ଦୈନିକ ରାଶିଫଳ: ୧୭ ଏପ୍ରିଲ ୨୦୨୦, ମା ସନ୍ତୋଶୀଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆର୍ଥିକ ସାମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଏପ୍ରିଲ ମାସ ୧୭ତାରିଖ, ଶୁକ୍ରବାର, ମେଷ ମାସ ଦିନ, ବୈଶାଖ ମାସ, କୃଷ୍ଣପକ୍ଷ, ଦଶମୀ ତିଥି, ଧନିଷ୍ଠା ନକ୍ଷତ୍ର, ମକର ରାଶିରେ ଚନ୍ଦ୍ର। ବିଛା, ଧନୁ, ମୀନ ରାଶିର ଘାତବାର। ସିଂହ ରାଶିର ଘାତଚନ୍ଦ୍ର। କଳମଶାଗ ନ ଖାଇଲେ ଭଲ। ଶୁଭସମୟ ପ୍ରାତଃ ୫ଟା ୩୧ମିନିଟ୍ ରୁ ୬ଟା ୨୦ମିନିଟ୍, ସକାଳ ୭ଟା ୧୧ମିନିଟ୍ ରୁ ୮ଟା ୩୭ମିନିଟ୍, ଦିବା ୧୨ଟା ୧୨ମିନିଟ୍ ରୁ ୨ଟା ୪୦ମିନିଟ୍, ଦିବା ୪ଟା ୨୨ମିନିଟ୍ ରୁ ସନ୍ଧ୍ୟା ୬ଟା ୧ମିନିଟ୍, ରାତ୍ର ୭ଟା ୩୪ମିନିଟ୍ ରୁ ୮ଟା ୫୨ମିନିଟ୍।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ସାଧାରଣ ଲୋକଙ୍କୁ ସହଯୋଗ କରିବା ଦ୍ଵାରା ସାମାଜିକ ପତିଆରା ଅମଳିନ ରହିବ। କର୍ମକ୍ଷେତ୍ରରେ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ସଫଳ ହେବେ ଆର୍ଥିକ ଦିଗରୁ ଉନ୍ନତି ହେବା ଫଳରେ ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି। ବ୍ୟବସାୟ କ୍ଷେତ୍ରରେ ଭୁଲ୍ ବୁଝାମଣା ଦୂର ହେବା ଯୋଗେ ହିତୈଷିମାନେ ଅଧିକ ନିବିଡ ହେବା ସାଙ୍ଗକୁ ମର୍ଯ୍ୟଦା ଜନକ ପରିସ୍ଥିତି ସୃଷ୍ଟି କରିବେ। ଆମୋଦ ପ୍ରମୋଦ, ମନୋରଞ୍ଜନ, ନୃତ୍ୟ ଗୀତ, ମଉଜ ମଜିଲିସ୍ ରେ ମଜ୍ଜି ରହିବେ। ପରିବାରର ସମ୍ପର୍କୀୟଙ୍କ କୌଣସି ଘଟଣା ଯୋଗୁ ଶୁଭ ସୂଚନା ପାଇବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବୃଷ:-

ଅଧିକାରୀଙ୍କଠାରୁ ସହଯୋଗ ମିଳିବ। କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ଆଧ୍ୟାତ୍ମିକ ବା ଧାର୍ମିକ କ୍ଷେତ୍ରରେ ବ୍ୟସ୍ତ ରହିବେ। ବେମାର, ବୃଦ୍ଧଜନ ଓ ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ। ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ଫୋନ, ମୋବାଇଲ୍, ଇଣ୍ଟରନେଟ୍ ରେ ପୁରୁଣା ମିତ୍ରଙ୍କ ଦ୍ଵାରା ସୁସମ୍ବାଦ ପ୍ରାପ୍ତି ହେବ। ପରିବହନ ବ୍ୟବସାୟରେ ଆଶାଜନକ ସଫଳତା ହାସଲ କରିବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ପାଇ ନୂଆଲକ୍ଷ ନିର୍ଦ୍ଧାରିତ କରିବେ। ଅଟକି ରହିଥିବା କାମ ଗୁଡିକ ସୁରୁଖୁରୁରେ ସମ୍ପନ୍ନ ହେବ। ପ୍ରତିକାର ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ମିଥୁନ:-

ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ। ସନ୍ତାନଙ୍କ ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ। ପରିବାରରେ କୌଣସି ଖୁସି ପ୍ରସଙ୍ଗ ଆସିବ। ମନ ଲଗାଇ କାର୍ଯ୍ୟ କରିବା ଫଳରେ ଧନ ପ୍ରାପ୍ତି ହେବ।  ବ୍ୟବସାୟୀକ କ୍ଷେତ୍ରରେ ବିତିଯାଇଥିବା ମାମଲାରେ ସଫଳତା ମିଳିବା ଯୋଗେ ରୋଜଗାର ସମସ୍ୟା ସୁଧୁରି ଯିବ। ଯେଉଁ ଜିନିଷ ପାଇବା ପାଇଁ ଚିନ୍ତା କରୁଥିଲେ ତାହା ନିଶ୍ଚିତ ଭାବେ ପାଇବେ। କୌଣସି କଥାବର୍ତ୍ତାକୁ ନେଇ ପ୍ରତାରିତ ହେବାର ଆଶଙ୍କା ଉପୁଯିବ। ଅଭାବ ଅନାଟନ ପାଇଁ ବ୍ୟୟ ସଂକୋଚନ ହେବ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

କର୍କଟ:-

ଶତୃମାନେ ପରାଜିତ ହେବେ। ବାଣିଜ୍ୟ କ୍ଷେତ୍ରରେ ଆତ୍ମବିଶ୍ଵାସ ବୃଦ୍ଧି ପାଇବା ସହ ଧନ ଲାଭ ହେବାରୁ ମନ ଖୁସି ରହିବ। ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ। ପାରିବାରିକସ୍ଥିତି ସନ୍ତୋଷ ଜନକ ହେବ। ରାଜନୀତିରେ ପରାକ୍ରମ ବଢିବ ଓ ମାନସିକ ଶାନ୍ତି ଅନୁଭବ କରିବେ। ପିଲାମାନଙ୍କ କାର୍ଯ୍ୟରେ ସମସ୍ତ ଚିନ୍ତା ଦୂର ହେବ। ପରିଶ୍ରମ କଲେ ଧନ ପ୍ରାପ୍ତି ହେବ। ଭାଇଙ୍କ ସହିତ ଲାଗିଥିବା ବିବାଦ ସମାଧାନ ହେବ। ଅଧିକାରୀ କାମରେ ପ୍ରସନ୍ନ ରହିବା ସହ ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ।  ଲୋକମାନେ ଆପଣଙ୍କ ବୁଦ୍ଧିକୁ ପ୍ରଶଂସା କରିବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-

ସାମାଜିକ ପତିଆରା ଅମଳିନ ରହିବ। ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। କର୍ମକ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ।  ଶତ୍ରୁହାନି, ଉଚ୍ଚପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, କ୍ଷମା ଗୁଣରେ ଯଶ ପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଆର୍ଥିକ ସଙ୍କଟ ଦୂରେଇ ଯିବ। ନିଜର ବାପା, ମା, ଭାଇ, ଭଉଣୀଙ୍କ କଥା ବୁଝିବାକୁ ବେଶି ଆଗଭର ହେବେ। ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ। ପାରିବାରିକ ସ୍ତରରେ ଭୁଲ ବୁଝାମଣା ଜନିତ ସୁଖ ଶାନ୍ତି ହାନି ଓ ଦାମ୍ପତ୍ୟ ସମସ୍ୟା ବୃଦ୍ଧି ହେତୁ ନିନ୍ଦା ଶୁଣିବେ। ସାମ୍ବାଦିକମାନେ କୌଣସି ଶୁଭ ସମାଚାର ଶୁଣିବାକୁ ପାଇବେ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

