ଦୈନିକ ରାଶିଫଳ: ୧୬ ସେପ୍ଟେମ୍ବର ୨୦୨୦, ଶ୍ରୀ ଗଣେଶଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ କର୍ମରେ ପ୍ରବଳ ଉନ୍ନତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ସେପ୍ଟେମ୍ବର ମାସ ୧୬ ତାରିଖ, ବୁଧବାର, କନ୍ୟା ମାସ ୧ ଦିନ, ଆଶ୍ଵିନମାସ, କୃଷ୍ଣପକ୍ଷ, ଚତୁର୍ଦ୍ଦଶୀତିଥି, ମଘା ନକ୍ଷତ୍ର, ସିଂହରାଶିରେ ଚନ୍ଦ୍ର। କର୍କଟ ରାଶିର ଘାତବାର। କର୍କଟ, ମକର ରାଶିର ଘାତଚନ୍ଦ୍ର। ବିରି ଜାତୀୟ ଦ୍ରବ୍ୟ ନ ଖାଇଲେ ଭଲ। ଶୁଭସମୟ- ପ୍ରାତଃ ୫ଟା ୩୮ମିନିଟ୍ ରୁ ୮ଟା ୨ମିନିଟ୍, ଦିବା ୧୦ଟା ୨୯ମିନିଟ୍ ରୁ ୧୧ଟା ୪୦ମିନିଟ୍, ଦିବା ୧ଟା ୪୩ମିନିଟ୍ ରୁ ୪ଟା ୬ମିନିଟ୍, ସନ୍ଧ୍ୟା ୬ଟା ୩୩ମିନିଟ୍ ରୁ ୭ଟା ୧୮ମିନିଟ୍, ରାତ୍ର ୮ଟା ୫୫ମିନିଟ୍ ରୁ ୨ଟା ୩୮ମିନିଟ୍। ପର୍ବଦିନ- କନ୍ୟା ସଂକ୍ରାନ୍ତି, ବିଶ୍ଵକର୍ମା ପୂଜା, ଅପରପକ୍ଷର ଚତୁର୍ଦ୍ଦଶୀ ଶ୍ରାଦ୍ଧ, ବଜ୍ରକାଳିକା ପୂଜା।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ବାଦବିବାଦ, ମାଲିମୋକଦ୍ଦମା, ପରୀକ୍ଷା, ପ୍ରତିଯୋଗିତାରେ ସଫଳତା ମିଳିବ। ନିଜକୁ ମଧ୍ୟ ଖୁସି ଓ ସୁରକ୍ଷିତ ଅନୁଭବ କରିବେ। ବ୍ୟବସାୟ କ୍ଷେତ୍ରରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ। ମାଆବାପାଙ୍କ ଠାରୁ ସହଯୋଗ ମିଳିବ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ। ଉଚ୍ଚଶିକ୍ଷା କ୍ଷେତ୍ରରେ ସଫଳ ହେବେ। କର୍ମକ୍ଷେତ୍ରରେ ଉଚ୍ଚଧିକାରୀ ଓ ସହକର୍ମୀଙ୍କ ସହ ବାଦବିବାଦ ମେଣ୍ଟିଯିବ। ପରିବାରର ଉନ୍ନତି ପାଇଁ ପ୍ରୟାସରତ ହେବେ କିନ୍ତୁ ପରିବାରର କେତେକ ସମସ୍ୟା ନେଇ, ମାନସିକ ପୀଡା ଅନୁଭବ କରି ପାରନ୍ତି। ଯାନ ବାହନରେ ସାବଧାନତା ଅବଲମ୍ବନ କରନ୍ତୁ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ବୃଷ:-

