ଦୈନିକ ରାଶିଫଳ: 17 ଏପ୍ରିଲ 2021, ଶନିଦେବଙ୍କ କୃପାରୁ ଆଜି ଏହି ରାଶି ବ୍ୟକ୍ତିଙ୍କୁ ମିଳିବ କର୍ମରେ ଉନ୍ନତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ଅପ୍ରେଲମାସ ୧୭ତାରିଖ, ଶନିବାର, ମେଷମାସ ୪ଦିନ, ଚୈତ୍ରମାସ, ଶୁକ୍ଳପକ୍ଷ, ପଞ୍ଚମୀତିଥି, ମୃଗଶିରା ନକ୍ଷତ୍ର, ବୃଷରାଶିରେ ଚନ୍ଦ୍ର, ଦିବା ୧ଟା ୮ମିନିଟ୍ ପରେ ମିଥୁନ ରାଶିରେ ଚନ୍ଦ୍ର । ବୃଷ, ସିଂହ, କନ୍ୟା ରାଶିର ଘାତବାର । ବିଛା ରାଶିର ଘାତଚନ୍ଦ୍ର । ବେଲ ନ ଖାଇଲେ ଭଲ, ରାତି ୮ଟା ୩୩ମିନିଟ୍ ପରେ ପିତା ଦ୍ରବ୍ୟ ନ ଖାଇଲେ ଭଲ । ଶୁଭସମୟ- ଦିବା ୧୦ଟା ୧୩ ମିନିଟ୍ ରୁ ୧ଟା ୨ ମିନିଟ୍, ରାତ୍ରି ୮ଟା ୨୦ ମିନିଟ୍ ରୁ ୧୦ଟା ୩୬ ମିନିଟ୍, ରାତ୍ରି୧୨ଟା ୯ମିନିଟ୍ ରୁ ୧ଟା ୩୯ ମିନିଟ୍ । ପର୍ବଦିନ- ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ଦିବସ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ବ୍ୟୟ ଭରଣା କରି ଯଥେଷ୍ଟ ବଳକା ଲାଭାଂଶର ଉପଭୋକ୍ତା ହୋଇପାରିବେ । ଶତୃପକ୍ଷ ଦୁର୍ବଳ ହୋଇଯିବେ । ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ । ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ । ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍ । ଲୁହା, କାଠ, କୋଇଲା, କଳକବ୍ଜା, ବ୍ୟବସାୟରୁ, କଣ୍ଟ୍ରାକ୍ଟରୀରୁ ଯଥେଷ୍ଟ ଲାଭ ଉଠାଇବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବୃଷ:-

ବ୍ୟବସାୟୀମାନେ ଉତ୍ତମ ରୋଜଗାର କରିପାରିବେ । ଟଙ୍କାର ଆବଶ୍ୟକତା ପୂରଣ ହେବ । ନାନା ବାଟରେ ଧନାଗମ ଘଟି ପାରେ । ନୂଆଲକ୍ଷ ପୂରଣ କରିବା ପାଇଁ ସମୟ ନିର୍ଦ୍ଧାରିତ କରିବେ । ବନ୍ଧୁ ମିତ୍ରଙ୍କ ବ୍ୟବହାରରେ ମନ ଶାନ୍ତ ହେବ । କୌଣସି ଗୁରୁତ୍ୱପୂର୍ଣ୍ଣ ନିସ୍ପତି ନେଇ ପାରନ୍ତି । ଶତୃ ପରାଜିତ ହେବେ ଓ ଶାରିରୀକ ଅସୁସ୍ଥତା ଦୂରହେବ । ସେୟାର ବଜାରରେ ମୁନାଫା ମିଳିବ ଓ ପୁରୁଣା ନିବେଶ ଲାଭ ଦେବ । ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ । ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ ।

ମିଥୁନ:-

ଶାରିରୀକ ଅସୁସ୍ଥତା ଦୂରହୋଇ ଚିତ୍ତପ୍ରସନ୍ନ ଓ କାର୍ଯ୍ୟ ସିଦ୍ଧି ହେବ । ଋଣପ୍ରାପ୍ତି ଓ ଋଣମୁକ୍ତିର ରାସ୍ତା ପରିଷ୍କାର ହେବ । ଶତୃମାନେ ଦୂରେଇ ଯିବେ ଓ ମିତ୍ରଭାବ ଆଚରଣ କରିବେ । ଧନପ୍ରାପ୍ତି, ବ୍ୟବସାୟିକ ଅନୁବନ୍ଧ, ବେପାର ବିସ୍ତାର, କୌଣସି ଶୁଭକାର୍ଯ୍ୟ କରିବାକୁ ଆୟୋଜନ ମଧ୍ୟ କରିବେ । ଯଶମାନ ପ୍ରତିଷ୍ଠା ମିଳିବ । କର୍ମକ୍ଷେତ୍ରରେ ଉନ୍ନତିମୂଳକ ପଦକ୍ଷେପ ନେବା ଫଳରେ ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ । ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

