ଦୈନିକ ରାଶିଫଳ: 16 ଅକ୍ଟୋବର 2022, ସୂର୍ଯ୍ୟଦେବଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ମସିହା, ଅକ୍ଟୋବର ମାସ ୧୬ତାରିଖ, ରବିବାର, କନ୍ୟାମାସ ୩୦ଦିନ, କାର୍ତ୍ତିକମାସ କୃଷ୍ଣପକ୍ଷ, ମଳ ଷଷ୍ଠୀତିଥି ସକାଳ ୭ଟା ୩ମିନିଟ୍ ପରେ ସପ୍ତମୀତିଥି, ଆର୍ଦ୍ରାନକ୍ଷତ୍ର, ମିଥୁନ ରାଶିରେ ଚନ୍ଦ୍ର । ପରିଘ ଯୋଗ ଦିବା ୩ଟା ୭ମିନିଟ୍ ପରେ ଶିବ ଯୋଗ । ବାଣିଜ୍ୟ କରଣ ସକାଳ ୭ଟା ୩ମିନିଟ୍ ପରେ ବିଷ୍ଟି କରଣ । ମେଷ ରାଶିର ଘାତବାର । କନ୍ୟା ରାଶିର ଘାତଚନ୍ଦ୍ର । ନିମ୍ବ ବା ପିତା ଦ୍ରବ୍ୟ ନ ଖାଇଲେ ଭଲ ସକାଳ ୭ଟା ୩ମିନିଟ୍ ପରେ ତାଳ ନ ଖାଇଲେ ଭଲ । ଯୋଗିନୀ- ପଶ୍ଚିମେ ସକାଳ ୭ଟା ୩ମିନିଟ୍ ପରେ ବାୟବ୍ୟେ ଯାତ୍ରା ନିଷେଧ । ଶ୍ରାଦ୍ଧତର୍ପଣ- ସପ୍ତମୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଅଶୁଭସମୟ- ଦିବା ୧୦ଟା ୫ମିନିଟ୍ ରୁ ୧୨ଟା ୫୮ମିନିଟ୍, ରାତ୍ରି ୧ଟା ୫ମିନିଟ୍ ରୁ ୨ଟା ୩୮ମିନିଟ୍ । ଶୁଭସମୟ- ସକାଳ ୬ଟା ୩୨ମିନିଟ୍ ରୁ ୮ଟା ୪୯ମିନିଟ୍, ଦିବା ୧୨ଟା ୫୯ମିନିଟ୍ ରୁ ୨ଟା ୫୯ମିନିଟ୍, ଦିବା ୩ଟା ୪୭ମିନିଟ୍ ରୁ ୩ଟା ୫୧ମିନିଟ୍, ରାତ୍ର ୭ଟା ୪୯ମିନିଟ୍ ରୁ ୯ଟା ୨୬ମିନିଟ୍, ରାତ୍ର ୧୧ଟା ୫୮ମିନିଟ୍ ରୁ ୧ଟା ୪ମିନିଟ୍, ରାତ୍ର ୨ଟା ୩୯ମିନିଟ୍ ରୁ ୫ଟା ୪୪ମିନିଟ୍ । ପର୍ବଦିନ- ମାସାନ୍ତ ।

