ସାପ୍ତାହିକ ରାଶିଫଳ: ଅଗଷ୍ଟ ୧୭ ତାରିଖ ରୁ ଅଗଷ୍ଟ ୨୩, ଏହି ସପ୍ତାହଟି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଅଟକିଥିବା ଅର୍ଥ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ସାହିତ୍ୟ, କଳା କ୍ଷେତ୍ରରେ ଆକର୍ଷିତ ହେବେ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। କର୍ମକ୍ଷେତ୍ରରେ ସୁବିଧା ସୁଯୋଗ ପାଇ ଉଚ୍ଚ ସମ୍ମାନ ପାଇବା ସହ ପ୍ରଶଂସିତ ହେବେ।  ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ ଓ ସୁଖଶାନ୍ତି ବୃଦ୍ଧି ହେବ। ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବେ। ବ୍ୟବସାୟ କ୍ଷେତ୍ରରେ ଆୟ ବୃଦ୍ଧି ହେବା ସହ ଉନ୍ନତି ଓ ଅଗ୍ରଗତିର ସୁଯୋଗ ପାଇବେ। ରାଜନୀତି କ୍ଷେତ୍ରରେ ଜନସମ୍ପର୍କ ସୁଦୃଢ ହେବା ଫଳରେ ଯାହା ଚିନ୍ତା କରିବେ ତାହା ପୂରଣ ହେବ। ଧାର୍ମିକ କାର୍ଯ୍ୟରେ ମନ ବଳାଇବେ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମପ୍ରସଙ୍ଗରେ ମଧୁରତା ଆସିବ। ଶୁଭକାର୍ଯ୍ୟରେ ଯୋଗ ଦେବେ। ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ। ପିଲାମାନଙ୍କ କାର୍ଯ୍ୟ ପ୍ରତି ଦୃଷ୍ଟି ରଖିବା ଆବଶ୍ୟକ। ବିଦ୍ୟାକ୍ଷେତ୍ରରେ ସମସ୍ୟାର ସମାଧାନ ହୋଇ ସଫଳତା ମିଳିବ। କେତେକ କ୍ଷେତ୍ରରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ନୂତନ ଉଦ୍ୟମରେ ନିଶ୍ଚିତ ସଫଳତା ପ୍ରାପ୍ତିହେବ। ସାମାଜିକ କାର୍ଯ୍ୟରେ ଗଠନମୂଳକ ପ୍ରସ୍ତାବ ନେଇ ବନ୍ଧୁମାନଙ୍କ ଦ୍ୱାରା ପ୍ରଶଂସିତ ହେବେ। ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ। ନିକଟ ସମ୍ପର୍କୀୟମାନଙ୍କ କାର୍ଯ୍ୟକଳାପ ଆପଣଙ୍କ ପାଇଁ ସନ୍ତୋଷ ଜନକ ହେବ। କ୍ରୀଡ଼ା, କଳା, ସାହିତ୍ୟ, ପ୍ରକାଶନ ଓ ପ୍ରଶାସନିକ ସ୍ତରରେ ଉଚ୍ଚ ସମ୍ମାନ ପାଇବେ। ଶାରୀରିକ ସୁସ୍ଥତା ଅନୁଭବ କରିବେ। ବିଦ୍ୟାକ୍ଷେତ୍ରରେ ଉନ୍ନତି ସହ ସଫଳତା ମିଳିବ। ବ୍ୟବସାୟରେ କର୍ମଚାରୀମାନେ ଅଧିକ ପରିଶ୍ରମ କରି ଆର୍ଥିକ ଦିଗକୁ ସୁଦୃଢ କରି ପାରିବେ। ପରିବହନ ବ୍ୟବସାୟ, ଗବେଷଣା, ଯୋଗାଯୋଗ କ୍ଷେତ୍ରରେ ମନସ୍ଥିରଯୋଗେ କଥାବାର୍ତ୍ତାରେ ସଂଯମତା ରକ୍ଷାକରି ସମସ୍ୟାକୁ ସମାଧାନ  କରି ପାରିବେ। ଅଚାନକ ଭାବେ କିଛିଅର୍ଥ ପାଇବା ଫଳରେ ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ। ପ୍ରତିକାର- ତୁଲସୀ ମୂଳ ମାଟି ପ୍ରତ୍ୟେକ ଦିନ ମୁଣ୍ଡରେ ଚନ୍ଦନ ଭଳି ଧାରଣ କରନ୍ତୁ।

