ଦୈନିକ ରାଶିଫଳ: 17 ଡିସେମ୍ବର ୨୦୨୦, ମା ଲକ୍ଷ୍ମୀଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆକସ୍ମିକ ଧନଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଡିସେମ୍ବର ମାସ୧୭ତାରିଖ, ଗୁରୁବାର, ଧନୁମାସ୩ଦିନ, ମାର୍ଗଶିରମାସ, ଶୁକ୍ଳପକ୍ଷ, ତୃତୀୟାତିଥି, ଉତ୍ତରାଷାଢାନକ୍ଷତ୍ର, ମକରରାଶିରେ ଚନ୍ଦ୍ର। ତୁଳା, କୁମ୍ଭ ରାଶିର ଘାତବାର। ସିଂହ ରାଶିର ଘାତଚନ୍ଦ୍ର। ପୋଟଳ ନ ଖାଇଲେ ଭଲ, ଦିବା ୩ଟା ୧୮ମିନିଟ୍ ପରେ ମୂଳା ନ ଖାଇଲେ ଭଲ। ଶୁଭସମୟ- ପ୍ରାତଃ ୬ଟା ୧୯ମିନିଟ୍ ରୁ ୭ଟା ୪୪ମିନିଟ୍, ସନ୍ଧ୍ୟା ୬ଟା ୧ମିନିଟ୍ ରୁ ରାତ୍ର ୯ଟା ୩୦ମିନିଟ୍। ପର୍ବଦିନ:- ମାଣବସା ଗୁରୁବାର ତୃତୀୟ ପାଳି।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ବିଦ୍ୟାର୍ଥୀମାନେ ମନପସନ୍ଦ ଜିନିଷପାଇ ଖୁସି ହେବେ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। ଉଚ୍ଚ କର୍ମକର୍ତ୍ତାଙ୍କର ସୁଦୃଷ୍ଟି ପ୍ରାପ୍ତି ହେବ। ଦୂରଯାତ୍ରାର ସୁଯୋଗ ପାଇ ବ୍ୟବସାୟରେ ସଫଳତା ଅର୍ଜନ କରିବେ। ପରିବାରରେ ଖୁସିର ବାତାବରଣ ସ୍ଥାୟି ରହିବ। କେତେକ ଦୀର୍ଘ ଯୋଜନା ସଫଳ କାରଣରୁ ମନ ଭଲ ରହିବ। ମାନସିକ ସୁସ୍ଥତା ଅନୁଭବ କରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବୃଷ:-

କର୍ମକ୍ଷେତ୍ରରେ ଉନ୍ନତି ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ। ବନ୍ଧୁଙ୍କ ପ୍ରତିଶୃତି ପାଇ ଆଶ୍ଵସ୍ତି ଅନୁଭବ କରିବେ। କଳା, ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ଧର୍ମକାର୍ଯ୍ୟ ପ୍ରତି ମନବଳାଇ ବହୁତ ଶାନ୍ତି ପାଇବେ। ଆତ୍ମବିଶ୍ୱାସ ବୃଦ୍ଧି ପାଇବ। କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ଆର୍ଥିକ କ୍ଷେତ୍ରରେ ଉନ୍ନତିହେବ। ନୂତନ ସମ୍ବନ୍ଧ ସୃଷ୍ଟିହେବ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ମିଥୁନ:-

ସାଧାରଣ ଲୋକ ସମ୍ପର୍କକୁ ଅତିକ୍ରମ କରିବା ଲକ୍ଷ୍ୟରେ ଭୋଗମାର୍ଗୀ ହୋଇ ନିଜକୁ ପ୍ରତିଷ୍ଠିତ କରି ପାରିବେ। କାର୍ଯ୍ୟକ୍ଷେତ୍ରରେ ସୁଖ ଶାନ୍ତି ବୃଦ୍ଧି ହେବ। ପରିବାରରେ ସୁଖଶାନ୍ତି ଫେରି ଆସିବ। କାରବାର ସ୍ଥିତିରେ ସୁଧାର ଆସିବାରୁ ମନ ଖୁସି ରହିବ। କର୍ମ କ୍ଷେତ୍ରରେ ମିଥ୍ୟାଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ହେବେ। ବିଳାସବ୍ୟସନ ଖାଦ୍ୟପେୟ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ। ଧର୍ମ କାର୍ଯ୍ୟରେ ଯୋଗଦେଇ ଦେବଦର୍ଶନ କରିବେ। ସ୍ୱାସ୍ଥ୍ୟ ଦିଗରୁ ବିଶେଷ ସତର୍କ ରହିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-