ସ୍ଵାସ୍ଥ୍ୟରେ ଉନ୍ନତି ଦେଖାଦେବ। ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବା ଫଳରେ କାର୍ଯ୍ୟକ୍ଷେତ୍ରରେ ମାନସିକ ଶାନ୍ତି ମିଳିବ। ଅନେକ ସମସ୍ୟାର ସମାଧାନ ହୋଇ ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ। ନୂଆ ନିଯୁକ୍ତି ପାଇବାର ସମ୍ଭାବନା ଅଛି। କର୍ମକ୍ଷେତ୍ରରେ କର୍ତ୍ତୁତ୍ଵ ଜାରି ରଖି ଶ୍ରମିକ ଓ କର୍ମଚାରୀଙ୍କୁ ପ୍ରଭାବିତ କରିବା ଫଳରେ, ପ୍ରଗତିର ବେଗ ତ୍ଵରାନ୍ୱିତ ହେବ। ଯାତ୍ରାଫଳରେ ଉତ୍ସାହିତ ହେବେ। ଗୃହୋପକରଣ କ୍ରୟ କରିବେ। ଜମି ଜମା ସଙ୍କ୍ରାନ୍ତିୟ ସମସ୍ୟାରେ ସଫଳତା ମିଳିବ। ପ୍ରେମପ୍ରସଙ୍ଗରେ ସଫଳତା ମିଳିବ। ବିଦ୍ୟାରେ ଉନ୍ନତି କରିବେ। ପ୍ରତିକାର କୁକୁରକୁ କିଛି ଖାଦ୍ୟ ଦିଅନ୍ତୁ।

ମିଥୁନ:-

ସାମାଜିକ କ୍ଷେତ୍ର ପ୍ରେରଣା ଓ ଉତ୍ସାହ ଦାୟକ ହେବ। ବନ୍ଧୁ ଓ ସହକର୍ମୀ ମାନଙ୍କ ଦ୍ଵାରା ଲାଭବାନ ହେବେ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ।ବ୍ୟବସାୟ କ୍ଷେତ୍ରରେ ପୁରୁଣାପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରିବ। ଦୂରଯାତ୍ରାର ସୁଯୋଗ ପାଇବେ।  ବାଦବିବାଦ, ମାଲିମୋକଦ୍ଦମାରେ ବିଜୟୀ ହେବେ। ବୃତ୍ତିଗତ ଦୃଷ୍ଟିରୁ ସମୟ ଅତ୍ୟନ୍ତ ଶୁଭ। ଆୟର ସ୍ରୋତ ବୃଦ୍ଧି ହେବ। ଛାତ୍ରଛାତ୍ରୀମାନେ ଉଚ୍ଚଶିକ୍ଷା କ୍ଷେତ୍ରରେ ସଫଳ ହେବେ। ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ। ସନ୍ତାନ ପକ୍ଷର ଚିନ୍ତା ଦୂର ହୋଇଯିବ। କର୍ମପ୍ରତି ଉତ୍ସାହ ଓ ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-

ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ। ସାମାଜିକ ଦାୟିତ୍ୱ ବୃଦ୍ଧି ପାଇବ। ପରୋପକାର କାର୍ଯ୍ୟରେ ବିଶେଷ ରୁଚି ବଢ଼ିବ। ପାରିବାରିକ ଜୀବନରେ ଶାନ୍ତି, ଭାଇ ଓ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବ। ବନ୍ଧୁ ବାନ୍ଧବଙ୍କଠାରୁ ପୂର୍ଣ୍ଣ ସହଯୋଗ ପ୍ରାପ୍ତ ହେବ। ରାଜନୀତିରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ଦାମ୍ପତ୍ୟ କଳହର ଅବସାନ ଘଟିବ। କଠିନ ପରିଶ୍ରମ ହେତୁ ଶାରିରୀକ ଓ ମାନସିକ କଷ୍ଟ ଭୋଗିବେ। ବଡପଣିଆ ଦେଖାଇଲେ ଭଲ ବଦଳରେ ମନ୍ଦଫଳ ଭୋଗିବାକୁ ପଡିବ। ଈର୍ଷାପରାୟଣ ବ୍ୟକ୍ତିମାନେ କଟୁ ବଚନ ଶୁଣେଇବେ। ସନ୍ତାନଙ୍କ ଚିନ୍ତାରେ ମାନସିକ ଚିନ୍ତା ବୃଦ୍ଧି ହେବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-

