ଦୈନିକ ରାଶିଫଳ: ୧୬ ଅକ୍ଟୋବର ୨୦୧୮। ହନୁମାନଙ୍କ କୃପାରୁ ଏହି ୪ଟି ରାଶିର ହେବ ମଙ୍ଗଳ, ୨ଟି ରାଶି ରୁହନ୍ତୁ ସତର୍କ। 

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୧୬ ଅକ୍ଟୋବର ୨୦୧୮। ହନୁମାନଙ୍କ କୃପାରୁ ଏହି ୪ଟି ରାଶିର ହେବ ମଙ୍ଗଳ, ୨ଟି ରାଶି ରୁହନ୍ତୁ ସତର୍କ।

ମେଷ:-

ବ୍ୟବସାୟରେ ଆଶା ମୁତାବକ ଲାଭ ପାଇବେ। ଶାରିରୀକ ଅସୁସ୍ଥତା ଦୂରହେବ। କର୍ମ କ୍ଷେତ୍ରରେ ଉପରିସ୍ଥ  କର୍ମଚାରୀଙ୍କ ଠାରୁ ପ୍ରଶଂସା ପାଇବେ। ମହିଳାମାନେ ଗୁରୁ ଗୁରୁଜନମାନଙ୍କର ସହଯୋଗ ପାଇବେ। ଯୁବକ ଯୁବତୀ ମାନେ ନୂତନ କର୍ମ ନିଯୁକ୍ତିର ସୁଯୋଗ ପାଇବେ। । ଉନ୍ନତିମୂଳକ ପଦକ୍ଷେପ ନେଇ ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ। ପରିବାରଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ। ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ସାମାଜିକ ସ୍ଥିତି ଓ ମାନସମ୍ମ।ନ ବଜାୟ ରହିବ। ଅତ୍ୟଧିକ କାର୍ଯ୍ୟଚାପ ସତ୍ୱେ ମନ ଶାନ୍ତି ରହିବ। ଆର୍ଥୀକ ଉନ୍ନତି ଓ ଶାରିରୀକ ଅସୁସ୍ଥତା ଦୂରେଇଯିବ। ପିତା ମାତାଙ୍କ ଶରୀର ସୁସ୍ଥ ହୋଇପାରେ। ଯାନବାହାନ ବ୍ୟବସାୟରେ ତଥା ଭ୍ରମଣ ସଙ୍କ୍ରାନ୍ତିୟ ବ୍ୟବସାୟରେ ସାମାନ୍ୟ ଲାଭହେବ। ପାରିବାରିକ କ୍ଷେତ୍ରରେ ନୈରାଶ୍ୟ, ଅର୍ଥାଭାବ ମଧ୍ୟେ ସୁସମ୍ବାଦ ପ୍ରାପ୍ତି ହେବ। ଯାନବାହାନ ଓ ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ। ପ୍ରତିକାର- ଇଷ୍ଟଦେବା ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

ମିଥୁନ:-

ବ୍ୟବସାୟରେ କଠିନ ପରିଶ୍ରମ କରିବା ଦ୍ଵାରା ଯଶ-ମାନ ସମ୍ମାନ ମିଳିବ ଓ ଅଧିକ ଲାଭ କରିବାର ସୁଯୋଗ ପାଇବେ। ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ଲାଭ ହେବ ଓ ଅଟକିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ। ଗୃହିଣୀମାନେ ପାରିବାରିକ କ୍ଷେତ୍ରରେ ମାନସିକ ଶାନ୍ତି ପାଇ ସୁଖରେ ଦିନଟି କାଟିବେ। ସ୍ୱାସ୍ଥ୍ୟ ଭଲ ରହିବ ଓ ଋଣଭାର ଲାଘବ ହେବ। ବିଭିନ୍ନ ବିଭାଗୀୟ ପରୀକ୍ଷା ଦେବାର ସୁଯୋଗ ପାଇବେ। ଶିକ୍ଷାକ୍ଷେତ୍ରରେ ହସ ଖୁସିରେ ସମୟ କଟିବ ଓ ପ୍ରଶଂସିତ ହେବେ। ପ୍ରତିକାର: ଭୋକିଲା ଲୋକଙ୍କୁ ଖୁଆନ୍ତୁ।

