ଦୈନିକ ରାଶିଫଳ: ୧୭ ଫ୍ରେବୃୟାରୀ ୨୦୨୦, ମହାଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଫେବୃଆରୀ ମାସ ୧୭ତାରିଖ, ସୋମବାର, କୁମ୍ଭ ମାସ ୫ ଦିନ, ଫାଲଗୁନ ମାସ, କୃଷ୍ଣପକ୍ଷ, ନବମୀ ତିଥି, ଜ୍ୟେଷ୍ଠା ନକ୍ଷତ୍ର, ବିଛା ରାଶିରେ ଚନ୍ଦ୍ର। ମିଥୁନ ରାଶିର ଘାତବାର। ଲାଉ ନ ଖାଇଲେ ଭଲ। ଶୁଭସମୟ- ପ୍ରାତଃ ୬ଟା ୨୦ ରୁ ୭ଟା ୪୩ମି, ଦିବା ୧୦ଟା ୫୩ ରୁ ୧ଟା ୮ମି, ଦିବା ୪ଟା ୧୮ ରୁ ୪ଟା ୫୬ମି, ସନ୍ଧ୍ୟା ୬ଟା ୩୩ ରୁ ରାତି ୯ଟା ୩ମି।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ନିକଟସ୍ଥ ବ୍ୟକ୍ତି ସାହାଯ୍ୟ କରିବା ଦ୍ଵାରା ବ୍ୟବସାୟରେ ସଫଳତା ମିଳିବ। କର୍ମଚାରୀ ଓ ଶ୍ରମିକମାନେ ଉପରିସ୍ଥଙ୍କୁ ଆପଣାର କରି ବେସୀ ଉପକୃତ ହେବେ। ତଳ ମହଲରୁ ଆଶାତୀତ ଲାଭ ପାଇବେ। ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଧନସମ୍ପଦ, ବସ୍ତ୍ରଆଭୂଷଣ ଆଦି ଲାଭହେବ। ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ମାଲିମକଦ୍ଦମାର ସମାଧାନ ହେବ। ରାଜନୈତିକ କ୍ଷେତ୍ରରେ ଯଶ, ମାନ ପ୍ରତିଷ୍ଠା ବୃଦ୍ଧି ହେବ। ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବ ନାହିଁ। ଧର୍ମାନୁଷ୍ଠାନରେ ଯୋଗଦାନ କରି ପ୍ରଶଂସା ପାଇବେ। ପ୍ରତିକାର ଭୋକିଲା ଲୋକକୁ ନିରାଶ କରିବେ ନାହିଁ।      

ବୃଷ:- 

ସ୍ଵାସ୍ଥ୍ୟକର ପରିବେଶ ସାଙ୍ଗକୁ ସମ୍ମାନଜନକ ଘଟଣା ଘଟିବ। ବ୍ୟବସାୟୀ ମାନଙ୍କର କାରବାର ବଢିବା ସହ ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ହେବ। ପରୀକ୍ଷା ଓ ପ୍ରତିଯୋଗୀତାରେ ଆଶା ମୁତାବକ ଫଳ ପାଇବେ। କର୍ମକ୍ଷେତ୍ରରେ କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ। ପାରିବାରିକ ଜୀବନ ଆନନ୍ଦରେ କଟିବ। ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ। ନୂତନ କାର୍ଯ୍ୟ ଆରମ୍ଭ କରି ପାରିବେ। ପ୍ରତିଦ୍ଵନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ ହେବା ସହ ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। ପ୍ରତିକାରମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

ମିଥୁନ:-

ଉଚ୍ଚ ସମ୍ଭାବନାର ଆଶା ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ପାରିବାରିକ କ୍ଷେତ୍ରରେ ଆଲୁଅ ଅନ୍ଧାରର ଲୁଚକାଳି ଖେଳର ଅବସାନ ହେବ। ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ବିଜୟୀ ହେବେ। ସହକର୍ମୀମାନଙ୍କର ସମର୍ଥନ ଓ ଅଧସ୍ତନଙ୍କର ସହଯୋଗ ଯୋଗୁଁ କର୍ମକ୍ଷେତ୍ରରେ ସୁନାମ ଅର୍ଜନ କରିବେ। ରାଜନୈତିକ କ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବା ସହ ଯଶ, ମାନ ପ୍ରତିଷ୍ଠା ବୃଦ୍ଧି ହେବ। ଛାତ୍ରଛାତ୍ରୀ ମାନଙ୍କର ମାନସିକ ବିକାଶ ଘଟିବ। କେତେକ କ୍ଷେତ୍ରରେ ଅସୁବିଧାର ସମ୍ମୁଖୀନ ହୋଇ ପାରନ୍ତି। ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ।  ଘାତ

