ଦୈନିକ ରାଶିଫଳ: ୧୭ ଅପ୍ରେଲ ୨୦୧୯, ଶ୍ରୀ ଗଣେଶଙ୍କ କୃପାରୁ ଆଜି ଏହି ସବୁ ରାଶିର ସମସ୍ତ କ୍ଷେତ୍ରରେ ଶୁଭଫଳ ପ୍ରାପ୍ତି ହେବ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୧୭ ଅପ୍ରେଲ ୨୦୧୯

ମେଷ:-

ସ୍ଥିର ସ୍ଵଭାବ ଏବଂ ମଧୁରଭାଷି ହେତୁ ଲାଭକୁ ଦ୍ଵିଗୁଣା ବଢେଇ ପାରିବେ। ଅତିରିକ୍ତ ଆୟର ମଧ୍ୟ ସମ୍ଭାବନା ଅଛି। ରାଜନୈତିକ କ୍ଷେତ୍ରରେ ଆନ୍ତରିକଶକ୍ତି ଓ ଆତ୍ମବଳ ଦ୍ଵାରା ଆଗକୁ ବଢିବାରେ ସକ୍ଷମ ହେବେ। ମାନସିକଶାନ୍ତି ଅନୁଭବ କରିବେ। କୌଣସି ମହତ୍ଵପୂର୍ଣ୍ଣ ସୂଚନା ବା ସନ୍ଦେଶ ପ୍ରାପ୍ତ ହେବାର ସମ୍ଭାବନା ଅଛି।  ଆନୁଷ୍ଠାନିକ କାମ, ଗୃହସୀମା, ଜମିଜମା, ଗାଡ଼ିମୋଟର, ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ମାନସିକତା ଅକ୍ଷୁର୍ଣ୍ଣ ରହିବ। ବନ୍ଧୁଙ୍କଠାରୁ ସାହାଯ୍ୟର ପ୍ରତିଶୃତି ପାଇ ମାନସିକଶାନ୍ତି ପାଇବେ। ଅନେକ ସମସ୍ୟାର ସମାଧାନ ହୋଇ, ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ। ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ।    

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ସନ୍ତାନ ସମ୍ବନ୍ଧୀୟ ଚିନ୍ତା ଦୂର ହୋଇଯିବ। ନୂତନବନ୍ଧୁଙ୍କ ଆଗମନ ହେବ। ଦୁର୍ବଳ ବା ବୃଦ୍ଧ ଲୋକମାନଙ୍କୁ ସାହାଯ୍ୟ କରିବା ପାଇଁ ହାତ ବଢେଇବେ। କଳା, ସାହିତ୍ୟ କ୍ଷେତ୍ରରୁ ସୁଫଳ ଓ ଆନନ୍ଦ ମିଳିବ। ମହିଳାମାନେ କର୍ମକ୍ଷେତ୍ରରେ ବହୁତ ଗୁଡିଏ କାମ ହାତକୁ ନେଇ ବ୍ୟସ୍ତ ହେବେ। ବ୍ୟବସାୟ ପାଇଁ ଆଖପାଖକୁ ଯାତ୍ରା କରି ଶାନ୍ତି ଅନୁଭବ କରିବେ। କାମ-କାର୍ଯ୍ୟରେ ନୂଆ ଅନୁଭୂତି ପ୍ରୟୋଗ କରିପାରିବେ। ପାରିବାରିକ ବ୍ୟବସ୍ଥା ପରି ବର୍ତ୍ତନ ସାଙ୍ଗକୁ ଅର୍ଥସଙ୍କଟରୁ ମୁକ୍ତି ମିଳିବ। ରାଜନୀତିରେ ଅଯଥା ତରତର ନ ହୋଇ ବିବେକ ବୁଦ୍ଧି ଖଟାଇ ଧୈର୍ଯ୍ୟର ସହିତ ଚାଲିବା ଉଚିତ। ପ୍ରତିକାର- ଗୋମାତାକୁ ଖାଇବାକୁ ଦିଅନ୍ତୁ।