<<Vastu>>> | <<< Jataka Bichara >>> 

କର୍କଟ:-

ନୂତନ ଲୋକଙ୍କସହ ବନ୍ଧୁତ୍ୱ ସ୍ଥାପନହେବ। ସାକ୍ଷାତକାର ପାଇଁ ଦୂରଯାତ୍ରା କରିବେ। କର୍ମକ୍ଷେତ୍ରରେ ଉନ୍ନତି ଓ ଅଗ୍ରଗତିର ସୁଯୋଗ ପାଇବେ। ପଡିରହିଥିବା କାର୍ଯ୍ୟକୁ ପୂର୍ଣ୍ଣକରିବାର ଦୃଢ଼ତା ଆସିବ। ନୂତନ କର୍ମ ନିଯୁକ୍ତିର ସୁଯୋଗ ପାଇବେ। ନୂତନ ବ୍ୟବସାୟ ଆରମ୍ଭ କଲେ ଲାଭବାନ ହେବେ। ଯାନ, ବାହନ, ଜାଗା, ଜମି, ଗୃହପୋକରଣ ଆଦି କ୍ରୟ କରିବା ପାଇଁ ଋଣ କରିଲେ ଋଣ ମିଳିଯିବ। ଉଚ୍ଚ ଶିକ୍ଷା ଲାଭ କରିବାର ସୁଯୋଗ ପାଇବେ। । ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ। ପ୍ରତିକାର- ଗୁଡ ରୁଟି ଗାଈକୁ ଖାଇବାକୁ ଦିଅନ୍ତୁ।

ସିଂହ:-

ରାଜନୀତିରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ। ଭାଗୀଦାର ବ୍ୟବସାୟରେ ଆର୍ଥିକସ୍ଥିତି ଆବଶ୍ୟକଠାରୁ ଅଧିକ ବିସ୍ତାରିତ ହେବ। କର୍ମକ୍ଷେତ୍ରରେ ଉପରିସ୍ଥ ଅଧିକାରୀମାନଙ୍କ ସହିତ ସୁ ସମ୍ପର୍କ ସ୍ଥାପନ ହେବ। ମହିଳାମାନଙ୍କର ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ। ନୂତନ କର୍ମପ୍ରାପ୍ତି ହେବ। ପ୍ରତିଯୋଗିତା ପରୀକ୍ଷାରେ ସଫଳ ହେବେ। ପାରିବାରିକ କ୍ଷେତ୍ରରେ ବାଦ ବିବାଦ ମେଣ୍ଟି ଯିବା ଫଳରେ ଆତ୍ମସନ୍ତୋଷ ଆଣିଦେବ। ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ।

କନ୍ୟା:-

ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ। ବ୍ୟବସାୟରେ ସ୍ୱଳ୍ପ ଲାଭ ଦ୍ୱାରା ଆର୍ଥିକ ଉନ୍ନତି ହେବ। କର୍ମ କ୍ଷେତ୍ରରେ ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ ଚାକିରି କ୍ଷେତ୍ରରେ ଉନ୍ନତି ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ନୂତନ କର୍ମ ଆଶାୟୀ ଯୁବକ ଯୁବତୀମାନଙ୍କର ଆଶା ପୂରଣ ହେବ। ଉଚ୍ଚ ଶିକ୍ଷାର ସୁଯୋଗ ପାଇବେ ଓ ଉନ୍ନତି କରିବେ। ପାରିବାରିକ ଜୀବନରେ ଶାନ୍ତି ଆସିବ। ମାଲିମୋକଦ୍ଦମାରେ ବିଜୟ ଲାଭ କରିବେ। ପ୍ରତିକାର:  ନିଶାଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ।

ତୁଳା:-

ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ। ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଆଶାତୀତ ଲାଭହେବ। ଆର୍ଥିକ ସ୍ଥିତି ସୁଧୁରିଯିବ। ବକେୟା ଅର୍ଥ ପ୍ରାପ୍ତି ହେବ ଏବଂ ନୂତନ କାର୍ଯ୍ୟ କରିବାର ସୁଯୋଗ ପାଇବେ। କର୍ମରେ ପଦୋନ୍ନତି ହେବାର ସୂଚନା ପାଇବେ। ନୂତନ କର୍ମପ୍ରାପ୍ତିର ସୁଯୋଗ ମିଳିବ। ପରୀକ୍ଷା ପ୍ରତୀଯୋଗିତାରେ ସଫଳ ହେବେ। ଦାମ୍ପତ୍ୟ ସୁଖ ବୃଦ୍ଧିହେବ। ଋଣ ଭାରରୁ ମୁକ୍ତି ପାଇବେ। ରାଜନେତା ମାନଙ୍କର ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ପ୍ରତିକାର :  ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

ବିଛା:-

ଶେଷ କରିବାକୁ ଚାହୁଁଥିବା କର୍ମଟି ପୂରଣ ହୋଇଯିବ। ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବା ଫଳରେ ସୁଖ ସମୃଦ୍ଧି ବୃଦ୍ଧି ପାଇବ। ନୂତନକର୍ମ ପ୍ରାପ୍ତିରେ ସଫଳ ହେବେ। ପାରିବାରିକ ଜୀବନ ସୁଖମୟ ହେବ। ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବ। ମହିଳାମାନେ ଗୁରୁଜନମାନଙ୍କର ଆଦରଣୀୟା ହୋଇ ପରିବାର ମଧ୍ୟରେ ମୁଖ୍ୟତା ଲାଭ କରିବେ। ନୂତନ କାର୍ଯ୍ୟରେ ହାତ ଦେଲେ ସଫଳ ହେବେ। ଜନସେବାଦ୍ଵାରା ଓ ସାମାଜିକ ଅନୁଷ୍ଠାନରେ ଯୋଗ ଦେବାର ସୁଯୋଗ ମିଳିବ। ପ୍ରତିକାର:  ରୁଟି ଗୁଡ ଗାଈକୁ ଖାଇବାକୁ ଦିଅନ୍ତୁ।