ମିଥୁନ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଧୈର୍ଯ୍ୟ, ସାହସ ଓ ବୁଦ୍ଧିବଳରେ ନିଜର କାର୍ଯ୍ୟ ହାସଲ କରି ପାରିବେ। ସ୍ଵାସ୍ଥ୍ୟରେ ଉନ୍ନତି, ମାନସିକ ସ୍ଥିରତା ଓ ସମାଜ ସେବାରେ ସ୍ଵନାମ ଅର୍ଜନ କରି ପାରିବେ। ସରକାରୀ କାମରେ ସଫଳତା ମିଳିବ। ନୂତନ ଲୋକଙ୍କସହ ବନ୍ଧୁତ୍ୱ ସ୍ଥାପନ ହେବ।  ଦାମ୍ପତ୍ୟସୁଖ ଓ ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବ। କଳେବଳେ କୌଶଳରେ ଅର୍ଥ ସଂଗ୍ରହ ଅଭିଯାନ କରି ସଫଳତା ପାଇବେ। ରାଜନୀତି କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ବ୍ୟବସାୟ କ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ। କର୍ମକ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ନୂତନ କର୍ମ ନିଯୁକ୍ତିର ସୁଯୋଗ ପାଇବେ। ଛାତ୍ରଛାତ୍ରୀମାନେ ଉଚ୍ଚ ଶିକ୍ଷା ଲାଭ କରିବା ପାଇଁ ଚେଷ୍ଟା ଜାରି ରଖିବେ। ଆର୍ଥିକ ଉନ୍ନତି ହେବା ସହ ଶତୃ ପରାଜିତ ହେବେ। ଘରୋଇ କର୍ମଚାରୀମାନେ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଶତୃମାନେ ବିପଦରେ ପକାଇବା ପାଇଁ ଚେଷ୍ଟା କରି ପାରନ୍ତି। ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ।

କର୍କଟ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସମସ୍ତ ପ୍ରକାର ବ୍ୟବସାୟରେ ଉନ୍ନତିହେବା ସହ ଅଧିକ ଲାଭ ହେବ। ଆର୍ଥିକ କ୍ଷେତ୍ରରେ ଉନ୍ନତି, ଶତୃ ମାନଙ୍କୁ ପରାସ୍ତ କରି ପାରିବେ ଓ ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ। ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ବହୁ ସୁବିଧା ସୁଯୋଗ ପାଇବେ। କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ। ପାରିବାରିକ କ୍ଷେତ୍ରରେ ଶାନ୍ତି ଦେଖା ଦେବା ଫଳରେ ଭାଇ ଭଉଣୀମାନଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବ। ସନ୍ତାନ ମାନଙ୍କ ଭବିଷ୍ୟତ ଚିନ୍ତା କରି ପୁଞ୍ଜି ଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ, ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପ୍ରତିକାର:- ମାଦକଦ୍ରବ୍ୟ ସେବନରୁ ଦୂରେଇ ରୁହନ୍ତୁ।

