୍ ହେବେ। ଦୂରଯାତ୍ରାର ସୁଯୋଗ ପାଇବେ। ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ଆୟ ପନ୍ଥାର ପରିବର୍ତ୍ତନ ଆସିବ। ସରକାରୀ କର୍ମଚାରୀମାନେ ପ୍ରମୋଶନ ପାଇ ଖୁସି ହେବେ ଏବଂ ଧନଲାଭ କରିବାର ସୁଯୋଗ ପାଇବେ। ରାଜନୀତି କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ସଫଳ ହେବେ। ଶତୃମାନଙ୍କୁ ମୁକାବିଲା କରିପାରିବେ। ଉଚ୍ଚଶିକ୍ଷା ପାଇଁ ବିଦେଶଯାତ୍ରା କରିପାରିବେ। ବଡ଼ ବଡ଼ ଉଦ୍ୟୋଗ କରିବାରେ ସଫଳ ହେବେ। ଆରମ୍ଭ କରିଥିବା କାର୍ଯ୍ୟ ପୂରଣ କରିବେ। ପଡୋଶୀ ଏବଂ କୁଟୁମ୍ବଙ୍କ ସହ କଳିତକରାଳ ଥିଲେ ମେଣ୍ଟିଯିବ। କାର୍ପାସ, ଚିତ୍ରକଳା, ଷ୍ଟେସ୍ନାରୀ, ଚଳଚିତ୍ର, ମିଠାଦ୍ରବ୍ୟ ବା ମିଷ୍ଠାନ୍ନ ଭଣ୍ଡାର, ଚାନ୍ଦି, ଚାଉଳ, ଗହମ, ବସ୍ତ୍ର, ଫଟୋଗ୍ରାଫି, ଶୃଙ୍ଗାର ପ୍ରସାଧନୀ ବ୍ୟବସାୟୀମାନେ ବା ଏହି ସଂସ୍ଥାରେ କାର୍ଯ୍ୟ କରୁଥିବା ବ୍ୟକ୍ତିମାନେ ବିଶେଷ ଲାଭବାନ ହେବେ। ପ୍ରତିକାର- ଅସହାୟକୁ ନିରାଶ କରିବେ ନାହିଁ।

ଧନୁ:- ଏ ସପ୍ତାହରେ ସମସ୍ତ ସମସ୍ୟା ଅପସରି ଯିବ। ସନ୍ତାଠାରୁ ସୁଖପ୍ରାପ୍ତି ହେବ। ପ୍ରତିଯୋଗୀ ପରୀକ୍ଷାରେ ପ୍ରଶାସନିକ ସେବାପାଇଁ କରିଥିବା ଶ୍ରମ ଅବଶ୍ୟ ଶୁଭଫଳ ଦେବ। ପରାକ୍ରମ ପ୍ରତିଷ୍ଠା ମାନ ବୃଦ୍ଧି ହେବ। ଏହି ସମୟରେ ବ୍ୟବସାୟୀମାନେ ବ୍ୟବସାୟକୁ ବିସ୍ତାରିତ କରିବାପାଇଁ ସକ୍ଷମ ହେବେ ଏବଂ ସଂପତ୍ତି କ୍ରୟ କରିବାପାଇଁ ଅତ୍ୟନ୍ତ ଶୁଭ ସମୟ। ଇଂରାଜୀ ପ୍ରଫେସର, ଅଭିନେତା ଓ ଅଭିନେତ୍ରୀ, ସଙ୍ଗୀତଜ୍ଞ, ଉଚ୍ଚ ଅଧିକାରୀ ପଦରେ ପହଞ୍ଚି ପାରିବେ। ରାଜନିତୀ କ୍ଷେତ୍ରରେ ସଫଳତା ସହ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ତୁଲାଇବେ। ଶତୃମାନେ ତଳମୁହାଁ ହେବେ। ମାଲିମକଦ୍ଦମାରେ ବିଜୟଲାଭ ହେବ। ବିଶେଷ କରି ବିଦ୍ୟାର୍ଥୀମାନଙ୍କ ପାଇଁ ଏହା ଏକ ସୁବର୍ଣ୍ଣ ସୁଯୋଗ। ୨୦, ୨୧, ତାରିଖରେ ଅତ୍ୟନ୍ତ ପ୍ରିୟ ଲୋକମାନେ ଅସନ୍ତୁଷ୍ଟ ହୋଇ ଦୂରେଇ ଯାଇ ପାରନ୍ତି। କୌଣସି ନୂତନ କାର୍ଯ୍ୟ କରିବା ଠିକ୍ ନୁହେଁ। ତେଣୁ ଧୈର୍ଯ୍ୟର ସହ ଅପେକ୍ଷା କରିବାକୁ ପଡ଼ିବ। ସ୍ୱାସ୍ଥ୍ୟ ପାଇଁ ବାରମ୍ବାର ଚିନ୍ତିତ ରହିବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ମକର:- ଏ ସପ୍ତାହରେ ଦୀର୍ଘଦିନପରେ ଆପଣଙ୍କ ଜୀବନରେ ଅଧିକ ସୁଖ ଓ ସମୃଦ୍ଧିର ସମୟ ଉପସ୍ଥିତ ହୋଇଛି। ନୂତନ ସଂପତ୍ତି କ୍ରୟ ବିକ୍ରୟ କରିବାର ଉପଯୁକ୍ତ ସମୟ। ବାଣିଜ୍ୟ, ବ୍ୟବସାୟ, ନବିନିକରଣ, ଦୋକାନ, ଅଫିସ, ବାସଗୃହ ଆଦି ସାଜସଜ୍ଜା କରିବାପାଇଁ ଉପଯୁକ୍ତ ସମୟ। ଶିକ୍ଷା ବିଭାଗ କର୍ମଚାରୀ, ରାଜ୍ୟପାଳ ଭବନ କର୍ମଚାରୀ, ଓକିଲ ସଂଘ, ସାର୍ବଜନିନ ନିର୍ମାଣ ବିଭାଗର କର୍ମଚାରୀ, ଜଳବଣ୍ଟନ ବିଭାଗ କର୍ମଚାରୀ ଚିକିତ୍ସା ବିଭାଗ କର୍ମଚାରୀମାନଙ୍କର କର୍ମକ୍ଷେତ୍ରରେ ଉନ୍ନତି ସହ ଲାଭବାନ୍ ହେବେ। କର୍ମପାଇଁ ଅପେକ୍ଷା କରିଥିବା ଯୁବକ ଓ ଯୁବତୀମାନେ ଉପଯୁକ୍ତ ବିଭାଗରେ କର୍ମ ନିଯୁକ୍ତି ପାଇବେ। ଗୃହପାଳିତ ପଶୁଙ୍କ ଦ୍ୱାରା ବିଶେଷ ଲାଭନ୍ୱିତ ହେବେ। ବ୍ୟାଙ୍କ ଋଣ ଆବଶ୍ୟକ ଥିଲେ ଅତି ସହଜରେ ପାଇପାରିବେ ଏବଂ ପୂର୍ବଋଣ ସହଜରେ ପରିଶୋଧ କରିପାରିବେ। ରାଜନୈତିକ କ୍ଷେତ୍ରରେ ଉଚ୍ଚ ପଦ ପଦବୀରେ ପ୍ରତିଷ୍ଠିତ ହେବେ। ୧୮, ୧୯ତାରିଖରେ ଅନାବଶ୍ୟକ ଖର୍ଚ୍ଚ ହୋଇପାରେ। ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ।

କୁମ୍ଭ:- ଏ ସପ୍ତାହରେ ଅକସ୍ମାତ ଧନଲାଭ ହେବ। ଉଚ୍ଚଶିକ୍ଷା ପାଇଁ ଓ କର୍ମୋନ୍ନତି ପାଇଁ ବିଦେଶ ଯାତ୍ରାର ସୁଯୋଗ ପାଇବେ। ପାରିବାରିକ ଜୀବନ ଶାନ୍ତିପୂର୍ଣ୍ଣ ହେବ। ପ୍ରତିଯୋଗିତାରେ ପ୍ରଶାସନ ସେବା ସଂବନ୍ଧିତ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବା ପାଇଁ ଅତ୍ୟନ୍ତ ଶୁଭସମୟ। ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଫଳ ପାଇବେ। ନେଇଥିବା ଲୋକ କିମ୍ବା ଦେଉନଥିବା ଲୋକ ଏବଂ ସାହାଯ୍ୟ କରିଥିବା ଲୋକଠାରୁ ସମସ୍ତ ଅର୍ଥପ୍ରାପ୍ତି ହୋଇଯିବ। ନୂତନ ବ୍ୟବସାୟ ଆରମ୍ଭ ପାଇଁ ଅତ୍ୟନ୍ତ ଉତ୍ତମ ସମୟ। ଯଶ-ମାନ-ପ୍ରତିଷ୍ଠା ବୃଦ୍ଧି ପାଇବ। ସନ୍ତାନ ଓ ଜୀବନସାଥିଙ୍କ ସହଯୋଗ ପାଇ ଗୃହସ୍ଥଜୀବନରେ ଭରପୂର ସୁଖପ୍ରାପ୍ତି ହେବ। ରାଜନୀତି, ବିଜ୍ଞାନ, ବୈଷୟିକ ବିଦ୍ୟା, ଜ୍ୟୋତିଷ, ଦର୍ଶନ, ଅଧ୍ୟାପକ, ଓକିଲ, ପୋଲିସ, ଚିକିତ୍ସକମାନଙ୍କର ବିଶେଷ ଉନ୍ନତି ହେବ। ଏହି ସଂସ୍ଥାରେ ନୂତନ କର୍ମପ୍ରାପ୍ତି ହୋଇ ପାରେ। ପ୍ରତିକାର- ଗ୍ରାମ୍ୟ ଦେବା ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

ମୀନ:- ଏ ସପ୍ତାହର ସର୍ବାଧିକ ଭାଗ୍ୟଶାଳୀ ହେବେ। ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। କର୍ମସନ୍ଧିତ୍ସୁମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ଅଚାନକ ଧନ ପ୍ରାପ୍ତି ହେବ ଓ ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ। ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ। ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ। ଗୃହରେ ଥିବା କଳହ, ପତି-ପତ୍ନୀଙ୍କ ମଧ୍ୟରେ ମତଭେଦ, ବିରୋଧଭାବ ଏବଂ ତିକ୍ତତା ଭାବର ସମାଧାନ ହେବ। କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଅତ୍ୟନ୍ତ ଶୁଭ ଦାୟକ। ନ୍ୟାୟଧୀଶ, ପ୍ରଶାସନିକ ସେବା ଅଧିକାରୀ, ଓକିଲ, ଜେଲର, ଶିକ୍ଷକ, ପ୍ରଶିକ୍ଷକ, ଖାଦ୍ୟସାମଗ୍ରୀ, କାଚ, ବିଦ୍ୟୁତ୍ ସାମଗ୍ରୀ, ଧାତୁ, ବସ୍ତ୍ର, ଔଷଧ, ଚଳଚିତ୍ର, ଅଭିନେତା, ଡାକ୍ତର ଇତ୍ୟାଦି ହୋଇଥିଲେ ବା ଏହି ସମ୍ବନ୍ଧିୟ ଦ୍ରବ୍ୟ ବ୍ୟବସାୟ କରୁଥିଲେ ଆଶାତୀତ ଲାଭ ପାଇବେ। ବ୍ୟବସାୟୀମାନେ ଆବଶ୍ୟକତା ଠାରୁ ଅଧିକ ଆଦାନ-ପ୍ରଦାନ କରି ଉଚିତ ଲାଭ ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!