ସମସ୍ତ ଚିନ୍ତାରୁ ମୁକ୍ତି ହୋଇ ମାନସିକ ଶାନ୍ତି ମିଳିବ। ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍। ନୂତନ ଦ୍ରବ୍ୟ କ୍ରୟ କରିବେ। ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ। ଶତୃମାନେ ଦୂରେଇ ଯିବେ। କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି। ସରକାରୀ କ୍ଷେତ୍ରରେ ସଫଳତା ମିଳିବ। ବକେୟା ଅର୍ଥ କିଛି ମିଳିବ। ଅଧୁରା କାର୍ଯ୍ୟ ପୂରଣ ହେବ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-

ପ୍ରତିଯୋଗୀତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ। କଠିନ କାର୍ଯ୍ୟ ସହଜରେ ସମାଧାନ କରିବେ। ଦାମ୍ପତ୍ୟ ଜୀବନରେ ମଧୁରତା ସୃଷ୍ଟି ହେବ। ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। ବାଦବିବାଦ, ମାଲିମୋକଦ୍ଦମା, ପରୀକ୍ଷା, ପ୍ରତିଯୋଗିତାରେ ସଫଳତା ମିଳିବ। ମିତ୍ରଙ୍କ ସହାୟତା ଦ୍ଵାରା ଉନ୍ନତି ହେବ। ନିଜର କାମକୁ ପଛରେ ପକାଇ ଅନ୍ୟଦ୍ଵାରା ପ୍ରଭାବିତ ହୋଇ କୌଣସି ଭୁଲ୍ କାମ କରି ପାରନ୍ତି। କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ଅପେକ୍ଷା କରନ୍ତୁ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି ଆଜି କ୍ରୟ ନକରିବା ଉଚିତ୍। ଆବଶ୍ୟକତା ପୂରଣ ଦିଗରେ ବହୁତ ଖର୍ଚ୍ଚାନ୍ତ ହେବେ।  ପ୍ରତିକାର କୁକୁରକୁ ଖାଇବାକୁ ଦିଅନ୍ତୁ।

ତୁଳା:-

ସମାଜିକ କାର୍ଯ୍ୟରେ ପ୍ରେରଣା ଓ ଉତ୍ସାହ ପ୍ରାପ୍ତି ହେବ। ସ୍ଵାସ୍ଥ୍ୟର କିଛି ପରିବର୍ତ୍ତନ ଘଟିବ। କର୍ମକ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ ଓ ଆୟ ବୃଦ୍ଧି ହେବ। ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ। ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀହେବେ। କାଷ୍ଠ ଉପକରଣ ବ୍ୟବସାୟୀ ମାନେ ଲାଭବାନ ହେବେ। ପାରିବାରିକ ଜୀବନ ସୁଖମୟ ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। କର୍ମ ନିଯୁକ୍ତି ପାଇଁ ଚେଷ୍ଟା କରିବେ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।  

ବିଚ୍ଛା:-

ବାଣିଜ୍ୟ, ନିର୍ମାଣ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା କରିବାକୁ ବାଧ୍ୟ ହେବେ। ଜନ ସେବାରେ ନିଜକୁ ନିୟୋଜିତ କରିବେ। ବ୍ୟବସାୟ ସମ୍ବନ୍ଧୀୟ ଜରୁରୀ କାର୍ଯ୍ୟ ପାଇଁ ଯାତ୍ରା କରିବାକୁ ପଡିବ। ନୂତନ ବନ୍ଧୁ ମିତ୍ରଙ୍କ ମିଳନ ହେବ। ପ୍ରେମପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ। ଅଧାଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ। ନିଜର ଚତୁରତା ଓ ବିବେକ ହେତୁ ସମସ୍ତ ବିପରୀତ ପରିସ୍ଥିତିର ସାମ୍ନା କରିପାରିବେ। ଶିକ୍ଷା କ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ। ଉଚ୍ଚ ଶିକ୍ଷା ହାସିଲ କରିବା ପାଇଁ ପ୍ରୟାସରତ ରହିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-