ସିଂହ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଶତୃମାନେ ପରାଜିତ ହେବେ। ଅଚାନକ ଧନଲାଭ ହେବାରୁ ଖୁସି ହେବେ। ସାମାଜିକ ଉତ୍ସବରେ ଯୋଗ ଦେବେ। ଆତ୍ମୀୟ ସ୍ଵଜନଙ୍କ ପାଇଁ ଭୋଗ ବିଳାସଦ୍ରବ୍ୟ ଓ ଗୃହୋପକାରଣ କ୍ରୟକରିବେ। ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ। ଅଧାଥିବା କାର୍ଯ୍ୟ ପୂରଣ ହେବ। ଗୁରୁ, ଗୁରୁଜନ ଓ ପିତୃତୁଲ୍ୟ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ଫଳରେ ପାରିବାରିକ ସ୍ଥିତି ସନ୍ତୋଷ ଜନକ ହେବ। ପିଲାମାନଙ୍କ କାର୍ଯ୍ୟରେ ଖୁସି ହେବେ। ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ପରିଶ୍ରମ ଦ୍ଵାରା ଆୟରପନ୍ଥା ସହଜ ହେବ। ବନ୍ଧୁ ପରିବାରଙ୍କ ଠାରୁ ସୁଖ ମିଳିବ। ପଢ଼ାପଢ଼ିରେ ମନଦେବେ ଉଚ୍ଚଶିକ୍ଷା ସମ୍ମିଳନୀରେ ଯୋଗଦେଇ ପାରନ୍ତି। ଆଶା କରୁଥିବା ଖବର ପାଇ ଖୁସୀ ହେବେ। ରାଜନୈତିକ କ୍ଷେତ୍ରରେ ଯେତେ ସଂଯମତା ରଖି କଥା କହିଲେ ମଧ୍ୟ ଅନ୍ୟମାନେ ଆପଣଙ୍କ କଥାକୁ କଦର୍ଥ କରି ପାରନ୍ତି। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।

କନ୍ୟା:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଧନମାନ ଦିଗରୁ ସୁରକ୍ଷିତ ରହିବେ। ବ୍ୟବସାୟୀ ମାନଙ୍କ ପାଇଁ ଯୋଗପ୍ରଦ ସମୟ ଯୋଗେ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ, ନିଜର ପ୍ରତିପତ୍ତି ବିସ୍ତାର କରି ପାରିବେ। ମିଛଆଶା ଉପରେ ନିର୍ଭର ନକରି ନିଜକୁ ନିୟନ୍ତ୍ରଣ କରିପାରିବେ। ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ। ନୂତନ ପ୍ରସ୍ତାବ ଦେଇ ବନ୍ଧୁ ଗହଣରେ ପ୍ରଶଂସା ପାଇବେ। କର୍ମକ୍ଷେତ୍ରରେ ଯୁକ୍ତିଯୁକ୍ତ କଥାକହି ଅନ୍ୟମାନଙ୍କୁ ଆପଣେଇ ନେବେ। ଚାଷକ୍ଷେତ୍ରରେ ନୂତନ ଦିଗନ୍ତ ସୃଷ୍ଟି କରି ଚର୍ଚ୍ଚିତ ହେବେ। ବ୍ୟସ୍ତତା ଭିତରେ କାର୍ଯ୍ୟସାଧନ କରିବେ। ଅନ୍ୟାୟ ବିରୋଧରେ ସ୍ୱରଉଠାଇ ପରୋକ୍ଷ ଶତୃତା ସୃଷ୍ଟି କରିବେ। ଗୃହୋପକରଣ କିମ୍ବା ମୂଲ୍ୟବାନ୍ ସାମଗ୍ରୀ କ୍ରୟ କରିବେ। ନୂତନ ଉଦ୍ୟମରେ ନିଶ୍ଚିତ ସଫଳତା ପ୍ରାପ୍ତିହେବ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହୋଇ ପାରେ। ବିଦ୍ୟାକ୍ଷେତ୍ରରେ ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସମସ୍ତ ସମସ୍ୟା