ଦୈନିକ ରାଶିଫଳ: ୧୭ ଅଗଷ୍ଟ ୨୦୧୮

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୧୭ ଅଗଷ୍ଟ ୨୦୧୮

ମେଷ:-

ବିବାଦୀୟ ଓ ସ୍ୱାସ୍ଥ୍ୟଗତ ସମସ୍ୟା ଦୂର ହେବ।  ଧନ ଆଗମନର ନୂତନ ସ୍ରୋତ ଖୋଲିଯିବ। ଲଟେରୀ, ଜୁଆ, ସଟ୍ଟା ଓ ସେୟାର୍ ମାର୍କେଟରେ ଅର୍ଥ ପ୍ରାପ୍ତି ହେବ। ସବୁଦିଗରୁ ଶୁଭ ସମାଚାର ପାଇ ଖୁସି ହେବେ। ନୂତନକର୍ମ ନିଯୁକ୍ତି ପାଇବେ। ସରକାରୀ କର୍ମଚାରୀମାନେ ସହକର୍ମୀମାନଙ୍କ ସହିତ ସୁ ସମ୍ପର୍କ ସ୍ଥାପନ କରିବେ।  ଧାର୍ମିକକାର୍ଯ୍ୟରେ ରୁଚି ବୃଦ୍ଧି ପାଇବ।  ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ଅକ୍ଷୂର୍ଣ୍ଣ ରହିବ।  ବିଦ୍ୟାର୍ଥିମାନେ ସଫଳ ହେବେ।  ରାଜନୀତିକ୍ଷେତ୍ରରେ ଲୋକସମ୍ପର୍କ ବୃଦ୍ଧି ହେବା ସହ ସୁ-ସମ୍ବାଦ ପାଇ ଖୁସିହେବେ। ପ୍ରେମିକ-ପ୍ରେମିକାମାନେ ପ୍ରେମ ସମ୍ବନ୍ଧୀୟକ୍ଷେତ୍ରରେ ସଫଳ ହେବେ। କୃଷିଜୀବୀମାନେ କର୍ମବ୍ୟସ୍ତତାରେ ସମୟ କାଟିବେ। ପ୍ରତିକାର- ବାଶିରୁଟି କୁକୁରକୁ ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ :-

ଆର୍ଥିକ ସ୍ଥିତି ଭଲ ରହିବ। ବନ୍ଧୁମିତ୍ର ମାନଙ୍କ ଠାରୁ ପୂର୍ଣ୍ଣ ସହଯୋଗ ପାଇବେ। ପୂର୍ବ କଳହର ସମାଧାନ ହେବ। ବସ୍ତ୍ର, ତେଜରାତି, ସୁନା, ରୂପା, ଅଳଙ୍କାର ଇତ୍ୟାଦି, ଲୌହ ଜାତୀୟ ଦ୍ରବ୍ୟ କାଷ୍ଠ ଉପକରଣ ଇତ୍ୟାଦି ବ୍ୟବସାୟୀମାନେ ଅଧିକ ଲାଭବାନ ହେବେ। ବିଦ୍ୟାର୍ଥୀମାନେ ପଢ଼ାପଢ଼ିରେ ମନଦେବେ। କୃଷିଜୀବିମାନେ ନୂତନ ଯୋଜନା ପ୍ରସ୍ତୁତ କରିବେ। ରାଜନୀତିକ୍ଷେତ୍ରରେ କୂଟନୀତିର ପ୍ରୟୋଗ କରି ପ୍ରଶଂସିତ ହେବେ। କାର୍ଯ୍ୟକ୍ଷେତ୍ରରେ ସଫଳତା ଲାଭ କରିବା ସହ ପଦୋନ୍ନତି ପାଇବେ। ପ୍ରେମିକ-ପ୍ରେମିକାମାନେ ପ୍ରେମ ସମ୍ବନ୍ଧୀୟକ୍ଷେତ୍ରରେ ସଫଳ ହେବେ। ପ୍ରତିକାର- ଭୋକିଲା ଲୋକକୁ ନିରାଶ କରିବେ ନାହିଁ।

