ଦୈନିକ ରାଶିଫଳ: ୧୭ ଅଗଷ୍ଟ ୨୦୨୦, ମହାଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ସମସ୍ତ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଅଗଷ୍ଟ ମାସ ୧୭ ତାରିଖ, ସୋମବାର, ସିଂହ ମାସ ୨ ଦିନ, ଭାଦ୍ରବମାସ, କୃଷ୍ଣପକ୍ଷ, ତ୍ରୟୋଦଶୀତିଥି, ପୁନର୍ବସୁ ନକ୍ଷତ୍ର, ପ୍ରାତଃ ୬ଟା ୪୩ମିନିଟ୍ ଗତେ ପୁଷ୍ୟା ନକ୍ଷତ୍ର, କର୍କଟ ରାଶିରେ ଚନ୍ଦ୍ର। ମିଥୁନ ରାଶିର ଘାତବାର। ବାଇଗଣ ଓ ବିରି ନ ଖାଇଲେ ଭଲ। ଶୁଭସମୟ ପ୍ରାତଃ ୫ଟା ୩୨ମିନିଟ୍ ରୁ ୭ଟା ୫ମିନିଟ୍, ଦିବା ୧୦ଟା ୩୫ମିନିଟ୍ ରୁ ୧ଟା ୫ମିନିଟ୍, ଦିବା ୪ଟା ୩୬ମିନିଟ୍ ରୁ ୫ଟା ୧୮ମିନିଟ୍, ସନ୍ଧ୍ୟା ୬ଟା ୫୬ମିନିଟ୍ ରୁ ରାତ୍ର ୯ଟା ୧୦ମିନିଟ୍, ରାତ୍ର ୧୧ଟା ୫୧ମିନିଟ୍ ରୁ ୨ଟା ୨୮ମିନିଟ୍। ପର୍ବଦିନ ଶିବ ଚତୁର୍ଦ୍ଦଶୀ ଓ ବେଢା ପରିକ୍ରମା

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ଶୁଭ ସମାଚାର ପାଇ ମନ ଖୁସି ହେବ। ବ୍ୟବସାୟରେ ଅଚଳାବସ୍ଥା ସୁଧୁରିଯିବ ଓ ଅଭିଷ୍ଟ ପ୍ରାପ୍ତି ହେବ। କର୍ମକ୍ଷେତ୍ରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଯିବା ଫଳରେ ସମ୍ମାନୀତ ହେବେ। ଜନ ସେବାରେ ପ୍ରଶଂସା ମିଳିବ। ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ। ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ। ଶତୃ ପରାଜିତ ହେବେ। ନିର୍ମାଣ କାର୍ଯ୍ୟ ତ୍ୱରାନ୍ୱିତ ହେବ। ସାମାଜିକ କ୍ଷେତ୍ରରେ ପରିବର୍ତ୍ତନ ଆସି ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭ ହେବ। ଶିକ୍ଷାକ୍ଷେତ୍ରରେ ଉଚ୍ଚଶ୍ରେଣୀ ପାଇବା ପାଇଁ ଚେଷ୍ଟା ଜାରି ରଖିବେ। ପ୍ରତିକାରମାଦକଦ୍ରବ୍ୟ ସେବନ କରନ୍ତୁ ନାହିଁ।

ବୃଷ:-

ସାମ୍ବାଦିକ ମାନେ ନିଜ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ। ବ୍ୟବସାୟରେ ଉନ୍ନତି ହେବା ସହ ଲାଭବାନ ହେବେ। ହରାଇଥିବା ଧନ ପ୍ରାପ୍ତି ହେବ। କର୍ମକ୍ଷେତ୍ରରେ ପ୍ରଶଂସିତ ହେବା ସହ ସହକର୍ମୀ ଓ ଅଧସ୍ତନ କର୍ମଚାରୀଙ୍କ ସହ ସମ୍ପର୍କ ଭଲ ରହିବ। ଆଶା କରିଥିବା କାର୍ଯ୍ୟଟି ପୂରଣ ହେବ। ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ଦୂରେଇଯିବ। ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ। ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-

