ଦୈନିକ ରାଶିଫଳ: 17 ଡିସେମ୍ବର 2022, ଶନିଦେବଙ୍କ କୃପା ରହିବ ଏହି 5ଟି ରାଶି ଉପରେ, ମିଳିବ କିଛି ବଡ ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ମସିହା, ଡିସେମ୍ବର ମାସ ୧୭ତାରିଖ, ଶନିବାର, ଧନୁମାସ ୨ଦିନ, ପୌଷମାସ, କୃଷ୍ଣପକ୍ଷ, ନବମୀତିଥି, ଉତ୍ତରାଫାଲଗୁନୀ ନକ୍ଷତ୍ର ସକାଳ ୯ଟା ୧୬ମିନିଟ୍ ପରେ ହସ୍ତା ନକ୍ଷତ୍ର, କନ୍ୟା ରାଶିରେ ଚନ୍ଦ୍ର । ଆୟୁଷ୍ମାନ ଯୋଗ ସକାଳ ୭ଟା ୩୩ମିନିଟ୍ ପରେ ସୌଭାଗ୍ୟ ଯୋଗ । ତୈତିଳ କରଣ ଦିବା ୩ଟା ୨୭ମିନିଟ୍ ପରେ ଗର କରଣ । ବୃଷ, ସିଂହ, କନ୍ୟା ରାଶିର ଘାତବାର । ବୃଷ ରାଶିର ଘାତଚନ୍ଦ୍ର । ଲାଉ ନ ଖାଇଲେ ଭଲ । ଯୋଗିନୀ- ପୂର୍ବେ ରାତି ୩ଟା ୪୧ମିନିଟ୍ ପରେ ଉତ୍ତରେ ଯାତ୍ରା ନିଷେଧ । ଶ୍ରାଦ୍ଧତର୍ପଣ- ନବମୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ପ୍ରାତଃ ୬ଟା ୧୮ମିନିଟ୍ ରୁ ୭ଟା ୩୯ମିନିଟ୍, ଦିବା ୧ଟା ୩ମିନିଟ୍ ରୁ ୨ଟା ୨୪ମିନିଟ୍, ଦିବା ୩ଟା ୪୫ମିନିଟ୍ ରୁ ସନ୍ଧ୍ୟା ୬ଟା ୪୫ମିନିଟ୍, ରାତ୍ର ୪ଟା ୩୯ମିନିଟ୍ ରୁ ୬ଟା ୧୮ମିନିଟ୍ । ଶୁଭସମୟ- ସକାଳ ୭ଟା ୪୫ମିନିଟ୍ ରୁ ୮ଟା ୫୯ମିନିଟ୍, ଦିବା ୧୨ଟା ୫ମିନିଟ୍ ରୁ ୧ଟା ୨ମିନିଟ୍, ଦିବା ୨ଟା ୨୫ମିନିଟ୍ ରୁ ୨ଟା ୫୬ମିନିଟ୍, ଦିବା ୩ଟା ୪୧ମିନିଟ୍ ରୁ ୩ଟା ୪୪ମିନିଟ୍, ରାତ୍ର ୨ଟା ୪୮ମିନିଟ୍ ରୁ ୩ଟା ୩୯ମିନିଟ୍ । ପର୍ବଦିନ- ଅନ୍ଵଷ୍ଟକା ଶ୍ରାଦ୍ଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-ଶତୃମାନେ ଦୂରେଇ ଯିବେ । ଚେଷ୍ଟା କଲେ କାହାକୁ ଦେଇଥିବା ଧନ ମିଳିଯିବ । ବିବାହ ସମ୍ବନ୍ଧୀୟ କଥାବାର୍ତ୍ତା ଆଗକୁ ବଢିବ । ନିଜର ଦକ୍ଷତା ଲୋକମାନଙ୍କୁ ପ୍ରଭାବିତ କରିବ । ପରିବାରର ସଦସ୍ୟଙ୍କ ସମ୍ବନ୍ଧ ଦୃଢ ହେବ । ଧନ ଲାଭହେବା ସହିତ କର୍ତ୍ତବ୍ୟ ଦାଇତ୍ଵ ବଢିଯିବ । କୌଣସି ପୋଗ୍ରାମ୍ ବା କାର୍ଯ୍ୟକ୍ରମରେ ସମ୍ମାନିତ ହେବେ । ବ୍ୟବସାୟ ସୂତ୍ରରୁ ବହୁତ ଲାଭ ଉଠାଇପାରିବେ । ଗୁରୁଜନଙ୍କ ଆଶୀର୍ବାଦ ପ୍ରାପ୍ତ ହେବ । ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ ।

ବୃଷ:-ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ । ବ୍ୟବସାୟୀକ କାରବାରର ଗତି ରୀତିରେ ପରିବର୍ତ୍ତନର ଆଶଙ୍କା ନାହିଁ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମପ୍ରସଙ୍ଗରେ ସଫଳତା ମିଳିବ । କର୍ମ କ୍ଷେତ୍ରରେ ସୁଯୋଗ ପାଇଲେ ମଧ୍ୟ ସଦ୍ବ୍ୟବହାର କରିବାକଷ୍ଟ ହେବ । ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଆବଶ୍ୟକ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମିଥୁନ:-ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ । ପିଲାମାନଙ୍କ ପ୍ରତି ସତର୍କ ରହି ଆନନ୍ଦିତ ହେବେ ଓ କୌଣସି ଶୁଭ ସମାଚାର ମଧ୍ୟ ଶୁଣିବାକୁ ମିଳିବ । ଘର-ପରିବାରକୁ ପ୍ରାଥମିକତା ଦେବେ । ପାଖ ପଡୋଶୀଙ୍କ ସହିତ ସମ୍ପର୍କ ବୃଦ୍ଧି ହେବ । ଗୁରୁଜନଙ୍କ ଆଶୀର୍ବାଦ ପ୍ରାପ୍ତ ହେବ । ରାଜନୀତି କ୍ଷେତ୍ରରେ ଉନ୍ନତି କରିବା ପାଇଁ ବହୁତ ଭଲ ପାଉଥିବା ଲୋକ ଓ ଶୁଭଚିନ୍ତକ ଲୋକମାନେ ସାହାଯ୍ୟ କରିବେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