ମିଥୁନ:-

ବ୍ୟବସାୟରେ ଉତ୍ତମ ରୋଜଗାର ହେବ।  କର୍ମ କ୍ଷେତ୍ରରେ ଉନ୍ନତି ଏବଂ ନୂତନ ଆୟର ପନ୍ଥା ପ୍ରାପ୍ତି ହେବ।  ଧାର୍ମିକକାର୍ଯ୍ୟରେ ରୁଚି ବୃଦ୍ଧି ହେବ। ଦାମ୍ପତ୍ୟସୁଖ ବୃଦ୍ଧି ହେବା ସହ ସାମାଜିକପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ପାଇବ। ରାଜନୀତିକ୍ଷେତ୍ରରେ ନିଜର ପ୍ରତିଷ୍ଠା ଫଳରେ ଜନସାଧାରଣଙ୍କ ମନ କିଣିପାରିବେ। ପାରିବାରିକ ଜୀବନରେ କୌଣସି ବିଶୃଙ୍ଖଳା ଦେଖାଦେବ ନାହିଁ। ଶିକ୍ଷାକ୍ଷେତ୍ରରେ ସଫଳତା ଲାଭ କରିବେ।  କୃଷିଜୀବୀମାନେ ନୂତନ ଯୋଜନା ପ୍ରସ୍ତୁତ କରିବେ। ପ୍ରତିକାର : କାହାରିଠାରୁ ମାଗଣା କୌଣସି ଦ୍ରବ୍ୟ ଗ୍ରହଣ କରିବେ ନାହିଁ।

<<Vastu>>> | <<< Jataka Bichara >>>

କର୍କଟ :-

ଶତୃମାନେ ବିପଦରେ ପକେଇବାକୁ ଚେଷ୍ଟା କରି ବିଫଳ ହେବେ। ବ୍ୟବସାୟରେ ସାମାନ୍ୟ ଲାଭ, ଶରୀର ପୀଡ଼ା, ଶତ୍ରୁ ବୃଦ୍ଧି, କେତେକକ୍ଷେତ୍ରରେ ଭଲ କାମକରି ବଦ୍ନାମ ହେବେ। କର୍ମକ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ଠାରୁ ଅପମାନିତ ହେବେ। ସନ୍ତାନମାନଙ୍କ ପାଇଁ ଅଧିକାଂଶ ସମୟ ଚିନ୍ତିତ ରହିବେ। ଧାର୍ମିକ କାର୍ଯ୍ୟରେ ବାଧା ସୃଷ୍ଟି ହେବ। କୃଷିଜୀବୀମାନେ ଅତ୍ୟଧିକ ପରିଶ୍ରମ କରିବେ। ଶିକ୍ଷାକ୍ଷେତ୍ରରେ ଚଳଚଞ୍ଚଳ ହୋଇ ଲକ୍ଷ୍ୟସ୍ଥଳରେ ପହଁଞ୍ଚିବାକୁ ଚେଷ୍ଟା କରିବେ। ରାଜନୀତିକ୍ଷେତ୍ରରେ ଶତୃମାନେ ବାଧା ସୃଷ୍ଟି କରିବେ। ପ୍ରତିକାର : ଗାଈକୁ ରୁଟି ଓ ଗୁଡ ଖାଇବାକୁ ଦିଅନ୍ତୁ ।

ସିଂହ :-

ଶାରୀରିକ ଅସୁସ୍ଥତାରୁ ଉପଶମ ପାଇବେ। ଆର୍ଥିକପରିସ୍ଥିତିରେ ଉନ୍ନତି ହେବ। ବ୍ୟବସାୟ କ୍ଷେତ୍ର ପ୍ରସାରିତ ହେବାଫଳରେ ଆଶାତୀତ ଲାଭପାଇବେ। କର୍ମଚାରୀମାନଙ୍କର ପଦୋନ୍ନତି ସହ ସ୍ଥାନାନ୍ତର ଯୋଗ ଅଛି। ମହିଳାମାନେ କର୍ମକ୍ଷେତ୍ରରେ ପଦୋନ୍ନତି ପାଇବେ। କୃଷିଜୀବୀମାନେ ନୂତନ ଯୋଜନା ପ୍ରସ୍ତୁତ କରିବେ।  ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ମାନ-ସମ୍ମାନ ବୃଦ୍ଧି ହେବ।  ବିଦ୍ୟାର୍ଥୀମାନେ ବାଦବିବାଦ ପରୀକ୍ଷା ପ୍ରତିଯୋଗିତାରେ ଦୁଇଗୁଣ ଉତ୍ସାହ ସହ ଆଗେଇଯିବେ ଓ ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରାର ସୁଯୋଗ ପାଇବେ। ପ୍ରତିକାର : ସୂର୍ଯ୍ୟଙ୍କୁ ଜଳଦାନ କରନ୍ତୁ ।