ବ୍ୟବସାୟରେ ବାକିଥିବା ଅର୍ଥ ଆଦାୟ ହେବା ଫଳରେ ଖୁବ୍ ଆଶାବାଦୀ ହେବେ। କର୍ମକ୍ଷେତ୍ରରେ ମାନ ସମ୍ମାନ ପ୍ରତିଷ୍ଠା ବୃଦ୍ଧି ହେବ। ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ। ରାଜନୀତିରେ ଲୋକପ୍ରିୟତା ଯୋଗେ ସହକର୍ମୀଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ। ବଡପଣିଆ ଦେଖାଇଲେ ଭଲ ବଦଳରେ ମନ୍ଦଫଳ ଭୋଗିବାକୁ ପଡିବ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହୋଇ ପାରେ। ପ୍ରତିକାର ଦ୍ୱାରା ବାଧା ଦୂର ହେବ।  ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-

ବ୍ୟବସାୟ କ୍ଷେତ୍ରରେ ଉନ୍ନତି ମୂଳକ ପଦକ୍ଷେପ ନେଇ ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ। ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ ଓ ମାନସିକ ଶାନ୍ତି ପାଇବେ। ବାହ୍ୟ ଯୋଗା ଯୋଗରେ ଅଧିକ ଲାଭ ମିଳିବା ସହ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ପାରିବାରିକ ସମସ୍ୟାକୁ ସମାଧାନ କରି ଅଧିକ ଭାଗ୍ୟବାଦି ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। ଗୁରୁଜନ ମାନଙ୍କ ଠାରୁ ଆର୍ଶିବାଦ ପାଇବେ ଓ ଆମୋଦ ପ୍ରମୋଦର ସୁଯୋଗ ପାଇବେ। ଶିକ୍ଷାକ୍ଷେତ୍ରରେ ଉତ୍ସାହ ବଢ଼ିବ। ସମ୍ମାନର ସହ ଦିନଚର୍ଯ୍ୟା ସମ୍ପାଦନ କରିବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-

ବ୍ୟବସାୟରେ ଉନ୍ନତି ସହିତ ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ। ବିଶିଷ୍ଟ ବ୍ୟକ୍ତିଙ୍କ ସହ ସଂପର୍କ ଫଳରେ, ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ କର୍ମକ୍ଷେତ୍ରରେ ଉନ୍ନତି କରି ପାରିବେ। ପାରିବାରିକ କ୍ଷେତ୍ରରେ ସକ୍ରିୟ ହେଲେ ଆର୍ଥିକ ଲାଭ ହେବାର ସମ୍ଭାବନା ଅଛି। ଛାତ୍ର ଛାତ୍ରୀମାନେ ପଢ଼ା ପଢ଼ିରେ ମନଯୋଗ ଦେବେ। ରାଜନୀତି କ୍ଷେତ୍ରରେ ସହଯୋଗୀମାନେ ଉନ୍ନତିପାଇଁ ଚେଷ୍ଟା କରିବେ ଓ ଉଚ୍ଚସମ୍ପର୍କରୁ ପ୍ରଶଂସିତ ହେବେ। ପ୍ରତିଦ୍ୱନ୍ଦିତା, ବିତଣ୍ଡା, ବିତର୍କ କ୍ଷେତ୍ରରୁ ଓହରି ରହିଯିବା ଅଧିକ ଉତ୍ତମ। ଭୁଲ ବୁଝାମଣାରୁ ବିବାଦୀୟ କ୍ଷେତ୍ରରେ ପ୍ରବେଶ କରି ପୀଡା ଭୋଗି ପାରନ୍ତି।  ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-

ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ଋଣ ଭରଣାରେ ସହଜ ହେବ। ପ୍ରତ୍ୟକ୍ଷ ଓ ପରୋକ୍ଷ ଶତ୍ରୁତା କିମ୍ବା ଈର୍ଷାପରାୟଣ ବ୍ୟକ୍ତିଙ୍କ ଦ୍ଵାରା ପୂରସ୍କୃତ ହେବେ। ସୁସ୍ଥ ମାନସିକତା ରକ୍ଷାକରି ନିମ୍ନ ବର୍ଗୀୟ ବ୍ୟକ୍ତି ବିଶେଷଙ୍କଠାରୁ ବିଶେଷ ଲାଭବାନ ହେବେ। କର୍ମକ୍ଷେତ୍ରରେ ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରି ଆଶାତୀତ ଲାଭ ପାଇବେ। ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ କ୍ଷାତି ବଢ଼ିବା ସହ କଠିନ ପରିଶ୍ରମ କରିବାକୁ ପଡିବ। ବନ୍ଧୁ ମିତ୍ରଙ୍କର ସହଯୋଗରେ ସୁଖ ସମୃଦ୍ଧି ବୃଦ୍ଧି ସହ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-

ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ବ୍ୟବସାୟରେ ଆଶାତୀତ ଲାଭପାଇ ମନ ଖୁସି ରହିବ। ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବେ। ପରିବାରରେ ଆର୍ଥିକ ସମସ୍ୟା ସମାଧାନ ହୋଇଯିବ। ସନ୍ତାନର ଭବିଷ୍ୟତ ପାଇଁ ଯୋଜନା କରି ଆଶା କରୁଥିବା ଖବର ପାଇ ଖୁସୀ ହୋଇ ଯିବେ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ବିଦ୍ୟାକ୍ଷେତ୍ରରେ ମନଯୋଗ ଦେଇ ସଫଳ ହେବେ। ରାଜନୀତି କ୍ଷେତ୍ରରେ ଶୁଭ ସମ୍ବାଦ ପାଇ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ସାମ୍ବାଦିକ ମାନେ ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ଶୁଭକାମ କରି ପ୍ରଶଂସିତ ହେବେ। ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-

ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ। ପୁରାତନ ରୋଗ ପୀଡାରୁ ଉପସମ ହେବା ସହ ବନ୍ଧୁଙ୍କ ସହ ଯୋଗାଯୋଗ ଫଳରେ ଆନନ୍ଦିତ ହେବେ। ପଡା ପଡୋଶୀ ବନ୍ଧୁ ମିତ୍ରଙ୍କ ବ୍ୟବହାରରେ ଖୁସିହେବେ ଓ ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ। ଶତୃମାନେ ମଥାନତ କରିବେ। କର୍ମ କ୍ଷେତ୍ରରେ ଦାୟିତ୍ଵ ବଢିବା ସହ ମିତ୍ରମାନଙ୍କ ଦ୍ଵାରା ଲାଭ ମିଳିବ ଓ ନିଜ ଲୋକମାନେ ହିଁ କାମରେ ଆସିବେ। ଅଫିସରେ ଲାଗି ରହିଥିବା ସମସ୍ୟା ଦୂର ହେବ। ପିଲାମାନଙ୍କ ପ୍ରତି ସତର୍କ ରହି ଆନନ୍ଦିତ ହେବେ। କଳା, ସାହିତ୍ୟରେ ସମସ୍ୟା ଦୂର ହେବ। ସୁଖ ଶାନ୍ତିରେ ଦିନ କଟାଇବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-

ସାମ୍ବାଦିକମାନେ ଶୁଭ ସଂବାଦ ପାଇ ଉତ୍ସାହିତ ହେବେ। ବନ୍ଧୁମାନେ ସାହାଯ୍ୟ ସହଯୋଗର ହାତ ବଢେଇବେ। ଅଫିସ୍ ପରିସ୍ଥିତି ଯେତେ ଜଟିଳ ଥିଲେ ମଧ୍ୟ ସମାଧାନ କରି ପ୍ରଶଂସିତ ହେବେ। ପାରିବାରିକ କ୍ଷେତ୍ରରେ ଭୁଲ ବୁଝାମଣା, ରାଗରୁଷା, ମାନଅଭିମାନ, କଳହ ଇତ୍ୟାଦି ଅଳ୍ପ ବହୁତ ଦେଖାଦେଲେ ମଧ୍ୟ କୁ ପ୍ରଭାବ ପଡିବ ନାହିଁ। ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିବ। କର୍ମକ୍ଷେତ୍ରରେ ସ୍ଥାନାନ୍ତର ଓ ମତାନ୍ତର ଭୟ ଦୂରେଇ ଯିବ। କୌଣସି ଗୁରୁତ୍ୱପୂର୍ଣ୍ଣ ନିସ୍ପତି ନେବା ପୂର୍ବରୁ ପରିବାରସହ ଆଲୋଚନା କରିବା ଉଚିତ୍। କୋର୍ଟ କଚେରୀ ମାମଲାରେ ଜିଦରୁ ନିବୃତ ହେବା ଶ୍ରେୟସ୍କର ହେବ। ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-

