ଦୈନିକ ରାଶିଫଳ: 16 ଅକ୍ଟୋବର ୨୦୨୦, ମା ସନ୍ତୋଷୀଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଅକ୍ଟୋବର ମାସ ୧୬ ତାରିଖ, ଶୁକ୍ରବାର, କନ୍ୟା ମାସ ୩୧ ଦିନ, ମଳ ଆଶ୍ଵିନମାସ, କୃଷ୍ଣପକ୍ଷ, ଅମାବାସ୍ୟା ତିଥି, ହସ୍ତା ନକ୍ଷତ୍ର, କନ୍ୟା ରାଶିରେ ଚନ୍ଦ୍ର। ବିଛା, ଧନୁ, ମୀନ ରାଶିର ଘାତବାର। ବୃଷ ରାଶିର ଘାତଚନ୍ଦ୍ର। ଆମିଷ, ତୈଳ ନ ଖାଇଲେ ଭଲ। ଶୁଭସମୟ- ପ୍ରାତଃ ୫ଟା ୪୬ମିନିଟ୍ ରୁ ୬ଟା ୩୦ମିନିଟ୍, ସକାଳ ୭ଟା ୧୮ମିନିଟ୍ ରୁ ୮ଟା ୩୭ମିନିଟ୍, ଦିବା ୧୧ଟା ୫୬ମିନିଟ୍ ରୁ ୩ଟା ୧ମିନିଟ୍, ଦିବା ୩ଟା ୪୭ମିନିଟ୍ ରୁ ୫ଟା ୧୭ମିନିଟ୍, ସନ୍ଧ୍ୟା ୬ଟା ୧୦ମିନିଟ୍ ରୁ ରାତ୍ର ୮ଟା ୨୪ମିନିଟ୍, ରାତ୍ର ୧୧ଟା ୫୮ମିନିଟ୍ ରୁ ରାତ୍ର ୧ଟା ୩୫ମିନିଟ୍। ପର୍ବଦିନ- ମାସାନ୍ତ, ମଳମାସ ଶେଷ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ। ସାଙ୍ଗ ସାଥିମାନେ ସାହାଯ୍ୟ ସହଯୋଗ କରିବେ। ସ୍ଥଗିତ ଥିବା କର୍ମଟି ପୂରଣ ହୋଇପାରେ। ବାଣିଜ୍ୟ କ୍ଷେତ୍ରରେ ଦୁଃସାହସିକ ପଦକ୍ଷେପ ନେଇ ବନ୍ଦ ହୋଇଥିବା ବେପାର ପୁଣି ଚାଲୁ କରି ପାରିବେ। ଶେଷ କରିବାକୁ ଚାହୁଁଥିବା କର୍ମଟି ପୂରଣ ହୋଇଯିବ। ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ବିଜୟୀ ହେବେ। ରାଜନୀତି କ୍ଷେତ୍ରରେ ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ। ପ୍ରେମପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ। ମାନସିକ ଶାନ୍ତି ଅନୁଭବ କରିବେ। କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ। ପ୍ରତିକାର- ଦହି ମିଠା ଖାଇ କରି ଘରୁ ବାହାରନ୍ତୁ।

ବୃଷ:-

ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ପାରିବାରିକ କ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ରାଜନୀତି କ୍ଷେତ୍ରରେ କୌଣସି ନୂତନ ବନ୍ଧୁ ବ୍ୟକ୍ତିଙ୍କ ସହିତ ଭେଟ ହୋଇ ନୂତନ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ। କର୍ମ କ୍ଷେତ୍ରରେ ସୁଯୋଗ ପାଇଲେ ମଧ୍ୟ ସଦ୍ବ୍ୟବହାର କରିବା କଷ୍ଟ ହେବ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ମିଥୁନ:-