କନ୍ୟା :-

ନିଷ୍ଠାର ସହ ପରିଶ୍ରମ ଫଳରେ କର୍ମକ୍ଷେତ୍ରରେ ସମ୍ପୂର୍ଣ୍ଣ ଲାଭ ପାଇବେ। ଶତୃମାନେ ବିପଦରେ ପକେଇବାକୁ ଚେଷ୍ଟା କରି ବିଫଳ ହେବେ। ବ୍ୟବସାୟିକ ଗତିବିଧି ଉତ୍ତମ ଭାବରେ ଚାଲିବା ଯୋଗେ ଲାଭବାନ୍ ହେବେ। ଅଧ୍ୟୟନ ପାଇଁ ତତ୍ପର ହେବେ। ଶୀରପୀଡ଼ା ଅତି କଷ୍ଟକର ହେବ। ମାନସିକଦୁଶ୍ଚିନ୍ତା ହଠାତ୍ ବଢ଼ିଯିବ। ବାଦବିବାଦ ପରୀକ୍ଷା ପ୍ରତିଯୋଗିତାରେ ଦୁଇଗୁଣ ଉତ୍ସାହ ସହ ଆଗେଇଯିବେ।  ପରିବାରର କୌଣସି ସଦସ୍ୟଙ୍କର ସ୍ୱାସ୍ଥ୍ୟ ନେଇ ଚିନ୍ତିତ ରହିବେ। ନୂତନକାର୍ଯ୍ୟ ଆରମ୍ଭକଲେ କ୍ଷତିରେ ପଡ଼ିବେ। ପ୍ରତିକାର-ପିତାମାତାଙ୍କୁ ପ୍ରଣାମ କରନ୍ତୁ।

ତୁଳା :-

ମାନସିକ ଶାନ୍ତି  ଓ ଶରୀର ଭଲ ରହିବ। ସାମାଜିକ ଜୀବନରେ ନୂତନ ଗୁରୁଦାୟିତ୍ୱ ଗ୍ରହଣ କରିବେ। ଅଟକିଥିବା କାର୍ଯ୍ୟ ପୁନରାୟ ଚାଲୁ କରିବେ। ନୂତନ ବନ୍ଧୁଙ୍କ ସାହାଯ୍ୟରେ ନୂତନ ଯୋଜନା ପ୍ରସ୍ତୁତ କରି ଲାଭବାନ୍ ହେବେ ଓ ଆୟ ବୃଦ୍ଧି ପାଇବ। ମାନସମ୍ମାନ ବୃଦ୍ଧି, ବିଦ୍ୟାରେ ଉନ୍ନତି, ଉଚ୍ଚ ଶିକ୍ଷାର ସୁଯୋଗ ପାଇବେ। କୃଷିଜିବୀମାନେ ଅନେକ ଦିଗରୁ ଲାଭବାନ୍ ହେବେ। ଜାଣିଶୁଣି ଭୁଲ୍ ଲୋକର ପରାମର୍ଶରେ ଭୁଲ୍ ବାଟରେ ଯିବେ। ଯେଉଁଥିପାଇଁ ଦୂରଯାତ୍ରା କରିବେ, ଉଦ୍ଵେଶ୍ୟ ପୂର୍ଣ୍ଣ ହେବ ନାହିଁ। ଉଦରପୀଡ଼ା, ରକ୍ତଚାପ ବୃଦ୍ଧି ହେବ। ପ୍ରତିକାର:-  ଗାଈକୁ କିଛି ଖୁଆନ୍ତୁ।