କର୍କଟ:-

କର୍ମ କ୍ଷେତ୍ରରେ ପରିବର୍ତ୍ତନ ଆସିବ। ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ ଅଧିକ ବ୍ୟୟ ଘଟିବ। ବେପରୁଆ କାର୍ଯ୍ୟକଳାପ ଯୋଗୁ ଉଚ୍ଚବର୍ଗଙ୍କ ଠାରୁ ସମାଲୋଚିତ ହେବେ। ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। କୌଣସି ନୂତନ ବନ୍ଧୁ ବ୍ୟକ୍ତିଙ୍କ ସହିତ ଭେଟ ହେବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-

ନୂତନ ଦ୍ରବ୍ୟ କ୍ରୟ କରିବେ। ଶତୃମାନେ ଦୂରେଇ ଯିବେ। କମିଶନ କାର୍ଯ୍ୟରେ ବିଶେଷ ଲାଭ ହେବାର ସମ୍ଭାବନା ଅଛି। ସରକାରୀ କ୍ଷେତ୍ରରେ ସଫଳତା ମିଳିବ। ବ୍ୟବସାୟୀମାନେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ। ପାରିବାରିକ ସୁଖ-ଶାନ୍ତି ବୃଦ୍ଧି ହେବ। ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ। ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ ଓ ମାନସିକ ଶାନ୍ତି ପାଇବେ। କ୍ଷମତା ଶକ୍ତି ବଳରେ ନିଜର ସମୟ ବିତାଇବେ। ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ। କୌଣସି ଆବଶ୍ୟକୀୟ ଜିନିଷ କିଣିବା ପାଇଁ ବାଧ୍ୟ ହେବେ। ପ୍ରତିକାରପିତାମାତାଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-

ସରକାରୀ କାମରେ ସଫଳତା ମିଳିବ। ସ୍ୱାସ୍ଥ୍ୟ ଭଲ ରହିବ। ବିଦେଶ ଯାତ୍ରା, ସୁଖଶାନ୍ତି, ଯଶଲାଭ, ନୂତନ ବାହନଆଦି ପ୍ରାପ୍ତି ଯୋଗ ଅଛି। ଜୀବନରେ ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ  ପରିପୂର୍ଣ୍ଣ ହେବ। କୋର୍ଟ କଚେରୀ ଧନ୍ଦା ମଧ୍ୟରେ ଅସ୍ୱସ୍ତି ପାଇବେ। ଧୈର୍ଯ୍ୟ ସାହସ ଦ୍ଵାରା ହୋଇପାରୁ ନଥିବା କାମକୁ କରି ଦେଖାଇବେ। କର୍ମକ୍ଷେତ୍ରରେ ଉନ୍ନତିର ସୁଯୋଗ ପାଇବେ।  ବହୁତ ଦିନରୁ ଚିନ୍ତା କରୁଥିବା କାମ ଅଳ୍ପ ପ୍ରୟାସରେ ପୂର୍ଣ ହୋଇଯିବ। ପ୍ରତିକାରହନୁମାନ ମନ୍ଦିରରେ ବୁନ୍ଦି ଭୋଗ ଲଗେଇ ବାଣ୍ଟିଦିଅନ୍ତୁ।

ତୁଳା:-

ସହକର୍ମୀ କେହି ଇର୍ଷାତୁର ହେଲେବି କ୍ଷତିକାରୀ ହେବେ ନାହିଁ। ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ। ଭୋଗ ବିଳାସକୁ ତୁଚ୍ଛ ମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ। ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ପ୍ରତିଷ୍ଠାର ଅଧିକାରୀ ହେବେ। ରାଜନୀତିରେ ସ୍ୱାର୍ଥରକ୍ଷା କରିବାରେ ସମୟ ବିତିବ। ଛାତ୍ରଛାତ୍ରୀମାନେ କଠିନ ପରିଶ୍ରମ କରିବେ। ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ। ଲକ୍ଷଭ୍ରଷ୍ଟ ହୋଇଯିବା ଫଳରେ ମନସ୍ତାପ ବଢିଯିବ। ପ୍ରତିକାରପିତାମାତାଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:- 

ନିକଟସ୍ଥ ବ୍ୟକ୍ତି ସାହାଯ୍ୟ କରିବା ଦ୍ଵାରା ବ୍ୟବସାୟରେ ସଫଳତା ମିଳିବ। କର୍ମକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରିବା ଫଳରେ ପ୍ରଶଂସିତ ହେବେ। ଆରମ୍ଭ କରିଥିବା କାର୍ଯ୍ୟ ଶେଷ କରିବା ପାଇଁ ଚେଷ୍ଟା କରିବେ। ଯେତେ ଜଟିଳ ଥିଲେମଧ୍ୟ ଅଫିସ୍ ପରିସ୍ଥିତିକୁ ସହଜରେ ସମାଧାନ କରି ପାରିବେ। ପାରିବାରିକସ୍ତର ହସ ଖୁସିରେ କଟିବ। ବାଣିଜ୍ୟ, କଳା, ସାହିତ୍ୟ ଓ ସଭାସମିତିରେ ସଫଳତା ହାସଲ କରିବେ। କୋର୍ଟ କଚେରୀ ମାମଲାରେ ବେଶି ଉପକୃତ ହେବେ। ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳିୟାନ ହେବେ। ପ୍ରତିକାର ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ।