ଶାରିରୀକ ଅସୁସ୍ଥତା ଦୂରହେବ। ବନ୍ଧୁମାନଙ୍କର ସାହାଯ୍ୟ ସହଯୋଗ ପାଇ ପ୍ରଶଂସିତ ହେବେ। କର୍ମକ୍ଷେତ୍ରରେ ଅନେକ ପ୍ରକାର ସୁବିଧା ସୁଯୋଗ ପାଇ ଆଶା ପୂରଣ ହେବାର ରାସ୍ତା ଖୋଲିଯିବ।   ପରିଶ୍ରମ ଓ ମେହନତର ପରିଣାମ ମିଳିବ। ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ଲାଭବାନ ହେବେ। ବ୍ୟବସାୟର ବୃଦ୍ଧି ଯୋଗେ ଆୟର ବୃଦ୍ଧି ଘଟିବ। ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବ। ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ। ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ଗୃହବାହନ ପ୍ରାପ୍ତି ଓ ଉଚ୍ଚଆଶା ସଫଳ ହେବ। ଦୂରସ୍ଥାନକୁ ଯାତ୍ରା କଲେ ଶାରୀରିକ ଅସୁସ୍ଥତା ଅନୁଭବ କରିବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-

ସମସ୍ତ ସମସ୍ୟା ସମାଧାନର ଆଶା ଉଜ୍ଜ୍ଵଳ ହେବ।  ଅନେକ ଦିଗରୁ ଧନର ଆଗମନ ହୋଇ ପାରେ। ବିଚାର ବିଭାଗ ରାୟ ସପକ୍ଷରେ ଯିବ। ଭାଇ ଭଉଣୀ ବନ୍ଧୁବାନ୍ଧବଙ୍କ ସହ ଉତ୍ତମ ସମ୍ପର୍କ ରହିବ। ରାଜନୀତି କ୍ଷେତ୍ରରେ ଅପେକ୍ଷା କରିଥିବା କାର୍ଯ୍ୟରେ ଶୁଭ ସୂଚନା ମିଳିବ। କାରବାର ଓ କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ। ପାରିବାରିକ ସମ୍ପର୍କରେ ଉନ୍ନତି ହେବ। ବିଦ୍ୟାର୍ଥିଙ୍କର ଉନ୍ନତି ହେବ। ସାଧାରଣ ପରିବର୍ତ୍ତନ ଯୋଗେ ଆଶା ଆକାଂକ୍ଷା ପୂରଣ ହୋଇ ପାରିବ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-

ଶିକ୍ଷାର୍ଥୀମାନଙ୍କ ପାଇଁ ଅଧ୍ୟୟନରେ ବାଧା ଉପୁଯିବ ନାହିଁ। ନିଜ ଚେଷ୍ଟାରେ ସାମାନ୍ୟ କଷ୍ଟକଲେ ବାକିଥିବା ଅର୍ଥ ପାଇବେ।  କର୍ମକ୍ଷେତ୍ରରେ ନିମ୍ନ ବର୍ଗୀୟ ବ୍ୟକ୍ତି ବିଶେଷଙ୍କ ଠାରୁ ବିଶେଷ ଲାଭବାନ ହେବେ। ପ୍ରତ୍ୟକ୍ଷ ଓ ପରୋକ୍ଷ ଶତ୍ରୁତା ଓ ଈର୍ଷାପରାୟଣ ବ୍ୟକ୍ତିଙ୍କ ଦ୍ଵାରା ପୂରସ୍କୃତ ହେବେ। ସୁସ୍ଥ ମାନସିକତା ରକ୍ଷାକରି ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ। ବିଦେଶୀ ବନ୍ଧୁଙ୍କ ଦ୍ଵାରା ଅଧିକ ଉପକୃତ ହେବେ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ। ଭଲଭାବରେ ଚିନ୍ତାକରି କାମକଲେ କୌଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ।  ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-

ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବା ଯୋଗେ ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ। ବ୍ୟବସାୟ କ୍ଷେତ୍ରରେ ତୈଳବୀଜ ଓ ରବି ଫସଲ ବ୍ୟବସାୟରେ ବେଶ୍ ଲାଭବାନ ହେବେ। କାମକାର୍ଯ୍ୟ ମାମଲାରେ ଦୂରସ୍ଥାନକୁ ଯିବାକୁ ପଡିବ। ଅଧ୍ୟୟନ, ଅଧ୍ୟାପନା, ଓ ଅନୁସନ୍ଧାନପରି କାର୍ଯ୍ୟରେ ସଫଳତା ଅର୍ଜନ କରିବେ। ଉଧାର ଦେଇଥିବା ଟଙ୍କା ମିଳିବ। କୌଣସି ଶୁଭ ସମାଚାର ଶୁଣିବାକୁ ପାଇବେ। ପରିବାରରେ ନିଜରପଦ ଗରିମା ଅନୁସାରେ ପାରିବାରିକ ସ୍ଥିତି ଭଲ ରହିବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ତୁଳା:-

ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ପାରିବାରିକ କ୍ଷେତ୍ରରେ ଶାନ୍ତି ଶୃଙ୍ଖଳା ଦେଖାଦେବ। ବ୍ୟବସାୟ ପାଇଁ ଦୂରଯାତ୍ରାରେ ସଫଳ ହେବେ। ଅନେକ ପ୍ରକାର ସୁବିଧା ସୁଯୋଗ ପାଇ ଆଶା ପୂରଣ ହେବାର ରାସ୍ତା ଖୋଲିଯିବ। ବନ୍ଧୁମିତ୍ରଙ୍କ ସହ ମନୋରଞ୍ଜନ ଭ୍ରମଣ ଫଳରେ ହସଖୁସିର ବାତାବରଣ ସୃଷ୍ଟି ହେବ। କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଉଚିତ୍।  ରାଜନେତାମାନେ ନୀରବତା ରକ୍ଷାକରି ପରିସ୍ଥିତି ହାତରେ ନିଜକୁ ସମର୍ପଣ କରିଦେବା ଉତ୍ତମ ହେବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-

ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ। ନୂତନ ଲୋକଙ୍କ ସହ ବନ୍ଧୁତ୍ୱ ସ୍ଥାପନ ହେବ। ଗୃହସ୍ଥ ଜୀବନ ସୁଖମୟ ହେବ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ପୁରାତନ ରୋଗର ଉପଶମ ହେବା ଫଳରେ ମନ ଶାନ୍ତ ରହିବ। ରାଜନୈତିକ କ୍ଷେତ୍ରରେ ଭୋଗବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ସ୍ଵାସ୍ଥ୍ୟକର ପରିବେଶ ଓ ସମ୍ମାନଜନକ ଘଟଣା ଘଟି ପାରେ। ବ୍ୟବସାୟରେ ସାମାନ୍ୟ ଲାଭ ପାଇବେ। କେତେକ ବାଧା ପ୍ରତିବନ୍ଧକର ସମ୍ମୁଖୀନ ହେଲେବି ସାଧାରଣ ପରିବର୍ତ୍ତନ ଘଟି ଲାଭବାନ ହୋଇ ପାରନ୍ତି। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ଧନୁ:-

ଶିକ୍ଷା କ୍ଷେତ୍ରରେ ସଫଳତା ମିଳିବ। ନ୍ୟାୟମାର୍ଗ ଓ ମିଷ୍ଟ ବଚନକୁ ନିଜର ଭୂଷଣଭାବି କର୍ମ କରିଲେ ଶତୃ ପରାଜିତ ହୋଇ ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ମିଳିବ। ବ୍ୟବସାୟରେ ଭଲ ଲାଭ ପାଇବେ ଓ ବାକିଥିବା ଅର୍ଥ ପ୍ରାପ୍ତି ହୋଇ ପାରେ। ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ। ରାଜନେତା ମାନେ ଅତ୍ୟଧିକ କାର୍ଯ୍ୟ ଚାପ ଯୋଗୁ ଓ କଠିନ ପରିଶ୍ରମ ହେତୁ ଶାରିରୀକ ଏବଂ ମାନସିକ କଷ୍ଟ ଭୋଗି ପାରନ୍ତି। ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡିବ। ଆୟ ଅପେକ୍ଷା ବ୍ୟୟ ବୃଦ୍ଧିପାଇବ। ଭାଗ୍ୟ ଆପଣଙ୍କ ପାଇଁ ବୈମାତୃକ ମନୋଭାବ ସୃଷ୍ଟି କରିବ। ପ୍ରତିକାର:– କୁକୁରକୁ ଖାଇବାକୁ ଦିଅନ୍ତୁ।   