ମିଥୁନ:-

ପରିବହନ ବ୍ୟବସାୟରେ ଆଶାଜନକ ସଫଳତା ହାସଲ କରିବେ। ବିଦ୍ୟାର୍ଥୀମାନେ ଆନନ୍ଦିତ ହେବେ। ରାଜନୀତିରେ ଅନେକ ସମସ୍ୟାର ସମାଧାନ ହୋଇ, ହସ ଖୁସିରେ ବାତାବରଣ ଖେଳିଯିବ। ନୂଆ ଲକ୍ଷ ନିର୍ଦ୍ଧାରିତ କରି ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ପାଇଁ ପ୍ରଯତ୍ନଶୀଳ ହେବେ। ପ୍ରଭାବଶାଳୀ ବ୍ୟକ୍ତିଙ୍କ ସାନ୍ନିଧ୍ୟ ପ୍ରାପ୍ତ ହେବ। ସମସ୍ତ କାମ ନିର୍ବିଘ୍ନରେ ସମ୍ପନ୍ନ ହୋଇଯିବ। ବ୍ୟବସାୟିକ ଯାତ୍ରା କରିବା ଦ୍ଵାରା ଧନ ଲାଭ ହେବାର ସମ୍ଭାବନା ଅଛି। ପ୍ରତ୍ୟେକକ୍ଷେତ୍ରରେ କେବଳ କୌଶଳପୂର୍ଣ୍ଣ କଥାକହିବା ଦ୍ୱାରା କାମହାସଲ କରି ପାରିବେ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

କର୍କଟ:-

ଜାଗାଜମି, ଯାନବାହାନ, ସମ୍ପତ୍ତି କ୍ରୟ ଓ ବିକ୍ରୟ କରିପାରିବେ। ଚାକିରିରେ କୌଣସି ମହତ୍ଵପୂର୍ଣ୍ଣ କାର୍ଯ୍ୟ ନିଜ ହାତକୁ ନେବେ । ପୈତୃକ ସମ୍ପତ୍ତି ସମ୍ବନ୍ଧୀୟ ସମସ୍ୟା ଦୂର ହେବ।  ମାଙ୍ଗଳିକ କାର୍ଯ୍ୟରେ ଯୋଗ ଦେବେ। ପାରିବାରିକ କ୍ଷେତ୍ରରେ ସାହାଯ୍ୟ ଓ ସହଯୋଗ ମାନସିକ ସ୍ଥିତିକୁ ମଜଭୁତ୍ କରିବ। ଆର୍ଥିକ ସ୍ୱଚ୍ଛଳତା ଫେରିପାଇବେ। ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ। ନୂତନକର୍ମାରମ୍ଭ ଓ ବିନ୍ଧୁମିଳନ ହେତୁ ନୂଆ ଉତ୍ସାହନେଇ କାମ କରିବେ। ପୁରାତନ ରୋଗର ସାମାନ୍ୟ ଉପସମ ପରିଲକ୍ଷିତ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-