ପରିବହନ ବ୍ୟବସାୟରେ ସମସ୍ୟା ସମାଧାନ ହେବ। କର୍ମକ୍ଷେତ୍ରରେ ପଦୋନ୍ନତିର ସଙ୍କେତ ପାଇବେ। ଅଧିକାରୀଙ୍କଠାରୁ ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧିହେବ। ନୂଆ ନିଯୁକ୍ତିର ସୁଯୋଗ ପାଇବେ। ରାଜନୀତି କ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବା ଫଳରେ ଶତୃମାନଙ୍କୁ ମୁକାବିଲା କରିପାରିବେ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ପ୍ରସଙ୍ଗରେ ମଧୁରତା ଆସିବ ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ସିଂହ:-

ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ। ଛାତ୍ର ଛାତ୍ରୀମାନେ ପଢ଼ା ପଢ଼ିରେ ମନଯୋଗ ଦେଲେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବା ଫଳରେ ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ। ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ। ନୂତନ କାର୍ଯ୍ୟରେ ହାତ ଦେଲେ ବିଫଳ ହେବେ। ନିର୍ମାଣାଧୀନ କାମ ଅଟକି ରହିଯିବା ଯୋଗୁ ସାମାନ୍ୟ ଚିନ୍ତିତ ରହିବେ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

କନ୍ୟା:-

ନିଜ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିବା ସହ ସନ୍ତାନ ସୁଖ ମିଳିବ। ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। କର୍ମକ୍ଷେତ୍ରରେ ଉନ୍ନତି କରି ପାରିବେ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ରୋଜଗାର ସମସ୍ୟା ସୁଧୁରି ଯିବ। ଧନ ଲାଭ ହେବାରୁ ମନ ଖୁସି ରହିବ। ବ୍ୟବସାୟୀକ କ୍ଷେତ୍ରରେ ଉନ୍ନତି ହେବ। ରାଜନୀତି କ୍ଷେତ୍ରରେ ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ। ବକେୟା ଅର୍ଥ କିଛି ମିଳିବ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ତୁଳା:-

ବ୍ୟବସାୟରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବା ଯୋଗେ ସଫଳତା ଅର୍ଜନ କରି ଭଲ ଲାଭ ପାଇବେ। ଲେଖକ, ପତ୍ରକାର, ରାଜନୈତିକ, ସଙ୍ଗୀତଜ୍ଞ, ଠିକାଦାର ଓ ସରକାରୀ କ୍ଷେତ୍ରରେ କର୍ମରତ ଥିବା ବ୍ୟକ୍ତିମାନଙ୍କର ଅନେକ ଶୁଭ ହେବ। ବନ୍ଧୁ ମିତ୍ରଙ୍କଠାରୁ ସାହାଯ୍ୟ ସହଯୋଗ ମିଳିବ। ଦୂରସମ୍ପର୍କୀୟ ବ୍ୟକ୍ତିଙ୍କୁ ବିଶ୍ୱାସ କଲେ ଠକାମୀ ଭଣ୍ଡାମୀର ଶୀକାର ହେବେ। ପରିବାରରେ କ୍ରୋଧ ନିୟନ୍ତ୍ରଣ ନରଖିଲେ କ୍ଷତି ସହିବେ। ଆୟ ତୁଳନାରେ ବ୍ୟୟ ଅଧିକ ହେବ। ପ୍ରତିକାର- ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ।

