ଦୈନିକ ରାଶିଫଳ: 17 ଏପ୍ରିଲ 2023, ସୋମବାର, ମହାଦେବଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସରକାରୀ କାମରେ ସଫଳତା ମିଳିବ। ସମସ୍ତ କ୍ଷେତ୍ରରେ ସଫଳତା ମିଳିବାସହ ମାନ ସମ୍ମାନ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। କର୍ମକ୍ଷେତ୍ରରେ ପଦୋନ୍ନତିର ସଂକେତ ପାଇବା ସହ ସମ୍ମାନର ଆଧିକାରି ହେବେ। ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବାସହ ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ପରିବାରରେ ଶାନ୍ତିଶୃଙ୍ଖଳା ବୃଦ୍ଧି ହେବା ସହ ଗୃହରେ ଶାନ୍ତି ବିରାଜମାନ କରିବ। ବ୍ୟବହାର ଦ୍ୱାରା ବ୍ୟବସାୟରେ ବହୁତ ଲାଭ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଶାରିରୀକ ଅସୁସ୍ଥତା ଦୂରହେବା ସହ ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ। ପ୍ରତିଯୋଗିତାରେ କୃତିତ୍ଵ ଲାଭ କରିବେ ଓ ଚାକିରି କ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବେ। ସନ୍ତାନର ସୁ-ଖବର ଶୁଣି ଖୁସି ହେବେ ଓ ପାରିବାରିକ ଜୀବନ ସୁଖମୟ ହେବ। ମିତ୍ରଙ୍କ ସାହାଯ୍ୟ ସହଯୋଗ ପାଇ ଜାଗା, ଜମି କ୍ରୟ କରିବାର ସୁବିଧା ପାଇବେ। ଚିନ୍ତା କରିଥିବା କାମ ଗୁଡିକ ଠିକ୍ ଭାବେ ସଂପୂର୍ଣ୍ଣ ହୋଇ ପାରିବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ମିଥୁନ:-ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। କୌଣସି ନୂତନ ବନ୍ଧୁ ବ୍ୟକ୍ତିଙ୍କ ସହିତ ଭେଟ ହେବ। ବେପରୁଆ କାର୍ଯ୍ୟକଳାପ ଯୋଗୁ ଉଚ୍ଚବର୍ଗଙ୍କ ଠାରୁ ସମାଲୋଚିତ ହେବେ। ଲକ୍ଷଭ୍ରଷ୍ଟ ହୋଇଯିବା ଫଳରେ ମନସ୍ତାପ ବଢିଯିବ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-କମିଶନ କାର୍ଯ୍ୟରେ ବିଶେଷ ଲାଭ ହେବାର ସମ୍ଭାବନା ଅଛି। ସରକାରୀ କ୍ଷେତ୍ରରେ ସଫଳତା ମିଳିବ। ବ୍ୟବସାୟୀମାନେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ। ପାରିବାରିକ ସୁଖଶାନ୍ତି ବୃଦ୍ଧି ହେବ। ବାପା ଓ ପରିବାରର ଅନ୍ୟ ସଦସ୍ୟ ଆପଣଙ୍କ କାର୍ଯ୍ୟରେ ଖୁସି ହେବେ। ପ୍ରେମପ୍ରସଙ୍ଗରେ ସଫଳତା ମିଳିବ। କୌଣସି ଆବଶ୍ୟକୀୟ ଜିନିଷ କିଣିବା ପାଇଁ ଧାର୍ କରିବାକୁ ବାଧ୍ୟ ହେବେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-ଧୈର୍ଯ୍ୟ ସାହସ ଦ୍ଵାରା ହୋଇପାରୁ ନଥିବା କାମକୁ କରି ପାରିବେ। କର୍ମକ୍ଷେତ୍ରରେ ଉନ୍ନତିର ସୁଯୋଗ ପାଇବେ। ବହୁତ ଦିନରୁ ଚିନ୍ତା କରୁଥିବା କାମ ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ହେବ। କୋର୍ଟ କଚେରୀ ଧନ୍ଦା ମଧ୍ୟରେ ଅସ୍ୱସ୍ତି ପାଇବେ। ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ ଓ ମାନସିକ ଶାନ୍ତି ପାଇବେ। ଶତୃମାନେ ଦୂରେଇ ଯିବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