ମେଷ:-ସାମାଜିକ ପତିଆରା ଅମଳିନ ରହିବ । ପାରିବାରିକ କ୍ଷେତ୍ରରେ ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ । ଅଧସ୍ତନ କର୍ମୀ ଓ ସହକର୍ମୀଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରି ସୁନାମ ଅର୍ଜନ କରିବେ । ଯାହା ଚିନ୍ତା କରିଛନ୍ତି ଆଜି ତାହା ପୂରଣ କରିବାକୁ ଚେଷ୍ଟା କରିବେ । ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ । ଯାନ ବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ବୃଷ:-ଧାର୍ମିକ କାର୍ଯ୍ୟରେ ରୁଚିବୃଦ୍ଧି ପାଇବ । ବିଦ୍ୟାର୍ଥୀଙ୍କର କେତେକ ସମସ୍ୟାର ସମାଧାନ ହୋଇ ଉଚ୍ଚଶିକ୍ଷା ପାଇବାର ସୁଯୋଗ ପାଇ ପାରିବେ । ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ନୂତନ ବନ୍ଧୁ ଭେଟ ହେବେ ଓ ଶୁଭ ସମାଚାର ଶୁଣିବାକୁ ମିଳିବ । ପ୍ରେମ କ୍ଷେତ୍ରରେ ସଫଳ ହେବେ । ଜୀବନସାଥିଙ୍କ ସହ ସାମାନ୍ୟ କଥାରେ ଅଯଥା ତର୍କ ନକରି ଶାନ୍ତ ରହିବା ଉଚିତ୍ । ଟଙ୍କାପଇସା ପ୍ରତି ଅତ୍ୟନ୍ତ ସତର୍କ ରହିବାକୁ ପଡିବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ମିଥୁନ:-ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । ଆୟ ଉପାର୍ଜ୍ଜନର ବୃଦ୍ଧି, ଚାକିରୀ ସମ୍ବନ୍ଧୀୟ କାର୍ଯ୍ୟରେ ସଫଳ ହୋଇ ପାରିବେ । ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ । ପାରିବାରିକ କ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧି ହେବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । କର୍ମକ୍ଷେତ୍ରରେ ସହଯୋଗୀ ମାନେ ସହଯୋଗ କରିବେ । ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସ ରତ ହେବେ । ନିଜ ଲୋକମାନେ ହିଁ କାମରେ ଆସିବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

କର୍କଟ:-ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ । ପରିବାର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ । ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ବିଗିଡିଯାଇଥିବା କାର୍ଯ୍ୟ ସୁଧୁରିଯିବ । ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବାର ସୁଯୋଗ ପାଇବେ । ମନ ଲଗାଇ କାର୍ଯ୍ୟ ମଧ୍ୟ କରିବେ । ଶିକ୍ଷାକ୍ଷେତ୍ରରେ ଯଶର ସହ ଉତ୍ତୀର୍ଣ୍ଣ ହେବେ ଓ ଅନେକ ଶୁଭ କର୍ମର ସୁଯୋଗ ପାଇବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ସିଂହ:-ଶାରିରୀକ ସୁସ୍ଥତା ଦେଖା ଦେବାସହ ମାନସିକ ଶାନ୍ତି ଅନୁଭବ କରିବେ । ଆର୍ଥିକ କ୍ଷେତ୍ରରେ କୌଣସି ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେବେ । ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହେବେ । ବ୍ୟବସାୟୀ ମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ । ଜମି ଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ଆୟ ଉପାର୍ଜନରେ ବାଧା ନାହିଁ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