ପରୋପକାର ବା ଲୋକକଲ୍ୟାଣ କାମରେ ବ୍ୟସ୍ତ ରହିବେ। ଗୃହ ସମସ୍ୟାରେ ଜଡିତ ଥିଲେ ମଧ୍ୟ ଅନ୍ୟକାର୍ଯ୍ୟରେ ଧ୍ୟାନ ରଖିବାକୁ ହେବ। ରାଜନୈତିକ କ୍ଷେତ୍ରରେ ନୈତିକତା ହିସାବରୁ ଆପଣ ବହୁତ ଉଚ୍ଚରେ ରହିବେ। ଅଧ୍ୟୟନ, ଅନୁସନ୍ଧାନ, ଲେଖନ ଆଦି କାର୍ଯ୍ୟ ଆରମ୍ଭ କରିପାରିବେ। ପରିଶ୍ରମର ପୁରା ଲାଭ ମିଳିବ। ଆଶାକରିଥିବା ଦିଗରୁ ଅର୍ଥପ୍ରାପ୍ତି ହେବ। ପ୍ରକାଶନ, ପ୍ରଶାସନ, ଆଇନ ଅଦାଲତ, ସଭାସମିତି ଓ ଆମଦାନୀ ବାଣିଜ୍ୟ କ୍ଷେତ୍ରରେ ଉପକୃତ ହେବେ। ମହିଳାମାନଙ୍କୁ ପାରିବାରିକ କ୍ଷେତ୍ରରୁ ମଧ୍ୟ ପ୍ରଶଂସା ମିଳିବ। ବିଦ୍ୟାକ୍ଷେତ୍ରରେ ପ୍ରଶଂସିତ ହେବେ। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।

କନ୍ୟା:-

ବିଦ୍ୟାର୍ଥୀଙ୍କ ପାଇଁ ସମୟ ଲାଭପ୍ରଦ ହେବ। ଅଧ୍ୟୟନ, ଶୋଧ, ଅନୁସନ୍ଧାନ, ଧ୍ୟାନ, ପ୍ରାର୍ଥନା ଆଦି ପାଇଁ ସମୟ ଉପଯୁକ୍ତ ଅଟେ। ଚାକିରିରେ ସ୍ଥାନାନ୍ତର ଭୟ କଟିଯିବ। ପରିବାରର ଅନ୍ୟ ସଦସ୍ୟଙ୍କ ପ୍ରତି ସମ୍ବନ୍ଧ ସୁଦୃଢ ହେବ। ମନୋରଞ୍ଜନ ଓ ହସ-ଖୁସିରେ ସମୟ ବ୍ୟତୀତ ହେବ। ନୂଆ କ୍ୟାରିୟର ଆରମ୍ଭ କରିପାରିବେ। ରାଜନୈତିକ କ୍ଷେତ୍ରରେ ଉଚ୍ଚାକାଂକ୍ଷା ପୁର୍ତ୍ତିର ଫଳ ସ୍ୱରୂପ ନିଜ କ୍ଷେତ୍ରରେ ଅଗ୍ରଣୀ ଭୂମିକା ଗ୍ରହଣ କରି ପାରିବେ। ଯାତ୍ରା ଫଳରେ ଉତ୍ସାହିତ ହେବେ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହେବ। ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ।

ତୁଳା:-

ପ୍ରେମୀ-ପ୍ରେମିକାଙ୍କ ସମ୍ପର୍କ ସ୍ଥାପିତ ହେବ। ଗୃହୋପକରଣ କ୍ରୟ କରିବେ। ଆନୁଷ୍ଠାନିକ କାମ, ଜମିଜମା, ଗାଡ଼ି ମୋଟର, ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ମାନସିକତା ଅକ୍ଷୁର୍ଣ୍ଣ ରହିବ। ବନ୍ଧୁଙ୍କଠାରୁ ସାହାଯ୍ୟର ପ୍ରତିଶୃତି ପାଇ ମାନସିକ ଶାନ୍ତି ପାଇବେ। କୋର୍ଟ କଚେରି ମାମଲାର ବିରୋଧୀମାନେ ଯେତେ ଚାହିଁଲେ ମଧ୍ୟ ଆପଣଙ୍କର କିଛି ଅହିତ କରିପାରିବେ ନାହିଁ। ବିଦ୍ୟାର୍ଥୀମାନେ ଆନନ୍ଦିତ ହେବେ। ରାଜନୈତିକ କ୍ଷେତ୍ରରେ କ୍ରୋଧିତ ହେଲେ ତିଆରି କରିଥିବା କାର୍ଯ୍ୟରେ  ସଫଳ ହେବେ ନାହିଁ। କୌଣସି କାଗଜରେ ନପଢି ନବୁଝି ଦସ୍ତଖତ କରିବେ ନାହିଁ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଛା:-