କର୍କଟ:-

ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହେବ । ପାରିବାରିକ କ୍ଷେତ୍ରରେ ସ୍ୱାର୍ଥ ପ୍ରବୃତ୍ତିର ଶୀକାର ହୋଇ ବନ୍ଧୁମିତ୍ରଙ୍କ ସହ ହସଖୁସିର ବାତାବରଣ ସୃଷ୍ଟି ହେବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳହେବେ । ନୂତନ ଦ୍ରବ୍ୟ କ୍ରୟ କରିବେ । ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ମାନସିକ ବିଷାଦ, ଦାମ୍ପତ୍ୟ କଳହ, ଭୟ ଆଶଙ୍କା ଦେଖାଦେଇପାରେ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

ସିଂହ:-

ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ ଓ ପାରିବାରିକ ଜୀବନ ସୁଖରେ କାଟିବେ । ବ୍ୟବସାୟ କ୍ଷେତ୍ରରେ ଅର୍ଥକୁ ଭଗବାନ ଜ୍ଞାନ କରି ବିବାଦମାନ ପରିସ୍ଥିତିର ବି ସମ୍ମୁଖୀନ ହେବାକୁ ପଡିପାରେ । ଧର୍ମକର୍ମରେ ରୁଚି ବୃଦ୍ଧି ହେବ । କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି । ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ । ରାଜନୀତିରେ ଅତୀତର କୌଣସି ବିବାଦୀୟ ଘଟଣା ଜଟିଳ ଆଡକୁ ଗତି କରି ପାରେ । ପ୍ରତିକାର:- ଚାଉଳ କୁଆ ପାରାଙ୍କୁ ଖାଇବାକୁ ଦିଅନ୍ତୁ ।

କନ୍ୟା:-

ପାରିବାରିକ କ୍ଷେତ୍ରରେ ସ୍ୱାର୍ଥ ପ୍ରବୃତ୍ତିର ଶୀକାର ହୋଇ ସମ୍ପର୍କର ମଧୁର ସ୍ୱାଦ ଅନୁଭବ କରିବେ । ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭ ପାଇବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ସାକ୍ଷାତ୍କାରରେ ସଫଳହେବେ । ବ୍ୟବସାୟରେ ଆଶାତୀତ ଲାଭ ମିଳିବ । ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ । ରାଜନୀତିରେ ବାକ୍ୟ ସଂଯମତା ରଖିଲେ ଉଚ୍ଚପ୍ରଶଂସିତ ହେବେ । ଆୟ ଉପାର୍ଜନରେ ବାଧା ନାହିଁ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ତୁଳା:-

ରାଜନୀତିରେ ସାଧାରଣ ଲୋକ ସମ୍ପର୍କକୁ ଅତିକ୍ରମ କରିବା ଲକ୍ଷ୍ୟରେ ଭୋଗମାର୍ଗୀ ହୋଇ ନିଜକୁ ପ୍ରତିଷ୍ଠିତ କରିପାରିବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳହେବେ । କାର୍ଯ୍ୟ କ୍ଷେତ୍ରରେ ପଦୋନ୍ନତିର ସଙ୍କେତ ପାଇବେ ଓ ସୁଖଶାନ୍ତି ବୃଦ୍ଧିହେବ । ପରିବାରଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ । ଆୟ ଊତ୍ତମ ସ୍ଥଳେ କେତେକ ବାଧା ପ୍ରତିବନ୍ଧକ ଦେଖାଦେଇ ପାରେ । ସ୍ଥଗିତଥିବା କର୍ମଟି ପୂରଣ ହେବାପାଇଁ ଆର୍ଥିକ ସଙ୍କଟ ଦୂରେଇ ଯାଇ ପାରେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ବିଚ୍ଛା:-

କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କ ଦ୍ୱରା ବହୁ ସୁବିଧା ପାଇବେ । ବିଭିନ୍ନ ପ୍ରକାର ସମସ୍ୟା ମଧ୍ୟରେ ଗତି କରିବା ସାଙ୍ଗକୁ ପାରିବାରିକ ଦୁଶ୍ଚିନ୍ତାରେ ମାନସିକ ଅଶାନ୍ତି ଦେଖାଦେବ । ଆୟକୁ ଚାହିଁ ବ୍ୟୟର ଅଟକଳ ନ କଲେ ଲୋକହସା ହେବେ । ନୂତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେ ମାପି ଚାଖଣ୍ଡେ ଚାଲିବା ବିଧେୟ । ପରିବାରଜନଙ୍କ ସହ ନିଜ ବାହନରେ କୌଣସି ଜାଗାକୁ ଯାତ୍ରା କରନ୍ତୁ ନାହିଁ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

ଧନୁ:-

ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ । ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ । ଗୃହପାଳିତ ପଶୁ ଓ ଯାନବାହାନ ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ । କର୍ମକ୍ଷେତ୍ରରେ ପଦୋନ୍ନତିର ସଙ୍କେତ ପାଇବେ । ପ୍ରତିଦ୍ଵନ୍ଦିତାରେ ସଫଳ, ବିଦ୍ୟାକ୍ଷେତ୍ରରେ ଶୁଭଯୋଗ, ସନ୍ତାନମାନେ ଶ୍ରେଷ୍ଠସ୍ଥାନ ଲାଭ କରିବେ । କାରବାର ଓ କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ । ଅଧାଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ । ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

ମକର:-

କର୍ମକ୍ଷେତ୍ରରେ ଜବରଦସ୍ତି ଉନ୍ନତି ଓ ନ୍ୟାୟମିଳିବା ଫଳରେ ଆୟରସ୍ରୋତ ଖୋଲିଯିବ । ପରୀକ୍ଷା ପ୍ରତିଯୋଗିତାରେ ବିଜୟୀ ହେବେ । ପରିବାରରେ ସୁସ୍ଥ ବାତାବରଣ ଜାରିରହିବ । ଦୂରଯାତ୍ରାର ସୁଯୋଗ ପାଇବେ । ଜାଗା, ଜମି, ଗୃହପୋକରଣ କ୍ରୟ କରିବେ । ସହକର୍ମୀଙ୍କସହ ବିବାଦ ମେଣ୍ଟିଯିବ ଓ ପ୍ରମୋଶନର ସୂଚନାପାଇ ଖୁସି ହେବେ । ନୂତନକର୍ମପ୍ରାପ୍ତିର ସୁଯୋଗ ପାଇବେ । ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ । ପ୍ରତିକାର- କଳାରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।

କୁମ୍ଭ:-

ସ୍ୱାସ୍ଥ୍ୟରେ ଉନ୍ନତି ପରିଲିକ୍ଷିତ ହେବା ସହ ମାନସିକଶାନ୍ତି ମିଳିବ । ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ନିର୍ମାଣମୂଳକ ଯୋଜନାରେ ଆଗେଇବେ । ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । ବ୍ୟବସାୟରେ ଲାଭ ପାଇ ମନର ଅଶାନ୍ତି ଦୂରହେବ । ନୂତନକର୍ମ ପ୍ରାପ୍ତିର ସୂଚନା ପାଇ ମନ ଆନନ୍ଦ ହେବ । ଶତ୍ରୁବାଧା ଦୂରେଇ ଯିବ । ବନ୍ଧୁ ମିତ୍ରଙ୍କ ସହଯୋଗରେ ପରିବାରର ମାମଲା ଘରୋଇ ସମସ୍ୟାର ସମାଧାନ ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମୀନ:-

ପ୍ରେମିକ ପ୍ରେମିକା ମାନଙ୍କର ବିବାହ ସମ୍ବନ୍ଧ ସ୍ଥିର ହେବ । ପରୀକ୍ଷା ପ୍ରତିଯୋଗିତାରେ ସଫଳ ହେବେ । ପାରିବାରିକ କ୍ଷେତ୍ରରେ ବାଦବିବାଦ ମେଣ୍ଟି ଯିବା ଫଳରେ ଆତ୍ମସନ୍ତୋଷ ପ୍ରାପ୍ତି ହେବ । ରାଜନୀତି କ୍ଷେତ୍ରରେ ନିଜର ପ୍ରତିଷ୍ଠା ଓ ସୁନାମ ବଢିବ । ପାରିବାରିକ କ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧିହେବ । ଆୟ ଅପରିବର୍ତ୍ତିତ ରହିବ । ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ । ବୃତ୍ତିଗତ ଦୃଷ୍ଟିରୁ ସମୟ ବହୁତ ଭଲ ରହିବ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!