ଦୈନିକ ରାଶିଫଳ: ୧୬ ସେପ୍ଟେମ୍ବର ୨୦୧୯, ମହାଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କର କର୍ମ ଓ ବ୍ୟବସାୟରେ ପ୍ରଚୁର ଲାଭ ହେବ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ବ୍ୟବସାୟୀମାନେ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ। ମହିଳାମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ। କର୍ମକ୍ଷେତ୍ରରେ ସମ୍ମାନ ଲାଭ ସହ ନୂଆ ନୂଆ ଯୋଜନା ପ୍ରସ୍ତୁତ କରିବେ। ପାରିବାରିକ କ୍ଷେତ୍ରରେ ସୁଖ ଶାନ୍ତି ପ୍ରାପ୍ତି ହେବ। ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ। ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପ୍ରତ୍ୟେକ କ୍ଷେତ୍ରରେ ଅଯଥା ତରତର ନ ହୋଇ ବିବେକ ବୁଦ୍ଧି ଖଟାଇ ଧୈର୍ଯ୍ୟର ସହିତ ଚାଲିବା ଉଚିତ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ସାମାଜିକ ସ୍ଥିତି, ମାନ-ସମ୍ମାନ ଓ ବ୍ୟବସାୟ କ୍ଷେତ୍ରରେ କଠିନ ପରିଶ୍ରମ କରିବାକୁ ପଡିବ। ପରିବାରରେ ମାତା ପିତାଙ୍କ ସହ କଳହ ସୃଷ୍ଟି ହେବ। ପ୍ରତିବନ୍ଧକ ସତ୍ତ୍ୱେ ମଧ୍ୟ ଆଗକୁ ବଢ଼ିବାର ଇଚ୍ଛା ଏବଂ ଆତ୍ମ ବିଶ୍ୱାସ ବୃଦ୍ଧି ହେବ। ବନ୍ଧୁ ମିତ୍ରଙ୍କ ଉପଦେଶକୁ ଖରାପ ନଭାବି ମାନି ନେବା ହିତକର। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳତା ମିଳିବ। ଉତ୍ତରାଧିକାର ଏବଂ ପୈତୃକ ସମ୍ପତ୍ତିକୁ ନେଇ କୋର୍ଟକଚେରୀ ମାମଲାରେ ସମସ୍ୟା ସମାଧାନର ବାଟ ମିଳିବ। କୌଣସି କାର୍ଯ୍ୟ କରିବା ପୂର୍ବରୁ ବୁଝିବିଚାରି ନିର୍ଣ୍ଣୟ ନେବା ଆବଶ୍ୟକ। ପ୍ରତିକାରମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ମିଥୁନ:-

ଜମି ଜମା ସଙ୍କ୍ରାନ୍ତିୟ ପଟ୍ଟା, ଦସ୍ତାବେଜ ଏବଂ ଅନୁବନ୍ଧନ ଆଦିରେ ସଫଳତା ମିଳିବ। ବନ୍ଧୁ, ମିତ୍ର ଏବଂ ସହକର୍ମୀ ମାନଙ୍କ ଦ୍ଵାରା ଲାଭବାନ ହେବେ। କର୍ମକ୍ଷେତ୍ରରେ ପୁରୁଣାପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରିବ। ବ୍ୟବସାୟରେ ସାହାଯ୍ୟ ସହଯୋଗ ମିଳିବ। ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ। ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ। ରାଜନୈତିକ କ୍ଷେତ୍ରରେ ପ୍ରତିଷ୍ଠିତ ହେବାପାଇଁ କରିଥିବା ଯୋଜନା ସଫଳ ହୋଇପାରିବ। ବନ୍ଧୁଙ୍କ ଆଗମନ ହେବ। କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧି ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-

ନିଜର ସାମୁଦାୟିକ ମାମଲା ବା ଜନ କଲ୍ୟାଣର କାର୍ଯ୍ୟ ଇଛା ଅନୁସାରେ ସମ୍ପନ୍ନ କରିବେ। ଜାଗା, ଜମି, ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ। ଆତ୍ମବିଶ୍ଵାସ ବୃଦ୍ଧି ପାଇବ। କୀର୍ତ୍ତୀ ଓ ମାନ-ପ୍ରତିଷ୍ଠାରେ ବୃଦ୍ଧି ହେବ। ଚାକିରୀରେ ଉନ୍ନତି କରିବେ। ରୋଜଗାର ପ୍ରାପ୍ତି ହେବାର ସମ୍ଭାବନା ଅଛି ବା ନୂଆ ନିଯୁକ୍ତି ଯୋଗ ଅଛି। ଏମିତି କାର୍ଯ୍ୟ ଆଜି କରିବେ ଯାହାକି ଭବିଷ୍ୟତ ଆକାଂକ୍ଷାକୁ ପୂର୍ଣ୍ଣ କରିବ। ଭରପୁର ଆନନ୍ଦ ପାଇଲାଭଳି ଫାଇଦା ଉଠେଇବେ। ପାଖରେ ଥିବା ସାଥୀ ଓ ପ୍ରିୟଜନଙ୍କୁ ଆର୍ଥିକ ଏବଂ ଭାବନାତ୍ମକ ସାହାଯ୍ୟ ସହଯୋଗ କରିବାକୁ ବାଧ୍ୟ ହେବେ। ପ୍ରତିକାର– ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

ସିଂହ:-

ପଢିବା, ପଢେଇବା ବା ଅଧ୍ୟାପନା ମାମଲାରେ ଆଗକୁ ଗତି କରିବେ। ସନ୍ତାନଙ୍କର ଉନ୍ନତିରେ ଉତ୍ସାହିତ ହେବେ। ସମସ୍ତଙ୍କ ପ୍ରତି ସକରାତ୍ମକ ଚିନ୍ତା ଆଗକୁ ବଢିବାରେ ସାହାଯ୍ୟ କରିବ। ସମସ୍ତ ବାଧାକୁ ସଂଘର୍ଷ କରି ଆଗକୁ ବଢି ପାରିବେ। ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ। ଭବିଷ୍ୟତରେ ମିଳିବାକୁ ଥିବା ସମ୍ପତ୍ତି ସମ୍ବନ୍ଧୀୟ ମାମଲାରେ ଲଢିବେ। ଗୃହିଣୀମାନେ ମୋଟାମୋଟି ଭାବେ ସୁଖରେ ଦିନଟି କାଟିବେ। ଶିକ୍ଷା କ୍ଷେତ୍ରରେ ସଫଳ ହେବେ। କର୍ମକ୍ଷେତ୍ରରେ ଆଶା କରୁଥିବା ଘଟଣା ଘଟିବା ଫଳରେ ପ୍ରଶାସନ କ୍ଷେତ୍ରରେ ଦ୍ଵନ୍ଦ ଦୂର ହେବ। ପ୍ରତିକାର- ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ।

କନ୍ୟା:-

ଆଦର୍ଶବାଦୀ ହେବେ। କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ। ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ କିଛି ବ୍ୟୟ ଘଟିବ। ପରିବାରରେ ମନୋମାଳିନ୍ୟ ଥିଲେ ଆଜି ଚେଷ୍ଟାକଲେ ମେଣ୍ଟିଯିବ। ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ବିଜୟୀ ହେବେ। ବ୍ୟବସାୟରେ ଆଶାତୀତ ଲାଭ ପାଇବେ। ଶତୃମାନେ ତଳମୁହାଁ ହେବେ। ଆର୍ଥିକ କ୍ଷେତ୍ରରେ ଉନ୍ନତି ଦେଖାଦେବ। ମାନସିକ ଦୁଃଶ୍ଚିନ୍ତା ଦୂର ହେବ। ନୂତନକର୍ମ ନିଯୁକ୍ତି ପାଇଁ ଚେଷ୍ଟା ସଫଳ ହେବ। ଦାମ୍ପତ୍ୟ ସୁଖରେ ସୁଖୀହେବେ, ଭୌତିକ ସୁଖ ସୁବିଧା ପ୍ରାପ୍ତିହେବ। ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-