ବିଛା:-

ଘରର କେହି ଉନ୍ନତିର ବିଶେଷ ସ୍ତରକୁ ଉଠିଯିବେ। କର୍ମ ମୁଖରତା ଯୋଗେ ଶାରୀରିକ ପିଡ଼ା ଭୋଗିବେ। ବାଦବିବାଦ, ପରୀକ୍ଷା, ପ୍ରତିଯୋଗିତା, ମାଲିମକଦ୍ଦମା, ଜାମିନି ମଧ୍ୟସ୍ଥତା ଠାରୁ ଦୂରତା ରକ୍ଷାକରନ୍ତୁ। ପରିଜନଙ୍କ ସମ୍ବନ୍ଧିତ ଅଶୁଭ ସମାଚାର ପାଇବେ। ବ୍ୟବସାୟରେ ଆୟ ବୃଦ୍ଧି ହେବ। ଦୂର ଯାତ୍ରାକରିବେ, ବହୁ କଷ୍ଟରେ କାର୍ଯ୍ୟ ପୂରଣ ହେବ। କୃଷିଜିବୀମାନେ ଲାଭବାନ୍ ହେବେ। କେତେକକାର୍ଯ୍ୟ ଅଧାରେ ଅଟକି ଯିବ। ଜନ ସମ୍ପର୍କ ବୃଦ୍ଧି ପାଇବ। ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ସହ କଷ୍ଟ ଅନୁଭବ କରିବେ।  କର୍ମକ୍ଷେତ୍ରଟି ସୁଦୃଢ ହେବ। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ଆହୁରି ପଢନ୍ତୁ: ଅଁଳାରେ ଅଛି ଏହି ୧୩ଟି ଚମତ୍କାରୀ ଔଷଧୀୟ ଗୁଣ। ୧୧ ନଂଟି ନିଶ୍ଚିନ୍ତ ପଢନ୍ତୁ।

ଧନୁ:-

ସମାଜ କଲ୍ୟାଣ ପାଇଁ ନିଜକୁ ଉତ୍ସର୍ଗୀକୃତ କରିବେ।  ଅଟକିଥିବା କାର୍ଯ୍ୟ କୌଣସି ଏକ ପ୍ରଭାବଶାଳୀ ବ୍ୟକ୍ତିଙ୍କ ସାହାଯ୍ୟରେ ପୂରଣ ହେବ।  କୋର୍ଟ କଚେରୀରେ ସଫଳତା ମିଳିବ।  ଶତୃ ଓ ବିରୋଧୀମାନେ କିଛି କ୍ଷତି କରି ପାରିବେ ନାହିଁ।  ଇଛାକରି କାମଧନ୍ଦାରେ ମନ ଲାଗିବ ନାହିଁ।  ଭାଗୀଦାରି ବ୍ୟବସାୟରେ ଲାଭବାନ୍ ହେବେ।  ଗଠନମୂଳକ କାର୍ଯ୍ୟପ୍ରତି ଆଗ୍ରହ ବଢ଼ିବ।  ଆୟ ଉପାର୍ଜନରେ ବାଧା ନାହିଁ। ସମସ୍ତ କାର୍ଯ୍ୟ ମନଇଛା ଅନୁସାରେ ସମ୍ପନ୍ନ ହେବ। ନୂଆ ନୂଆ ଲୋକଙ୍କ ସହ ସମ୍ପର୍କ ଓ ସାକ୍ଷାତରେ ଉନ୍ନତି ହେବ। ବାହାର ଯାତ୍ରାରେ ସଫଳ ହେବେ। ବକେୟା ଅର୍ଥ କିଛି ମିଳିବ। ପ୍ରତିକାର:- ଷଣ୍ଢକୁ ଗୁଡ଼ ରୁଟି ଖୁଆନ୍ତୁ।