ଅପସରି ଯିବ। ସନ୍ତାନ ଯୋଗେ ଆନନ୍ଦିତ ହେବେ। ଉଚ୍ଚାଧିକାରୀ, ସହକର୍ମୀ, ଭାଇବନ୍ଧୁ ବା କୌଣସି ବିଶିଷ୍ଠ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢ଼େଇ ଦେବ। ଶତୃମାନେ ତଳମୁହାଁ ହେବେ। ମାଲିମକଦ୍ଦମାରେ ବିଜୟଲାଭ ହେବ। ବ୍ୟବସାୟ କ୍ଷେତ୍ରରେ ପ୍ରସାର, ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ। ନିଜର ବୁଦ୍ଧି, ବିବେକ ଖଟାଇ ସମସ୍ୟାର ସମାଧାନ କରିପାରିବେ। ଶିଳ୍ପ, ବାଣିଜ୍ୟ, ପରିବହନ ବ୍ୟବସାୟ ଓ ନିର୍ମାଣ କ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ। ଆନୁଷ୍ଠାନିକ କାମରେ ଦକ୍ଷତା ହେତୁ ବନ୍ଧୁମାନଙ୍କ ଦ୍ୱାରା ପ୍ରଶଂସିତ ହେବେ।  କଳକାରଖାନା, କୋଇଲା ଖଣି, ରେଳବିଭାଗ, ଡାକ ଓ ତାର ବିଭାଗ, ଟ୍ରାନ୍ସପୋର୍ଟ ବିଭାଗରେ କାର୍ଯ୍ୟ କରୁଥିବା ବ୍ୟକ୍ତିମାନେ ଅଧିକ ପରିଶ୍ରମ କରି ଲାଭବାନ୍ ହେବେ। ରାଜନୈତିକ କ୍ଷେତ୍ରରେ ଲୋକ ସମର୍ଥନ, ଦଳ ସମର୍ଥନ ବଢିବା ସହ ମୁଖ୍ୟ ନେତାଙ୍କର ପ୍ରିୟପାତ୍ର ହେବେ। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ବିଚ୍ଛା:-

ଏସପ୍ତାହରେ ମହିଳା ଓ ପୁରୁଷମାନେ ବନ୍ଧୁଙ୍କ କାମରେ ସନ୍ତୁଷ୍ଟ ରହିବେ। ଅଚାନକ ଧନ ପ୍ରାପ୍ତି ହୋଇ ଆର୍ଥିକ ଉନ୍ନତିହେବା ସହ ମାନ ସମ୍ମାନ ବୃଦ୍ଧି ହେବ। କୌଶଳପୂର୍ଣ୍ଣ କାର୍ଯ୍ୟଶୈଳୀ ଓ ବିବେକାନୁମୋଦିତ ଚିନ୍ତାଧାରା ସାଙ୍ଗକୁ ଦୃଢ଼ ପଦକ୍ଷେପ ନେଇ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ହାସଲ କରିବେ। ଠିକାଦାରୀ, ସଡକ, ଗୃହନିର୍ମାଣ ସାମଗ୍ରୀ ବ୍ୟବସାୟ, ପ୍ଳାଷ୍ଟିକ୍ ଚମଡା, ବସ୍ତ୍ର, ଫଳ, ତେଲ, ଲୁହା, ମଟର ପାର୍ଟସ୍, କୋଇଲା, ପେଟ୍ରୋଲିୟମ ପଦାର୍ଥ, ଏଜେନ୍ସି ଆଦି ବ୍ୟବସାୟରେ ଲାଭବାନ ହେବେ। ନୂତନକର୍ମ ସଂସ୍ଥାନ ରେ ନିଯୁକ୍ତି ପାଇବାର ଯୋଗ ରହିଛି। କର୍ମକ୍ଷେତ୍ରରେ ଉନ୍ନତି  କରିବା ସହ ଉପରିସ୍ଥ  ଅଧିକାରୀଙ୍କର କୃପା ଲାଭ କରିବେ। ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ନୂତନ ଉଦ୍ୟମରେ ନିଶ୍ଚିତ ସଫଳତା ପ୍ରାପ୍ତିହେବ।  ରାଜନୀତି କ୍ଷେତ୍ରରେ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖି ପାରିଲେ  ଲୋକସମ୍ପର୍କ ବୃଦ୍ଧିପାଇବା ସହ ଅନେକ କାର୍ଯ୍ୟରେ ସଫଳ ହେବେ।  ପିଲାଙ୍କର ବିଦ୍ୟାରେ ଉନ୍ନତିହେବା ସହ ଖୁସି ଗପ କରିବାର ମଉକା ଜୁଟିବ। ପ୍ରତିକାର- ଇଷ୍ଟଦେବୀଙ୍କୁ ବେଲପତ୍ର ଓ ଚନ୍ଦନ ସମର୍ପଣ କରନ୍ତୁ।

