ଦୈନିକ ରାଶିଫଳ: 16 ସେପ୍ଟେମ୍ବର 2022, ମା’ ସନ୍ତୋଷୀଙ୍କ କୃପାରୁ ଏହି 3ଟି ରାଶିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ମସିହା, ସେପ୍ଟେମ୍ବର ମାସ ୧୬ତାରିଖ, ଶୁକ୍ରବାର, ସିଂହମାସ ୩୧ଦିନ, ଆଶ୍ଵିନମାସ, କୃଷ୍ଣପକ୍ଷ, ଷଷ୍ଠୀତିଥି ଦିବା ୧୨ଟା ୧୯ମିନିଟ୍ ପରେ ସପ୍ତମୀତିଥି, କୃତ୍ତିକା ନକ୍ଷତ୍ର ସକାଳ ୯ଟା ୫୬ମିନିଟ୍ ପରେ ରୋହିଣୀ ନକ୍ଷତ୍ର, ବୃଷ ରାଶିରେ ଚନ୍ଦ୍ର । ବଜ୍ର ଯୋଗ । ବାଣିଜ୍ୟ କରଣ ଦିବା ୧୨ଟା ୧୯ମିନିଟ୍ ପରେ ବିଷ୍ଟି କରଣ । ବିଛା, ଧନୁ, ମୀନ ରାଶିର ଘାତବାର । ବିଛା ରାଶିର ଘାତଚନ୍ଦ୍ର । ନିମ୍ବ ବା ପିତା ଦ୍ରବ୍ୟ ନ ଖାଇଲେ ଭଲ ଦିବା ୧୨ଟା ୧୯ମିନିଟ୍ ପରେ ତାଳ ନ ଖାଇଲେ ଭଲ । ଯୋଗିନୀ- ପଶ୍ଚିମେ ଦିବା ୧୨ଟା ୧୯ମିନିଟ୍ ପରେ ବାୟବ୍ୟେ ଯାତ୍ରା ନିଷେଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଶ୍ରାଦ୍ଧତର୍ପଣ- ସପ୍ତମୀର ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ସକାଳ ୮ଟା ୩୯ମିନିଟ୍ ରୁ ୧୧ଟା ୪୧ମିନିଟ୍, ରାତ୍ରି ୮ଟା ୪୩ମିନିଟ୍ ରୁ ୧୦ଟା ୧୨ମିନିଟ୍ । ଶୁଭସମୟ- ପ୍ରାତଃ ୫ଟା ୩୮ମିନିଟ୍ ରୁ ୬ଟା ୨୫ମିନିଟ୍, ସକାଳ ୭ଟା ୧୫ମିନିଟ୍ ରୁ ୮ଟା ୩୮ମିନିଟ୍, ଦିବା ୧୨ଟା ୬ମିନିଟ୍ ରୁ ୨ଟା ୩୦ମିନିଟ୍, ଦିବା ୪ଟା ୯ମିନିଟ୍ ରୁ ୫ଟା ୪୪ମିନିଟ୍, ରାତ୍ର ୭ଟା ୨୧ମିନିଟ୍ ରୁ ୮ଟା ୪୨ମିନିଟ୍, ରାତ୍ର ୧ଟା ୪୧ମିନିଟ୍ ରୁ ୪ଟା ୧ମିନିଟ୍ । ପର୍ବଦିନ- ମାସାନ୍ତ, ଅପରପକ୍ଷର ସପ୍ତମୀ ଶ୍ରାଦ୍ଧ ।

ମେଷ:-ଘରୋଇ ପରିବେଶରେ ହଠାତ୍ ପରିବର୍ତ୍ତନ ହୋଇପାରେ । ଉଚ୍ଚଶିକ୍ଷା କ୍ଷେତ୍ରରେ ଆପଣଙ୍କର ପ୍ରଦର୍ଶନ ଉତ୍କୃଷ୍ଟ ହେବ । ପ୍ରେମୀଯୁଗଳ ଏକ ରୋମାଣ୍ଟିକ ଟୁର୍ ରେ ଯାଇପାରନ୍ତି । ପରିବାର ସଦସ୍ୟଙ୍କ ମଧ୍ୟରେ ପାରସ୍ପରିକ ବୁଝାମଣା ଓ ପ୍ରେମସମ୍ବନ୍ଧ ବୃଦ୍ଧି ପାଇବ । ପିଲାମାନଙ୍କର ବିଦ୍ୟା ସମ୍ବନ୍ଧୀୟ ସମସ୍ୟାର ସମାଧାନ ହେବ । ରିଅଲ୍ ଇଷ୍ଟେଟ୍ ସହିତ ଜଡିତ ବ୍ୟବସାୟ ବୃଦ୍ଧି ପାଇବ ଓ ଭଲଲାଭ ପାଇବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ବୃଷ:-ସ୍ଵାସ୍ଥ୍ୟରେ ପରିବର୍ତ୍ତନ ଅନୁଭବ କରିବେ । କର୍ମ ନିଯୁକ୍ତି ପାଇଁ ଚେଷ୍ଟା କଲେ ନୂତନ କର୍ମପ୍ରାପ୍ତି ହେବ । କୋର୍ଟକଚେରୀ ମାମଲା ଓ ବାଦବିବାଦ ଆପଣଙ୍କ ସପକ୍ଷରେ ରହିବ । ବ୍ୟାପାର ବାଣିଜ୍ୟ ଓ କାମ-କାର୍ଯ୍ୟର ସ୍ଥିତି ସନ୍ତୋଷ ଜନକ ହେବ । ପ୍ରପର୍ଟୀ ସମ୍ବନ୍ଧିୟ ମାମଲା ସତୃଙ୍କ ମଧ୍ୟସ୍ଥତା ଦ୍ଵାରା ଦୂର ହେବ । ଛାତ୍ର ଛାତ୍ରୀମାନେ ଖେଳ, କୁଦ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ । ଆବଶ୍ୟକୀୟ ନୂତନ ବସ୍ତୁ କ୍ରୟ କରି ପାରିବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ମିଥୁନ:-କେତେକ ପରିସ୍ଥିତିକୁ ସମ୍ଭାଳିବାରେ ସମର୍ଥ ହେବେ । ପରିବାର ବା ଘର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ । ବିଦ୍ୟାର୍ଥୀବର୍ଗ ଅତ୍ୟନ୍ତ ସଫଳତା ସହ ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣ ହେବେ । ବ୍ୟବସାୟୀମାନେ ବ୍ୟବସାୟ କ୍ଷେତ୍ରକୁ ସୁସଜ୍ଜିତ କରି ପ୍ରଚୁର ଲାଭବାନ ହେବେ । ଆଧ୍ୟାତ୍ମିକ ଓ ଧର୍ମ କାର୍ଯ୍ୟରେ ଲିପ୍ତ ରହିବେ । ରାଜନୈତିକ କ୍ଷେତ୍ରରେ ଲୋକ ସମର୍ଥନ ବଢିଯିବ । ଦୂରଯାତ୍ରାରେ କଷ୍ଟ ଅନୁଭବ କରିବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

କର୍କଟ:-ଭୂମିକ୍ରୟ, ବାହନକ୍ରୟ, ଗୃହନିର୍ମାଣ କରିବାରେ ଖର୍ଚ୍ଚ କରିବାକୁ ପଡ଼ିବ । ବ୍ୟବସାୟରେ ଉନ୍ନତି ଫଳରେ ଅଶାତୀତ ଲାଭବାନ୍ ହେବେ । ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ । କାର୍ଯ୍ୟ ଦକ୍ଷତା ପ୍ରଦର୍ଶନ କରି, ତଳୁ ଉପର ସ୍ତର ଯାଏ ଆଦର୍ଶ ସ୍ଥାନ ଗ୍ରହଣ କରିବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ବିଦ୍ୟାର୍ଥୀଙ୍କ ପାଇଁ ସମୟ ଉପଯୁକ୍ତ ଯୋଗେ ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ । ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ ।

ସିଂହ:-ବ୍ୟବସାୟ କ୍ଷେତ୍ରରେ ନୂଆଲକ୍ଷ ନିର୍ଦ୍ଧାରିତ କରିବେ । ମନ ଲଗାଇ କାର୍ଯ୍ୟ ମଧ୍ୟ କରିବେ । ବ୍ୟାଙ୍କ, ବୀମା, ନିବେଶ ପରି ଆର୍ଥିକ ଗତିବିଧିରେ ବ୍ୟସ୍ତ ରହିବେ । ପ୍ରଶାସନ କ୍ଷେତ୍ରରେ ଦ୍ଵନ୍ଦ ଦୂର ହେବ । ଆଦର୍ଶବାଦୀ ହେବେ । କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ । ଚାକିରୀରେ ପ୍ରମୋଶନ ମିଳିବାର ଯୋଜନା ପ୍ରସ୍ତୁତହେବ । ଫୋନ ବା ଇଣ୍ଟରନେଟ୍ ରେ ପୁରୁଣା ମିତ୍ରଙ୍କ ଠାରୁ ସୁସମ୍ବାଦ ପ୍ରାପ୍ତି ହେବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