ସରକାରୀ ସାହାଯ୍ୟ ସହଯୋଗ ହାତଛଡା ହେବାର ନାହିଁ। ବିଦ୍ୟାର୍ଥୀମାନେ ପ୍ରତିଦ୍ୱନ୍ଦିତାରେ ସଫଳ ହେବା ପାଇଁ ଆପ୍ରାଣ ଚେଷ୍ଟା ଜାରି ରଖିବେ। କର୍ମକ୍ଷେତ୍ରରେ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ। ବ୍ୟବସାୟୀକ ହିସାବପତ୍ର ସହ ଭଲଭାବରେ ଜଗାରଖା କରିବା ଦ୍ୱାରା ବିଶେଷ ଲାଭବାନ୍ ହେବେ। ସାଙ୍ଗ ସାଥି ଭାଗିଦାରମାନଙ୍କ ପାଇଁ ଅନେକ ସୁବିଧା ସୁଯୋଗ ପାଇବେ। ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। କଳେବଳେ କୌଶଳରେ ଅର୍ଥ ସଂଗ୍ରହ କରି ମଉଜ ମଜଲିସ୍ କରିବା ପାଇଁ ସମୟ ପାଇବେ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-

ଶତୃମାନେ ପରାଜିତ ହେବେ। ସମୟ ଅନୁକୂଳ ହେବା ଦ୍ଵାରା ଦିନଟି ଆନନ୍ଦରେ କଟେଇ ପାରିବେ। ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ କର୍ମକ୍ଷେତ୍ରରେ ଉନ୍ନତି କରିବା ସହ ଉପରିସ୍ଥ ଅଧିକାରୀଙ୍କର କୃପା ଲାଭ କରିବେ। ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ଋଣମୁକ୍ତି ହେବାପାଇଁ ଯୋଜନା ପ୍ରସ୍ତୁତ କରି ପାରିବେ। ରାଜନୀତିରେ ସମ୍ମାନର ସହିତ କୃତକାର୍ଯ୍ୟ ହେବେ। ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ପଡୋଶୀ ଏବଂ କୁଟୁମ୍ବଙ୍କ ସହ କଳିତକରାଳ ଥିଲେ ମେଣ୍ଟିଯିବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-

ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ। ସହାବସ୍ଥାନର ନିରାପଦ ବଳୟ ଭିତରେ ଆପଣା ଲୋକଙ୍କ ସାହାଯ୍ୟ ପାଇ ପାରିବାରିକ ଜୀବନ ସୁଧାରୀ ନେବେ। ଶିକ୍ଷାର୍ଥୀ ମାନେ ଉନ୍ନତିର ଛକ ଉପରେ ପଦାର୍ପଣ କରି ଲକ୍ଷ୍ୟପୂରଣ ଆଡକୁ ଆଗେଇ ପାରିବେ। ରାଜନୀତି କ୍ଷେତ୍ରରେ ଲୋକ ସମର୍ଥନକୁ ଆଧାର କରି ବଳୀୟାନ ହେବେ। ହାତକୁ ନେଇଥିବା କାର୍ଯ୍ୟପାଇଁ କଠିନ ପରିଶ୍ରମ କରିବାକୁ ପଡିବ। ପାରିଶ୍ରମିକ ତୁଳନାରେ ଅଧିକ ଶ୍ରମ କରିବେ। ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ଧାର୍ମିକ କାର୍ଯ୍ୟପ୍ରତି ମନ ବଳାଇବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ।  ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!