ଦୈନିକ ରାଶିଫଳ: 17 ଏପ୍ରିଲ 2022, ସୂର୍ଯ୍ୟଦେବଙ୍କ କୃପାରୁ ଏହି 5ଟି ରାଶିଙ୍କ ଜୀବନରେ ହେବ କିଛି ବଡ ପରିବର୍ତ୍ତନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ ମସିହା, ଏପ୍ରିଲ ମାସ ୧୭ ତାରିଖ, ରବିବାର, ମେଷ ମାସ ୪ ଦିନ, ବୈଶାଖମାସ କୃଷ୍ଣପକ୍ଷ, ପ୍ରତିପଦ ତିଥି, ଚିତ୍ରା ନକ୍ଷତ୍ର ସକାଳ ୭ ଟା ୧୬ମିନିଟ୍ ପରେ ସ୍ଵାତି ନକ୍ଷତ୍ର, ତୁଳା ରାଶିରେ ଚନ୍ଦ୍ର । ବଜ୍ର ଯୋଗ ରାତି ୧୧ଟା ୩୯ମିନିଟ୍ ପରେ ସିଦ୍ଧି ଯୋଗ । ବାଳବ କରଣ ଦିବା ୧୧ଟା ୧୬ମିନିଟ୍ ପରେ କୌଳବ କରଣ । ମେଷ ରାଶିର ଘାତବାର । ପାଣିକଖାରୁ ନ ଖାଇଲେ ଭଲ ରାତି ୧୦ଟା ୨ମିନିଟ୍ ପରେ ବୋଇତିକଖାରୁ ନ ଖାଇଲେ ଭଲ । ଯୋଗିନୀ- ପୂର୍ବେ ରାତି ୧୦ଟା ୨ମିନିଟ୍ ପରେ ଉତ୍ତରେ ଯାତ୍ରା ନିଷେଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଶ୍ରାଦ୍ଧତର୍ପଣ- ପ୍ରତିପଦର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ଦିବା ୧୦ଟା ୧୩ମିନିଟ୍ ରୁ ଦିବା ୧ଟା ୨୦ମିନିଟ୍, ରାତ୍ରି ୧ଟା ୧୩ମିନିଟ୍ ରୁ ୨ଟା ୩୮ମିନିଟ୍ । ଶୁଭସମୟ- ସକାଳ ୫ଟା ୩୨ମିନିଟ୍ ରୁ ୯ଟା ୪୧ମିନିଟ୍, ଦିବା ୧ଟା ୨୧ମିନିଟ୍ ରୁ ୧ଟା ୫୧ମିନିଟ୍, ସନ୍ଧ୍ୟା ୬ଟା ୪୮ମିନିଟ୍ ରୁ ୯ଟା ୫ମିନିଟ୍, ରାତ୍ର ୧୨ଟା ୯ମିନିଟ୍ ରୁ ରାତ୍ର ୧ଟା ୧୨ମିନିଟ୍, ରାତ୍ର ୨ଟା ୩୯ମିନିଟ୍ ରୁ ୩ଟା ୧୩ମିନିଟ୍ । ପର୍ବଦିନ-ବୈଶାଖ ବ୍ରତାରମ୍ଭ, ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସ ।

ମେଷ:-ବ୍ୟବସାୟରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହାନର ନବୀକରଣ କରି ପାରନ୍ତି । ପ୍ରକୃତିସ୍ଥ ହୋଇ ହିସାବରେ ଚଳିଲେ ଦୁର୍ଗତିରୁ ସୁରକ୍ଷିତ ରହି ହେବ । ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ । ଉଚିତପନ୍ଥା ଗ୍ରହଣ କରିବା ଫଳରେ ମାନସିକ ଅସ୍ଥିରତା ଦୂରେଇ ଯିବ । ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ବୃଷ:-ସନ୍ତାନର ବିଦ୍ୟାରେ ଉନ୍ନତି ଖବର ପାଇ ଖୁସି ହେବେ । ନୂତନ ବାହନ, ଜାଗା, ଜମି, ଗୃହ ଆଦି କ୍ରୟ କରିବାର ଯୋଜନା କରିବେ । ସମୟକୁ ହାତ ଛଡ଼ା ନ କରିବା ଉଚିତ୍ । କାରଣ ସମସ୍ତ କାର୍ଯ୍ୟରେ ଶୁଭଫଳ ପ୍ରାପ୍ତି ହେବ । ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ, ସୁଖ, ସମ୍ପତ୍ତି ଲାଭ ଓ ଉଚ୍ଚ ସମ୍ମାନ ପାଇବେ । ରାଜନୀତିରେ ପ୍ରଶଂସିତ ହେବେ ଓ ସାମାଜିକ ପତିଆରା ଅମଳିନ ରହିବ । ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । ପ୍ରତିକାର- ଶ୍ଵେତଚନ୍ଦନରେ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ ।