କନ୍ୟା:-ବିତିଯାଇଥିବା ମାମଲାରେ ମଧ୍ୟ ସଫଳତା ମିଳିବ । ଦୂରଯାତ୍ରା କରିବା ଦ୍ଵାରା ବହୁତ ଲାଭ ମିଳିବ । କାର୍ଯ୍ୟ କ୍ଷେତ୍ରରେ ଲାଭ ଉଠେଇବେ । ଏକାଧିକ କାମରେ ହାତ ଦେଇ ଭଲ ବଦଳରେ ମନ୍ଦସୃଷ୍ଟି ହୋଇପାରେ । ବ୍ୟବସାୟୀ ମାନଙ୍କର ଲାଭ ଅଧିକ ହେବା ଫଳରେ ମନ ଖୁସି ରହିବ । ଜଗାଜମି, ଗୃହ ଉପକରଣ କ୍ରୟ କରିବେ । ପଢାପଢିରେ ମାନସିକ ଶାନ୍ତି ମିଳିବ । କର୍ମ କ୍ଷେତ୍ରରେ କୌଣସି ଅସୁବିଧା ହେବ ନାହିଁ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ତୁଳା:-ବ୍ୟବସାୟରେ ଲାଭ ପାଇ ମନର ଅଶାନ୍ତି ଦୂରହେବ । କର୍ମକ୍ଷେତ୍ରରେ ସଙ୍କଟ ଜନକ ପରିସ୍ଥିତିର ଅବସାନ ଘଟିବ । ଋଣପ୍ରାପ୍ତି ଓ ଋଣମୁକ୍ତିର ରାସ୍ତା ପରିଷ୍କାର ହେବ । ଆଇନ ଅଦାଲତ ଓ ପାରିବାରିକ କ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇଯିବ । ପ୍ରତିସ୍ପର୍ଦ୍ଧା ଓ ପ୍ରତିଯୋଗିତାରେ ବିଜୟଶ୍ରୀ ହେବ । ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ପ୍ରତିକାର:-ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ବିଚ୍ଛା:-କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସିତ ହେବେ । ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ ଓ ରାଜନୈତିକ କ୍ଷେତ୍ରରେ ଯଶ, ମାନ ବୃଦ୍ଧି ହେବ । ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ । ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହୋଇପାରେ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ଅନେକ କ୍ଷେତ୍ରରେ ଦୋଦୁଲ୍ୟମାନ ପରିସ୍ଥିତି ସୃଷ୍ଟି ହେବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ଧନୁ:-ବ୍ୟବସାୟୀ ମାନେ ବହୁତ ଦିନର ବାକିପଡିଥିବା ଅର୍ଥ ପାଇ ସମସ୍ୟାକୁ ସୁଧାରି ନେବେ । ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବା ଯୋଗେ ପ୍ରଶଂସା ପାଇବେ । ଭାଇ ମିତ୍ରଙ୍କଠାରୁ ସହଯୋଗ ପାଇ ପରିଶ୍ରମ କଲେ ଚେଷ୍ଟା ସାର୍ଥକ ହେବ । ଆର୍ଥିକ ସ୍ଥିତିରେ ବୃଦ୍ଧି ହେବା ସହ ଶୁଭ ସମାଚାର ଶୁଣି ଆନନ୍ଦିତ ହେବେ । କର୍ମସନ୍ଧିତ୍ସୁମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ଅନେକ କ୍ଷେତ୍ରରେ ଦୋଦୁଲ୍ୟମାନ ପରିସ୍ଥିତି ସୃଷ୍ଟି ହେବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ମକର:-ବ୍ୟାପାର ଓ କାରବାରରେ ବହୁତ ଲାଭ ପାଇବାର ଯୋଗଅଛି । ଦୂରଯାତ୍ରା କରିବା ଦ୍ଵାରା ବହୁତ ଲାଭ ହେବ ଓ ବକେୟା ଅର୍ଥ କିଛି ମିଳିବ । ସାହିତ୍ୟ, ସାମ୍ବାଦିକ, ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । ପରୋପକାର ଏବଂ ସମାଜସେବା କାର୍ଯ୍ୟରେ ରୁଚି ବୃଦ୍ଧିହେବ । ବିଗିଡି ଯାଇଥିବା କାର୍ଯ୍ୟ ସୁଧୁରିଯିବା ଫଳରେ ବନ୍ଧୁ ମିତ୍ରମାନଙ୍କର ଓ ବରିଷ୍ଠ କର୍ମୀଙ୍କ ପ୍ରିୟପାତ୍ର ହେବେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

କୁମ୍ଭ:-ଧନନିବେଶ ପାଇଁ ଆଜି ଉପଯୁକ୍ତ ସମୟ । ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବ । ସଭାସମିତି, ସାହିତ୍ୟ ଓ କଳାରେ ପ୍ରଶଂସିତ ହେବେ । ପ୍ରତିଦ୍ଵନ୍ଦିତାରେ ସଫଳ, ବିଦ୍ୟାକ୍ଷେତ୍ରରେ ଶୁଭଯୋଗ, ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ । ନୂତନ ଲୋକଙ୍କ ସହିତ ଭେଟ ହେବ । ଧୈର୍ଯ୍ୟ ଓ ସଂଯମ ରଖି ଅସହାୟ ମାନଙ୍କୁ ସାହାଯ୍ୟ କରିବା ଫଳରେ ଲୋକମାନଙ୍କ ନିକଟରେ ମାନସମ୍ମାନ ପ୍ରତିଷ୍ଠା ପ୍ରତିପ୍ରତ୍ତି ବୃଦ୍ଧି ପାଇବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ମୀନ:-ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ । ବାଦବିବାଦ, ପରୀକ୍ଷା, ପ୍ରତିଯୋଗୀତା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ତରବାରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡକୁ ନଜର ଦେଇ କାମ କରିବା ଉଚିତ୍ । ସେୟାର ମାର୍କେଟରେ ଲାଭ ମିଳିବ । ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ । ଭାବନାର ବଶୀଭୂତ ହୋଇ ଅମିନୀ, ଜାମିନି, ମଧ୍ୟସ୍ଥତା ଠିକ୍ ହେବ ନାହିଁ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!