କନ୍ୟା:-

ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ଲାଭବାନ ହେବେ। ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ମାନସିକ ଏକାଗ୍ରତା ବଜାୟ ରହିବ। ଚିତ୍ତପ୍ରସନ୍ନ ରହିବା ଯୋଗେ କାର୍ଯ୍ୟ ସିଦ୍ଧି ହେବ। ଅନେକ ସମସ୍ୟା ସମାଧାନ କରି ଉଚ୍ଚ ଆଶାରେ ଆଗେଇବେ। ବ୍ୟବସାୟରେ ପ୍ରତିଦ୍ଵନ୍ଦିତା ସତ୍ତ୍ୱେ ଆୟ ବଢିବ। ଅଶାନ୍ତିର ଝଡ ଶାନ୍ତ ହେବ। ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ସାମ୍ବାଦିକ ମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବ। ନିଜସ୍ଵାର୍ଥ ପାଇଁ ଠିକିଲେ ଶିଖିବା ସ୍ଵଭାବ ପ୍ରକାଶ ପାଇବ। ଅନେକ କ୍ଷେତ୍ରରେ ଲଜ୍ଜା ଅପମାନ ସହ୍ୟ କରିବାକୁ ପଡିପାରେ। ପ୍ରତିକାର ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ତୁଳା:-

ସରକାରୀ ଚାପ ପଡିଲେ ମଧ୍ୟ ରାଜନୀତିରେ ଉଚ୍ଚଆଶା ସଫଳ ହେବ। ବିଚାର ବିଭାଗ ରାୟ ସପକ୍ଷରେ ଯିବ। ବ୍ୟବସାୟରେ ସାମାନ୍ୟ ଲାଭ ପାଇବେ। ସାମ୍ବାଦିକ ମାନେ ନିଜ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ଆଗ୍ରହ ବଢିବ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ। ଦୂରେଇ ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତ୍ତୀ ହେବେ। ଧର୍ମ କାର୍ଯ୍ୟ ପ୍ରତି ମନବଳାଇ ବହୁତ ଶାନ୍ତି ଲଭିବେ। ସରକାରୀ ସାହାଯ୍ୟ ପାଇବାର ସୁଯୋଗ ହାତ ପାହାନ୍ତାରେ ପହଞ୍ଚିବ। ବନ୍ଧୁ ମିତ୍ରଙ୍କ ଠାରୁ ସାହାଯ୍ୟ ପ୍ରାପ୍ତି ହେବ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-

ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ରାଜନୀତିରେ ସ୍ଵନାମ ଅର୍ଜନ କରି ପାରିବେ। ସ୍ଵାସ୍ଥ୍ୟରେ ଉନ୍ନତି, ମାନସିକ ସ୍ଥିରତା ଦେଖାହେବ। ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବ। ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହୀ ହେବେ। ପିଲାମାନଙ୍କ କାର୍ଯ୍ୟରେ ଆନନ୍ଦିତ ହେବେ। ପାରିବାରିକ କ୍ଷେତ୍ରରେ ମାନସିକ ବିଷାଦ, ଦାମ୍ପତ୍ୟ କଳହ, ଭୟ ଆଶଙ୍କା ଓ ଦ୍ଵନ୍ଦ ଦୂରେଇ ଯିବ। କର୍ମ ମୁଖରତା ଯୋଗେ ବିଛିନ୍ନ ହୋଇ ପଡିବା ଅସମ୍ଭବ ନୁହେଁ। ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହେବ। ପ୍ରତିକାର ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ଧନୁ:-