ଧନୁ:-

ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ।  ପାରିବାରିକ ଜୀବନ ଆନନ୍ଦମୟ ହେବ।  ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ସଫଳ ହେବେ।  ବନ୍ଧୁମିଳନ ତୀର୍ଥ ଭ୍ରମଣ ଓ ସଂସ୍କୃତିକ ତଥା ସାମାଜିକ କାର୍ଯ୍ୟରେ ଭାଗନେବେ। ସେବାକାରୀମାନଙ୍କ ସହଯୋଗରେ ଜନସେବାଦ୍ଵାରା ସମ୍ମାନଜନକ ସ୍ଥିତି ପରିଲକ୍ଷିତ ହେବ। ରାଜନୈତିକ କ୍ଷେତ୍ରରେ କଠିନ ପରିଶ୍ରମ କରିବା ଦ୍ଵାରା ଯଶ-ମାନ ସମ୍ମାନ ମିଳିବ। ମହିଳାମାନେ ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ କରିବେ। ପ୍ରତିକାର : କୁକୁରକୁ ଖାଇବାକୁ ଦିଅନ୍ତୁ।

ମକର:-

କର୍ମକ୍ଷେତ୍ରରେ ଉତ୍ତମ ରୋଜଗାର ହେବ। ସାମାଜିକ କ୍ଷେତ୍ରରେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। ବ୍ୟବସାୟ କ୍ଷେତ୍ରରୁ  ଆର୍ଥିକ ବୃଦ୍ଧି ସହ ବକେୟା ଅର୍ଥ ପ୍ରାପ୍ତି ହେବ। ସ୍ୱାସ୍ଥ୍ୟ ଭଲ ରହିବ। ପିତା-ମାତାଙ୍କ ସହ ସମ୍ପର୍କ ଭଲ ରହିବ। ମହିଳାମାନେ ଧାର୍ମିକ କାର୍ଯ୍ୟରେ ଯୋଗ ଦେବେ। ରାଜନେତାମାନେ ଦୂର ସ୍ଥାନକୁ ଯାତ୍ରା କରିବେ ଓ  ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ଆୟ ତୁଳନାରେ ବ୍ୟୟ ଅଧିକ ହେବ। ଶତୃ ବୃଦ୍ଧି, ଦାମ୍ପତ୍ୟ କଳହ, ଭାତୃ ବିବାଦ ଦେଖା ଦେଇ ପରେ। ପ୍ରତିକାର :  ୫ଟି ମନ୍ଦାରଫୁଲ ଦେବୀ ମନ୍ଦିରରେ ଅର୍ପଣ କରନ୍ତୁ।

କୁମ୍ଭ:-

ବ୍ୟବସାୟର ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ଶତୃମାନେ ପରାଜିତ ହେବେ। ନୂତନ କର୍ମ ପ୍ରାପ୍ତିର ସୁଯୋଗ ପାଇବେ। ପାରିବାରିକ ଅଶାନ୍ତି ଦୂରେଇଯିବ। ଦାମ୍ପତ୍ୟ ସୁଖରେ ସୁଖୀ ହେବେ। ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧିହେବ। କର୍ମକ୍ଷେତ୍ରରେ ଆଶା କରୁଥିବା ଘଟଣା ଘଟିବା ଫଳରେ ପ୍ରଶାସନ କ୍ଷେତ୍ରରେ ଦ୍ଵନ୍ଦ ଦୂରହେବ। ଆଦର୍ଶବାଦୀ ହେବେ। କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ। ସ୍ୱାସ୍ଥ୍ୟ ଭଲ ରହିବ। ପ୍ରତିକାର- ଗାଈକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-

ବ୍ୟବସାୟ କ୍ଷେତ୍ରରେ ପୁରୁଣା ସମସ୍ୟା ସମାଧାନ ହୋଇ ଆର୍ଥୀକ ଉନ୍ନତି ଘଟିବ। ନୂତନ ବ୍ୟବସାୟ ଆରମ୍ଭ କଲେ ଆଶାତୀତ ଲାଭ ହେବ। ନୂତନ କର୍ମ ନିଯୁକ୍ତିର ସୂଚନା ପାଇବେ। ପିତା ମାତାଙ୍କ ଠାରୁ ସହଯୋଗ ମିଳିବ। ପରିବାର ଓ ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ। ଛାତ୍ର-ଛାତ୍ରୀମାନେ ଉଚ୍ଚଶିକ୍ଷା କ୍ଷେତ୍ରରେ ସଫଳ ହେବେ। କର୍ମଜୀବିମାନଙ୍କର ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ଜାଗା, ଜମି, ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେକ ସମସ୍ୟା ସମାଧାନ ହୋଇଯିବ। ପ୍ରତିକାର : ଷଣ୍ଢକୁ କିଛି ଖୁଆନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 993755198


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!