ଉଚ୍ଚ ଶିକ୍ଷା ଅଧ୍ୟୟନ ପାଇଁ ବିଦେଶ ଯାତ୍ରା କରିବେ। ବନ୍ଧୁ ମିତ୍ର ଓ ସହକର୍ମୀଙ୍କ ଠାରୁ ଆଶାତୀତ ସହଯୋଗ ମିଳିବ। ରାଜନୈତିକ କ୍ଷେତ୍ରର ସାବଧାନତା ପୂର୍ବକ ପାଦ ବଢେଇବା ବୁଦ୍ଧିମତାପୂର୍ଣ୍ଣ ହେବ। ପ୍ରଚୁର ଖଟଣି ଖଟି ନିଜର ଭାବ ମୂର୍ତ୍ତିକୁ ବଜାୟ ରଖିବେ। ବ୍ୟବସାୟରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ। ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ ଚାକିରି କ୍ଷେତ୍ରରେ ଉନ୍ନତି ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ପାରିବାରିକ ତିକ୍ତତାର ସମସ୍ୟା ଦୂର ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:- 

କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ। ମାନସିକ ଅଶାନ୍ତି ଦୂର ହେବ। ବସ୍ତ୍ରାଭୂଷଣ ବ୍ୟବସାୟୀମାନେ ବିଶେଷ ଲାଭବାନ ହେବେ। ଅଧାଥିବା କାର୍ଯ୍ୟ ପୂରଣ ହେବ। ଆର୍ଥିକ ସ୍ୱଚ୍ଛଳତା ଦେଖା ଦେବ। ନୂତନ କର୍ମ ନିଯୁକ୍ତି ପାଇବେ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ, ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ। ଧର୍ମାନ୍ଧତାରୁ ଦୂରେଇ ରହି, ଅଧ୍ୟାତ୍ମିକତାର ପ୍ରଦର୍ଶନ କରିବେ। ମନୋରଞ୍ଜନ କାର୍ଯ୍ୟ କ୍ରମରେ ଯୋଗଦେଇ କଳାସଙ୍ଗୀତ ଓ ନୃତ୍ୟ ଗୀତରେ ମଜ୍ଜି ରହିବେ। ପୈତୃକ ସମ୍ପତ୍ତି ନେଇ ବିବାଦର ସମାଧାନ ହେବ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ। 

ଧନୁ:-

ସାମାଜିକ ସ୍ତରରେ ପ୍ରଶଂସିତ ହେବେ। ଆତ୍ମୀୟ ମିତ୍ରଙ୍କ ସାହାଯ୍ୟରେ ବନ୍ଦ ଥିବା କାର୍ଯ୍ୟ ପୂରଣ ହେବ। ପ୍ରତିଯୋଗିତାପରୀକ୍ଷା, ବାଦବିବାଦ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ। କାର୍ଯ୍ୟ କ୍ଷେତ୍ରରେ ନୂତନ ଯୋଜନା ପାଇଁ ସହଯୋଗ ମିଳିବ। ଆପଣଙ୍କର ଦୃଢ଼ ଆତ୍ମବିଶ୍ୱାସ ଦ୍ୱାରା ସମସ୍ତ ବାଧା ବିଘ୍ନକୁ ଅତିକ୍ରମ କରି ଆଗକୁ ବଢ଼ିବାର ଯୋଜନାରେ ସଫଳ ହେବେ। ବ୍ୟବସାୟରେ ଦୂରଯାତ୍ରା କରି ସଫଳତା ପାଇବେ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଗଲେ ମଧ୍ୟ ତାହା କୌଶଳ କ୍ରମେ ସମାଧାନ ହେବ। କମ୍ ପରିଶ୍ରମରେ ଆଶାଜନକ ଫଳ ପାଇବେ। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।