ଯେଉଁ କାମରେ ହାତଦେବେ ତାହା ନିର୍ବିଘ୍ନରେ ସମାପନ ହେବ। ବ୍ୟାପାରରେ ନୂଆ ଅର୍ଡର ବା ଏଗ୍ରୀମେଣ୍ଟ କରିପାରିବେ। ଅଚାନକ ଧନ ପ୍ରାପ୍ତି ହେବାର ସମ୍ଭାବନା ଅଛି। ନିଜର ବ୍ୟବହାର ଓ ଜୀବନ ଶୈଳୀକୁ ମଧ୍ୟ ପରିବର୍ତ୍ତନ କରିବେ। ମାନସିକତାରେ ପରିବର୍ତ୍ତନ ହେବ। ନୂତନ ଦ୍ରବ୍ୟ କ୍ରୟ କରିବେ। ମହିଳାମାନେ ପାରିବାରିକ କ୍ଷେତ୍ରକୁ ସରସ ସୁନ୍ଦର କରିବାରେ ପ୍ରଯତ୍ନ କରିବେ। ବିଦ୍ୟାରେ ଉନ୍ନତି ହେବ। ରାଜ ନୀତିରେ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ ଓ ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ଧନୁ:-

କର୍ମକ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ପଦୋନ୍ନତି ମିଳିବାର ସୂଚନା ପାଇ ପାରନ୍ତି। ଭଲ ଚାକିରୀ ମଧ୍ୟ ମିଳିବା ସହ ମାନ-ସମ୍ମାନ, ଯଶ, କୀର୍ତ୍ତିରେ ବୃଦ୍ଧି ହେବ। କଳା, ସାହିତ୍ୟ କ୍ଷେତ୍ରରୁ ସୁଫଳ ଓ ଆନନ୍ଦ ମିଳିବ। ମହିଳାମାନେ କର୍ମକ୍ଷେତ୍ର ସତସଙ୍ଗ ଓ ମନୋରଞ୍ଜନ, କ୍ରୀଡ଼ା ଆଦିରେ ପ୍ରଶଂସିତ ହେବେ। ରାଜନୈତିକ କ୍ଷେତ୍ରରେ କେତେକ ସାଧାରଣ ଘଟଣାକୁ କେନ୍ଦ୍ରକରି ଉପୁଜିଥିବା ବିବାଦ ମେଣ୍ଟିଯିବ। ଯୁକ୍ତି-ତର୍କରେ ଦକ୍ଷତା ସହ ବ୍ୟବହାରିକ ବିଜ୍ଞାନ ଓ ଦର୍ଶନର ଗଭୀରତା ଭିତରକୁ ଟାଣିହୋଇ ଯିବେ। ବିଦ୍ୟାରେ ଶୁଭ ସମାଚାର ଶୁଣି ମାନସିକ ଚିନ୍ତା ଦୂର ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-

ଗୁରୁଜନଙ୍କ ଆଶୀର୍ବାଦ ମିଳିବ ଓ ଆଧ୍ୟାତ୍ମିକ ବୌଦ୍ଧିକ କ୍ଷେତ୍ରରେ ଦୃଢତା ପ୍ରାପ୍ତ ହେବ। ମାଲିମୋକଦ୍ଦମାରେ ବିଜୟୀ ହେବେ। ବିଦ୍ୟାର୍ଥୀମାନେ ଶୁଭ ସମାଚାର ପାଇ ଖୁସିହେବେ। ଚାକିରୀ କ୍ଷେତ୍ରରେ କଠିନ ପରିଶ୍ରମ କଲେ ସଫଳତାପୂର୍ଣ୍ଣ ଫଳ ପ୍ରାପ୍ତ କରିବେ। ସ୍ଵାସ୍ଥ୍ୟରେ ଉନ୍ନତି ହେବ। ଦୂରଯାତ୍ରା କରିଲେ ବହୁତ ଭଲ ହେବ ଓ ଆତ୍ମବିଶ୍ଵାସ ବୃଦ୍ଧି ହେବ। ଶାରୀରିକସୁସ୍ଥତା ଅନୁଭବ କରିବେ। ବନ୍ଧୁ ପରିଜନଙ୍କ ସ୍ନେହ, ଶ୍ରଦ୍ଧା ପାଇବେ। ରାଜନୈତିକ କ୍ଷେତ୍ରରେ ବିଶିଷ୍ଠ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢ଼େଇ ଦେବ। ମହିଳାମାନଙ୍କର ଉପରିସ୍ଥ କର୍ମଚାରୀ ସହଯୋଗ ଲୋଡିବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