ସମସ୍ତ କ୍ଷେତ୍ରରେ ଖୁସି ମିଳିବ। ବିଚାର ବିଭାଗର ରାୟ ଆପଣଙ୍କ ସପକ୍ଷରେ ଯିବ। ରାଜନୀତି ରେ ଉନ୍ନତି ହେବ। ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ପ୍ରେମୀପ୍ରେମିକାଙ୍କ ମିଳନ ହେବ ଓ ସଫଳତା ମିଳିବ। ଦାମ୍ପତ୍ୟ ଓ ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବ। ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।   

ମକର:-

ଲୋକଙ୍କ ପ୍ରତି ଉଦାର ଓ ଦୟାଳୁ ପ୍ରବୃତି ଜାଗ୍ରତ ହେବ। କଥା ବାର୍ତ୍ତାରେ ନିୟନ୍ତ୍ରଣ ନ ରହିଲେ ବିପଦର ସମ୍ମୁଖୀନ ହେବେ। ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ସମସ୍ୟାକୁ ସୁଧାରିବା ପାଇଁ ଚେଷ୍ଟା କରି କୌଶଳକ୍ରମେ ସମାଧାନ କରିବେ। ପଡୋଶୀମାନେ ସ୍ଵାର୍ଥ ହାସଲ କରିବା ପାଇଁ ବାକ୍ ଚାତୁରୀ କଥାକହି କାର୍ଯ୍ୟ ପୂରଣ କରିବେ। ବ୍ୟବସାୟରେ ଉଧାର ଦେଲେ ଫେରି ପାଇବା ପାଇଁ ଅନାବଶ୍ୟକ ଧାଁଦୌଡ଼ କରିବାକୁ ପଡିବ। ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। କର୍ମକ୍ଷେତ୍ରରେ ମିଥ୍ୟା ଅଭିଯୋଗ ଶୁଣି ଅନ୍ୟ ଉପରେ ବିରକ୍ତ ହେବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-

ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ। କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ। କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ। ବ୍ୟବସାୟ କ୍ଷେତ୍ରରେ ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକିଟଙ୍କା ମିଳିଯିବ। ଉପରିସ୍ଥ କର୍ମଚାରୀ ଦେଇଥିବା ପ୍ରତିଶୃତି ରକ୍ଷା କରିବା ଫଳରେ ମାନପ୍ରତିଷ୍ଠା ବଢିବ। ପ୍ରେମ କ୍ଷେତ୍ରରେ ସଫଳତା ପାଇବେ। ନୂତନ କାର୍ଯ୍ୟଆରମ୍ଭ କରିପାରିବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ। ରାଜନୀତି, ସଂଗଠନ, ସଭାସମିତି କ୍ଷେତ୍ରରେ ଲୋକ ସମ୍ପର୍କ ବଢିବ। ପାଠପଢ଼ାରେ ମନଯୋଗ ଦେବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-

କର୍ମକ୍ଷେତ୍ରରେ ସହଯୋଗୀମାନଙ୍କ ଯୋଗୁ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବାର ରାସ୍ତା ପରିଷ୍କାର କରିବେ। ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ। କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ମିଳିବ। ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବା ଫଳରେ ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ରାଜନୀତି ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ। ଛାତ୍ରଛାତ୍ରୀମାନେ ପ୍ରତିଯୋଗିତା ମୂଳକ କାର୍ଯ୍ୟରେ କୃତିତ୍ଵ ଲାଭ କରିବା ସହ ଉଚ୍ଚଶିକ୍ଷା ପ୍ରଚେଷ୍ଟାରେ ସାଫଲ୍ୟ ପ୍ରାପ୍ତି ହେବ। ମିତ୍ରଙ୍କ ସାହାଯ୍ୟ ଦ୍ଵାରା କାର୍ଯ୍ୟ ହାସଲ କରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!