ଧନୁ:-

କର୍ମ କ୍ଷେତ୍ରରେ ଯେତିକି ପାଇବା କଥା ସେତିକି ହିଁ ପାଇବେ। ଶ୍ରମିକ ଓ କର୍ମଚାରୀମାନେ ଉପରିସ୍ଥଙ୍କୁ ଆପଣାର କରି କୃପା ଭାଜନ ହେବେ। ବ୍ୟବସାୟମାନେ ଅଧିକ ଲାଭ କରିବେ। ଚାକିରୀଜୀବିମାନେ ନିଜ କ୍ଷେତ୍ରରେ କର୍ମ ଯୋଗକୁ  ଅଧିକ ମହତ୍ତ୍ୱ ଦେବେ । ତଳୁ ଉପର ସ୍ତର ଯାଏଁ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ । ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚା ରହିବ। ରାଜନୀତିରେ ଲୋକସମ୍ପର୍କକୁ ଆଧାରକରି କର୍ତ୍ତବ୍ୟ ନିଷ୍ଠା ରକ୍ଷାକରି ସାଧୁ ଓ ସଚ୍ଚୋଟ  ଭାବେ ଦାୟିତ୍ୱ ତୁଲାଇବେ। ବାଦବିବାଦ, ପ୍ରତିଯୋଗିତାପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ପ୍ରତିକାରଜଗନ୍ନାଥଙ୍କ ପାଖରେ ଭୋଗ ଲଗେଇ ବାଣ୍ଟି ଦିଅନ୍ତୁ।  

ମକର:- 

ଶରୀର ସୁସ୍ଥ ରହିବ। କୌଣସି ଦୂର ସ୍ଥାନକୁ ଯାତ୍ରା କରିବେ। କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ବ୍ୟବସାୟରେ ଉନ୍ନତି ଫଳରେ ଅଶାତୀତ ଲାଭବାନ୍ ହେବେ। ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ଟଙ୍କାର ଆବଶ୍ୟ କତା ପୂରଣ ହେବ। ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। କାର୍ଯ୍ୟ ଦକ୍ଷତା ପ୍ରଦର୍ଶନ କରି, ତଳୁ ଉପର ସ୍ତର ଯାଏ ଆଦର୍ଶ ସ୍ଥାନ ଗ୍ରହଣ କରିବେ। ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-

ସହଯୋଗୀ ମାନଙ୍କର ପୂର୍ଣ୍ଣ ସହଯୋଗ ପାଇ ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ। ଶତୃମାନେ ପରାଜିତ ହେବେ। ମାନସିକ ଅଶାନ୍ତି ଦୂର ହେବ। ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ। ବାଣିଜ୍ୟ କ୍ଷେତ୍ରରେ ପ୍ରତିଦ୍ଵନ୍ଦିତା ଯୋଗେ ଉନ୍ନତମାନର ଫଳ ପାଇବେ। କର୍ମକ୍ଷେତ୍ରରେ ସମନ୍ଵୟ ରକ୍ଷାକରିବା ଫଳରେ ବନ୍ଧୁତ୍ଵ ବୃଦ୍ଧି ପାଇବ। ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀହେବେ। ପାରିବାରିକ ସମସ୍ୟା ସୁଧାରି ନେବା ଫଳରେ ସୁଖ ସମ୍ପଦ ପ୍ରାପ୍ତି ହେବ। ଦୀର୍ଘ ସମୟରୁ ପ୍ରତୀକ୍ଷା କରିଥିବା ଖବର ପାଇ ଖୁସି ହେବେ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ମୀନ:- 

ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ। ଜମିବାଡି ନେଇ କେତେକ ସମସ୍ୟା ସମାଧାନ ହୋଇ ଆର୍ଥିକ ଦିଗରୁ ଉନ୍ନତି ହେବ। ଯୌଥ ପରିବାର ସମ୍ପର୍କୀୟ କୌଣସି ଘଟଣା ଯୋଗୁଁ ଖୁସି ରହିବେ। ଉତ୍ତମ ରୋଜଗାର ହେଲେ ମଧ୍ୟ ଆୟ ବ୍ୟୟ ସମାନ ରହିବ। ବ୍ୟବସାୟରେ ଉତ୍ତମ ଲାଭ ହେବା ସହ କାରବାରରେ ସୁଧାର ଆସିବ। ଗୁରୁ ଗୁରୁଜନଙ୍କ ସାହାଯ୍ୟ ସହଯୋଗ ପାଇବେ। ଧାର୍ମିକ କାର୍ଯ୍ୟରେ ରୁଚିବୃଦ୍ଧି ହେବ। ନିଜର କାମକୁ ପଛରେ ପକାଇ ଅନ୍ୟଦ୍ଵାରା ପ୍ରଭାବିତ ହୋଇ କୌଣସି ଭୁଲ୍ କାମ କରି ପାରନ୍ତି। ପ୍ରତିକାର- ଆରାଧ୍ୟାଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!