ମକର:-

ସ୍ଵାସ୍ଥ୍ୟରେ ସାମାନ୍ୟ ଉନ୍ନତି ପରିଲିଖିତ ହେବ। ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଆଶାତୀତ ଲାଭହେବ। ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ। କର୍ମକ୍ଷେତ୍ରରେ ଆଶା କରୁଥିବା ଘଟଣା ଘଟିବା ଫଳରେ ପ୍ରଶାସନ କ୍ଷେତ୍ରରେ ଦ୍ଵନ୍ଦ ଦୂରହେବ। ସାମାଜିକ ସ୍ତରରେ ପ୍ରଶଂସିତ ହେବା ସହ ପ୍ରେମ କ୍ଷେତ୍ରରେ ବିଜୟୀ ହେବେ। ରାଜନୀତି କ୍ଷେତ୍ରରେ ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ। ଶିକ୍ଷା କ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ। ପୁରୁଣା ସମସ୍ୟା ସମାଧାନ କରି ବିଜୟୀ ହେବେ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

କୁମ୍ଭ:-

କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। କଠିନ ପରିଶ୍ରମ କରିବା ଫଳରେ ଉପରିସ୍ଥ କର୍ମଚାରୀ ମାନଙ୍କ ପ୍ରିୟଭାଜନ ହୋଇ ପାରିବେ। ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ। ପରିବାରରେ ମନୋମାଳିନ୍ୟ ବା ବିଭିନ୍ନ ପ୍ରକାର ସମସ୍ୟାଥିଲେ ଚେଷ୍ଟାକଲେ ମେଣ୍ଟିଯିବ। ଅଧ୍ୟାତ୍ମିକତାର ପ୍ରଦର୍ଶନ କରିବେ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ। କଷ୍ଟ ଓ କଠିନ ପରିଶ୍ରମ ଆପଣଙ୍କ ପାଇଁ କିଛି ଅସମ୍ଭବ ହେବ ନାହିଁ। ଅସହାୟ ଲୋକଙ୍କୁ ସାହାଯ୍ୟ କରିବାକୁ ମନ ବଳାଇବେ। ଦାମ୍ପତ୍ୟ ସୁଖରେ ଅପ୍ରିତିକର ପରିସ୍ଥିତି ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-

ପୈତୃକ ସମ୍ପତ୍ତିକୁ ନେଇ ପରିବାରରେ ଅଶାନ୍ତି ଥିଲେ ତାହା ସମାଧାନ କରିବାକୁ ଚେଷ୍ଟା କରନ୍ତୁ। ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ବ୍ୟବସାୟରେ ନୂତନ ଯୋଜନା ପ୍ରସ୍ତୁତ କରି ଲାଭବାନ ହେବେ ଓ ବାକିଥିବା ଅର୍ଥ ପ୍ରାପ୍ତି ହେବ। କୌଣସି ପ୍ରକାରେ ଉଚ୍ଚମାନ୍ୟତା ରକ୍ଷା କରି କର୍ମଚାରୀମାନେ କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ। ବିଦ୍ୟାରେ ଯଥେଷ୍ଟ ଉନ୍ନତ ଫଳ ପ୍ରାପ୍ତି ହେବ। ରାଜନେତା ମାନେ ଧାର୍ମିକ କାର୍ଯ୍ୟରେ ଯୋଗ ଦେଲେ ସମ୍ମାନୀତ ହେବେ। ପ୍ରେମିକ ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ମନ ଅଶାନ୍ତି ହୋଇପାରେ। ପ୍ରତିକାର:- ଷଣ୍ଢକୁ କିଛି ଖାଇବାକୁ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!