ଧନୁ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ। ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ। ବ୍ୟବସାୟ ଶୁଭାରମ୍ଭ କରିବାର ସୁଯୋଗ ପାଇବା ସହ ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ବୁଡ଼ି ଯାଉଥିବା ପଇସା କିମ୍ବା ଆପଣଙ୍କଠାରୁ କେହି ଅର୍ଥ ନେଇ ଦେଉନଥିଲେ କଳେବଳେ କୌଶଳେ ପ୍ରାପ୍ତି ହେବା ଫଳରେ ଆର୍ଥିକସ୍ଥିତି ପୂର୍ବପରି ରହିବ। ଶିକ୍ଷା କ୍ଷେତ୍ରରେ ସଫଳତା ଅର୍ଜନ କରିବେ। ଭାଇ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବା ଫଳରେ ଅନେକ ସମସ୍ୟାର ସମାଧାନ ହୋଇ, ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ। ବନ୍ଧୁବାନ୍ଧବଙ୍କ ଠାରୁ ପୂର୍ଣ୍ଣ ସହଯୋଗ ପ୍ରାପ୍ତ ହେବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଅର୍ଜନ କରି ଉତ୍ସାହିତ ହେବେ। ଗୃହୋପକରଣ କ୍ରୟ କରିବେ। ସହକର୍ମୀମାନେ ଓ ପଡ଼ୋଶୀମାନେ କଅଁଳିଆ କଥା କହି କାର୍ଯ୍ୟ ହାସଲ କରିବାର ଅପଚେଷ୍ଟା କରିବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଆୟ ଉପାର୍ଜନରେ ବାଧାନାହିଁ। ବ୍ୟବସାୟ କ୍ଷେତ୍ରରେ ଶତୃମାନେ ଦୂରେଇ ଯିବା ଫଳରେ ଲାଭ ଲାଗି ରହିବା ସହ ଆର୍ଥିକ କ୍ଷେତ୍ରରେ ଉନ୍ନତି ଦେଖାଦେବ। ପୂର୍ବସମସ୍ୟାକୁ ସମାଧାନ କରି ପଡୋଶୀଙ୍କ ସହିତ ମଧୁର ସଂପର୍କ ସ୍ଥାପନ ହେବ। ମହତ୍ ଉଦ୍ୟେଶ୍ୟ ନେଇ ଉଚ୍ଚ ଆକାଂକ୍ଷାରେ କାର୍ଯ୍ୟକଲେ ନିଶ୍ଚୟ ଭାଗ୍ୟୋଦୟ ହେବା ସହ ଅଭିଳାଷପୂର୍ଣ୍ଣ ହେବ। ବିଦ୍ୟାର୍ଥୀମାନେ ଶିକ୍ଷା କ୍ଷେତ୍ରରେ ଆଶାନୁରୂପ ଫଳ ପାଇବେ। ଇଲେକ୍ଟ୍ରୀ, ଇଲେଟ୍ରୋନିକସ୍, ଠିକାଦାରୀ, ଧାତୁ ବ୍ୟବସାୟୀ, ଔଷଧ ଦୋକାନ, ଭୋଜନାଳୟ, କଳକାରଖାନା, ଖଣିଜପଦାର୍ଥ, ଗୁଡ଼, ଲଙ୍କାମରିଚ, ମସୁରଡାଲି, ଧାନ, ଗହମ ଇତ୍ୟାଦି ବ୍ୟବସାୟ କରୁଥିବା ବ୍ୟକ୍ତିମାନେ କିମ୍ବା ଏହି ସଂସ୍ଥାରେ କର୍ମରତ ବ୍ୟକ୍ତିମାନେ ବିଶେଷ ଲାଭବାନ ହେବେ। ଯାହା କିଛି ଆୟ ହେବ ଅଧିକ ଅର୍ଥ ପାରିବାରିକ  ଆତ୍ମିୟମାନଙ୍କର ଉପଚାର ରୋଗ ନିବୃତ୍ତି ପାଇଁ ଖର୍ଚ୍ଚ ହୋଇପାରେ। କର୍ମକ୍ଷେତ୍ରରେ ଅସୁବିଧା ନହେଲେ ମଧ୍ୟ ଆଶଙ୍କାରେ ମନ ଅସ୍ଥିର ରହିପାରେ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