ସରକାରୀ ସାହାଯ୍ୟ ପାଇବା ଫଳରେ ଉତ୍ସାହ ଉଦ୍ଦିପନା ବୃଦ୍ଧି ପାଇବ। ପାରିବାରିକ ସ୍ତରରେ ଭୁଲ ବୁଝାମଣାର ସମାଧାନ ହୋଇ ସୁଖ ଶାନ୍ତି ବିରାଜମାନ କରିବ। ଉନ୍ନତିମୂଳକ ପଦକ୍ଷେପ ନେବା ଫଳରେ ମାନସିକ ଦୁଶ୍ଚିନ୍ତା ଓ ଶତୃବଧା ଦୂରେଇ ଯିବ। ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ। ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ। ବ୍ୟବସାୟରେ ଇଚ୍ଛା ମୁତାବକ ଲାଭପାଇବେ। ଅନେକ ଶୁଭ କର୍ମର ସୁଯୋଗ ପାଇବେ। ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-

ସାମ୍ବାଦିକ ମାନେ ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ। ସାମାଜିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ଆୟବୃଦ୍ଧି, ଋଣମୁକ୍ତି, କର୍ମ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ। ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ। ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ। ଶତୃମାନେ ମଥାନତ କରିବେ। ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ। ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବ ନାହିଁ। ନିଜ ଚେଷ୍ଟାରେ ବାକିଥିବା ଅର୍ଥ ପାଇବେ। ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ। ପୂର୍ବ ଶତୃମାନେ ପଛଘୁଞ୍ଚା ଦେବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-

କର୍ମକ୍ଷେତ୍ରରେ ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରି ହେବେ। ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ।  ସଚ୍ଚୋଟ ଓ ନ୍ୟାୟୀ ବ୍ୟକ୍ତି ହିସାବରେ ସମ୍ମାନ ପାଇବେ। ଆର୍ଥିକ ଦିଗର ଅଭିବୃଦ୍ଧି ପାଇଁ ଚେଷ୍ଟିତ ହେବେ। ସ୍ଵାର୍ଥକୁ କେନ୍ଦ୍ରକରି ସବୁଥିରେ ପଶିବାର ସୁଯୋଗ ପାଇବେ। ଯଥେଷ୍ଟ ଆର୍ଥିକ ଉନ୍ନତି ଘଟିପାରେ କିନ୍ତୁ  ଆୟ ଅପେକ୍ଷା ବ୍ୟୟ ବୃଦ୍ଧି ହେବ। ରାଜନୀତି କ୍ଷେତ୍ରରେ ବାଧା ବନ୍ଧନ ନମାନି ଆଗେଇ ଯିବାର ସୁଯୋଗ ପାଇବେ। ଇଲୋକଟ୍ରୋନିକ୍ସମିଡିଆ ଓ ପ୍ରିଣ୍ଟ ମିଡିଆର ସାମ୍ବାଦିକ ମାନେ ଜନ ସମର୍ଥନ ପାଇ ସଫଳ ହେବେ। ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷା କରି ଶାନ୍ତି ପାଇବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ମୀନ:-

ସାମାଜିକ କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ସଫଳ ହେବେ। ସାମ୍ବାଦିକ ମାନେ ପ୍ରଶଂସିତ ହେବେ। କର୍ମକ୍ଷେତ୍ରରେ ଉଚ୍ଚାଧିକାରୀଙ୍କ ସହଯୋଗରେ ଜବରଦସ୍ତି ଉନ୍ନତି ଓ ନ୍ୟାୟ ମିଳିବ। ଆୟର ସ୍ରୋତ ଖୋଲିଯିବ। ପ୍ରେମ ସମ୍ପର୍କ ବିବାହରେ ପରିଣତ ହୋଇପାରେ। ପାରିବାରିକ କ୍ଷେତ୍ରରେ ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷା କରି ସ୍ନେହସଦ୍ଭାବର ବୃଦ୍ଧି ହେବ। ଘରୋଇ ସମସ୍ୟାର ସମାଧାନ ହେବ। ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ। ନୂତନ ଯୋଜନା ପ୍ରସ୍ତୁତ କରି ବ୍ୟବସାୟରେ ଆୟ ଉପାର୍ଜ୍ଜନର ବୃଦ୍ଧି ହେବ। ଶିକ୍ଷା କ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସା ପାଇବେ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!