କୁମ୍ଭ:-

ପଡୋଶୀଙ୍କ ସହିତ ଲାଗିଥିବା ବିବାଦ ଦୂର ହେବ। ଧର୍ମ କାର୍ଯ୍ୟ ଓ ଶୁଭ କାର୍ଯ୍ୟରେ ଯୋଗଦାନ କରି କିଛି ଅର୍ଥ ମଧ୍ୟ ବ୍ୟୟ କରିପାରନ୍ତି। ସମସ୍ତ ସମସ୍ୟା ଶାନ୍ତିପୂର୍ବକ ଢଙ୍ଗରେ ସମାଧାନ କରିପାରିବେ ଓ କଷ୍ଟରୁ ମୁକ୍ତି ପାଇବେ। ସଭାସମିତି, କଳା, କ୍ରୀଡ଼ା, ସଙ୍ଗୀତ ତଥା ନୂତନବନ୍ଧୁ ସମ୍ପର୍କ ସ୍ଥାପନ କ୍ଷେତ୍ରରେ ଆଶାନୁଯାୟୀ ଫଳ ପାଇବେ। ଘରର ଗୁରୁଜନ ବା ମାତା-ପିତାଙ୍କୁ ସମ୍ମାନ ଦେଲେ ତାଙ୍କର ଆଶୀର୍ବାଦରେ ଆପଣଙ୍କର ବିକାଶ ହେବ। ରାଜନୈତିକ କ୍ଷେତ୍ରରେ ମିତ୍ର ସହଯୋଗୀମାନେ ସାହାଯ୍ୟ ସହଯୋଗ କରିବେ ଓ ବିରୋଧୀମାନେ ଦୂରେଇଯିବେ। ପ୍ରତିକାର:- ଗୋମାତାଙ୍କୁ  ଖାଦ୍ୟ ଦିଅନ୍ତୁ।

ମୀନ:-

ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ସାଙ୍ଗଠନିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିବ। ଶୁଭ ସମାଚାର ଶୁଣି ମାନସିକ ଚିନ୍ତା ଦୂର ହେବ। ପୁରୁଣା ବନ୍ଧୁଙ୍କ ସହାୟତାରେ ଆର୍ଥିକସ୍ଥିତି ବଦଳିବ। ମିତ୍ର ସହଯୋଗୀମାନେ ସାହାଯ୍ୟ ସହଯୋଗ କରିବେ। ବିଦ୍ୟାର୍ଥୀମାନେ ପିକ୍ଚର, ପାର୍ଟି ବା କୌଣସି ସମାରୋହ ଆଦିରେ ଭାଗ ନେଇ ପାରନ୍ତି। ଚାକିରୀ କ୍ଷେତ୍ରରେ ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। ଗୃହାପୋକରଣ ନୂତନ ଦ୍ରବ୍ୟ କ୍ରୟ କରିବେ। ରାଜନୈତିକ କ୍ଷେତ୍ରରେ ପ୍ରଶଂସା ପାଇବେ। ପ୍ରତିକାର:- ଷଣ୍ଢକୁ ଖାଦ୍ୟ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!