ବିଚ୍ଛା:-

ଶୁଭ ସମାଚାର ମିଳିବା ସହ ନିଜଲୋକମାନେ ସାହାଯ୍ୟ କରିବେ। ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରି ଆର୍ଥିକ ସ୍ଥିତି ସୁଧାରିବାକୁ ଚେଷ୍ଟା କରିବେ। ଋଣ ଭାରରୁ ମୁକ୍ତି ପାଇବେ। କର୍ମକ୍ଷେତ୍ରରେ କିଛି ନୂଆ ସୁଯୋଗ ଆସିବା ଫଳରେ ଶତୃ ମାନଙ୍କ ଷଡ଼ଯନ୍ତ୍ର ଧରା ପଡିବ। ନୂତନ କର୍ମପ୍ରାପ୍ତିର ସୁଯୋଗ ମିଳିବ। ପରୀକ୍ଷା ପ୍ରତୀଯୋଗିତାରେ ସଫଳ ହେବେ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବା ସହ ଦାମ୍ପତ୍ୟ ସୁଖ ବୃଦ୍ଧି ହେବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ଧନୁ:-

ସନ୍ତାନଙ୍କ ପାଇଁ ଶୁଭ ସମ୍ବାଦ ପାଇବେ। ଗୁରୁଜନଙ୍କ ପ୍ରେରଣା ଓ ଆର୍ଥିକ ସହାୟତାରେ ବ୍ୟବସାୟରେ ସଫଳତା ଅର୍ଜନ କରିବେ। ବିରୋଧିମାନେ ଦୂରେଇ ଯିବା ଫଳରେ ଅଟକିଥିବା କାର୍ଯ୍ୟ ଚାଲୁ କରି ପାରିବେ। ନୂତନପନ୍ଥା ଅନୁସରଣ କଲେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ପ୍ରିୟଜନଙ୍କସହ ମିଳନ ହୋଇ ଉତ୍ତର ଦାୟିତ୍ୱ ବଢ଼ିବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ। କାର୍ଯ୍ୟ ପୁରଣ ହୋଇ ସମୟ ହସଖୁସିରେ ବିତିବ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ମକର:-

ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। ଶୁଭ ସମ୍ବାଦ ପାଇ ଦୂରଯାତ୍ରାରେ ସଫଳ ହେବେ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସିତ ହେବେ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ। କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ରାଜନୈତିକ କ୍ଷେତ୍ରରେ ଲୋକସମର୍ଥନ, ଦଳସମର୍ଥନ ବୃଦ୍ଧି ପାଇବା ସହ ମୁଖ୍ୟନେତା ଙ୍କର ପ୍ରିୟପାତ୍ର ହେବେ।ପ୍ରେମ ପ୍ରସଙ୍ଗରେ ଅଧିକ ଘନିଷ୍ଠତା ହେବ। ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-

ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ରାଜନୈତିକ କ୍ଷେତ୍ରରେ ସ୍ଥିତି ସୁଦୃଢ଼ ହେବା ସହ କାର୍ଯ୍ୟଭାର ବୃଦ୍ଧିହେବ। ବ୍ୟକ୍ତିଗତ ସାର୍ବଜନୀନ ସମ୍ପର୍କରେ ବିକଶିତ ହୋଇ ସୁଖ ଶାନ୍ତି ମିଳିବ। ଗୃହରେ ଧର୍ମକାର୍ଯ୍ୟ ଓ ଧର୍ମାନୁଷ୍ଠାନରେ ଯୋଗଦାନ କରି ପାରନ୍ତି।ଘରଲୋକଙ୍କୁ ବିଶ୍ଵାସକରି ପରଲୋକଙ୍କୁ ଅବିଶ୍ଵାସ କଲେ ହଇରାଣରେ ପଡି ପାରନ୍ତି। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

ମୀନ:-

ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। ଅର୍ଥ ସମ୍ପର୍କୀୟ କଥାହେବା ପାଇଁ ସମୟ ପ୍ରାୟତଃ ଅନୁକୂଳ ରହିବ। ଶିଳ୍ପବାଣିଜ୍ୟ କ୍ଷେତ୍ରରେ ବିଭିନ୍ନ ପ୍ରକାରର ସମସ୍ୟା ସମାଧାନ ହେବ। ବ୍ୟବସାୟରେ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ଅଚାନକ ଧନପ୍ରାପ୍ତି ହେବ। ଶତୃନାଶ, ଋଣନାଶ ଓ ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। ଗୃହସ୍ଥ ଜୀବନ ସୁଖ ଶାନ୍ତିରେ କଟିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!