କର୍କଟ:-ସନ୍ତାନମାନଙ୍କ ଉନ୍ନତି ପାଇଁ ଖୁସି ରହିବେ । କୁଟୁମ୍ବରେ ମାଙ୍ଗଳିକ କାର୍ଯ୍ୟ ଓ ଧାର୍ମିକ କାର୍ଯ୍ୟରେ ଯୋଗ ଦେଇ ପ୍ରଶଂସା ପାଇବେ । ପରିବହନରେ ବିଶେଷ ଲାଭବାନ ହେବେ । ଧାର୍ମିକସାହିତ୍ୟ ପଢିବା ପାଇଁ ରୁଚି ବୃଦ୍ଧି ହେବ । ବ୍ୟବସାୟ ପାଇଁ ଦୂରଯାତ୍ରା କରି ମନ ଖୁସି ରହିବ । ପାରିବାରିକ କ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ ଓ ଶୁଭ ସୂଚନା ମଧ୍ୟ ପାଇବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ସିଂହ:-ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ । ବାଣିଜ୍ୟ, ବ୍ୟବସାୟ, କଳା, ସାହିତ୍ୟ ଓ ସଭାସମିତିରେ ସଫଳତା ହାସଲ କରିବେ । କିଛି ଏମିତି ଲୋକଙ୍କ ସହିତ ମିଳନ ହେବ ଯେ ସେମାନେ ବିକାଶ ଧାରାରେ ସାମିଲ ହେବେ । ରାଜନୀତି କ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବା ଫଳରେ ଶତୃମାନଙ୍କୁ ମୁକାବିଲା କରିପାରିବେ । ଭାଇ ବନ୍ଧୁମାନେ କର୍ମକ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କନ୍ୟା:-ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବେ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମ୍ମାନ ପାଇବେ । ଜୀବନସାଥିଙ୍କ ସ୍ୱାସ୍ଥ୍ୟ ଉତ୍ତମ ରହିବ । ରାଜନୀତି କ୍ଷେତ୍ରରେ ଲୋକଙ୍କ ସମ୍ପର୍କରେ ରହିବେ, ସେଥିପାଇଁ ଇଣ୍ଟରନେଟ୍ ଠାରୁ ଆରମ୍ଭ କରି ଫୋନ୍ ସବୁ କାରବାର କରିବେ । ଘରୋଇ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବ । ପିକନିକ୍, ପାର୍ଟି ଆଦିର ପୋଗ୍ରାମ୍ କରିବେ । ନିଜ ପରିଶ୍ରମରେ ସଫଳତା ପାଇବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ତୁଳା:-ରାଜନୀତି କ୍ଷେତ୍ରରେ ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ମନରେ ଭୟ ଆଶଙ୍କା, ଶାରୀରିକ ଅସୁସ୍ଥତା ଦୂରେଇଯିବ । ଦୀର୍ଘ ସମୟରୁ ପ୍ରତୀକ୍ଷିତ ଖବର ପାଇ ଖୁସି ହେବେ । ପୈତୃକ ସମ୍ପତ୍ତିକୁ ନେଇ ବାଦବିବାଦ ମେଣ୍ଟିବା ପାଇଁ ଚେଷ୍ଟା କାଲେ ସଫଳତା ପ୍ରାପ୍ତି ହେବ । କିଛି ନୂତନ କର୍ମ ଆରମ୍ଭ କଲେ ସମ୍ପର୍କୀୟଙ୍କଠାରୁ ସୌହାର୍ଦ ତଥା ପରିବାରର ସଦସ୍ୟଙ୍କ ସ୍ନେହ ଶ୍ରଦ୍ଧା ବୃଦ୍ଧି ହେବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ବିଚ୍ଛା:-ସୁସ୍ଥ ମାନସିକତା ରକ୍ଷାକରି ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ । ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ । ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ ଏବଂ ତଳୁ ଉପର ସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ । ବାହନ ଆଦି କ୍ରୟ କରିପାରିବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ଧନୁ:-ସମାନ ବିଚାରଧାରା ଲୋକଙ୍କ ଦରକାର ଅନୁଭବ ହେବ । ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ । ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ଧନମାନ ଦିଗରୁ ସୁରକ୍ଷିତ ରହିବେ । ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ସେୟାର ବଜାର ଓ ପୁଞ୍ଜି ନିବେଶ କରିଲେ ବହୁତ ଧନ ପ୍ରାପ୍ତ ହେବ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ । ରାଜନୀତି କ୍ଷେତ୍ରରେ ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମକର:-ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ ଓ ପରୀକ୍ଷା ପରିଣାମ ଅନୁକୂଳ ହେବ । ଦୂରେଇ ଯାଇଥିବା ବନ୍ଧୁ ଅତି ଆପଣାର ହେବେ । ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ । ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ । ଅଫିସରେ କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ । ଖାଇବା ପିଇବାରେ ଅବହେଳା କରିବାରୁ ସ୍ଵାସ୍ଥ୍ୟ ଖରାପ ହୋଇପାରେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

କୁମ୍ଭ:-ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ । ବ୍ୟବସାୟ ପାଇଁ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ । ନୂତନ ଓ ପୁରାତନ ଯୋଜନା ଫଳପ୍ରସୂ ହେବା ସହଜ ସରଳ ହୋଇଯିବ । ପ୍ରେମ ପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ । କର୍ମକ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ ଓ ଆୟ ବୃଦ୍ଧି ହେବ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ମୀନ:-ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ଆୟ ଉପାର୍ଜନ ବୃଦ୍ଧି ହେବ । କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ । ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଅର୍ଥ ଲାଭର ସୁଯୋଗ ପାଇବେ । କୌଣସି ନୂତନ ପ୍ରଭାବଶାଳି ବ୍ୟକ୍ତିଙ୍କ ସହିତ ଭେଟ ହୋଇ ସୁଖ ସମୃଦ୍ଧି ବୃଦ୍ଧି ହେବ । ପରିବାରର ଉନ୍ନତି ପାଇଁ ପ୍ରୟାସରତ ହେବେ । ପରୀକ୍ଷା ପ୍ରତିଯୋଗିତାରେ ଶୁଭଫଳ ମିଳିବ । ପ୍ରତିକାର- ଅଷ୍ଟଗନ୍ଧ ତିଳକ ଚନ୍ଦନ ଧାରଣ କରନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!