କନ୍ୟା:-ସାଧାରଣ ଲୋକମାନେ ଆପଣଙ୍କ ବାଣୀ ଓ ଯୋଗ୍ୟତାରେ ପ୍ରଭାବିତ ହେବେ । କାରବାର ଓ କାମକାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ । ଆମୋଦ ପ୍ରମୋଦ, ମନୋରଞ୍ଜନ, ଦୀର୍ଘଯାତ୍ରା, ଛୋଟ ବଡ ମିଟିଙ୍ଗୀରେ ଯୋଗ ଦେବେ । ବ୍ୟବସାୟରେ ଉନ୍ନତି ହେବା ସହ ପ୍ରଚୁର ଲାଭବାନ ହେବେ । ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ତୁଳା:-ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ । ରାଜନେତାଙ୍କର ସମାଜିକ ସ୍ତରରେ ନିଜର ଖ୍ୟାତି ବୃଦ୍ଧି ପାଇବ । ସାହିତ୍ୟଚର୍ଚ୍ଚା, ସଭାସମିତିରେ ସଫଳତା ମିଳିବ । ନୂତନ କାର୍ଯ୍ୟ ପାଇଁ ଆଶାୟୀ ଥିବା ଛାତ୍ର-ଛାତ୍ରୀମାନେ ଖୁସି ହେବେ । ଧର୍ମକର୍ମରେ ରୁଚି ରହିବ ଓ କୌଣସି ଆୟୋଜନ ମଧ୍ୟ କରେଇବେ । ଅନ୍ୟମାନଙ୍କୁ ସାହାଯ୍ୟ କରିବେ, ତେଣୁ ଲୋକମାନେ ଆପଣଙ୍କୁ ସମ୍ମାନ ଦେବେ । ପାରିବାରିକ ଜୀବନ ସୁଖମୟ ହେବ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ବିଚ୍ଛା:-ସହାବସ୍ଥାନର ନିରାପଦ ବଳୟ ଭିତରେ ଆପଣା ଲୋକଙ୍କ ସାହାଯ୍ୟ ପାଇ ପାରିବାରିକ ଜୀବନ ସୁଧାରୀ ନେବେ । ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ । ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ । ରାଜନୀତିରେ ସ୍ଵାର୍ଥରକ୍ଷା କରି କଠିନ ପରିଶ୍ରମ କରିବାକୁ ପଡିବ । ପ୍ରତିଦ୍ୱନ୍ଦିତା, ବିତଣ୍ଡା, ବିତର୍କ କ୍ଷେତ୍ରରୁ ଓହରି ରହି ଯିବା ଅଧିକ ଉତ୍ତମ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ଧନୁ:-ସ୍ୱାସ୍ଥ୍ୟରେ ଉନ୍ନତି ପରିଲିକ୍ଷିତ ହେବା ସହ ମାନସିକ ଶାନ୍ତି ମିଳିବ । ଆକସ୍ମିକ ଧନପ୍ରାପ୍ତି, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ ଓ ସ୍ଵର୍ଣ୍ଣ ଅଳଙ୍କାର ଆଦି କ୍ରୟ କରିବେ । ଶୁଭ କାମ କରି ପ୍ରଶଂସିତ ହେବେ । ଆୟବୃଦ୍ଧି, ଋଣମୁକ୍ତି, କର୍ମକ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ । ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ । ଅନେକ ଶୁଭ କର୍ମର ସୁଯୋଗ ପାଇବେ । ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ କରିବାକୁ ଚେଷ୍ଟିତ ହେବେ । ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

ମକର:-ଶତୃମାନେ ମଥାନତ କରିବେ । ସାମାଜିକ ପତିଆରା ଅମଳିନ ରହିବା ସହ ବକେୟା ଅର୍ଥ ଆଦାୟ ହେବ । ଅଧସ୍ତନ କର୍ମୀ ଓ ସହଯୋଗୀଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ । ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇପାରେ । ଶିକ୍ଷାର୍ଥୀ ମାନେ ଉନ୍ନତିର ଛକ ଉପରେ ପଦାର୍ପଣ କରି ଲକ୍ଷ୍ୟପୂରଣ ଆଡକୁ ଆଗେଇ ପାରିବେ । ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ । ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ ।

କୁମ୍ଭ:-ଶତୃମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ । ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବା ଫଳରେ ସହକର୍ମୀ ମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ସହ ସୁନାମ ଅର୍ଜନ କରିବେ । ଧାର୍ମିକ କାର୍ଯ୍ୟରେ ଯୋଗଦେଇ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବଜାୟ ରଖିବେ । ଛାତ୍ରଛାତ୍ରୀମାନେ ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀହେବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ମୀନ:-ସମାଜ ସେବାରେ ସ୍ଵନାମ ଅର୍ଜନ କରି ପ୍ରଶଂସିତ ହେବେ । ଶିକ୍ଷାକ୍ଷେତ୍ରରେ ହସ ଖୁସିରେ ସମୟ କଟିବ ଓ ଉଚ୍ଚ ଶିକ୍ଷା ଲାଭ କରିବାର ସୁଯୋଗ ପାଇବେ । କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ । ପ୍ରେମିକ ପ୍ରେମିକାମାନେ ଆମୋଦ-ପ୍ରମୋଦ, ମନୋରଞ୍ଜନ, ନୃତ୍ୟ ଗୀତ, ଭୋଜିଭାତ, ମଉଜ ମଜିଲିସ୍ ରେ ମଜ୍ଜି ରହିବେ । ପାରିବାରିକ ଜୀବନରେ ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳତା ମିଳିବ ଓ ଆର୍ଥିକ ସ୍ଥିତିରେ ବୃଦ୍ଧି ଘଟିବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!