କୁମ୍ଭ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଉତ୍ସାହ, ଉଦ୍ଦୀପନା ବୃଦ୍ଧି ପାଇବ। ପୁରୁଣା ରୋଗର ଉପଶମ ସହ ସ୍ୱାସ୍ଥ୍ୟରେ ଆଶାଜନକ ପରିବର୍ତ୍ତନ ଦେଖାଦେବ। ଆର୍ଥିକ ଦୃଷ୍ଟି କୋଣରୁ ଅନୁକୂଳ ରହିବା ଫଳରେ ଜାଗା, ଜମି, ଗୃହ, ବାହନ ଆଦି କ୍ରୟ କରିବାର ସୁଯୋଗ ପାଇବେ। କୋର୍ଟ, କଚେରୀ, ମାଲିମକଦ୍ଦମା, ବାଦବିବାଦ କ୍ଷେତ୍ରରେ ଜୟଯୁକ୍ତ ହେବେ। ବ୍ୟବସାୟ ଦିଗରୁ ପ୍ରାୟତଃ ଅନୁକୂଳ ରହିବା ଫଳରେ ଆଶାତୀତ ଲାଭ ପାଇବାର ରାସ୍ତା ପରିସ୍କାର ହୋଇଯିବ।  ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ଆଧ୍ୟାତ୍ମକ ଭାବଧାରାରେ ଉଦ୍ବୁଦ୍ଧ ହୋଇ ସତ୍ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇ ପାରନ୍ତି। ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ଫଳରେ ପ୍ରଶଂସା ପାଇବେ। ସରକାରୀ କ୍ଷେତ୍ରରେ ସମ୍ପର୍କ ବୃଦ୍ଧି ପାଇବା ସହ ଚିନ୍ତା କରୁଥିବା କାର୍ଯ୍ୟ ପୂରଣ ହେବା ଫଳରେ ଆନନ୍ଦିତ ହେବେ। ଅନ୍ୟମନସ୍କ ହେତୁ କେତେକ ବ୍ୟତିକ୍ରମ ପରିଲକ୍ଷିତ ହୋଇପାରେ। ପ୍ରତିକାର- ତୁଲସୀ ମୂଳ ମାଟି ଧାରଣ କରନ୍ତୁ।

ମୀନ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଆର୍ଥିକ ସମସ୍ୟା ନିଶ୍ଚିତ ରୂପେ ସମାଧାନ ହୋଇଯିବ। ଏହି ସମୟ ଆପଣଙ୍କ ପାଇଁ ଅତ୍ୟନ୍ତ ଶ୍ରେଷ୍ଠ ସମୟ ହୋଇ ଥିବାରୁ ଏହାକୁ ସତ୍ ଉପଯୋଗ କରିବାକୁ ଆପ୍ରାଣ ଚେଷ୍ଟା କରିବା ଉଚିତ। ଧନ, ଧାନ୍ୟ, ଐଶ୍ଚର୍ଯ୍ୟ, ମାନ ସମ୍ମାନ ତଥା ପରାକ୍ରମର ବୃଦ୍ଧି ହେବ। ବ୍ୟବସାୟ କ୍ଷେତ୍ରକୁ ସୁସଜ୍ଜିତ କରି ପ୍ରଚୁର ଲାଭବାନ ହେବେ। ନୂଆ ନୂଆ ବ୍ୟବସାୟିକ ସଂପର୍କସ୍ଥାପନ ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ। ଅଟକି ଯାଇଥିବା ଧନ, ଉଧାର ଦେଇଥିବା ଟଙ୍କା, ଋଣ କରିଥିବା ଅର୍ଥ ସହଜରେ ହସ୍ତଗତ ହେବ। ଭୂମିକ୍ରୟ, ବାହନକ୍ରୟ, ଗୃହନିର୍ମାଣ କରିବାରେ ଖର୍ଚ୍ଚ କରିବାକୁ ପଡ଼ିବ। ବିଦ୍ୟାର୍ଥୀବର୍ଗ ଅତ୍ୟନ୍ତ ସଫଳତା ସହ ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣ ହେବେ। ପାରିବାରିକ କ୍ଷେତ୍ରରେ ସୁସମ୍ପର୍କ ବଜାୟ ରହିବ। ସମାଜ କଲ୍ୟାଣ କାର୍ଯ୍ୟରେ ଯୋଗଦାନ କରି ପ୍ରଶଂସିତ ହେବା ସହ ସମାଜିକ ସ୍ତରରେ ନିଜର ଖ୍ୟାତି ବୃଦ୍ଧି ପାଇବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!