ମକର:-

ଶାରୀରିକ କଷ୍ଟ ଦୂରେଇ ଯିବ। ଗୃହ, ଜମି ସମସ୍ୟାକୁ ନେଇ ବାଦବିବାଦ, ମାଲିମୋକଦ୍ଦମା, ପରୀକ୍ଷାପ୍ରତିଯୋଗିତା ଓ ସାକ୍ଷାତ୍କାରରେ କୃତକାର୍ଯ୍ୟ ହେବେ। ଭୌତିକ ଓ ଆଧ୍ୟାତ୍ମିକ ମାମଲାରେ ବ୍ୟସ୍ତ ରହିବେ। ଅବହେଳିତ ଲୋକଙ୍କ ସହ ମିଳାମିଶା କରି ପ୍ରଶଂସିତ ହେବେ। ଶିକ୍ଷା କିମ୍ବା ସାଂଗଠନ କାର୍ଯ୍ୟରେ ଅଂଶ ଗ୍ରହଣ କରିବେ। ଆର୍ଥିକ କ୍ଷେତ୍ରରେ କୌଣସି ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେବା ପୂର୍ବରୁ ବୁଝି ବିଚାରି କର୍ମ କରିବା ଉଚିତ୍। ପାର୍ଟନର୍ସିପ୍ କ୍ଷେତ୍ରରେ ଆଖିବନ୍ଦ କରି କୌଣସି ପଦକ୍ଷେପ ନେଇ ପାରିବେ। ଛାତ୍ର-ଛାତ୍ରୀମାନେ ପରୀକ୍ଷା ପ୍ରତିଯୋଗିତାରେ ସଫଳ ହେବେ। ପ୍ରତିକାରମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

କୁମ୍ଭ:-

ଆମୋଦ-ପ୍ରମୋଦ, କ୍ରିଡା, ଆଡମ୍ବରରେ ଆଗ୍ରହ ବଢିବ। ବ୍ୟକ୍ତିଗତ ସୁଖ, ଦୁଃଖ ତଥା ମନର ଭାବ କେହି ଠିକ୍ ଭାବେ ଠଉରେଇ ପାରିବେ ନାହିଁ। ବ୍ୟବସାୟୀମାନେ ଧୈର୍ଯ୍ୟଧରୀ ପରିଶ୍ରମ ନ କଲେ ବ୍ୟବସାୟକୁ ରକ୍ଷା କରିବା କାଠିକର ପାଠ ହେବ। ମହିଳାମାନଙ୍କର କର୍ମ, ବ୍ୟବସାୟରେ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ଅଧ୍ୟୟନରେ ଅଧିକ ପରିଶ୍ରମ କରିବା ଆବଶ୍ୟକ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତି ଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ। ପ୍ରତିକାର:- ଅସହାୟାକୁ ସାହାଯ୍ୟ କରନ୍ତୁ।

ମୀନ:-

ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ପରାଧୀନତା ବେଡିରେ ଶୃଙ୍ଖଳିତ ହୋଇ ମଧ୍ୟ ନିଜସ୍ଵ ପ୍ରତିଭା ପ୍ରଦର୍ଶନର ସୁଯୋଗ ପାଇବେ। ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ। ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷାକରି ପ୍ରଶଂସିତ ହେବେ। ରାଜନୀତିରେ କୃତକାର୍ଯ୍ୟ ହେବେ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ଉପରିସ୍ଥଙ୍କ ଶ୍ରଦ୍ଧାଭାଜନ ହେଲେ ମଧ୍ୟ ଅଧସ୍ତନଙ୍କ ଈର୍ଷା ଓ ଅସହିଷ୍ଣୁତାର ଶିକାର ହୋଇ ପାରନ୍ତି। ପରୀକ୍ଷା ପ୍ରତିଯୋଗିତା, ବାଦବିବାଦ ଓ ମାଲିମୋକଦ୍ଦମାରେ ସଫଳତା ମିଳିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!