କନ୍ୟା:-କର୍ମକ୍ଷେତ୍ରରେ ସୁନାମ ଅର୍ଜନ କରିବେ। ସରକାରୀ କ୍ଷେତ୍ରରେ ଉନ୍ନତିହେବା ସହ ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ବିଦେଶ ଯାତ୍ରାରେ ଯଶ ଲାଭ ଓ ନୂତନ ବାହନଆଦି ପ୍ରାପ୍ତି ହେବାର ଯୋଗ ଅଛି। ଛାତ୍ରଛାତ୍ରୀମାନେ ଉଚ୍ଚ ଶିକ୍ଷାରେ ସମ୍ମାନିତ ହେବେ। ଶତୃମାନେ ସାମ୍ନାକୁ ଆସିବାକୁ ସାହସ କରିବେ ନାହିଁ। କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବା ଫଳରେ ସୁଖ ସମୃଦ୍ଧି ବୃଦ୍ଧିହେବ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ତୁଳା:-ସାହିତ୍ୟ, କଳା କ୍ଷେତ୍ରରେ ଆକର୍ଷିତ ହେବେ ଓ କର୍ମକ୍ଷେତ୍ରରେ ସୁନାମ ଅର୍ଜନ କରି ପାରିବେ। ବାଦବିବାଦ, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ନୂତନ ଦ୍ରବ୍ୟ କ୍ରୟ କରିବେ। ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତିଶୃଙ୍ଖଳା ବଜାୟ ରଖି ପାରିବେ। ଆୟ ଅପେକ୍ଷା ବ୍ୟୟ ବୃଦ୍ଧିପାଇବା ସହ ବଡପଣିଆ ଦେଖାଇଲେ ନିନ୍ଦିତ ହେବେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ବିଚ୍ଛା:-କର୍ମକ୍ଷେତ୍ରରେ ଶୁଭ ସୂଚନା ପାଇ ମାନସିକସ୍ଥିତି ସୁଦୃଢ ହେବାସହ ନୂତନ ଉଦ୍ୟମରେ ନିଶ୍ଚିତ ସଫଳତା ପ୍ରାପ୍ତିହେବ। ପରିବାର ସମ୍ବନ୍ଧୀୟ ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ। ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ। ଶାରିରୀକ ଅସୁସ୍ଥତା ଦୂରହେବ। ନୂତନ କାର୍ଯ୍ୟଆରମ୍ଭ କରିପାରିବେ। ବନ୍ଧୁମିତ୍ରଙ୍କ ସହ ହସଖୁସିର ବାତାବରଣ ସୃଷ୍ଟି ହେବ। କାର୍ଯ୍ୟକ୍ଷେତ୍ରରେ ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭ କରିବେ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

ଧନୁ:-ସ୍ଵାସ୍ଥ୍ୟରେ ପରିବର୍ତ୍ତନ ଅନୁଭବ କରିବେ। ବନ୍ଧୁଙ୍କ ଠାରୁ ଆର୍ଥିକ ସାହାଯ୍ୟ ପାଇ ପାରିବାରିକସ୍ତର ହସ ଖୁସିରେ କଟିବ। ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହୋଇଯିବ। ସମାଜ ସେବାରେ ସ୍ଵନାମ ଅର୍ଜନ କରିବାସହ କର୍ମକ୍ଷେତ୍ରରେ ଉନ୍ନତି ହେବ। ମିତ୍ରଙ୍କ ଠାରୁ ସାହାଯ୍ୟ ସହଯୋଗ ମିଳିବା ଫଳରେ ବ୍ୟବସାୟରେ ଲାଭବାନ ହେବେ। ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

ମକର:-ପାରିବାରିକ କ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧିହେବ। କର୍ମକ୍ଷେତ୍ରରେ ସମନ୍ଵୟ ରକ୍ଷାକରିବା ଫଳରେ ବନ୍ଧୁତ୍ଵ ବୃଦ୍ଧି ପାଇବ। ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀହେବେ। ରାଜନୀତି ସହ ଜଡିତ ଲୋକମାଙ୍କର ମାନସମ୍ମାନ ବୃଦ୍ଧି ପାଇବ। ଜିଦ୍ଖୋର ମନୋଭାବ ଯୋଗେ କିଛି ଲୋକ ଆପଣଙ୍କ ଉପରେ କ୍ରୋଧିତ ହୋଇପାରନ୍ତି। ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ ଅଧିକ ବ୍ୟୟ ଘଟିବ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

କୁମ୍ଭ:-ସମସ୍ତ ପ୍ରକାର ଅଭିଳାଷ ପୂରଣ ହେବା ସହ ବ୍ୟବସାୟରେ ଅଳ୍ପ ପରିଶ୍ରମରେ ବହୁତ ଧନ ଲାଭ ହେବ। ପାରିବାରିକ କ୍ଷେତ୍ରରେ ଅନେକ କାର୍ଯ୍ୟର ସମାଧାନ ହୋଇ ଶାନ୍ତି ବିରାଜମାନ କରିବ। ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବା ଫଳରେ ଖୁସିହେବେ। ସାମାଜିକ କାର୍ଯ୍ୟରେ ସଫଳତା ପାଇଁ ଗର୍ବ ଅନୁଭବ କରିବେ। ନୂତନବ୍ୟବସାୟ ଆରମ୍ଭ, ବ୍ୟବସାୟ ବିସ୍ତାରକଲେ ଆଶାତିତ ଲାଭବାନ୍ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-ନିକଟସ୍ଥ ବ୍ୟକ୍ତି ସାହାଯ୍ୟ କରିବା ଦ୍ଵାରା ବ୍ୟବସାୟରେ ସଫଳତା ମିଳିବ। କର୍ମକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରିବା ଫଳରେ ପ୍ରଶଂସିତ ହେବେ। ଯେତେ ଜଟିଳ ଥିଲେ ମଧ୍ୟ ଅଫିସ୍ ପରିସ୍ଥିତିକୁ ସହଜରେ ସମାଧାନ କରି ପାରିବେ। ପାରିବାରିକସ୍ତର ହସ ଖୁସିରେ କଟିବ। ଛାତ୍ର ଛାତ୍ରୀମାନେ ପଢ଼ା ପଢ଼ିରେ ମନଯୋଗ ନ ଦେଇ ଅଯଥାରେ ସମୟ ନଷ୍ଟ କରିବେ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!