ମକର:- 

ବ୍ୟବସାୟ ପ୍ରସାର ଫଳରେ ବିଶେଷ ଲାଭବାନ୍ ହେବେ। ପିଲାମାନଙ୍କ କାର୍ଯ୍ୟରେ ଉନ୍ନତି ହେବ। ଅଭାବ-ଅନାଟନ ଦୂର ହୋଇ ସ୍ଥିତି ସନ୍ତୋଷ ପ୍ରଦ ହେବ। ବାଦ, ବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମକଦ୍ଦମାରେ ଜୟଯୁକ୍ତ ହେବେ। ଦେଇଥିବା ଧନ ଫେରି ପାଇବା ଫଳରେ ଆର୍ଥିକ ସ୍ଥିତିର ସୁଦୃଢ଼ ହେବ। ମାନସିକ ଦୁଶ୍ଚିନ୍ତା, ଋଣଭାର, ଶତ୍ରୁବାଧା ଦୂରେଇ ଯିବ।  ବିଦ୍ୟାର୍ଥିମାନେ ଉଚ୍ଚଶିକ୍ଷା ପାଇଁ ଚେଷ୍ଟିତ ହେବେ। ଅଚାନକ ଯାତ୍ରା ଫଳରେ ବିଶେଷ ଉପକୃତ ହେବେ। ନୂତନକର୍ମ ପ୍ରାପ୍ତି ଓ କର୍ମକ୍ଷେତ୍ରରେ ପଦୋନ୍ନତି ଓ ସ୍ଥାନାନ୍ତର ଯୋଗ ଅଛି। ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

କୁମ୍ଭ :-

ମହିଳାମାନଙ୍କର ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ଅତି ଭଲସମ୍ପର୍କ ଥିବାବନ୍ଧୁଙ୍କ ପାଇଁ ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ପ୍ରାପ୍ତିହେବ। ଆର୍ଥିକସ୍ଥିତି ମଜବୁତ୍ ହେଲେ ମଧ୍ୟ ବ୍ୟୟ ଅଧିକ ଅତ୍ୟଧିକ ପରିଶ୍ରମ ହେତୁ ଶାରୀରିକ ପୀଡ଼ା ଅନୁଭବ କରିବେ। ବ୍ୟବସାୟରେ ସତକଥା କହି ପ୍ରବଳ ଧନଲାଭ ସହ ନିଜ ପରିସରରେ ପ୍ରଶଂସିତ ହୋଇପାରନ୍ତି। ଅଟକିଥିବା ଧନ ସହଜରେ ପ୍ରାପ୍ତ ହେବ। ସହକର୍ମୀ ଓ କର୍ମଚାରୀଙ୍କୁ ଅତିବିଶ୍ୱାସକରି ଧୋକା ପାଇବେ। କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ। ଶିକ୍ଷାପ୍ରତି ବେଖାତିରଭାବ କଷ୍ଟ ଦେବ। ପ୍ରତିକାର- ଚଣାଡାଲି ମନ୍ଦିରରେ ଦାନ କରନ୍ତୁ।

ମୀନ :-

ସମ୍ମାନର ସହିତ ଦିନଚର୍ଯ୍ୟା କରିଆନନ୍ଦ ପାଇବେ। ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ବିଭିନ୍ନ ପ୍ରକାରର ସମସ୍ୟା ଦେଖା ଦେଇପାରେ। କର୍ମକ୍ଷେତ୍ରରେ ମିଥ୍ୟାଭିଯୋଗ ସକାଶେ ସାମୟିକ ବିବ୍ରତ ହୋଇପାରନ୍ତି। ହଠାତ୍ ଉଡ଼ା ଖବରର କୌଣସି ଘଟଣା ମନକୁ ବିବ୍ରତ କରିପାରେ। ସ୍ୱାସ୍ଥ୍ୟ, ପରିବାର, କର୍ମକ୍ଷେତ୍ର, ଅର୍ଥ ସମ୍ପର୍କୀୟ ସମସ୍ୟା ଦେଖା ଦେଇପାରେ। ପାରିବାରିକକ୍ଷେତ୍ରରେ ସ୍ନେହ-ସଦ୍ଭାବର ଅଭାବ ହେବ।  ବିଦ୍ୟାର୍ଥିମାନେ ପରୀକ୍ଷା, ପ୍ରତିଯୋଗିତାରେ ବିଜୟୀ ହେବେ। ମାନସିକ ବିଷାଦ, ଦାମ୍ପତ୍ୟ କଳହ, ଭୟ  ଆଶଙ୍କା ଗ୍ରସ୍ତ କରାଇବ। ପ୍ରତିକାର- ଗ୍ରାମ୍ୟ ଦେବା ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!