ମିଥୁନ:-ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ ଓ ଉନ୍ନତି ମୂଳକ ସଂବାଦ ମିଳିପାରେ । ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶ ମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିଷ୍କାର କରିବେ । ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାରେ ବୃଦ୍ଧି ହୋଇପାରେ । ରାଜନୀତିରେ ସମାଲୋଚିତ ହେଲେ ମଧ୍ୟ ଭାବମୂର୍ତ୍ତି ଅକ୍ଷୁର୍ଣ୍ଣ ରହିବ । ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଚାଲିବା ହିତକର । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

କର୍କଟ:-ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ ଓ ଉଚ୍ଚଆଶା ସଫଳ ହେବ । ବ୍ୟବସାୟରେ ସାମାନ୍ୟ ଲାଭ ପାଇବେ । ପରିବାରରେ ମାନ ମନାନ୍ତର ଦୂର ହେବ । ବିଦେଶ ଯାତ୍ରାରେ ଲାଭବାନ ହେବେ । ଆର୍ଥିକ ଦିଗରୁ ସୁବିଧା ମିଳିବ । ପୈତୃକ ସମ୍ପତ୍ତି, ପାରିବାରିକ ଦ୍ଵନ୍ଦର ସମାଧାନ ହେବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ସିଂହ:-ଶୁଭ ସମାଚାର ପାଇ ଖୁସି ହେବେ । ଚିତ୍ତପ୍ରସନ୍ନ ରହିବ ଓ କାର୍ଯ୍ୟ ସିଦ୍ଧି ହେବ । ବ୍ୟବସାୟରେ ପ୍ରତିଦ୍ଵନ୍ଦିତା ଯୋଗେ ଆୟ ବଢିବ । ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ । ଦୂରସ୍ଥାନକୁ ଯାତ୍ରା କରିବେ । ଆଶା କରିଥିବା କାର୍ଯ୍ୟଟି ପୂରଣ ହେବ । ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ବାଦବିବାଦ, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।

କନ୍ୟା:-ଆର୍ଥିକସ୍ଥିତି ପୂର୍ବପରି ରହିବ । ଗୃହରେ ଧାର୍ମିକ କାର୍ଯ୍ୟରେ ଧନ ବ୍ୟୟହେବ । କର୍ମନିଯୁକ୍ତି ପାଇଁ ଚେଷ୍ଟା କଲେ ଭବିଷ୍ୟତରେ କର୍ମପ୍ରାପ୍ତି ହେବ । ଅବିବାହିତ ଯୁବକ ଯୁବତୀ ମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ । ଯୁକ୍ତି-ତର୍କରେ ଦକ୍ଷତା ସହ ବ୍ୟବହାରିକ ବିଜ୍ଞାନ ଓ ଦର୍ଶନର ଗଭୀରତା ଭିତରକୁ ଟାଣିହୋଇ ଯିବେ । ଉଚ୍ଚ ଆଶାରେ ଆଗେଇବେ । ପିଲାମାନଙ୍କ କାର୍ଯ୍ୟପ୍ରତି ଦ୍ରୁଷ୍ଟି ରଖିବା ଉଚିତ୍ ହେବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ତୁଳା:-ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ । ପ୍ରବାସ ଯାତ୍ରାରେ କଷ୍ଟସହି ଲାଭବାନ ହେବେ । ଖେଳରେ ପ୍ରଶଂସିତ ହେବେ । କାର୍ଯ୍ୟକ୍ଷେତ୍ରରେ ସହକର୍ମୀମାନେ ସହଯୋଗ କରିବା ଫଳରେ ସଫଳତା ପାଇବା ସହ ଉତ୍ତମ ରୋଜଗାର ହେବ । ସମସ୍ତ ପ୍ରକାର ବ୍ୟବସାୟରେ ଉନ୍ନତି ଓ ଲାଭବାନ୍ ହେବେ । ଆର୍ଥିକ କ୍ଷେତ୍ରରେ ଉନ୍ନତି, ଶତୃ ମାନଙ୍କୁ ପରାସ୍ତ କରି ପାରିବେ ଓ ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ । ପ୍ରତିକାର- ଧଳାବସ୍ତ୍ର ପରିଧାନ କରନ୍ତୁ । ନତୁବା ଧଳା ରୁମାଲ ଟିଏ ପାଖରେ ରଖନ୍ତୁ ।

ବିଚ୍ଛା:-ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ । ପରିବାରରେ ମାନ ମନାନ୍ତର ଦୂର ହେବ । ବ୍ୟବସାୟ ପାଇଁ ବିଦେଶ ଯାତ୍ରା କରି ଲାଭବାନ ହେବେ । ପାରିବାରିକ ଜୀବନରେ କୌଣସି ବିଶୃଙ୍ଖଳା ଦେଖାଦେବ ନାହିଁ । ରାଜନୈତିକ କ୍ଷେତ୍ରରେ ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ବାଧ୍ୟ ହେବେ ଓ ଯଶ, ମାନ ବୃଦ୍ଧି ହେବ । ନୂତନ କର୍ମ ନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷାରେ ଓ ସାକ୍ଷାତକାରରେ ଉତ୍ତିର୍ଣ୍ଣ ହେବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ଧନୁ:-ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ଋଣ ପରିଶୋଧ କରିବାର ସୁଯୋଗ ପାଇବେ । ବ୍ୟବସାୟିକ ସ୍ଥିତି ଅଚାନକ ବୃଦ୍ଧି ହେବା ଫଳରେ ଆଶାନୁରୂପ ଅର୍ଥାଗମ ହେବ । ନୂତନ ଚାକିରୀ ପାଇଁ ପ୍ରୟାସ ରତଥିଲେ ଉତ୍ସାହବର୍ଦ୍ଧକ ସମାଚାର ପାଇବେ । ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ । ପ୍ରତିକାର- ହଳଦୀରଙ୍ଗର ବସ୍ତ୍ର ପରିଧାନ କରନ୍ତୁ । ନତୁବା ହଳଦୀରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।

ମକର:-ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ । ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ ଓ ଯାନବାହାନ କିଣି ପାରିବେ । ପାରିବାରିକ କ୍ଷେତ୍ରରେ ସୁଖ ଶାନ୍ତି ପ୍ରାପ୍ତି ହେବ । ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ । ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

କୁମ୍ଭ:-ଶିକ୍ଷାକ୍ଷେତ୍ରରେ ଉଚ୍ଚାକାଂକ୍ଷା ପୁର୍ତ୍ତିର ଫଳ ସ୍ୱରୂପ ନିଜ କ୍ଷେତ୍ରରେ ଅଗ୍ରଣୀ ହେବେ । ଗୁରୁ ଗୁରୁଜନଙ୍କ ଆଶୀର୍ବାଦ ବହୁକ୍ଷେତ୍ରରେ ସୁରକ୍ଷା ଦେବ । ବୈଷୟିକ ଅଭିବୃଦ୍ଧି ପାଇଁ ସମାଧାନର ରାସ୍ତା ପ୍ରସ୍ତୁତ କରିବେ । ରାଜନୀତିରେ ଶତ୍ରୁ ଓ ବିରୋଧୀ ମାନଙ୍କୁ ପରାସ୍ତ କରି ବିଜୟୀ ହେବେ । ପ୍ରତିଯୋଗି ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ କର୍ମ ନିଯୁକ୍ତି ପାଇବେ । ଆତ୍ମୀୟ–ସ୍ଵଜନଙ୍କ ବୈରତା ଯୋଗେ ଆର୍ଥିକ କ୍ଷତି ସହିବାକୁ ପଡି ପରେ । ପ୍ରତିକାର- ନୀଳବସ୍ତ୍ର ପରିଧାନ କରନ୍ତୁ । ନତୁବା ନୀଳ ରୁମାଲ ଟିଏ ପାଖରେ ରଖନ୍ତୁ ।

ମୀନ:-ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । ପରିବାରଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ ଓ ପରିବାରରେ ଶାନ୍ତିର ବାତାବରଣ ଦେଖା ଦେବ । କଠିନ ପରିଶ୍ରମ କରିବା ଫଳରେ ବ୍ୟବସାୟରେ ଅର୍ଥ ପ୍ରାପ୍ତିର ସୁଯୋଗ ଆସିବ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସିତ ହେବେ । ଗୁପ୍ତଶତୃଙ୍କ ଚକ୍ରାନ୍ତରେ ପଡ଼ିଲେ ମଧ୍ୟ ନିଜର ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ । ସ୍ଵାସ୍ଥ୍ୟର ଅବନତି ନେଇ ଚିନ୍ତିତ ରହିବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!